• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମାଓବାଦୀ ମୁକାବିଲା କ୍ଷେତ୍ରରେ ଓଡିଶା ପୁଲିସର ଉଲ୍ଲେଖନୀୟ ସଫଳତା

FNN WEB by FNN WEB
September 28, 2024
in ଓଡ଼ିଶା, ମୁଖ୍ୟ ଖବର
0
ମାଓବାଦୀ ମୁକାବିଲା କ୍ଷେତ୍ରରେ ଓଡିଶା ପୁଲିସର ଉଲ୍ଲେଖନୀୟ ସଫଳତା
0
SHARES
9
VIEWS

ଭୁବନେଶ୍ୱର: ମାଓବାଦୀ ମୁକାବିଲା କ୍ଷେତ୍ରରେ ଓଡିଶା ପୋଲିସ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ରାଜ୍ୟ ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳର ମିଳିତ ସହାୟତାରେ ଓଡିଶାକୁ ମାଓ ହିଂସା କବଳରୁ ମୁକ୍ତ କରାଯାଇ ପାରିଛି। ଏବେ ମଧ୍ୟ କିଛି ଜିଲାରେ ମାଓବାଦୀମାନଙ୍କର ଗତିବିଧି ଲକ୍ଷ୍ୟକରାଯାଉଛି। ସମ୍ପୃକ୍ତ ଜିଲା ଗୁଡିକରେ ତୃଣମୂଳ ସ୍ତରରେ ଉଭୟ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ମିଳିତ ଭାବେ କାର୍ଯ୍ୟ କଲେ ଏହି ସମସ୍ୟାକୁ ପ୍ରତିହତ କରାଯାଇ ପାରିବ। ଆଗାମୀ ଦିନରେ ରାଜ୍ୟରେ ମାଓବାଦୀ କାର୍ଯ୍ୟକଳାପକୁ ସମ୍ପୂର୍ଣ୍ଣ ମୂଳୋତ୍ପାଟନ କରାଯିବ ବୋଲି ଆଜି ସ୍ଥାନୀୟ କନଭେନସନ ହଲରେ ଆୟୋଜିତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀରେ ଡିଜିପି ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ ପ୍ରକାଶ କରିଛନ୍ତି।ମାଓ ଉପଦ୍ରୁତ ଅଞ୍ଚଳର ଉନ୍ନତି ପାଇଁ ସ୍ୱତନ୍ତ୍ର ରୋଡ଼ ମ୍ୟାପ ପ୍ରସ୍ତୁତ କରାଯାଇଛି ଏବଂ ମାଓବାଦୀଙ୍କ ପ୍ରତିଟି କାର୍ଯ୍ୟକଳାପ ଉପରେ ସ୍ୱତନ୍ତ୍ର ନଜର ରଖାଯାଇଛି ବୋଲି ଅତିରିକ୍ତ ଆରକ୍ଷୀ ନିର୍ଦ୍ଦେଶକ(ଅପରେସନ) ଏସ ଦେବଦତ୍ତ ସିଂ କହିଛନ୍ତି।

ଏହି ସମ୍ମିଳନୀରେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ବକ୍ତବ୍ୟ ରଖି, ସାଧାରଣତଃ ଯେଉଁଠାରେ ସରକାରୀ ଯୋଜନା ପହଂଚି ପାରି ନଥାଏ, ସେଠାରେ ମାଓ ସମସ୍ୟା ଉପୁଜିବାର ଆଶଙ୍କା ରହିଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ମାଓ ଉପଦ୍ରୁତ ଅଞ୍ଚଳରେ ଗମନା ଗମନ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ବ୍ୟାପକ ଯୋଜନା କାର୍ଯ୍ୟକାରୀ କରାଯାଇଛି। ମାଓ ଉପଦ୍ରୁତ ଜିଲ୍ଲା ଏବଂ ସଂଯୋଗବିହୀନ ଅଂଚଳ ନିମନ୍ତେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଉଦ୍ଦିଷ୍ଟ ରହିଛି ।ଆଗାମୀ ଦିନରେ ରାଜ୍ୟରେ ବାମପନ୍ଥୀ କାର୍ଯ୍ୟକଳାପର ମୂଳୋତ୍ପାଟନ ପାଇଁ ସମସ୍ତ ବିଭାଗ ମଧ୍ୟରେ ସମନ୍ଵୟର ଆବଶ୍ୟକତା ରହିଛି ବୋଲି ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଗୁରୁତ୍ଵାରୋପ କରିଥିଲେ।

ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ ଏହି ସମ୍ମିଳନୀକୁ ସମ୍ବୋଧିତ କରି ରାଜ୍ୟର ମାଓ ଉପଦ୍ରୁତ ପଞ୍ଚାୟତ ଗୁଡିକ ପାଇଁ ପରିକଳ୍ପିତ ସ୍ଵତନ୍ତ୍ର ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ । ସେହିସବୁ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ଜୀବନଜୀବିକା ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ଵାରା ପ୍ରଣୀତ ବିଭିନ୍ନ ଯୋଜନା ଗୁଡିକର ସଫଳ କାର୍ଯ୍ୟାନ୍ଵୟନ ମାଧ୍ୟମରେ ସେମାନଙ୍କ ଆସ୍ଥାଭାଜନ ହେବାକୁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ ।ଜଳପଥରେ ପଡୋଶୀ ଦେଶଗୁଡିକରୁ ଅନୁପ୍ରବେଶ ପ୍ରତିହତ କରିବା ଦିଗରେ ସାମୁଦ୍ରିକ ପୋଲିସର କାର୍ଯ୍ୟଧାରା ସମ୍ପର୍କରେ ମଧ୍ୟ ତଥ୍ୟ ଉପସ୍ଥାପନ ପୂର୍ବକ ବିସ୍ତ୍ରୁତ ଆଲୋଚନା କରାଯାଇଥିଲା।

ସଫଳ ମାଓ ମୁକାବିଲା ଏବଂ ଜନସାଧାରଣଙ୍କଆସ୍ଥାଭାଜନ ହେବାରେ ଯାଜପୁର ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଏବଂ ବଲାଙ୍ଗୀର ଆରକ୍ଷୀ ଅଧିକ୍ଷକ ଶ୍ରୀ ଖିଲାରୀ ଋଷିକେଶ ଡାନନ୍ଦେଓ କିପରି ସଫଳ ହୋଇଥିଲେ ସେ ସମ୍ପର୍କରେ ନିଜ ନିଜର ଅତୀତ ଅଭିଜ୍ଞତା ପ୍ରକାଶ କରିଥିଲେ।

Previous Post

ସଂଗଠନକୁ ମଜଭୁତ କର, ଲୋକଙ୍କ ସେବା ଜାରି ରଖ: ନବୀନ

Next Post

ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଲୋକଙ୍କୁ ସାଙ୍ଗରେ ନେଇ ଚାଲନ୍ତୁ

FNN WEB

FNN WEB

Next Post
ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଲୋକଙ୍କୁ ସାଙ୍ଗରେ ନେଇ ଚାଲନ୍ତୁ

ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଲୋକଙ୍କୁ ସାଙ୍ଗରେ ନେଇ ଚାଲନ୍ତୁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.