• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମାହାଙ୍ଗା ଡବଲ ମର୍ଡର ଘଟଣା : ପ୍ରତାପ ଜେନାଙ୍କ ବିରୋଧରେ ଅପରାଧିକ ମାମଲା ରଦ୍ଦ

FNN WEB by FNN WEB
October 1, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟ ବଜେଟରେ କୌଣସି ନୂତନତ୍ୱ ନାହିଁ: ବିଜେଡି
0
SHARES
1
VIEWS

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗାର ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ କ୍ଲିନ୍‌ଚିଟ୍‌ ମିଳିଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ବିଧାୟକ ପ୍ରତାପ କୁମାର ଜେନାଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି ମିଳିଛି। ଶ୍ରୀ ଜେନାଙ୍କ ବିରୋଧରେ ନିମ୍ନ ଅଦାଲତରେ ବିଚାରାଧୀନ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ଶ୍ରୀ ଜେନାଙ୍କ ବିରୋଧରେ ସାଲେପୁର ଜେଏମଏଫସି ଅଦାଲତ ଆଇପିସିର ଦଫା ୩୦୨, ୧୨୦-ବି, ୫୦୬ରେ କଗନିଜାନ୍ସ ଗ୍ରହଣ କରି ୨୦୨୩, ସେପ୍ଟେମ୍ବର ୨୫ରେ ପ୍ରଦାନ କରିଥିବା ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ଏଥି ସହିତ ନିମ୍ନ ଅଦାଲତରେ ଶ୍ରୀ ଜେନାଙ୍କ ବିରୋଧରେ ବିଚାରାଧୀନ ଏ ସଂପର୍କିତ ଫୌଜଦାରୀ ମାମଲାକୁ ମଧ୍ୟ ହାଇକୋର୍ଟ ରଦ୍ଦ କରିଛନ୍ତି।

ପ୍ରକାଶିତ ରାୟରେ ଉଲ୍ଲେଖ କରାଯାଇଛି ଯେ ପୁଲିସ ଦୁଇ ପର୍ଯ୍ୟାୟର ତଦନ୍ତ ପରେ ଘଟଣାରେ ଆବେଦନକାରୀଙ୍କ ସଂପୃକ୍ତି ନେଇ କିଛି ତଥ୍ୟ ପାଇ ନଥିଲା। ଦ୍ବିତୀୟ ପର୍ଯ୍ୟାୟରେ ଷଡ଼ଯନ୍ତ୍ର ପ୍ରସଂଗରେ ବିଶେଷ କରି ଅଧିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ତଦନ୍ତ ବେଳେ ଫୋନ୍ ସିଡିଆର ସମୀକ୍ଷା କରାଯାଇଥି‌ଲା କିନ୍ତୁ ଆବେଦନକାରୀଙ୍କ ସଂପୃକ୍ତି ନେଇ ତଥ୍ୟ ମିଳି ନଥିଲା। ଅନ୍ୟପକ୍ଷରେ ପୂର୍ବରୁ ଏହି ଘଟଣାକୁ ନେଇ ରୁଜୁ ମାମଲାରେ ୨୦୨୧, ମେ ୧ରେ ଚାର୍ଜସିଟ ଦାଖଲ ପରେ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ଜେଏମଏଫସି ଅଦାଲତ କଗନିଜାନ୍ସ ଗ୍ରହଣ କରିଥିଲେ। କମିଟମେଣ୍ଟ ପରେ ମାମଲାର ରେକର୍ଡ ଦୌରା ଅଦାଲତରେ ଥିବା ବେଳେ ଦ୍ବିତୀୟ ପ୍ରୋଟେଷ୍ଟ ପିଟିସନର ସାଲେପୁର ଜେଏମଏଫସି ଅଦାଲତ ଶୁଣାଣି କରି ଆବେଦନକାରୀଙ୍କୁ ଅତିରିକ୍ତ ଅଭିଯୁକ୍ତ ଭାବେ ସଂଯୋଗ କରିଥିଲେ। କମିଟମେଣ୍ଟ ପରେ ଦୌରା ଅଦାଲତରେ ମାମଲା ବିଚାରାଧୀନ ଥିବା ବେଳେ ସାଲେପୁର ଜେଏମଏଫସି ଅଦାଲତ ଦ୍ବତୀୟ କଗନିଜାନ୍ସ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ଏହି କଗନିଜାନ୍ସ ନିର୍ଦ୍ଦେଶ ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ହାଇକୋର୍ଟ କହିଛନ୍ତି।

କମିଟିମେଣ୍ଟ ପରେ ଦୌରା ଅଦାଲତରେ ମାମଲା ବିଚାରାଧୀନ ଥିବା ବେଳେ ଆବେଦନକାରୀଙ୍କ ବିରୋଧରେ ପ୍ରୋଟେଷ୍ଟ ପିଟିସନ ଆଧାରରେ ସାଲେପୁର ଜେଏମଏଫସି ଅଦାଲତରେ ଆରମ୍ଭ କରାଯାଇଥିବା ବିଚାରପ୍ରକ୍ରିୟା କ୍ଷମତାପରିସର ବାହାରେ ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି। ଦୌରା ଅଦାଲତ ଆବେଦନକାରୀଙ୍କୁ ଅତିରିକ୍ତ ଅଭିଯୁକ୍ତ ଭାବେ ସଂଯୋଗ କରିବା ପାଇଁ ନିର୍ଦ୍ଦେଶ ଦେଇ ପାରିଥାନ୍ତେ। କିନ୍ତୁ ଦୌରା ଅଦାଲତ ଏହି କ୍ଷମତା ପ୍ରୟୋଗ କରି ନଥିଲେ ବା ଏଥି ପାଇଁ ସେଠାରେ କୌଣସି ଆବେଦନ କରାଯାଇ ନଥିଲା ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି।

ମାମଲାର ବିବରଣୀରୁ ପ୍ରକାଶ ଯେ ୨୦୨୧ ଜାନୁଆରି ୨ ତାରିଖରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ତଦନ୍ତ କରି ପୁଲିସ ଯେଉଁ ଚାର୍ଜସିଟ ଦାଖଲ କରିଥିଲା ସେଥରୁ ତତ୍କାଳୀନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ନାମ ସ୍ଥାନ ପାଇ ନଥିଲା। ଏତଲାରେ ଶ୍ରୀ ଜେନାଙ୍କ ନାଁରେ ଅଭିଯୋଗ ଥିବା ବେଳେ ଚାର୍ଜସିଟରୁ କିନ୍ତୁ ତାଙ୍କୁ ବାଦ ଦିଆଯାଇଥିଲା। ପୁଲିସର ଚଜାର୍ସିଟ ବିରୋଧରେ ଏତଲାକାରୀ ରମାକାନ୍ତ ବରାଳଙ୍କ ପକ୍ଷରୁ ପ୍ରୋଟେଷ୍ଟ ପିଟିସନ ସାଲେପୁର ଜେଏମଏଫସି ଅଦାଲତରେ ଦାଖଲ ହୋଇଥିଲା।

ଉଲ୍ଲେଖଯୋଗ୍ୟ ଯେ ୨୦୨୪, ଅଗଷ୍ଟ ୨୮ରେ ସାଲେପୁର ଅତିରିକ୍ତ ଦୌରା ଜଜ୍ ଅଦାଲତ ମାହାଙ୍ଗା ଡବଲ ମର୍ଡର ମାମଲାରେ ୯ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ପ୍ରଦାନ କରିଥିଲେ। ଅନ୍ୟପକ୍ଷରେ ଉପଯୁକ୍ତ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତଙ୍କୁ ମାମଲାରୁ ଦୋଷମୁକ୍ତ କରିଥିଲେ।

Previous Post

ଅନୁଗୁଳ ଜିଲ୍ଲାର ନେତୃମଣ୍ଡଳୀ ଓ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ

Next Post

ନାଲକୋ ପକ୍ଷରୁ ସ୍ଵଚ୍ଛତା ହିଁ ସେବା ପକ୍ଷ ୨୦୨୪ ପାଳିତ

FNN WEB

FNN WEB

Next Post
ନାଲକୋ ପକ୍ଷରୁ ସ୍ଵଚ୍ଛତା ହିଁ ସେବା ପକ୍ଷ ୨୦୨୪ ପାଳିତ

ନାଲକୋ ପକ୍ଷରୁ ସ୍ଵଚ୍ଛତା ହିଁ ସେବା ପକ୍ଷ ୨୦୨୪ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.