• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୬ରୁ ହବିଷ୍ୟାଳୀ ଯୋଜନାରେ ନାମ ପଞ୍ଜୀକରଣ

FNN WEB by FNN WEB
October 4, 2024
in ଓଡ଼ିଶା, ମୁଖ୍ୟ ଖବର
0
୬ରୁ ହବିଷ୍ୟାଳୀ ଯୋଜନାରେ ନାମ ପଞ୍ଜୀକରଣ
0
SHARES
8
VIEWS

ପୁରୀ : ଶ୍ରୀକ୍ଷେତ୍ର ପୁରୀରେ ପ୍ରତିବର୍ଷ ଧର୍ମମାସ କାର୍ତ୍ତିକରେ ‘ରାଇଦାମୋଦର ବ୍ରତ’ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳୀ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଚଳିତ ବର୍ଷ ମଧ୍ୟ କାର୍ଯ୍ୟକାରୀ ହେବ ହବିଷ୍ୟାଳୀ ଯୋଜନା। ସଂସ୍କୃତି ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ରାଜ୍ୟ ସରକାର ଗ୍ରହଣ କରିବା ସହ ଏହାକୁ ଅନୁମୋଦନ ଦେଇଛନ୍ତି। ଚଳିତବର୍ଷ ପ୍ରାୟ ୨,୫୦୦ ହବିଷ୍ୟାଳୀଙ୍କ ପାଇଁ ବ୍ୟବସ୍ଥା କରାଯାଉଛି। ଏଥି ପାଇଁ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା। କେବଳ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ। ଏ ନେଇ ଆଜି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ।

ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଚଳିତ ବର୍ଷର ହବିଷ୍ୟାଳୀ ବ୍ରତ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ଜିଲ୍ଲାପାଳ କହିଛନ୍ତି, ଅକ୍ଟୋବର ୬ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୧୧ ତାରିଖ ଯାଏ ଚାଲିବ। edistrict.odisha.gov.in ୱେବସାଇଟରେ ଆବେଦନ କରିପାରିବେ ହବିଷ୍ୟାଳୀ। ୨୫ ଶହ ହବିଷ୍ୟାଳୀଙ୍କ ରହଣି ପାଇଁ ୪ଟି ସ୍ଥାନରେ ବ୍ୟବସ୍ଥା କରାଯିବ। ସବୁ ବର୍ଷ ଭଳି ସବୁ ସୁବିଧା ହବିଷ୍ୟାଳୀଙ୍କୁ ଯୋଗାଇ ଦିଆଯିବ।

ଅନ୍‌ଲାଇନ ମାଧ୍ୟମରେ ଆବେଦନ କରିବା ସମୟରେ ସେମାନଙ୍କ ପାଖକୁ ଏକ ଇଣ୍ଟିମେସନ ଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ଏଥିସହ ହବିଷ୍ୟାଳୀମାନେ ଶିବିରକୁ ଆସିଲେ ପ୍ରଥମେ ସେମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ। ପରେ ସେମାନଙ୍କୁ ଅନ୍ୟାନ ସୁବିଧା ଯୋଗାଇ ଦିଆଯିବ।ରାଜ୍ୟ ସରକାର ଚଳିତ ବର୍ଷର ହବିଷ୍ୟାଳୀ ବ୍ରତ ପାଇଁ ଅନୁମତି ଦେବା ସହ ଆନୁସଙ୍ଗିକ ଅର୍ଥ ମଧ୍ୟ ମଞ୍ଜୁର କରିଛନ୍ତି। ଚଳିତ ବର୍ଷ ବୃନ୍ଦାବତୀ ନିବାସ, ବାଗେଲା,ଅକ୍ଷୟ ପାତ୍ର ଓ ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀ ମା’ମାନଙ୍କୁ ରଖାଯିବ।

ସେମାନଙ୍କ ରହଣି ସହ ପ୍ରାତଃରୁ ବୃନ୍ଦାବତୀ ପୂଜା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ ,ଭଜନ କୀର୍ତ୍ତନ ଇତ୍ୟାଦିର ବ୍ୟବସ୍ଥା କରାଯାଇଛି। ଆବେଦନକାରୀ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ହୋଇ ଥିବେ। ବିଧବା ବ୍ରତ ଧାରିଣୀଙ୍କୁ ଓ ନୂତନ ଆବେଦନକାରୀଙ୍କୁ ପ୍ରାଧାନ୍ୟ ଦିଆଯିବ। ଅନଲାଇନରେ ପଞ୍ଜୀକରଣ କରି ହିତାଧିକାରୀ ଭାବେ ଚୟନ ହୋଇଥିବା ମା ମାନଙ୍କୁ ସେମାନଙ୍କ ରହଣି ସ୍ଥାନ ଓ କେତେ ତାରିଖରେ ପହଞ୍ଚିବେ ସେମାନଙ୍କୁ ସୂଚନା ଦିଆଯିବ। ବିନା ପଞ୍ଜୀକରଣରେ ଅପ୍ରତ୍ୟାଶିତ ଭାବେ ହବିଷ୍ୟାଳୀ ଶିବିରକୁ ଆସୁଥିବା ବ୍ୟକ୍ତିଙ୍କ ଅନୁରୋଧକୁ ଗ୍ରହଣ କରାଯିବ ନାହିଁ। ଶିବିରରେ ହିତାଧିକାରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଅସୁସ୍ଥ ଥିଲେ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ସୂଚନାଥାଉ କି, ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକରେ ‘ରାଇଦାମୋଦର ବ୍ରତ’ ପାଳନ କରିବା ପାଇଁ ୨୦୧୬ ମସିହାରୁ ତତ୍କାଳୀନ ବିଜେଡି ସରକାରଙ୍କ ପକ୍ଷରୁ ହବିଷ୍ୟାଳୀ ଯୋଜନା ଆରମ୍ଭ କରାଯାଇଥିଲା। କୋଭିଡ୍‌ ମହାମାରୀ ପାଇଁ ୨୦୨୦ ଓ ୨୦୨୧ରେ ଏହା ବନ୍ଦ ଥିବା ବେଳେ ପୁନଶ୍ଚ ୨୦୨୨ରୁ ଏହାର ଜାରି ରହିଛି। ପ୍ରାୟ ପ୍ରତିବର୍ଷ ୩ ହଜାରରୁ ଊର୍ଦ୍ଧ୍ବ ବ୍ରତଧାରୀଙ୍କୁ ସରକାର ପୁରୀରେ ମାସେ ପର୍ଯ୍ୟନ୍ତ ରଖି ସେମାନଙ୍କୁ ବ୍ରତ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ପ୍ରଦାନ କରିଥାନ୍ତି। ଏପରିକି ହବିଷ୍ୟାଳୀଙ୍କ ନିମନ୍ତେ ସ୍ଥାୟୀ କେନ୍ଦ୍ର ‘ବୃନ୍ଦାବତୀ’ ନିବାସ ମଧ୍ୟ ତିଆରି କରିଛନ୍ତି। ଏହାବ୍ୟତୀତ ଗତବର୍ଷ ବୃନ୍ଦାବତୀ ନିବାସ ସମେତ ବଗଲା ଧର୍ମଶାଳା, ବାଗେଡ଼ିଆ, ମୋଚିସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀଙ୍କୁ ରଖାଯାଇଥିଲା।

Previous Post

ଜଟଣୀ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବରେ ଶିଶୁ ସଂକଳନ “ସୁରଭି” ଉନ୍ମମୋଚନ

Next Post

କିସରେ ଐତିହାସିକ ଭଲିବଲ୍‍ ମହୋତ୍ସବ ଉଦ୍‍ଘାଟିତ: ଯୋଗଦେଲେ ୫ହଜାର ଖେଳାଳି

FNN WEB

FNN WEB

Next Post
କିସରେ ଐତିହାସିକ ଭଲିବଲ୍‍ ମହୋତ୍ସବ ଉଦ୍‍ଘାଟିତ: ଯୋଗଦେଲେ ୫ହଜାର ଖେଳାଳି

କିସରେ ଐତିହାସିକ ଭଲିବଲ୍‍ ମହୋତ୍ସବ ଉଦ୍‍ଘାଟିତ: ଯୋଗଦେଲେ ୫ହଜାର ଖେଳାଳି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.