• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶିକ୍ଷକମାନେ ହେଉଛନ୍ତି ମଣିଷ ଗଢ଼ା ଶିଳ୍ବୀ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
October 5, 2024
in ଓଡ଼ିଶା, ମୁଖ୍ୟ ଖବର
0
ଶିକ୍ଷକମାନେ ହେଉଛନ୍ତି ମଣିଷ ଗଢ଼ା ଶିଳ୍ବୀ: ମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଭୁବନେଶ୍ବର: ରାଜ୍ୟ ସରକାର ଆଜି ୧୬,୦୦୯ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ଦେଇଛନ୍ତି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିଯୁକ୍ତ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ହସ୍ତାନ୍ତର କରିବା ସହିତ ମାର୍ଗଦର୍ଶନ କରିଛନ୍ତି। ନବନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଭାରତୀୟ ସାଂସ୍କୃତିକ ପରଂପରାରେ ଗୁରୁଙ୍କୁ ସ୍ବତନ୍ତ୍ର ସ୍ଥାନ ଦିଆଯାଇଥାଏ। ସନାତନ ପରଂପରା ଅନୁସାରେ ବିଦ୍ୟାର୍ଥୀମାନେ ଗୁରୁଙ୍କ ଆଶ୍ରମରେ ଶିକ୍ଷା ଗ୍ରହଣ କରୁଥିଲେ। ତେଣୁ ଗୁରୁଙ୍କୁ ବ୍ରହ୍ମା, ବିଷ୍ଣୁ ଓ ମହେଶ୍ବରଙ୍କ ସହିତ ତୁଳନା କରାଯାଇଥାଏ। ଆଜିର ଶିକ୍ଷା ବ୍ୟବସ୍ଥା ଆଧୁନିକତାର ବଶବର୍ତ୍ତୀ ହୋଇଛି। ଶିକ୍ଷା କ୍ଷେତ୍ରରେ ଶିକ୍ଷକଙ୍କ ଭୂମିକା ଅତୁଳନୀୟ। ଶିଶୁମାନଙ୍କୁ ଏକ ଭଲ ମଣିଷ ଭାବେ ଗଣିବା ଶିକ୍ଷକମାନେ ଦାୟିତ୍ବ ନେଇଥାନ୍ତି। ଆପଣମାନେ ହେଉଛନ୍ତି ମଣିଷ ଗଢ଼ା ଶିଳ୍ବୀ। ମଣିଷ ଭିତରେ ଦୟା, କ୍ଷମା, ସହନଶୀଳତା ଗୁଣ ରହିଛି। ଶିକ୍ଷକ ହେଉଛି ସବୁଠାରୁ ସମ୍ମାନସ୍ପଦ ବୃତ୍ତି। ବାପା-ମା ପିଲାମାନଙ୍କୁ ଜନ୍ମ ଦେଇଥାନ୍ତି। କିନ୍ତୁ ଶିକ୍ଷକମାନେ ପିଲାମାନଙ୍କୁ ଶିକ୍ଷା ଓ ସଂସ୍କାର ଦେଇ ପୂର୍ଣ୍ଣ ମଣିଷ କରିଥାନ୍ତି।

କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ମାର୍ଗଦର୍ଶନ କାର୍ଯ୍ୟକ୍ରମରେ ଶ୍ରୀ ମାଝୀ କହିଛନ୍ତି, ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରକୁ ଗୁରୁତ୍ବପୂର୍ଣ୍ଣ ବିଷୟ ମନେ କରିଛନ୍ତି। ଏଥି ପାଇଁ ଗତବର୍ଷର ବଜେଟ୍ ତୁଳନାରେ ଚଳିତ ଆର୍ଥିକ ବର୍ଷରେ ଭଲ ବଜେଟ୍ ଉପସ୍ଥାପନ କରିଛନ୍ତି। ଯଦିଓ ମୁଁ ଆଜି ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଉଛି। କିନ୍ତୁ ମୁଁ ଶିକ୍ଷକ ଭାବେ ଅତୀତରେ କାମ କରିଛି। ଶିକ୍ଷକଙ୍କର ଗୁରୁତ୍ବ ଭୂମିକାକୁ ଏଡାଇ ଦିଆଯାଇପାରିବ ନାହିଁ। ଓଡ଼ିଶାର ଭବିଷ୍ୟତ ଗଢ଼ିବା ପାଇଁ ସରକାର ନୂଆ ରୂପ ଦେବାକୁ ଉଦ୍ୟମ କରୁଛି। ନବନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ସମ୍ବୋଧିତ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କିଛି ଲୋକଙ୍କ ଭାଗ୍ୟରେ ଥାଏ ବଡ଼ କାମ କରିବା ପାଇଁ। ଯେଉଁମାନେ ଶିକ୍ଷା କ୍ଷେତ୍ରରେ କାମ କରିବାକୁ ଚାହୁଁଛନ୍ତି ସେମାନଙ୍କ ହାତରେ ରାଜ୍ୟ ଓ ଦେଶର ଭବିଷ୍ୟତ ରହିଛି। ଜାତୀୟ ଶିକ୍ଷା ନୀତିରେ ମାତୃଭାଷା ମାଧ୍ୟମରେ ଶିକ୍ଷା ଦିଆଯିବାର ବ୍ୟବସ୍ଥା ରହିଛି। ଆପଣମାନେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ଦେବେ। ଆପଣମାନେ ଭୀଷ୍ମ ପୀତାମହଙ୍କ ଭଳି କାର୍ଯ୍ୟକରିବେ।

ଶ୍ରୀ ପ୍ରଧାନ କହିଛନ୍ତି, ଓଡ଼ିଆ ଭାଷାରେ ଶିକ୍ଷାଲାଭ କରି ମଧୁସୂଦନ ଦାସ, ଗୋପବନ୍ଧୁ ଦାସ ଓ ସୁଭାଷ ଚନ୍ଦ୍ର ବୋଷ ବଡ଼ ମଣିଷ ହୋଇଥିଲେ। ତାଙ୍କୁ ମଧ୍ୟ କେହି ଜଣେ ଓଡ଼ିଆ ଶିକ୍ଷକ ପାଠ ପଢ଼ାଇଥିଲେ। ବିକଶିତ ଭାରତ ଗଠନରେ ଶିକ୍ଷକମାନଙ୍କର ଭୂମିକା ରହିଛି। ଏଥି ପାଇଁ ପ୍ରଥମେ ବିକଶିତ ଓଡ଼ିଶା ଗଠନ କରିବାକୁ ପଡ଼ିବ। ଆପଣମାନଙ୍କର ପ୍ରଶିକ୍ଷଣ ଉପରେ ବିକଶିତ ଓଡ଼ିଶାର ଭାଗ୍ୟ ନିର୍ଦ୍ଧାରଣ କରୁଛି। ଓଡ଼ିଶାରେ ଏବେ ସରକାରୀ ଓ ଘରୋଇ ବିଦ୍ୟାଳୟରେ ୩ ଲକ୍ଷ ୩୪ ହଜାର ଶିକ୍ଷକ ଅଛନ୍ତି। ଆଜି ୧୬ ହଜାର ନୂଆ ବିନ୍ଧାଣୀ ଯୋଗ ଦେଇଛନ୍ତି। ରାଜ୍ୟରେ ଏବେ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲରେ ୭୬ ଲକ୍ଷ ୪୯ ହଜାର ପିଲା ପାଠ ପଢୁଛନ୍ତି। ଆପଣମାନେ ବାଜି ରାଉତଙ୍କ ୯୨ତମ ଜୟନ୍ତୀ ଅବସରରେ ନୂଆ ଦାୟିତ୍ବ ଗ୍ରହଣ କରୁଛନ୍ତି। ଏହା ଗୌରବର ବିଷୟ।

କେନ୍ଦୁଝରର ନବନିଯୁକ୍ତ ଶିକ୍ଷୟିତ୍ରୀ ଚିନ୍ମୟୀ କର କହିଛନ୍ତି, ନିଜର ଚେଷ୍ଟା, କଠିନ ପରିଶ୍ରମ ଦ୍ବାରା ଆମେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିପାରିବା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିକ୍ଷକ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ଆମେ ନିଷ୍ଠାର ସହିତ ଶିକ୍ଷାଦାନ କଲେ ପିଲାମାନଙ୍କର ସର୍ବାଙ୍ଗୀନ ଉନ୍ନତି ହୋଇପାରିବ। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶିକ୍ଷା ସଚିବ ଶାଳିନୀ ପଣ୍ଡିତ, ଶାଳିନୀ ପଣ୍ଡିତ, ଓସେପା ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।

Previous Post

ନିର୍ଭୟ ବାର୍ଷିକ ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ: ଗଣମାଧ୍ୟମର କଣ୍ଠରୋଧର ସମୟ ଶେଷ

Next Post

ପିଏମ କିଷାନ ସମ୍ମାନନିଧି ଯୋଜନାର ୧୮ତମ କିସ୍ତି ପ୍ରଦାନ

FNN WEB

FNN WEB

Next Post
ପିଏମ କିଷାନ ସମ୍ମାନନିଧି ଯୋଜନାର ୧୮ତମ କିସ୍ତି ପ୍ରଦାନ

ପିଏମ କିଷାନ ସମ୍ମାନନିଧି ଯୋଜନାର ୧୮ତମ କିସ୍ତି ପ୍ରଦାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.