• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହିଳାଙ୍କୁ ପୂଜା ଭେଟି: ପାଇଲେ ‘ସୁଭଦ୍ରା’ ଟଙ୍କା

FNN WEB by FNN WEB
October 9, 2024
in ଓଡ଼ିଶା, ମୁଖ୍ୟ ଖବର
0
ମହିଳାଙ୍କୁ ପୂଜା ଭେଟି: ପାଇଲେ ‘ସୁଭଦ୍ରା’ ଟଙ୍କା
0
SHARES
0
VIEWS

ମହିଳାଙ୍କୁ ସ୍ବାବଲମ୍ବୀ କରିବାରେ ସୁଭଦ୍ରା’ ଯୋଜନା ସହାୟକ ହେଉଛି: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବାରିପଦା:ସବୁ ଅପେକ୍ଷାର ଅନ୍ତ ଘଟିଛି। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା ନେଇ ହିତାଧିକାରୀ ପାଖକୁ ମେସେଜ୍‌ ଆସିଛି। ପାର୍ବଣରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଆସି ଥିବାରୁ ହିତାଧିକାରୀଙ୍କ ଘରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାରିପଦାର ଛଉ ପଡିଆରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ବଣ୍ଟନ କରିଛନ୍ତି। ଏଥିସହ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ପ୍ରଥମ ଓ ଏକ କୋଟିଏତମ ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଆଜି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ଟଙ୍କା ଦିଆଗଲା। ଆମ ସରକାର ଯାହା ପ୍ରତିଶ୍ରୁତି ଦିଏ, ତାକୁ ଅକ୍ଷରେ ଅକ୍ଷରେ ପାଳନ କରେ। ସୁଭଦ୍ରା ଯୋଜନା ଓଡ଼ିଶାର ସର୍ବବୃହତ୍ତ ଯୋଜନା। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଡବଲ ଇଂଜିନ ସରକାରକୁ ଆପଣ ସଫଳ କରିଛନ୍ତି ।ଡବଲ ଇଂଜିନ ସରକାରରେ ଡବଲ ବିକାଶ ହେବ, ଡବଲ ଫାଇଦା ମିଳିବ। ବାରିପଦା ସଭାରେ ପୂର୍ବ ସରକାରକୁ ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଗତ ସରକାରଙ୍କ ମହିଳା ସଶକ୍ତୀକରଣ କେବଳ ସ୍ଲୋଗାନରେ ସୀମିତ ଥିଲା। ପୂର୍ବ ସରକାର କେବଳ ଇଭେଣ୍ଟ ମ୍ୟାନେଜମେଣ୍ଟ କରୁଥିଲେ। ମହିଳାଙ୍କୁ ଋଣ ଦେବା ନାଁରେ ମହାଜନୀ କାରବାର କରାଉଥିଲେ ନବୀନ। ଆମ ସରକାର ମହିଳାମାନଙ୍କୁ ବିକାଶ ଯାତ୍ରାରେ ସାମିଲ କରିଛି।

ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ଅଧିକ ହିତାଧିକାରୀଙ୍କୁ ଟଙ୍କା ଦିଆଗଲା। ଆଜି ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ଯିବ। ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗୋଟିଏ ଯୋଜନାରେ ୨ ମାସରେ କୋଟିଏ ମହିଳା କେବେ ଯୋଡ଼ି ହୋଇନଥିଲେ। ୧ କୋଟି ମହିଳା ଗୋଟିଏ ଯୋଜନାରେ ଯୋଡ଼ିହେବା ଏକ ରେକର୍ଡ। ଏଯାବତ ୧ କୋଟି ୬୦ ଲକ୍ଷ ସୁଭଦ୍ରା ଫର୍ମ ବଣ୍ଟନ କରାଯାଇଛି। ସେଥିରୁ ପ୍ରାୟ ୧.୫ କୋଟି ମହିଳାଙ୍କ ଫର୍ମ ରେଜିଷ୍ଟ୍ରେସନ ହୋଇଛି। ବାରିପଦାର ଛଉ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ‘ସୁଭଦ୍ରା’ ଟଙ୍କା ପଠାଇଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ, ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ଅଛନ୍ତି।

ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

Previous Post

ବିଧାନସଭା ରେଜଲ୍ଟ: ଘାଟିରେ ଏନସି ଓ ହରିୟାଣାରେ ବିଜେପି

Next Post

ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ଉପମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ଛୁଇଁଲା ୧ କୋଟି

ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.