• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ

FNN WEB by FNN WEB
October 9, 2024
in ଓଡ଼ିଶା, ମୁଖ୍ୟ ଖବର
0
ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ
0
SHARES
2
VIEWS

ପ୍ରବାସୀ ଓଡ଼ିଆଙ୍କୁ ବିଜେଡିରେ ଯୋଡ଼ିବାକୁ ଉଦ୍ୟମ
ଭୁବନେଶ୍ବର: ପୁଣ୍ଯାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଆରମ୍ଭ ହୋଇଛି ବିଜେଡିର ସଦସ୍ଯ ସଂଗ୍ରହ ଅଭିଯାନ। ଶଙ୍ଖ ଭବନରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ନବୀନ ବିଜେଡିର ପ୍ରଥମ ସଦସ୍ୟ ହୋଇଛନ୍ତି। ଦସ୍ତଖତ କରି ଏକାମ୍ର ଭୁବନେଶ୍ୱରରୁ ସେ ଏହି ସଦସ୍ୟତା ଗ୍ରହଣ କରିଛନ୍ତି। ନବୀନଙ୍କୁ ସଦସ୍ୟ କରାଇଛନ୍ତି ପୂର୍ବତନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ଉଭୟ ଅନଲାଇନ ଓ ମାନୁଆଲି ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ। କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ, ବିଧାୟକ, ଦଳର ବରିଷ୍ଠ ନେତାଙ୍କ ସମେତ ସବୁ ଜିଲ୍ଲାରୁ ଭର୍ଚୁଆଲ ମାଧ୍ୟମରେ କର୍ମୀମାନେ ଉପସ୍ଥିତ ରହିଥିଲେ। ବିଜେଡି ଉଭୟ ଫିଜିକାଲ ଓ ଡିଜିଟାଲ ମାଧ୍ୟମରେ ସଭ୍ୟ ସଂଗ୍ରହ କରିବାକୁ ଳକ୍ଷ୍ୟ ରଖିଛି। ଛାତ୍ର ଓ ଯୁବଙ୍କୁ ଫୋକସ୍‌ରେ ରଖିଛି। ଶାରଦୀୟ ପୂଜା ପରେ ସଭ୍ୟ ସଂଗ୍ରହ ଅଭିଯାନକୁ ଅଧିକ ତ୍ୱରାନ୍ୱିତ କରାଯିବ ବୋଲି ବିଜେଡି କହିଛି। ପୂର୍ବରୁ ୧ କୋଟି ପ୍ରାଥମିକ ସଦସ୍ୟ ଓ ୩ ଲକ୍ଷ ୪୦ ହଜାର ସକ୍ରିୟ ସଦସ୍ୟ ବିଜେଡି ସହ ଯୋଡି ହୋଇଥିଲେ। ଏଥର ଦଳ ଲକ୍ଷ୍ୟ ରଖିଛି ଯେ, କୋଟିଏ ସଦସ୍ୟ ସଂଗ୍ରହ କରିବ।

କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ବିଜେଡି ସଭାପତି ଶ୍ରୀ ପଟ୍ଟନାୟକ କହିଛନ୍ତି, ଆଜି ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ, ତ୍ୟାଗ ଓ ସେବାର ପ୍ରତୀକ। ଆଜିଠାରୁ ବିଜେଡିର ସଦସ୍ୟତା ଅଭିଯାନ ଆରମ୍ଭ ହେଲା। ଏହା ଏକ ରାଜନୈତିକ ଦଳର ଗୁରୁତ୍ୱପୂର୍ଣ୍ଣ କାମ। ଯାହା ଦଳକୁ ମଜବୁତ କରେ। ସଦସ୍ୟ କରିବା ପାଇଁ ପ୍ରତି କର୍ମୀ ଘରକୁ ଯାଆନ୍ତୁ। ବିଦେଶରେ ଓ ଓଡ଼ିଶା ବାହାର ଲୋକଙ୍କୁ ବି ବିଜେଡିରେ ସାମିଲ ହେବାକୁ ସେ ନିମନ୍ତ୍ରଣ କରିଛନ୍ତି। କିଛି ଦଳ ମିସଡ କଲ କରି ସଦସ୍ୟ କରୁଛନ୍ତି। ବିଜୁ ଜନତା ଦଳ ମିସଡକଲଠୁ ବହୁ ଦୂରରେ ରହିଛି। ସ୍ବାଭିମାନ ଓ ସଂଗ୍ରାମ ହେଉଛି ବିଜେଡିର ଆଦର୍ଶ। ଓଡ଼ିଶାବାସୀଙ୍କ ସେବା, ଓଡ଼ିଆ ଜାତିର ସ୍ବାଭିମାନର ସୁରକ୍ଷା ଓ ଓଡ଼ିଶାର ସ୍ବାର୍ଥ ପାଇଁ ବିଜୁ ବାବୁ ଶେଷ ପର୍ଯ୍ଯନ୍ତ ଲଢେଇ କରିଥିଲେ। ବିଜେଡି ସରକାର ସମୟରେ ରାଜ୍ଯରେ ବହୁ ଭଲକାମ ହୋଇଛି। ବିଜେଡି ସରକାରର ଯୋଜନା ଅନ୍ଯମାନଙ୍କ ପାଇଁ ମଡେଲ ହୋଇଛି। ଭାରତ ସରକାର ମଧ୍ଯ ଆମ ଯୋଜନାକୁ ଅନୁକରଣ କରିଛନ୍ତି। ବିଜେଡି ସରକାର ଆରମ୍ଭ କରିଥିବା ବିକାଶ କଲ୍ଯାଣ ଯୋଜନାରୁ ଓଡ଼ିଶାବାସୀଙ୍କୁ କେହି ବଞ୍ଚିତ କରିପାରିବେ ନାହିଁ। ଏବେବି ବିଜେଡି ଓଡ଼ିଶାର ଏକ ନମ୍ବର ଦଳ। ସାଧାରଣ ନିର୍ବାଚନରେ ବିଜେଡିକୁ ଲୋକ ଅଧିକ ଭୋଟ ଦେଇଛନ୍ତି। ବିଜେଡି ଓଡ଼ିଶାବାସୀଙ୍କ ହୃଦୟରେ ଅଛି। ଓଡ଼ିଶାବାସୀଙ୍କ ଗୌରବ ପାଇଁ ବିଜେଡି ସମର୍ପିତ ଭାବେ କାମ କରୁଛି। ସମସ୍ତେ ଗର୍ବର ସହ ଆମେ ବିଜୁ ଜନତା ଦଳର କର୍ମୀ, ଓଡ଼ିଶା ମାଆର ସେବକ କହିବାକୁ ନବୀନ ଆହ୍ବାନ ଦେଇଛନ୍ତି। ଏହାସହିତ ପୂଜା ଅବସରରେ ଅଭିନନ୍ଦନ ଜଣାଇଛନ୍ତି।

ଆସନ୍ତା ୨ ମାସ ପର୍ଯ୍ଯନ୍ତ ସଦସ୍ଯତା ସଂଗ୍ରହ ଅଭିଯାନ ସାରା ରାଜ୍ଯରେ ଚାଲିବ। ପର୍ଯ୍ଯାୟକ୍ରମେ ସମସ୍ତ ନିର୍ବାଚନ ମଣ୍ଡଳୀରେ ସଦସ୍ୟତା ସଂଗ୍ରହ କାର୍ଯ୍ୟକ୍ରମ ଆଗେଇବ। ଉଭୟ ଫିଜିକାଲି ଓ ଡିଜିଟାଲ ମାଧ୍ୟମରେ ସଦସ୍ୟଙ୍କୁ ଯୋଡ଼ା ଯିବ। ଡିଜିଟାଲରେ ସଦସ୍ୟତା ଗ୍ରହଣ କରିଥିବା ସଦସ୍ୟଙ୍କ ଘରକୁ ଘର ଯାଇ ଯୋଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗତ ଥର ଏକ କୋଟି ୯୧ ହଜାର ୯୧୫ ସଦସ୍ୟ ବିଜେଡି ସହ ଯୋଡ଼ି ହୋଇଥିଲେ। ଏଥର ମଧ୍ୟ ଅଧିକ ସଦସ୍ୟତା ସଂଗ୍ରହ କରିବା ପାଇଁ ବିଜେଡି ଟାର୍ଗେଟ ରଖିଛି। ବିଜେଡିର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟ୍ୟରେ ସଭ୍ୟ ସଂଗ୍ରହ କମିଟିର ମୁଖ୍ୟ ଅତନୁ ସବ୍ୟସାଚୀ ନାୟକ,ବିଧାୟକ ଅନନ୍ତ ଜେନା, ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଅଶୋକ ପଣ୍ଡା ପ୍ରମୁଖ ଉଦବୋଧନ ଦେଇଥିଲେ। ଭିଡ଼ିଓ କନଫରେନ୍ସ ଯୋଗେ ସାରା ରାଜ୍ୟର ସାଂଗଠନିକ ଜିଲ୍ଲାର ହଜାର ହଜାର କର୍ମୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ମୟୁରଭଞ୍ଜ, ମାଲକାନଗିରି, ଝାରସୁଗୁଡା, ପୁରୀ ବରଗଡ ଓ ରାଉରକେଲାରେ ବିଭିନ୍ନ ବର୍ଗର ଲୋକ ବିଜେଡିର ସଦସ୍ୟତା ଗ୍ରହଣ କରିଥିଲେ।

Previous Post

ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ଉପମୁଖ୍ୟମନ୍ତ୍ରୀ

Next Post

ଉତ୍କଳମଣି ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁଙ୍କ ୧୪୭ତମ ଜୟନ୍ତୀ ପାଳିତ

FNN WEB

FNN WEB

Next Post
ଉତ୍କଳମଣି ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁଙ୍କ ୧୪୭ତମ ଜୟନ୍ତୀ ପାଳିତ

ଉତ୍କଳମଣି ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁଙ୍କ ୧୪୭ତମ ଜୟନ୍ତୀ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026
ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.