• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
October 15, 2024
in ଓଡ଼ିଶା, ମୁଖ୍ୟ ଖବର
0
ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
0
SHARES
4
VIEWS

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି ଓ ପ୍ରିୟାପ୍ରୀତିତୋଷଣ ଯେପରି ସମ୍ପୂର୍ଣ୍ଣ ଭାବେ ବନ୍ଦ ହେବ ତାହା ସୁନିଶ୍ଚିତ କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଥମ ଥର ପାଇଁ ଧାନର ସର୍ବନିମ୍ନ ମୂଲ୍ୟ ଉପରେ ୮୦୦ ଟଙ୍କା ଅଧିକ ଦିଆ ଯାଉଛି। ସେଥିପାଇଁ ଚାଷୀମାନଙ୍କ ଭିତରେ ବିପୁଳ ଉତ୍ସାହ ରହିଛି। ତେଣୁ ଧାନ ସଂଗ୍ରହ ପ୍ରକ୍ରିୟା ଯେପରି ସମ୍ପୂର୍ଣ୍ଣ ଭାବେ ସ୍ୱଚ୍ଛ ହେବ, ସେଥିପାଇଁ ପ୍ରତ୍ୟେକ ମନ୍ତ୍ରୀ ଗୋଟିଏ ବା ଦୁଇଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ। ସେମାନେ ସରକାରଙ୍କ ପାଇଁ One-Point-Contact ଭାବେ କାର୍ଯ୍ୟ କରିବେ। ମନ୍ତ୍ରୀମାନେ ଜିଲ୍ଲା ତଥା ବିଭିନ୍ନ ମଣ୍ଡି ଗସ୍ତ କରି ଚାଷୀମାନଙ୍କ କଥା ଶୁଣି ତା’ର ପ୍ରତିକାର କଲେ, ସାଧାରଣ ଜନତା ସରକାରଙ୍କ ଆନ୍ତରିକତା ଅନୁଭବ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେଥିପାଇଁ ପୁରା ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବା ପାଇଁ ସମସ୍ତ ସଂପୃକ୍ତ ବିଭାଗ ଓ ଜିଲ୍ଲାପାଳମାନେ ସମନ୍ୱୟ ରଖି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମୁଦାୟ ପଞ୍ଜିକୃତ ଚାଷୀମାନଙ୍କ ମଧ୍ୟରୁ ୮୩.୧୬ ପ୍ରତିଶତ ହେଉଛନ୍ତି କ୍ଷୁଦ୍ର ଚାଷୀ। ସେମାନେ ଯେପରି ବିନା କୌଣସି ଅସୁବିଧାରେ ସେମାନଙ୍କ ଧାନ ବିକ୍ରି କରିପାରିବେ ତାହା ସୁନିଶ୍ଚିତ କରିବା ଦାୟିତ୍ୱ ଜିଲ୍ଲାପାଳମାନଙ୍କର। ଧାନ ସଂଗ୍ରହରେ କ୍ଷୁଦ୍ର ଚାଷୀମାନଙ୍କୁ ପ୍ରାଥମିକତା ଦେବା ପାଇଁ ସେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ।

ସେହିପରି ଟୋକେନ୍‌ର ଅବଧି ସମ୍ପର୍କରେ କ୍ଷୁଦ୍ର ଚାଷୀମାନେ ବିଶେଷ ସୂଚନା ପାଇ ପାରୁନାହାନ୍ତି । ତେଣୁ ସେମାନଙ୍କୁ ସଚତେନ କରିବା ସହିତ ଆବଶ୍ୟକ ସ୍ଥଳେ ଜିଲ୍ଲାପାଳମାନେ ସେମାନଙ୍କ ଟୋକେନ୍‌ର ଅବଧିକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧାନର କଟନୀ-ଛଟଣି ବନ୍ଦ କରିବା ପାଇଁ ଚାଷୀମାନେ ଯେପରି କେବଳ FAQ ମାନର ଧାନ ମଣ୍ଡିକୁ ଆଣିବେ, ସେଥିପାଇଁ ବ୍ୟାପକ ସଚେତନତା ଅଭିଯାନ କରିବା ଆବଶ୍ୟକ। ବିଶେଷକରି ଚାଷୀମାନଙ୍କ WHATSAPP GROUP ରେ ସେମାନଙ୍କୁ ବାରମ୍ବାର ଏ ସଂପର୍କରେ ସୂଚନା ଦେବାକୁ ସେ ପରାମର୍ଶ ଦେଇଥିଲେ। FAQ ଧାନ ପରୀକ୍ଷାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଧାନର ମାନ ନିର୍ଣ୍ଣୟରେ ମଣ୍ଡି ପରିଚାଳନା ଅଧିକାରୀମାନଙ୍କୁ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକର ନିଷ୍ପତ୍ତି ଅନୁଯାୟୀ ମଣ୍ଡି ପରିଚାଳନା ପାଇଁ ପ୍ରତ୍ୟେକ ମଣ୍ଡିରେ ଜଣେ ଜଣେ ମଣ୍ଡି ପରିଚାଳନା ଅଧିକାରୀ ରହିବେ ଏବଂ ପ୍ରତ୍ୟେକ ଚାରି, ପାଞ୍ଚଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର ରହିବେ। ଏହା ସହିତ ଗୋଟିଏ କେନ୍ଦ୍ରିୟ ଡ୍ୟାସ ବୋର୍ଡ ଜରିଆରେ ମଣ୍ଡିରେ ହେଉଥିବା ସବୁ କାର୍ଯ୍ୟକ୍ରମର ମନିଟରିଙ୍ଗ କରାଯିବ। ଏହା ସହିତ Quality Coucil Of India ର ସହାୟତାରେ ଧାନ ସଂଗ୍ରହ ବ୍ୟବସ୍ଥାର ତଦାରଖ କରାଯିବ। ବୈଠକର ଆଲୋଚନାରୁ ଜଣା ଯାଇଥିଲା ଯେ, ଓଡିଶାରେ ଧାନ ମୂଲ୍ୟ ବୃଦ୍ଧି ପାଇଥିବାରୁ ବାହାର ରାଜ୍ୟରୁ ଓଡିଶାକୁ ଧାନ ଆସିବାର ସମ୍ଭାବନା ବୃଦ୍ଧି ପାଇଛି। ତେଣୁ ଜିଲ୍ଲାପାଳମାନେ ସବୁ ସୀମାବର୍ତ୍ତୀ ଅଞ୍ଚଳରେ Enforcement Squad ନିୟୋଜନ ପାଇଁ ବ୍ୟବସ୍ଥା କରିଛନ୍ତି। CCTV କିମ୍ବା ସ୍ମାର୍ଟ କ୍ୟାମେରା ମାଧ୍ୟମରେ ସୀମାବର୍ତ୍ତୀ ରାଜ୍ୟ ସହ ଯୋଡୁଥିବା ମୁଖ୍ୟରାସ୍ତା ଗୁଡିକର ୨୪ ଘଣ୍ଟିଆ ମନିଟରିଙ୍ଗ କରାଯିବ ।

ସେହିପରି ଧାନର ମାନ ନିର୍ଣ୍ଣୟ କରିବା ପାଇଁ ୨୦୦ ଟି ବୃହତ୍ତ ମଣ୍ଡିରେ Automatic Grain Analyser ର ବ୍ୟବସ୍ଥା କରାଯାଇଥିବା ବେଳେ ଛୋଟ ମଣ୍ଡିରେ Manual Grain Analyser ର ବ୍ୟବସ୍ଥା ମଧ୍ୟ କରାଯିବ। ଧାନର ପରୀକ୍ଷା ନିରୀକ୍ଷା କରି ପ୍ରମାଣପତ୍ର ଦେବା ପାଇଁ ପ୍ରତ୍ୟେକ ଧାନ ସଂଗ୍ରହ କେନ୍ଦ୍ରରେ Quality Analyst ଓ Quality Supervisor ନିୟୋଜିତ ହେବେ। ଏହି ଉଚ୍ଚ ସ୍ତରୀୟ ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଆଇନ, ଅବକାରୀ ଏବଂ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ଏହା ସହିତ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ ଏବଂ କୃଷି, ସମବାୟ, ଖାଦ୍ୟ ଯୋଗାଣ, ପରିବହନ ଓ ଅନ୍ୟ ସଂପୃକ୍ତ ବିଭାଗର ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ। ବୈଠକରେ ସବୁ ଜିଲ୍ଲାର ଜିଲ୍ଲାପାଳମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।

Previous Post

୧୬ରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମହାରାଷ୍ଟ୍ର ଗସ୍ତ

Next Post

କାର୍ତ୍ତିକ ବ୍ରତ ପାଇଁ ଶ୍ରୀମନ୍ଦିରରେ ପ୍ରସ୍ତୁତି: ୨ଟି ଦ୍ବାର ଦେଇ ପ୍ରବେଶ କରିବେ ଭକ୍ତ

FNN WEB

FNN WEB

Next Post
୧୮ ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ: ଦିନ ଗୋଟାଏରୁ ସର୍ବସାଧାରଣ ଦର୍ଶନ ବନ୍ଦ

କାର୍ତ୍ତିକ ବ୍ରତ ପାଇଁ ଶ୍ରୀମନ୍ଦିରରେ ପ୍ରସ୍ତୁତି: ୨ଟି ଦ୍ବାର ଦେଇ ପ୍ରବେଶ କରିବେ ଭକ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.