• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁମ୍ୱାଇରେ ଶିଳ୍ପପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
October 18, 2024
in ଓଡ଼ିଶା, ମୁଖ୍ୟ ଖବର
0
ମୁମ୍ୱାଇରେ ଶିଳ୍ପପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
0
SHARES
4
VIEWS

ମୁମ୍ବାଇ: ମୁମ୍ବାଇରେ ଆୟୋଜିତ ନିବେଶକ ସମ୍ମିଳନୀରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ଆଜି ସେ ବିଶିଷ୍ଟ ଶିଳ୍ପପତି ତଥା ଜେଏସ୍‌ଡବ୍ଲୁ ମୁଖ୍ୟ ସଜ୍ଜନ ଜିନ୍ଦଲ ଓ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି। ଦେଶରେ ରାସାୟନିକ ଉଦ୍ଯୋଗ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି, ନିବେଶ ସମ୍ଭାବନା, ନିଯୁକ୍ତି ପ୍ରଦାନ ଭଳି ଅନେକ ଗୁରୁତ୍ଵପୂର୍ଣ୍ଣ ବିଷୟରେ ସଫଳ ଆଲୋଚନା କରାଯାଇଛି। ମୁମ୍ୱାଇରେ ଶିଳ୍ପପତିଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ସୋଶାଲ୍‌ ମିଡ଼ିଆରେ ଲେଖିଛନ୍ତି, ଓଡ଼ିଶାରେ ଇଭି, ଲିଥିୟମ୍‌ ଆୟନ ବ୍ୟାଟେରି ଓ 32 MTPA ଇସ୍ପାତ ପ୍ରକଳ୍ପର ସଫଳ ରୂପାୟନ ପାଇଁ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବେ। ଏହାଦ୍ୱାରା ଇସ୍ପାତ,ଇଭି କ୍ଷେତ୍ରରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହେବା ସହ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ସମ୍ଭବ ହେବ ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି।

ଅନୀଲ ଅଗ୍ରୱାଲଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ମୁମ୍ବାଇଠାରେ ବେଦାନ୍ତ ଗ୍ରୁପର ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କୁ ସାକ୍ଷାତ କରି ରାଜ୍ୟରେ ବେଦାନ୍ତ ଆଲୁମିନିୟମର ସଂପ୍ରସାରଣ ଓ ନିବେଶ ସମ୍ପର୍କରେ ବିସ୍ତୃତ ଆଲୋଚନା କଲି। ରାଜ୍ୟରେ ବହୁତ ଶୀଘ୍ର ‘ଉତ୍କର୍ଷ ଓଡ଼ିଶା ସମ୍ମିଳନୀ’ ଆୟୋଜନ କରାଯିବ। ନିବେଶ ପାଇଁ ସ୍ଵତନ୍ତ୍ର ପ୍ରୋତ୍ସାହନ ସହିତ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ଅପାର ସମ୍ଭାବନାର ରାଜ୍ୟ ଓଡ଼ିଶା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ଵରେ ‘ପୂର୍ବୋଦୟ ବିକାଶ’ର କେନ୍ଦ୍ରବିନ୍ଦୁ ସାଜିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ବିଶ୍ବରେ ରାସାୟନିକ ଉଦ୍ଯୋଗ କ୍ଷେତ୍ରରେ ଭାରତର ବିଶେଷ ଯୋଗଦାନ ରହିଛି। ନୂତନ ସମ୍ଭାବନାକୁ ପ୍ରୋତ୍ସାହନ, ବୈଦେଶିକ ରାସାୟନିକ ଉଦ୍ଯୋଗକୁ ନିବେଶ ସୁଯୋଗ ପ୍ରଦାନ ପାଇଁ ସରକାର ସମସ୍ତ ସହଯୋଗ ଯୋଗାଇଦେଉଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ଭାରତକୁ ବିଶ୍ଵର ରାସାୟନିକ ଉଦ୍ୟୋଗର କେନ୍ଦ୍ରବିନ୍ଦୁ କରିବା ନିମନ୍ତେ ଅନେକ ଯୁଗାନ୍ତକାରୀ ଯୋଜନା କାର୍ଯ୍ୟକାରୀ କରାଯାଉଛି।

ଦେଶର ଏକ ଅଗ୍ରଣୀ ରାଜ୍ୟ ଭାବେ ‘ପୂର୍ବୋଦୟ ବିକାଶ’ର ସ୍ଵପ୍ନକୁ ସାକାର କରିବା ନିମନ୍ତେ ଓଡ଼ିଶା ମଧ୍ୟ ନିଜର ଯୋଗଦାନକୁ ଆହୁରି ସଶକ୍ତ କରିଛି। ରାସାୟନିକ କ୍ଷେତ୍ରରେ ନୂତନ ଉଦ୍ଯୋଗ ସହିତ ନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିବା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହାକୁ ଆହୁରି ତ୍ୱରାନ୍ୱିତ କରିବା ନିମନ୍ତେ ‘ଉତ୍କର୍ଷ ଓଡ଼ିଶା ସମ୍ମିଳନୀ’ ଆୟୋଜନ କରିବାକୁ ଯାଉଛି। ନିବେଶକଙ୍କ ନିମନ୍ତେ ଓଡ଼ିଶାକୁ ଦେଶର ଏକ ପ୍ରମୁଖ ନିବେଶ ସ୍ଥଳରେ ପରିଣତ କରିବା ପାଇଁ ଆମେ ପ୍ରତିବଦ୍ଧ। ଯାହାକି ଆଗାମି ଦିନରେ ବିକଶିତ ଭାରତ ଏବଂ ବିକଶିତ ଓଡ଼ିଶା ନିର୍ମାଣରେ ପ୍ରମୁଖ ଭୂମିକା ନେବା ସହିତ ଭାରତର ଆର୍ଥିକ ପ୍ରଗତିରେ ନିଶ୍ଚୟ ସହାୟକ ହେବ।

Previous Post

ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କୁ ସବୁ ସୁବିଧା ମିଳିବ: ମୁଖ୍ୟମନ୍ତ୍ରୀ

Next Post

ଓଡ଼ିଶାରେ ଆଉ ୧ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ

FNN WEB

FNN WEB

Next Post
ଓଡ଼ିଶାରେ ଆଉ ୧ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ

ଓଡ଼ିଶାରେ ଆଉ ୧ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.