• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ଜିରୋ କାଜୁଆଲିଟି’ ଉପରେ ଗୁରୁତ୍ୱ, ମୁକାବିଲା ପାଇଁ ସରକାର ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
October 21, 2024
in ଓଡ଼ିଶା, ମୁଖ୍ୟ ଖବର
0
‘ଜିରୋ କାଜୁଆଲିଟି’ ଉପରେ ଗୁରୁତ୍ୱ, ମୁକାବିଲା ପାଇଁ ସରକାର ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ
0
SHARES
4
VIEWS

ଭୁବନେଶ୍ବର :ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ବାତ୍ୟାର ମୁକାବିଲା ପାଇଁ ସରକାରଙ୍କ ବିଭିନ୍ନ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିବା ସହ ‘ଜିରୋ କାଜୁଆଲିଟି’ଉପରେ ଗୁରୁତ୍ୱ ଦେଇଛନ୍ତି । ସମ୍ଭାବ୍ୟ ପ୍ରଭାବିତ ଅଂଚଳକୁ ଚିହ୍ନଟ କରି ସେଠାରେ ଥିବା ଶତପ୍ରତିଶତ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ସହରରୁ ସବୁ ଦୁର୍ବଳ ସାଇନବୋର୍ଡ ଓ ହୋର୍ଡିଂକୁ ଚିହ୍ନଟ କରି ହଟାଇବାକୁ ମୁଖ୍ୟମନ୍ତ୍ରୀ ତାଗିଦ୍ କରିଛନ୍ତି ।

ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବାତ୍ୟାର ମୁକାବିଲା ପାଇଁ ସରକାରଙ୍କ ବିଭିନ୍ନ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଅଗ୍ନିଶମ ବାହିନୀ, ଓଡ୍ରାଫ ଟିମ୍ ଓ ଏନଡିଆରଏଫ ଟିମ୍ ପ୍ରସ୍ତୁତ ରହିଛନ୍ତି । ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକରେ ଆବଶ୍ୟକ ପରିମାଣର ଖାଦ୍ୟପଦାର୍ଥ, ପିଇବା ପାଣି, ଅତ୍ୟାବଶ୍ୟକ ଔଷଧ, ଶିଶୁଖାଦ୍ୟ ତୁରନ୍ତ ମହଜୁଦ୍ କରି ଣଖିବା ସହ ପରିମଳ ବ୍ୟବସ୍ଥା ସୁଦୃଢ଼ ପାଇଁ କୁହାଯାଇଛି । ବାତ୍ୟାର ତୁରନ୍ତ ପରେ ବିଭିନ୍ନ ରାସ୍ତାଘାଟ ଉପରେ ଅବରୋଧ ଦୂର କରି ବିଦ୍ୟୁତ, ପାଣି ଓ ଟେଲି ଯୋଗାଯୋଗ ପରି ମୌଳିକ ସେବାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି ।

ଡାକ୍ତରଖାନା ଓ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନଗୁଡ଼ିକରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ସମୟରେ ଓ ପରେ ଅତ୍ୟାବଶ୍ୟକ ସାମଗ୍ରୀର ଯେପରି ଅହେତୁକ ଦରବୃଦ୍ଧି ନହେବ ସେଥିପାଇଁ କଳାବଜାରୀ ଉପରେ ନଜର ରଖିବାକୁ ତାଗିଦ୍ କରିଛନ୍ତି । ବିଭିନ୍ନ ଜିଳ୍ଲା ମଧ୍ୟରେ ସମନ୍ୱୟ ରଖି ପ୍ରଭାବିତ ହୋଇନଥିବା ଅଂଚଳରୁ ଯେପରି ପନିପରିବା ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଆସିପାରିବ ସେଥିପ୍ରତି ଧ୍ୟାନଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ବାତ୍ୟା ପରେ କ୍ଷୟକ୍ଷତିର ଆଗୁଆ ଆକଳନ କରି ‘କଣ୍ଟିଜେନ୍ସି ପ୍ଲାନ’କୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ କୃଷି ବିଭାଗକୁ ପରାମର୍ଶ ଦେଇଛନ୍ତି । ଆଗୁଆ ରବି ଚାଷ ପାଇଁ ସମସ୍ତ ପ୍ରକାରର ଇନପୁଟ ଓ ଅନ୍ୟାନ୍ୟ ସୁବିଧାସୁଯୋଗ ଚାଷୀଙ୍କୁ ପ୍ରଦାନ କରାଯିବା ଉଚିତ୍ ବୋଲି କହିଛନ୍ତି । ଏହାସହିତ ପ୍ରଭାବିତ ସ୍ଥାନକୁ ଚିହ୍ନଟ କରି ଗୋଖାଦ୍ୟ ଓ କୁକୁଡ଼ା ଖାଦ୍ୟ ମହଜୁଦ୍ କରି ରଖିବାକୁ ସେ କହିଥିଲେ ।

ବାତ୍ୟା ସମୟରେ କୌଣସି ପ୍ରକାରର ଗୁଜବ ଓ ମିଥ୍ୟା ସୂଚନାକୁ ରୋକିବା ପାଇଁ ଏସଆରସିଙ୍କ ପକ୍ଷରୁ ନିୟମିତ ଭାବେ ଗଣମାଧ୍ୟମରେ ସୂଚନା ଦେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏସଆରସି, ଓସଡମା, ସୂଚନା ଓ ଲୋକସମ୍ପର୍କ ବିଭାଗ, କୃଷି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗ, ଗୃହ ବିଭାଗର ସୋସିଆଲ ମିଡିଆ ଆକାଉଣ୍ଟରେ ନିୟମିତ ଭାବେ ଅଧିକୃତ ସୂଚନା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି । ଆଜିର ଏହି ସମୀକ୍ଷା ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମେତ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ଏସଆରସି, ଅଗ୍ନିଶମ ଡିଜିଙ୍କ ସମେତ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ । ଜିଲ୍ଲାପାଳମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକରେ ଯୋଗ ଦେଇଥିଲେ ।

Previous Post

ପ୍ରସ୍ତୁତ ରହିବାକୁ ପୌରସଂସ୍ଥାକୁ ନିର୍ଦ୍ଦେଶ

Next Post

ସ୍ପଷ୍ଟ ହେଲା ଭୀଷଣ ବାତ୍ୟା: ଓଡ଼ିଶା ଉପକୂଳରେ ମାଡ଼ ହେବ

FNN WEB

FNN WEB

Next Post
ସ୍ପଷ୍ଟ ହେଲା ଭୀଷଣ ବାତ୍ୟା: ଓଡ଼ିଶା ଉପକୂଳରେ ମାଡ଼ ହେବ

ସ୍ପଷ୍ଟ ହେଲା ଭୀଷଣ ବାତ୍ୟା: ଓଡ଼ିଶା ଉପକୂଳରେ ମାଡ଼ ହେବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.