• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାତ୍ୟା ଆଶ୍ରୟସ୍ଥଳରେ ଲୋକଙ୍କୁ ନିୟମିତ ରନ୍ଧା ଖାଦ୍ୟଦେବାକୁ ନିର୍ଦ୍ଦେଶ

FNN WEB by FNN WEB
October 24, 2024
in ଓଡ଼ିଶା, ମୁଖ୍ୟ ଖବର
0
ବାତ୍ୟା ଆଶ୍ରୟସ୍ଥଳରେ ଲୋକଙ୍କୁ ନିୟମିତ ରନ୍ଧା ଖାଦ୍ୟଦେବାକୁ ନିର୍ଦ୍ଦେଶ
0
SHARES
14
VIEWS

ଓଡ଼ିଶାର ବାତ୍ୟା ପରିସ୍ଥିତି ଉପରେ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ
ମୁକାବିଲା ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦେବାକୁ କେନ୍ଦ୍ର ସରକାର ପ୍ରସ୍ତୁତ
ସମୁଦାୟ ୩, ୬୨, ୦୦୦ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ବାତ୍ୟା ଦାନା ଦ୍ବାରା କ୍ଷତିଗ୍ରସ୍ତ ହେବାକୁ ଥିବା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାପାଳଙ୍କ ସହିତ ବାତ୍ୟା ମୁକାବିଲା ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ଆଲୋଚନା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୧୧ଟି ଜିଲ୍ଳାର ୩୮ଟି ବ୍ଲକର ୧୬୫୩ଟି ଗ୍ରାମ , ୯ଟି ପୌରାଞ୍ଚଳ ଓ ୨୬ଟି ୱାର୍ଡ ଏହି ବାତ୍ୟା ଦ୍ବାରା ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏହି ସବୁ ଅଞ୍ଚଳରେ ଥିବା ତଳିଆ ଓ ବିପଦଶଙ୍କୁଳ ଅଞ୍ଚଳରୁ ସମୁଦାୟ ୩,୬୨,୦୦୦ ଲୋକଙ୍କୁ ସ୍ଥାନାନ୍ତରିତ କରିବାର ଲକ୍ଷ୍ୟ ରହିଛି। ଆଜି ଦିନ ୧୧ଟା ସୁଦ୍ଧା ୩ଲକ୍ଷ ରୁ ଉର୍ଦ୍ଧ୍ବ ଲୋକଙ୍କୁ ସୁରକ୍ଷିତ ଭାବେ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଉ କିଛି ଘଣ୍ଟା ମଧ୍ୟରେ ସ୍ଥାନାନ୍ତର ପ୍ରକ୍ରିୟାରେ ଶତ ପ୍ରତିଶତ ସଫଳତା ହାସଲ ହେବ ବୋଲି ସେ କହିଥିଲେ। ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ୨୩୩୮ ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ଭାବେ ଡାକ୍ତରଖାନା ଓ ମା’ ଗୃହକୁ ସ୍ଥାନାନ୍ତର କରାଯାଇଛି ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ, ଗତକାଲି ସନ୍ଧ୍ୟାରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ବାତ୍ୟା ପ୍ରସ୍ତୁତିର ସମୀକ୍ଷା ଅବସରରେ ସ୍ଥାନାନ୍ତରଣ କରିବା ପକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସଂପ୍ରତି ଏହି ସବୁ ଜିଲ୍ଲା ଗୁଡିକରେ ୮୪୨ଟି ସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ଓ ୬୪୪୩ଟି ଅସ୍ଥାୟୀ ଆଶ୍ରୟସ୍ଥଳୀକୁ ମିଶାଇ ସମୁଦାୟ ୭୨୮୫ଟି ଆଶ୍ରୟସ୍ଥଳୀ କାର୍ଯ୍ୟକ୍ଷମ ଅଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ମଧ୍ୟ ଓଡିଶାର ବାତ୍ୟା ପରିସ୍ଥିତି ଉପରେ ନଜର ରଖିଛନ୍ତି । ବାତ୍ୟା ମୁକାବିଲା ପାଇଁ ଆବଶ୍ୟକୀୟ ସମସ୍ତ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବାକୁ ସେ କହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ଷତିଗ୍ରସ୍ତ ସମ୍ଭାବନେ ଥିବା ୧୧ଟି ଜିଲ୍ଲାକୁ ଅଭିଜ୍ଞତା ସଂପନ୍ନ ବରିଷ୍ଠ ଆଇଏସ ଅଧିକାରୀଙ୍କୁ ପଠା ଯାଇଛି। ସେମାନେ ପଞ୍ଚାୟତ ଓ ଗାଁ ସ୍ତର ପର୍ଯ୍ୟନ୍ତ ଯାଇ ସ୍ଥାନାନ୍ତର କାର୍ଯ୍ୟକୁ ତ୍ୱରାନ୍ୱିତ କରୁଛନ୍ତି। ରାଜ୍ୟ ମନ୍ତ୍ରୀ ମଣ୍ଡଳର ୯ ଜଣ ମନ୍ତ୍ରୀ ମଧ୍ୟ ପ୍ରଭାବିତ ଜିଲ୍ଳା ଗୁଡିକରେ ଉପସ୍ଥିତ ରହି ଏହି କାର୍ଯ୍ୟକୁ ତଦାରଖ କରି ସରକାରଙ୍କୁ ତଥ୍ୟ ପ୍ରଦାନ କରୁଛନ୍ତି। ଅଶ୍ରୟସ୍ଥଳରେ ଥିବା ଲୋକଙ୍କୁ ନିୟମିତ ଭାବେ ରନ୍ଧାଖାଦ୍ୟ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ପୋଲିସ ମୁତୟନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।

ଆଜି ଜିଲ୍ଲାପାଳ ମାନଙ୍କ ସହିତ ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶତ ପ୍ରତିଶତ ସ୍ଥାନାନ୍ତରଣ, ଜିରୋ କାଜୁଆଲ୍‌ଟି, ଡାକ୍ତରଖାନା ଗୁଡ଼ିକରେ ନିରବଛିନ୍ନ ବିଦ୍ୟୁତ୍ ସେବା, ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର କିରୋସିନ, ପେଟ୍ରୋଲ, ଡିଜେଲ ମହଜୁଦ ରଖିବା, ଆଶ୍ରୟସ୍ଥଳୀ ଗୁଡ଼ିକୁ ରନ୍ଧା ଖାଦ୍ୟ ଯୋଗାଣ ସହିତ ଶୌଚାଳୟକୁ ସଫା ସୁତାର ରଖିବା ଉପରେ ଗୁରୁତ୍ଵ ଦେବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବାତ୍ୟା କ୍ଷତିଗ୍ରସ୍ତ ବିଦ୍ୟୁତ୍ ଖୁଣ୍ଟ ଓ ଟ୍ରାନସଫର୍ମର ଗୁଡ଼ିକର ତୁରନ୍ତ ମରାମତି କରି ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପୁନଃକ୍ଷମ (Restore) କରିବା ପାଇଁ ଅତିରିକ୍ତ ଟିମ୍ ମହଜୁଦ ରଖିବାକୁ ଜିଲ୍ଲାପାଳ ମାନଙ୍କୁ ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ସବୁ ଜିଲ୍ଲାଗୁଡିକରେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ନିମନ୍ତେ NDRFର ୧୯ଟି ଟିମ୍ ଓ ODRAF ର ୫୧ଟି ଟିମ୍ ଏବଂ ଅଗ୍ନିଶମ ବାହିନୀର ୨୨୦ଟି ଟିମ୍ ମୁତୟନ ଅଛନ୍ତି । ଏଥି ସହିତ ୧୫୭ ପ୍ଲାଟୁନ ପୋଲିସ ଫୋର୍ସ ମଧ୍ୟ ନିୟୋଜିତ ଅଛନ୍ତି। ପ୍ରଭାବିତ ଅଞ୍ଚଳରେ ମନୁଷ୍ୟ ଓ ଗୃହପାଳିତ ପଶୁ ମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୯୨ଟି ଡାକ୍ତରୀ ଟିମ୍ ଓ ୫୮ଟି ପ୍ରାଣୀ ସମ୍ପଦ ଚିକିତ୍ସା ଟିମ୍ ମୁତୟନ ଅଛନ୍ତି। ଗୃହପାଳିତ ପଶୁମାନଙ୍କୁ ବାନ୍ଧି ନରଖି ଖୋଲା ରଖିବା ପାଈଁ ଲୋକମାନଙ୍କୁ ପରାମର୍ଶ ଦେବାପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ କହିଥିଲେ। ଗୃହପାଳିତ ପଶୁ ମାନଙ୍କ ପାଇଁ ପର୍ଯ୍ୟାପ୍ତ ପରିମାଣର ପଶୁ ଖାଦ୍ୟ ଯୋଗାଇଦେବା ପାଇଁ ସେ କହିଥିଲେ।

ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଡିକେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ ବି ଖୁରାନୀଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବମାନେ ଉପସ୍ଥିତ ଥିଲେ। ବାତ୍ୟା ସମ୍ଭାବନା ଥିବା ଜିଲ୍ଲାର ଜିଲ୍ଲାପାଳମାନେ ଆଭାସୀ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତିର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ।

Previous Post

ଧାମରାରେ ବାତ୍ୟା “ଦାନା” ପ୍ରକୋପ, ବର୍ଷା ବଢୁଛି

Next Post

ବାତ୍ୟା ପ୍ରସ୍ତୁତି ବ୍ୟବସ୍ଥା ନେଇ ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

FNN WEB

FNN WEB

Next Post
ବାତ୍ୟା ପ୍ରସ୍ତୁତି ବ୍ୟବସ୍ଥା ନେଇ ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ବାତ୍ୟା ପ୍ରସ୍ତୁତି ବ୍ୟବସ୍ଥା ନେଇ ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.