• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪

FNN WEB by FNN WEB
October 29, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪
0
SHARES
4
VIEWS

ବିପର୍ଯ୍ୟୟ ମୁକାବିଲା କରିବା ପାଇଁ ସକ୍ଷମ ଓଡିଶା ସରକାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରାକୃତିକ ବିପର୍ଯ୍ୟୟ ଆଜି ଆମ ସହଚର ପାଲଟିଛି। ଆମ ପାଖରେ ବିପର୍ଯ୍ୟୟ ମୁକାବିଲା କରିବା ପାଇଁ ଅତ୍ୟାଧୁନିକ ଉପକରଣ ସବୁ ରହିଛି। ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪ ଅବସରରେ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଥମେ ୧୯୯୯ ମହାବାତ୍ୟା ଏବଂ ଅନ୍ୟାନ୍ୟ ବିପର୍ଯ୍ୟୟ ଯୋଗୁ ଯେଉଁ ସବୁ ମୂଲ୍ୟବାନ ଜୀବନହାନୀ ହୋଇଛି, ସେମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ, ଗତ ସପ୍ତାହରେ ଆମ ରାଜ୍ୟ ବାତ୍ୟା ‘ଦାନା’ର ସମ୍ମୁଖୀନ ହୋଇଥିଲା। ଏହି ବାତ୍ୟାରେ ୧୧ଟି ଜିଲ୍ଲାର ୬୦୦୦ରୁ ଅଧିକ ଗାଁ ଓ ସହରାଞ୍ଚଳ ପ୍ରଭାବିତ ହୋଇଥିଲା। ସୁଦୃଢ ପ୍ରାକପ୍ରସ୍ତୁତି ଏବଂ ଟିମ୍‌ ୱାର୍କ ଯୋଗୁ ଆମେ ପ୍ରାୟ ୮ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଥିଲୁ। ନିର୍ଭୁଲ ପ୍ରାକ ସତର୍କ ସୂଚନା ଏବଂ ବୈଷୟିକ ଜ୍ଞାନର ବ୍ୟବହାର ଦ୍ୱାରା ବିପର୍ଯ୍ୟୟ ପ୍ରବଣ ସ୍ଥାନମାନଙ୍କରେ Response Team ନିୟୋଜନକୁ ତ୍ୱରାନ୍ୱିତ କରାଯାଇଥିଲା। NDRF, ODRAF, Fire, Forest ଏବଂ Policeର ମୋଟ ୩୮୮ Response Team ନିୟୋଜିତ ହୋଇଥିଲେ। ଆମର ଲକ୍ଷ୍ୟ ଥିଲା ‘ଶୂନ୍ୟ ଜୀବନହାନୀ’। ଏହି ବାତ୍ୟାରେ ଆମେ ଆମର ଲକ୍ଷ୍ୟ ହାସଲ କରିଛୁ। ବିଗତ ୨୫ ବର୍ଷରେ ଓଡିଶା ବହୁ ବାତ୍ୟାର ସମ୍ମୁଖୀନ ହୋଇଛି। ପ୍ରାକୃତିକ ବିପର୍ଯ୍ୟୟକୁ ଆମେ ବନ୍ଦ କରିପାରିବା ନାହିଁ। ଆମେ କ୍ଷୟକ୍ଷତିକୁ କମେଇ ପାରିବା ଓ ନିଜକୁ ସୁରକ୍ଷିତ ରଖିପାରିବା ବୋଲି ସେ କହିଥିଲେ।

ସେ ପୁଣି କହିଥିଲେ ଏସବୁ ପ୍ରାକୃତିକ ବିପର୍ଯ୍ୟୟରୁ ଆମକୁ ବହୁତ ଶିକ୍ଷା ମିଳିଛି। ନୂଆ କାମ କରିବା ପାଇଁ ନୂଆ ଚିନ୍ତାଧାରା ମିଳିଛି। ଆଗକୁ ପ୍ରତି ଗାଁରେ ଗୋଟେ ଲେଖାଏଁ Response Team ଗଠନ କରାଯିବ। ରାଜ୍ୟରେ ଥିବା ୮୪୪ଟି ବାତ୍ୟା / ବନ୍ୟା ଆଶ୍ରୟସ୍ଥଳୀର ଢାଞ୍ଚାକୁ ପରିବର୍ତ୍ତନ କରାଯିବ। ଏହାକୁ ସ୍କୁଲ ତଥା ଆଶ୍ରୟସ୍ଥଳୀରେ ପରିଣତ କରାଯିବ। ରାଜ୍ୟରେ ଗୋଟିଏ ଅତ୍ୟାଧୁନିକ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ନିର୍ମାଣ ହେବ। ରାଜ୍ୟର ସମୁଦ୍ରତଟବର୍ତ୍ତୀ ୪୮୦ କିଲୋମିଟର ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ହେନ୍ତାଳବନ ସୃଷ୍ଟି କରାଯିବ। ରାଜ୍ୟରେ ଥିବା ୨୦ଟି ODRAF Team କୁ ବୃଦ୍ଧି କରାଯାଇ ୩୦ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ OSDMA ର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, ଶ୍ରୀ ସୁରେଶ ପୂଜାରୀ କହିଥିଲେ ଯେ, ୧୯୯୯ ମହାବାତ୍ୟାର ଆଜି ୨୫ ବର୍ଷ ପୁରିଲା। ୧୯୯୯ ବାତ୍ୟାର କ୍ରୁରତା ଦେଖିଲା ପରେ ଆମ ଆଖି ଫିଟିଲା। ପୂର୍ବରୁ ସରକାର ନିଜର ପ୍ରଶାସନିକ ଦକ୍ଷତା, ଅନୁଭୂତି ଓ ଅନୁଭବ ବଳରେ ବିପର୍ଯ୍ୟୟକୁ ମୁକାବିଲା କରୁଥିଲେ। ଆଜି କେବଳ ସରକାର ନୁହେଁ, ପରିସ୍ଥିତିର ମୁକାବିଲା କରିବା ପାଇଁ ଜନସାଧାରଣ, ସାମାଜିକ କର୍ମୀ ଓ ବିଭିନ୍ନ ସଂଗଠନ ଆଗେଇ ଆସୁଛନ୍ତି। ଶ୍ରୀ ପୂଜାରୀ ସମସ୍ତଙ୍କୁ ଆହ୍ୱାନ ଦେଇ କହିଥିଲେ ଯେ ଆସନ୍ତୁ ସମାଜକୁ ଶକ୍ତିଶାଳୀ କରିବା, ବ୍ୟବସ୍ଥାକୁ ମଜବୁତ କରିବା, ଯେତେ ଶକ୍ତିଶାଳୀ ବିପର୍ଯ୍ୟୟ ଆସୁ ତାକୁ ପରାସ୍ତ କରିବା।

ଅନ୍ୟତମ ଅତିଥି ଭାବେ, ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ବାତ୍ୟା ‘ଦାନା’ର ସଫଳ ମୁକାବିଲା ପାଇଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ କହିଥିଲେ ଯେ ଆଜି ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡିଶା କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱ ପାଇଁ ଦୃଷ୍ଟାନ୍ତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାତ୍ୟା ‘ଦାନା’ର ସଫଳ ମୁକାବିଲାରେ ଉଲ୍ଲେଖନୀୟ ଭୂମିକା ନେଇଥିବା ବିଭିନ୍ନ ବର୍ଗର ୧୪୨ ଜଣଙ୍କୁ ମାନପତ୍ର ଓ ଆର୍ଥିକ ରାଶି ଦେଇ ପୁରସ୍କୃତ କରିଥିଲେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆୟୋଜିତ ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନା ସମ୍ପର୍କିତ ଏକ ପ୍ରଦର୍ଶନୀ ଉଦ୍‌ଘାଟନ କରିଥିଲେ।

ଏହି ଅବସରରେ ବିପର୍ଯ୍ୟୟ ପରିଚାଳନାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଦୁଇଟି ସଂସ୍ଥା ସହିତ ବୁଝାମଣା ପତ୍ର ସ୍ବାକ୍ଷର କରିଥିଲେ। ଓଡ଼ିଶାର ୧୦ ଟି ସହରରେ heatwave management ପାଇଁ Council for Energy Environment and Water ସହିତ ରାଜିନାମା ହୋଇଥିଲା। ଅନଲାଇନ ବିପର୍ଯ୍ୟୟ ପରିଚାଳନା ସଚେତନତା ପାଇଁ ଜାତିସଂଘ ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମ ସହିତ ରାଜିନାମା ସ୍ବାକ୍ଷରିତ ହୋଇଥିଲା। କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂହ ସ୍ୱାଗତ ଭାଷଣ ଦେଇଥିଲେ ଏବଂ OSDMA ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. କମଳ ଲୋଚନ ମିଶ୍ର ଧନ୍ୟବାଦ ଦେଇଥିଲେ।

Previous Post

ଲିଙ୍ଗରାଜ ମନ୍ଦିରରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ ଘଟଣା, ସମ୍ପୃକ୍ତ ସେବାୟତଙ୍କୁ ଜାରିହେବ କାରଣ ଦର୍ଶାଅ ନୋଟିସ…

Next Post

ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.