• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ୟୁକେସ୍ଥିତ ଭାରତୀୟ ହାଇ-କମିଶନରଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ

FNN WEB by FNN WEB
November 5, 2024
in ଓଡ଼ିଶା, ମୁଖ୍ୟ ଖବର
0
ୟୁକେସ୍ଥିତ ଭାରତୀୟ ହାଇ-କମିଶନରଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ
0
SHARES
4
VIEWS

ଓଡ଼ିଶାର ପର୍ଯ୍ୟଟନକୁ ବିଶ୍ୱବ୍ୟାପୀ କରିବା ଦିଗରେ ଆଲୋଚନା
କେଣ୍ଟରେ ଚିଲିକା ରେସ୍ତୋରାଁକୁ କଲେ ଉଦ୍‌ଘାଟନ

ଭୁବନେଶ୍ୱର: ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରକୁ ଅଧିକ ବିକଶିତ କରିବା ଦିଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ୟୁନାଇଟେଡ୍‌ କିଙ୍ଗଡ଼ମ୍‌ ଗସ୍ତ କରିଛନ୍ତି । ଏହି କ୍ରମରେ ୟୁନାଇଟେଡ୍‌ କିଙ୍ଗଡମ୍‌ରେ ଅବସ୍ଥିତ ଭାରତୀୟ ହାଇ-କମିଶନର ଶ୍ରୀ ବିକ୍ରମ ଦୋରାଇସ୍ୱାମୀଙ୍କୁ ସାକ୍ଷାତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା । ଏଥି ସହିତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲବନ୍ତ ସିଂ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ସମର୍ଥ ବର୍ମା, ମୁଖ୍ୟମନ୍ତ୍ରୀ କାର୍ଯ୍ୟଳୟ, ଅତିରିକ୍ତ ଶାସନ ସଚିବ, ଶ୍ରୀ ଅନୁପମ ସାହା ପ୍ରମୁଖ ବରିଷ୍ଠ ଅଧିକାରୀ ଏହି ସାକ୍ଷାତକାରରେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ୟୁନାଇଟେଡ୍‌ କିଙ୍ଗଡମ୍‌ ଏବଂ ୟୁରୋପିଆନ ପରିଦର୍ଶକଙ୍କ ମଧ୍ୟରେ ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଐତିହ୍ୟ, କଳା ଓ ସୌନ୍ଦର୍ଯ୍ୟକୁ ପ୍ରୋତ୍ସାହିତ କରିବା ଦିଗରେ ଆଲୋଚନା କରାଯାଇଥିଲା । ଏହି ଅବସରରେ ହାଇ-କମିଶନର ଶ୍ରୀ ଦୋରାଇସ୍ୱାମୀ ଟୁର୍‌ ଅପରେଟର୍‌ ଏବଂ ଡେଷ୍ଟିନେସନ୍‌ ମ୍ୟାନେଜମେଣ୍ଟ କମ୍ପାନୀ (DMCs)ର ସହଭାଗିତା, ସହଯୋଗରେ ଓଡ଼ିଶାର ପର୍ଯ୍ୟଟନକୁ ଲୋକାଭିମୁଖୀ କରିବା ପାଇଁ ପ୍ରସ୍ତାବ ଦେଇଥିଲେ ।

ଏଥିସହିତ ଉପମୁଖ୍ୟମନ୍ତ୍ରୀ ଓଡ଼ିଶାର ପର୍ଯ୍ୟଟନ ନୀତି ସମ୍ପର୍କରେ ଆଲୋକପାତ କରିଥିଲେ, ଯାହା ନିବେଶକଙ୍କୁ ଅଧିକରୁ ଅଧିକ ଆକୃଷ୍ଟ କରିଆସିଛି । ବିଶେଷ କରି ଇକୋ ଟୁରିଜିମ୍‌, ଐତିହ୍ୟ ପର୍ଯ୍ୟଟନ, ସ୍ୱଚ୍ଛତା କ୍ଷେତ୍ରକୁ ସେ ପ୍ରାଧାନ୍ୟ ଦେଇଥିଲେ । ସେ ଓଡ଼ିଶାର ଅନନ୍ୟ ସମ୍ପଦ ଯଥା ବିସ୍ତୀର୍ଣ୍ଣ ବେଳାଭୂମି, ଘଞ୍ଚ ଅରଣ୍ୟ, ଅଭୟାରଣ୍ୟ, ମନ୍ଦିର, ସମୃଦ୍ଧ ହସ୍ତଶିଳ୍ପ ଓ କଳା ଉପରେ ଆଲୋକପାତ କରିଥିଲେ । ଅନ୍ୟପକ୍ଷେ, ଏସିଆର ସର୍ବବୃହତ ଖାରିଜଳ ହ୍ରଦ ଚିଲିକାରୁ ଅନୁପ୍ରାଣିତ ହୋଇ ୟୁନାଇଟେଡ୍‌ କିଙ୍ଗଡମ୍‌ ସ୍ଥିତ କେଣ୍ଟ ଠାରେ ‘ଚିଲିକା’ ନାମକ ଏକ ରେସ୍ତୋରାଁକୁ ଉଦ୍‌ଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା । ଉକ୍ତ ରେସ୍ତୋରାଁରେ ଭାରତୀୟ ଖାଦ୍ୟ ସହିତ ଓଡ଼ିଶାର ସମୃଦ୍ଧ ଖାଦ୍ୟପେୟ ମଧ୍ୟ ସ୍ଥାନ ପାଇଛି । ବେକ୍ସଲେର ମେୟରଙ୍କ ସମେତ କାଉନସିଲର ପ୍ରମୁଖ ଏବଂ ଓଡ଼ିଶା ସୋସାଇଟି ଅଫ୍‌ ୟୁକେର କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କ ଗହଣରେ ଯୋଗଦେଇ ଓଡ଼ିଶାର ସଂସ୍କୃତିର ସନ୍ଦେଶ ପ୍ରଦାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ।

ସୂଚନାଯୋଗ୍ୟ, ଓଡ଼ିଶାର ସ୍ୱତନ୍ତ୍ର ସଂସ୍କୃତିକୁ ବିଶ୍ୱ ଦରବାରରେ ପରିଚୟ ଦେବା ପାଇଁ ୱାର୍ଲï ଟ୍ରାଭେଲ୍‌ ମାର୍କେଟ (WTM) ଲଣ୍ଡନ- ୨୦୨୪ ରେ ଅଂଶଗ୍ରହଣ କରିଛି ଓଡ଼ିଶା ପର୍ଯ୍ୟଟନ । ଏହି କାର୍ଯ୍ୟକ୍ରମ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ପ୍ରଚାରପ୍ରସାର କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଏହା ଓଡ଼ିଶା ଏବଂ ୟୁନାଇଟେଡ୍‌ କିଙ୍ଗଡମ୍‌ ମଧ୍ୟରେ ସାଂସ୍କୃତିକ ବିନିମୟ ଓ ବିନିଯୋଗରେ ସୁଯୋଗ ସୃଷ୍ଟି କରିବ ବୋଲି ଆଶା ।

Previous Post

ପର୍ବତକୁ ଢେଲା ମାରିଲା ଭଳି କହୁଛନ୍ତି ବିଜେପି ନେତା: ବିଜେଡ଼ି

Next Post

ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.