• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ

FNN WEB by FNN WEB
November 7, 2024
in ଓଡ଼ିଶା, ମୁଖ୍ୟ ଖବର
0
ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ
0
SHARES
1
VIEWS

ସମ୍ବଲପୁର: ସାଧାରଣ ନିର୍ବାଚନ-୨୦୨୪କୁ ୬ ମାସ ପୂରଣ ହୋଇନାହିଁ। ରାଜ୍ୟରେ ଆଗାମୀ ୨ ବର୍ଷ ଭିତରେ କୌଣସି ବଡ଼ଧରଣର ନିର୍ବାଚନ ହେବାର ନାହିଁ। କିନ୍ତୁ ନେତା ଓ କର୍ମୀମାନେ ଦଳ ଛାଡ଼ିବା ଜାରି ରଖିଛନ୍ତି। ବିଶେଷ ଭାବେ ରାଜ୍ୟରେ ଦୀର୍ଘ ୨୪ ବର୍ଷ ଧରି ଶାସନ କ୍ଷମତାକୁ ଅକ୍ତିଆର କରିଥିବା ବିଜୁ ଜନତା ଦଳ (ବିଜେଡି)ରୁ ନେତା ଓ କର୍ମୀମାନେ ମୁହଁ ଫେରାଉଛନ୍ତି। ବିଜେଡି ନେତା ଓ କର୍ମୀ ଦଳରେ ଆଉ ସନ୍ତୁଷ୍ଟ ନାହାନ୍ତି। ହାତରୁ କ୍ଷମତା ଚାଲିଗଲା ପରେ ଅନେକ ନେତା ଓ କର୍ମୀ ଆଗାମୀ ୫ ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରୁବାକୁ ଆଗ୍ରହୀ ହେଉ ନାହାନ୍ତି। ପୂର୍ବତନ ବିଧାୟିକା ସୁନନ୍ଦା ଦାସ ବୁଧବାର ଭାରତୀୟ ଜନତା ପାର୍ଟି(ବିଜେପି)ରେ ସାମିଲ ହେବାର ୨୪ ଘଣ୍ଟା ନପୁରୁଣୁ ଆଜି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧୀନ ୧୮ ଜଣ ସରପଞ୍ଚ ଓ ନାଏବ ସରପଞ୍ଚ ବିଜେଡି ଛାଡ଼ିଛନ୍ତି। ରାଜନୈତିକ ମହଲରେ ଏହା ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପାଇଁ ଏହା ଶକ୍ତ ଧକ୍କା ବୋଲି ଚର୍ଚ୍ଚା କରୁଛନ୍ତି।

ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ୧୮ ଜଣ ସରପଞ୍ଚ ଓ ନାଏବ ସରପଞ୍ଚ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ତଥା ସମ୍ୱଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସରପଞ୍ଚ ଓ ନାଏବ ସରପଞ୍ଚମାନେ ନିଜ ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି। ସମ୍ୱଲପୁର ଜିଲ୍ଲାର ରେଢ଼ାଖୋଲକୁ ବିଜେଡି ଗଡ଼ କୁହାଯାଇଥାଏ। ଏଠାରେ ୨୦୦୦ ମସିହାରୁ ବିଜେଡି ଲଗାତାର ଜିତି ଆସୁଛି। ରୋହିତ ପୂଜାରୀ ଏଠାରେ ଦୁଇ ଥର ନିର୍ବାଚନ ଜିତି ମନ୍ତ୍ରୀ ମଧ୍ୟ ହୋଇଥିଲେ। ଏଥର ଦଳ ରୋହିତଙ୍କ ବଦଳରେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିଲା। ଲୋକମାନେ ପ୍ରସନ୍ନଙ୍କୁ ମଧ୍ୟ ଭରପୂର ସମର୍ଥନ ଦେଇଥିଲେ। ଶ୍ରୀ ଆଚାର୍ଯ୍ୟଙ୍କୁ ବିଜୟୀ କରାଇ ବିଧାନସଭାକୁ ପଠାଇଥିଲେ।

ମିଶ୍ରଣ ପର୍ବ ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ସମ୍ବଲପୁର ଠାରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେଇ ରେଢାଖୋଲ ନିର୍ବାଚନମଣ୍ଡଳୀର ବିଭିନ୍ନ ଗ୍ରାମ ପଞ୍ଚାୟତର ସରପଞ୍ଚ, ଜନପ୍ରତିନିଧି ଓ ସ୍ଥାନୀୟ ନେତୃତ୍ୱଙ୍କୁ ଦଳରେ ସ୍ୱାଗତ କଲି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଢ଼ ନେତୃତ୍ୱ ଏବଂ ରାଜ୍ୟରେ ବିଜେପି ସରକାରର କାର୍ଯ୍ୟରେ ଆସ୍ଥାପ୍ରକଟ କରି ଦଳରେ ଯୋଗ ଦେଇଥିବାରୁ ନବାଗତ କର୍ମୀମାନଙ୍କୁ ଧନ୍ୟବାଦ ଜଣାଉଛି। ଏହି ଯୋଗଦାନ ତୃଣମୂଳ ସ୍ତରରେ ଆମର ସଂଗଠନକୁ ଅଧିକ ମଜଭୂତ୍ କରିବ।

ଶ୍ରୀ ପ୍ରଧାନ କହିଛନ୍ତି ଯେ, କ୍ଷମତାକୁ ଉପଭୋଗ କରିବା ନୁହେଁ ବରଂ ଲୋକଙ୍କ ସେବା କରିବା ଆମର ଧର୍ମ। ଆମେ କାର୍ଯ୍ୟକର୍ତ୍ତାମାନେ ସେବାକୁ ପ୍ରାଥମିକତାରେ ରଖି କାମ କରିବା। କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଲାଭ କିଭଳି ଲୋକଙ୍କ ପାଖରେ ପହଞ୍ଚିବ, ତାହାର ଦାୟିତ୍ୱ ନେବା। ସମ୍ବଲପୁର ସହରକୁ ସ୍ୱଚ୍ଛ ଓ ସୁନ୍ଦର ସହର ଭାବେ ଗଢି ତୋଳିବା ପାଇଁ ନିଜ ସ୍ତରରେ କର୍ତ୍ତବ୍ୟ ପାଳନ କରିବା।

Previous Post

ସମ୍ବଲପୁରରେ ବୃହତ୍ତର ପାନୀୟ ଜଳ ଯୋଜନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି

Next Post

ଓଡିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ରଦ୍ଦ କରାଯିବ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଓଡିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ରଦ୍ଦ କରାଯିବ: ମୁଖ୍ୟମନ୍ତ୍ରୀ

ଓଡିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ରଦ୍ଦ କରାଯିବ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.