ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
ଭୁବନେଶ୍ୱର: ଆଜି ପ୍ରଦାନ କରାଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର । ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର, ଜୟୀରାମ ସାମଲଙ୍କୁ ଦିଆଗଲା ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’। ଶ୍ରେଷ୍ଠ ଫିଲ୍ମ ଭାବେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍ଚିନି ଏବଂ ୨୦୨୨ ବର୍ଷ ପାଇଁ ଦମନ ପୁରସ୍କୃତ ହୋଇଛି। ଆଜିର ପୁରସ୍କାର ବିତରଣ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ ରାଜ୍ୟପାଳ ରଘୁବର ଦାସ। ଏଥିସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଏଥିରେ ଯୋଗଦେଇଥିଲେ। ୨୦୨୦ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ଚଳଚ୍ଚିତ୍ର ‘ରଘୁ ସର୍ଦ୍ଦାର’ ପାଇଁ ଦେବାଶିଷ ପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ କାବ୍ୟା କିରଣ ଶୁକ୍ଳା ପୁରସ୍କୃତ ହୋଇଛନ୍ତି।
ଠିକ୍ ସେହିପରି ଓଡ଼ିଆ ସିନେମା ଜଗତର ବର୍ଷୀୟାନ କଳାକାର ଜୟୀରାମ ସାମଲଙ୍କୁ ସମ୍ମାନିତ କରାଯାଇଛି। ଓଡ଼ିଆ ସିନେମାର ସର୍ବଶ୍ରେଷ୍ଠ ହାସ୍ୟ ଅଭିନେତା ଜୟୀରାମ ସାମଲଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ପୁରସ୍କୃତ କରାଯାଇଛି । ଠିକ୍ ସେହିପରି ୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି। ୨୦୨୨ ବର୍ଷ ପାଇଁ ଚଳଚ୍ଚିତ୍ର ‘ଦମନ’ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ବାବୁଶାନ୍ ମହାନ୍ତି ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ଲୋପାମୁଦ୍ରା ମିଶ୍ରଙ୍କୁ ‘ବୋଉର ହାତ ବାକ୍ସ’ ପାଇଁ ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ଗ୍ରହଣ ଅବସରରେ ଶୁଣିବାକୁ ମିଳିଥିଲା ହାସ୍ୟ ସମ୍ରାଟ୍ କୁହାଯାଉଥିବା ଜୟୀଙ୍କ ସିଗ୍ନେଚର ଡାଇଲଗ୍ ଓ ଚିରପରିଚିତ ହସ।
କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡ଼ା ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉପସ୍ଥିତ ରହି ଓଡ଼ିଆ ସିନେମାର ମହାନ କଳାକାରମାନଙ୍କୁ ସମ୍ମାନିତ କରିଛନ୍ତି । ୨୦୨୦, ୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ୨୦୨୦ ମସିହାର ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଏବଂ ଡାଲଚିନିକୁ ଶ୍ରେଷ୍ଠ ପୁରସ୍କାର ଭାବରେ ପୁରସ୍କାର ପ୍ରଦାନ କରାଯାଇଛି । ସେହିପରି ୨୦୨୨ ମସିହାରେ ଦମନ ଶ୍ରେଷ୍ଠ ପୁରସ୍କାର ସମ୍ମାନରେ ପୁରସ୍କୃତ ହୋଇଛି । ୩ ଗୋଟି ବର୍ଗରେ ୨୦୨୦, ୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ପୁରସ୍କାର କରାଯାଇଛି । ୨୦୨୧ ପାଇଁ ସୁଧାଂଶୁ ଭୁଷଣ ମହାନ୍ତିଙ୍କୁ ଶ୍ରେଷ୍ଠ କଳା ନିର୍ଦ୍ଦେଶକ ପୁରସ୍କାର ପ୍ରଦାନ କରାଯାଇଛି। ଶ୍ରେଷ୍ଠ ଶିକ୍ଷା ଭିତ୍ତିକ ଚଳଚ୍ଚିତ୍ର ହେଉଛି ଡେଣା । ‘ଭୋକ’ ଫିଲ୍ମ ପାଇଁ ଶ୍ରେଷ୍ଠ ଖଳ ଅଭିନେତା ପୁରସ୍କାର କୁନା ତ୍ରିପାଠୀଙ୍କୁ ପ୍ରଦାନ କରାଯାଇଛି । ‘ଚକ୍ଷୁ ବନ୍ଧନ’ ଫିଲ୍ମ ପାଇଁ ଶ୍ରେଷ୍ଠ ଖଳ ଅଭିନେତ୍ରୀ ଇଶାନି ଶେନ ଗୁପ୍ତାଙ୍କୁ ପୁରସ୍କୃତ କରାଯାଇଛି ।