• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହାନ ଜନନାୟକ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀ

FNN WEB by FNN WEB
November 23, 2024
in ଓଡ଼ିଶା, ମୁଖ୍ୟ ଖବର
0
ମହାନ ଜନନାୟକ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀ
0
SHARES
7
VIEWS

ମହତାବଙ୍କ ଜୀବନୀ ଉପରେ ବାୟୋପିକ୍ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ

ଡଃ ମହତାବ ଓଡିଶାରେ ସ୍ବାଧୀନତା ଆନ୍ଦୋଳନରେ ଏକ ନୂତନ କ୍ରାନ୍ତି ଆଣିଥିଲେ
ଓଡିଶାରେ ରାଜନୈତିକ ଓ ସାମାଜିକ ଉତ୍‌ଥାନ କ୍ଷେତ୍ରରେ ମହତାବଙ୍କ ଅବଦାନ ଥିଲା ଅତୁଳନୀୟ
ଇତିହାସ ପୃଷ୍ଠାରେ ଅନାଲୋଚିତ ଥିବା ବରପୁତ୍ର ମାନଙ୍କର କୃତୀକୁ ଲୋକଲୋଚନକୁ ଅଣାଯିବ

ଭୁବନେଶ୍ୱର : ଓଡିଶାର ସାମାଜିକ, ରାଜନୈତିକ ଏବଂ ଅର୍ଥନୈତିକ ଇତିହାସରେ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ଜୀବନ ଓ କୃତିତ୍ବ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ। ସେ ଥିଲେ ଆଧୁନିକ ଓଡିଶା ନିର୍ମାଣର ବିଶ୍ବକର୍ମା। ଡଃ ମହତାବଙ୍କ ବିନା ଆଧୁନିକ ଓଡିଶାର କଳ୍ପନା କରାଯାଇ ନପାରେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ଠାରେ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀ ସ୍ମରଣତ୍ସୋବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି। ସୂଚନା ଯୋଗ୍ୟ ଯେ ଏହି ସ୍ମରଣତ୍ସୋବର ପ୍ରଥମ ଦିନରେ ନୂଆ ଦିଲ୍ଲୀରେ ଆୟୋଜିତ ହୋଇଥିବା ଜାତୀୟ ସ୍ତରର କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଉଦ୍‌ଘାଟନ କରିଥିଲେ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ, କଟକ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ପ୍ରମୁଖ ଯୋଗଦେଇଥିଲେ।

ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଡଃ ମହତାବଙ୍କୁ ଏକାଧାରରେ ଜଣେ ସ୍ବାଧୀନତା ସଂଗ୍ରାମୀ, ରାଜନୀତିଜ୍ଞ, ସାହିତ୍ୟିକ, ସାମ୍ବାଦିକ, ଐତିହାସିକ, କୂଟନୀତିଜ୍ଞ ଓ ଲୋକପ୍ରିୟ ରାଜନେତା ଭାବେ ବିବେଚନା କରାଯାଇଥାଏ। ୧୯୨୧ ରେଭେନ୍ସା ମହାବିଦ୍ୟାଳୟରେ ପଢୁଥିବା ସମୟରେ ମହାତ୍ମା ଗାନ୍ଧୀଙ୍କ ଡାକରାରେ ପାଠ ପଢା ଛାଡି ସେ ସ୍ବାଧୀନତା ଆନ୍ଦୋଳନରେ ଯୋଗଦେଇଥିଲେ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଡଃ ମହତାବ ଓଡିଶାରେ ସ୍ବାଧୀନତା ଆନ୍ଦୋଳନର ନେତୃତ୍ବ ନେଇ ଜନମାନସରେ ଏକ ନୂତନ କ୍ରାନ୍ତି ଆଣିଥିଲେ। ଭାରତର ସ୍ବାଧୀନତା ସଂଗ୍ରାମଠାରୁ ଆରମ୍ଭ କରି ଓଡିଶାରେ ରାଜନୈତିକ ଓ ସାମାଜିକ ଉତ୍‌ଥାନ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷେତ୍ରରେ ତାଙ୍କର ଅବଦାନ ଥିଲା ଅତୁଳନୀୟ। ଗାନ୍ଧିଜୀଙ୍କ ଆଦର୍ଶରେ ପରିଚାଳିତ ହୋଇ ଓଡିଶାରେ ଅସହଯୋଗ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ, ଭାରତ ଛାଡ ଆନ୍ଦୋଳନ ସବୁଥିରେ ତାଙ୍କର ପ୍ରମୁଖ ଭୂମିକା ରଖିଥିଲେ। ଏଥିପାଇଁ ୧୯୨୧ ରୁ ୧୯୪୬ ମଧ୍ୟରେ ସେ ଅନେକବାର କାରାଗାର ଭୋଗ କରିଥିଲେ। ଓଡିଶାର ଗଡଜାତ ଆନ୍ଦୋଳନରେ ମଧ୍ୟ ତାଙ୍କର ମୁଖ୍ୟ ଭୂମିକା ରହିଥିଲା।

ସେ ପୁଣି କହିଥିଲେ ଦେଶ ସ୍ବାଧୀନ ହେବା ପୂର୍ବରୁ ୧୯୪୬ ମସିହା ଅପ୍ରେଲ ୨୩ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଓଡିଶାର ଶାସନ ଭାର ଗ୍ରହଣ କରି ଏକ ଅବହେଳିତ ପଛୁଆ ରାଜ୍ୟକୁ ସେ ଉନ୍ନତି ପଥରେ ଆଗେଇ ନେଇଥିଲେ। ଓଡିଶାକୁ ଆଗେଇ ନେବା ପାଇଁ ସେ ତିନୋଟି କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦେଉଥିଲେ। ପ୍ରଥମଟି ହେଲା ଦେଶୀୟ ରାଜ୍ୟ ମିଶ୍ରଣରେ ବୃହତ୍ତର ଓଡିଶା ଗଠନ, ଦ୍ବିତୀୟ ଥିଲା ଓଡିଶାକୁ ସମୃଦ୍ଧ କରିବା ପାଇଁ ହୀରାକୁଦରେ ନଦୀବନ୍ଧ ବାନ୍ଧି ମହାନଦୀରେ ବନ୍ୟା ନିୟନ୍ତ୍ରଣ ଓ ବିଦ୍ୟୁତ ଉତ୍ପାଦନ ମାଧ୍ୟମରେ ଶିଳ୍ପ ପ୍ରତିଷ୍ଠା ଏବଂ ତୃତୀୟ ଥିଲା ଭୁବନେଶ୍ବରରେ ରାଜଧାନୀ ନିର୍ମାଣ। ଡଃ ମହତାବ ଥିଲେ ଓଡିଶାର ଶେଷ ପ୍ରଧାନମନ୍ତ୍ରୀ ଓ ପ୍ରଥମ ମୁଖ୍ୟମନ୍ତ୍ରୀ। ସେ ଥିଲେ ଓଡିଶାର ଏକ ବହୁମୁଖୀ ସ୍ବୟଂ ସମ୍ପୂର୍ଣ୍ଣ ଅନୁଷ୍ଠାନ। ଓଡିଶାର ଯେଉଁ ଶୌଧ ଅଥବା ପ୍ରତିଷ୍ଠାନ ଉପରେ ଧ୍ୟାନକେନ୍ଦ୍ରୀତ କଲେ ସେଠାରେ ଡଃ ମହତାବଙ୍କ ସ୍ବାକ୍ଷର ମିଳିବ। ପୂର୍ବରୁ ତାଙ୍କ କୀର୍ତ୍ତି ସବୁକୁ ଉହ୍ୟ ରଖାଯାଇଥିଲା। ହୀରାକୁଦ ବନ୍ଧ, ରାଜଧାନୀ ପ୍ରତିଷ୍ଠା, ରାଜଭବନ ନିର୍ମାଣ, ଓଡିଶା ସାହିତ୍ୟ ଏକାଡେମୀ, ଓଡିଶା ରାଜ୍ୟ ସଂଗ୍ରହାଳୟ, ରାଜ୍ୟ ଲଳୀତ କଳା ଏକାଡେମୀ, ଭଞ୍ଜ କଳା ମଣ୍ଡପ, ରବୀନ୍ଦ୍ର ମଣ୍ଡପ, କଟକ ରେଡିଓ ଷ୍ଟେସନ, ହାଇକୋର୍ଟ, ନନ୍ଦନ କାନନ, ବିଦ୍ୟାଧରପୁର ଧାନ ଗବେଷଣା କେନ୍ଦ୍ର, ଓଡିଶା ପବ୍ଲିକ ସର୍ଭିସ କମିଶନ ହେଉଛି କେତେକ ପ୍ରମୁଖ ଅବଦାନ ଯାହା ତାଙ୍କୁ ଚୀର ସ୍ମରଣୀୟ କରି ରଖିବ।
ନୂଆ ସରକାର ଆସିବା ପରେ ଆଧୁନିକ ଓଡିଶାର ନିର୍ମାତା ତଥା ବହୁମୁଖୀ ପ୍ରତିଭାଧାରୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଓଡିଆ ଜାତିକୁ ପ୍ରସ୍ତୁତ କରିଛି। ବିଗତ ବହୁବର୍ଷ ଧରି ଓଡିଶା କେବଳ ଗୋଟିଏ ପରିବାରର ଅବଦାନ ପାଇଁ ତାଙ୍କୁ ସମ୍ମାନିତ କରିଆସୁଥିଲା। ଆମ ଯଶସ୍ବୀ ପ୍ରଧାନମନ୍ତ୍ରୀ ଦେଶ ଓ ଜାତି ଗଠନରେ ପ୍ରମୁଖ ଅବଦାନ ରଖିଥିବା ସମସ୍ତ ବରପୁତ୍ରଙ୍କୁ ଉଚିତ୍ ସମ୍ମାନ ଦେବା ପାଇଁ ଏହି ଧାରାରେ ପରିବର୍ତ୍ତନ ଆଣିଛନ୍ତି। ଜଣଙ୍କୁ ମହାନ କରିବା ପାଇଁ ଅନ୍ୟମାନଙ୍କୁ ହତାଦାର କରିବା କେବେ ହେଲେ ଏକ ସୁସ୍ଥ ପରମ୍ପରା ନୁହେଁ। ଏହି କ୍ରମରେ ଆଧୁନିକ ଓଡିଶାର ମଙ୍ଗୁଆଳ ଡଃ ମହତାବଙ୍କ ୧୨୫ ତମ ଜୟନ୍ତୀର ଏକ ବର୍ଷ ବ୍ୟାପୀ ଜାତୀୟ ସ୍ତରର ଉତ୍ସବ ପାଳନ ଏକ ଉପଯୁକ୍ତ ପଦକ୍ଷେପ। ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନୂଆ ସରକାର ଆସିବା ପରେ ଇତିହାସ ପୃଷ୍ଠାରେ ଅଲୋଡା, ଅନାମଧେୟ ହୋଇ ରହିଥିବା ମାଧୋ ସିଂହଙ୍କୁ ଉଚିତ୍ ସମ୍ମାନ ଦେଇ ତାଙ୍କ ନାମରେ ଏକ ଛାତ୍ରବୃତ୍ତି ଯୋଜନା ଏବଂ ଅନ୍ୟତମ ବରପୁତ୍ର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ କରିଛୁ। ଇତିହାସ ପୃଷ୍ଠାରେ ଏହି ଅନାଲୋଚିତ ଥିବା ଏହି ବରପୁତ୍ର ମାନଙ୍କର କୃତିକୁ ଲୋକଲୋଚନକୁ ଆଣିବା ପାଇଁ ରାଜ୍ୟ ସରକାର ଯଥା ସମ୍ଭବ ଉଦ୍ୟମ କରିବେ। ସେ ଆହୁରି କହିଥିଲେ ଯେ ଡଃ ମହତାବଙ୍କ ସ୍ମୃତିକୁ ଓଡିଶାର ଜନମାନସରେ ଉଜ୍ଜିବୀତ କରି ରଖିବା ସହିତ ତାଙ୍କୁ ଜାତୀୟ ସ୍ତରରେ ଅଧିକ ପ୍ରତିଷ୍ଠିତ କରିବା ପାଇଁ ତାଙ୍କ ଜୀବନୀ ଉପରେ ବାୟୋପିକ୍ ନିର୍ମାଣ କରାଯିବ। ତାଙ୍କ ଜନ୍ମସ୍ଥଳୀ ଭଦ୍ରକ ଜିଲ୍ଲା ଅଗରପଡା ଠାରେ ଏକ ସ୍ମୃତି ସଂଗ୍ରାହଳୟ ପ୍ରତିଷ୍ଠା ସହିତ ପ୍ରତିମୂର୍ତ୍ତୀ ସ୍ଥପନା କରାଯିବ। ୨୦୩୬ରେ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନର ୧୦୦ ବର୍ଷ ପୂର୍ତ୍ତି ଅନୁଷ୍ଠିତ ହେବ। ୨୦୩୬ ବେଳକୁ ଆମେ ଏକ ବିକଶିତ ଓ ସମୃଦ୍ଧ ଓଡିଶା ଗଠନର ଲକ୍ଷ୍ୟ ରଖିଛୁ। ୧୨ ବର୍ଷର ଏହି କାଳ ଖଣ୍ଡରେ ଡଃ ମହତାବଙ୍କ ନୀତି ଓ ଆଦର୍ଶକୁ ଆଧାର କରି ନୂଆ ସରକାର ନିଶ୍ଚିତ ରୂପେ ସମୃଦ୍ଧ ଓ ବିକଶିତ ଓଡିଶା ଗଠନ କରିବେ ବୋଲି ସେ କହିଥିଲେ।

ଅନ୍ୟତମ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଡଃ ମହତାବଙ୍କ ଏହି ଜନ୍ମ ବାର୍ଷିକୀକୁ ବର୍ଷେ ବ୍ୟାପୀ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ପ୍ରଥମେ ମୁଖ୍ୟମନ୍ତ୍ରୀ ଓ କମିଟିର ସଦସ୍ୟ ମାନଙ୍କୁ ଧନ୍ୟବାଦ ଦେଇଥିଲେ। ସେ କହିଥିଲେ ଯେ ମହତାବଙ୍କ ବିଷୟରେ ଜାଣିବାକୁ ହେଲେ ଯୁବପିଢିଙ୍କୁ ତାଙ୍କ ବିଷୟରେ ଅଧ୍ୟୟନ କରିବାର ଆବଶ୍ୟକତା ରହିଛି। ଓଡିଶାର ବରପୁତ୍ରମାନଙ୍କୁ ମନେ ରଖିବା ଓ ମନେ ପକାଇବା ଦାୟିତ୍ବ ଆମ ସମସ୍ତଙ୍କର। ଭାରତ ବର୍ଷରେ ଓଡିଶାରେ ଡଃ ମହତାବ ହିଁ ପ୍ରଥମେ ଗଡଜାତ ମିଶ୍ରଣ କରିଥିଲେ ବୋଲି ସେ କହିଥିଲେ। ଓଡିଆ ଭାଷା, ସହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ ଡଃ ମହତାବ ଜଣେ ବିସ୍ମୟ ପୁରୁଷ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବ ଓ ଦିଗଦର୍ଶନରେ ତାଙ୍କର ଏହି ସ୍ମରଣତ୍ସୋବ କେବଳ ରାଜ୍ୟ ସ୍ତରୀୟ ଉତ୍ସବରେ ନୁହେଁ ଜାତୀୟ ସ୍ତରୀୟ ଉତ୍ସବରେ ପରିଣତ ହୋଇଛି। ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଡଃ ବିଜୟ ଶତପଥୀ କହିଥିଲେ ଯେ ଡଃ ମହତାବଙ୍କ ଜୀବନ ଯେତିକି ରୋଚକ ପୂର୍ଣ୍ଣ ସେତିକି ଚାଞ୍ଚଲ୍ୟକର। ସେ ହେଉଛନ୍ତି ଇତିହାସର ଆହ୍ବାନ ଓ ସ୍ବାଧୀନତା ସଂଗ୍ରାମ ପାଇଁ ବରଦାନ। ତାଙ୍କ ସମ୍ପୂର୍ଣ୍ଣ ଜୀବନ ସଂକଳ୍ପ, ସଂଗ୍ରାମ ଓ ସାଧନା ଭାବେ ତିନୋଟି ପର୍ଯ୍ୟାୟରେ ବିଭକ୍ତ ବୋଲି କହି ଡଃ ମହତାବଙ୍କ କୃତୀ ଓ କୀର୍ତ୍ତି ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ କଟକ ସାଂସଦ ତଥା ଡଃ ହରେକୃଷ୍ଣ ମହତାବଙ୍କ ସୁଯୋଗ୍ୟ ସନ୍ତାନ ଶ୍ରୀ ଭର୍ତ୍ତୃହରି ମହତାବ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ମହତାବ ସାହିତ୍ୟ କୃତୀ ପାଇଁ ସାହିତ୍ୟିକ ଶଙ୍କର ଲାଲ ପୁରହିତ, ନିଶାମଣି କର ଓ ଗୋବିନ୍ଦ ଚନ୍ଦ୍ର ଚାନ୍ଦଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ ୭ଟି ପୁସ୍ତକ ଯଥା କଫିଟେବୁଲ ବୁକ ମ୍ୟାନ ଅଫ ଡେଷ୍ଟିନି, ମହାନାୟକ ମହତାବ, ଓଡିଆ ସାହିତ୍ୟ ଏକାଡେମୀ ଦ୍ବାରା ହରେକୃଷ୍ଣ ମହତାବ, ଶିଶୁଲେଖା, ମହତଂ ମହତାବ, ରାଜ୍ୟ ସଂଗ୍ରହାଳୟ ଦ୍ବାରା ମହତାବ ଓ ଅନନ୍ୟ କୃତୀ ଏବଂ ହରେକୃଷ୍ଣ ମହତାବ ଫାଉଣ୍ଡେସନ ଦ୍ବାରା ଗାଁ ମଜଲିସ୍‌ର ଏକାଦଶ ଖଣ୍ଡ ଉନ୍ମୋଚିତ ହୋଇଥିଲା। ଏହି ଅବସରରେ ମହତାବଙ୍କ ଉପରେ ଆୟୋଜିତ ଫଟୋଚିତ୍ର ଏବଂ ତୈଳଚିତ୍ର ପ୍ରଦର୍ଶନୀ ମୁଖ୍ୟମନ୍ତ୍ରୀ ବୁଲିଦେଖିଥିଲେ। କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଶ୍ରୀ ବିଜୟ କେତନ ଉପାଧ୍ୟାୟ ଧନ୍ୟବାଦ ଦେଇଥିଲେ।

Previous Post

ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ

Next Post

କିସ୍‍ ବିଶ୍ୱବିଦ୍ୟାଳୟର ୪ର୍ଥ ସମାବର୍ତ୍ତନ: ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ଅତିଥି

FNN WEB

FNN WEB

Next Post
କିସ୍‍ ବିଶ୍ୱବିଦ୍ୟାଳୟର ୪ର୍ଥ ସମାବର୍ତ୍ତନ: ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ଅତିଥି

କିସ୍‍ ବିଶ୍ୱବିଦ୍ୟାଳୟର ୪ର୍ଥ ସମାବର୍ତ୍ତନ: ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ଅତିଥି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.