• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାକୁ ମୁଁ ପୂର୍ବ ଭାରତରେ ବିକାଶର ଇଞ୍ଜିନ ଭାବେ ଦେଖୁଛି: ପ୍ରଧାନମନ୍ତ୍ରୀ

FNN WEB by FNN WEB
November 24, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାକୁ ମୁଁ ପୂର୍ବ ଭାରତରେ ବିକାଶର ଇଞ୍ଜିନ ଭାବେ ଦେଖୁଛି: ପ୍ରଧାନମନ୍ତ୍ରୀ
0
SHARES
3
VIEWS

ନୂଆଦିଲ୍ଲୀ/ଭୁବନେଶ୍ବର: ଦିଲ୍ଲୀରେ ଆୟୋଜିତ ଓଡ଼ିଶା ପର୍ବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନ ବୈଷ୍ଣବ ମଧ୍ୟ ଉପସ୍ଥିତ ଅଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ସଂସ୍କୃତି-ପରମ୍ପରାକୁ ପ୍ରଶଂସା କରିବା ସହ ସନ୍ଥ କବି ଭୀମ ଭୋଇଙ୍କୁ ମନେ ପକାଇଛନ୍ତି। ଭକ୍ତ ସାଲବେଗ, ଜଗନ୍ନାଥ ଦାସ ଆଦିଙ୍କ ସ୍ମୃତି ଚାରଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହା ବ୍ୟତୀତ ଓଡିଶା ପର୍ବରେ ପ୍ରଦର୍ଶିତ ବିଭିନ୍ନ ଷ୍ଟଲ୍‌ ବୁଲି ଦେଖିବା ସହ ଚା’ ପିଇଛନ୍ତି। ଏହାପରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ”ଓଡ଼ିଶା ପର୍ବକୁ ଆସି ମୁଁ ଖୁବ୍ ଗର୍ବିତ। ଓଡ଼ିଶା ଆରମ୍ଭରୁ ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ। ଭୀମ ଭୋଇ କହିଥିଲେ ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ, ଏହା ହିଁ ଓଡ଼ିଶାର ସଂସ୍କୃତି।”

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ସ୍ୱାଧୀନତା ଆନ୍ଦୋଳନରେ ଓଡ଼ିଆ ବୀରମାନଙ୍କ ଅବଦାନ ଅତୁଳନୀୟ। ପାଇକ ବିଦ୍ରୋହ ଏହାର ଏକ ଉଦାହରଣ। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହେବା ଗର୍ବର ବିଷୟ। ଓଡ଼ିଶାର ମହିଳାମାନେ ଆଗକୁ ବଢ଼ିଲେ ଓଡ଼ିଶା ଆଗକୁ ବଢ଼ିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଅବସରରେ ସୁଭଦ୍ରା ଯୋଜନା ବାବଦରେ ମଧ୍ୟ ଆଲୋକପାତ କରିଥନ୍ତି ପ୍ରଧାନମନ୍ତ୍ରୀ। କିଛିଦିନ ପୂର୍ବରୁ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସମୁଦ୍ର ପଥରେ ବାଣିଜ୍ୟ-ବ୍ୟବସାୟକୁ ଉତ୍କଳୀୟ ମାନେ ହିଁ ଆଗକୁ ବଢାଇଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଯେତେବେଳେ ଟେକ୍ନୋଲୋଜି ନଥିଲା, ସେତେବେଳେ ଓଡିଆମାନେ ସମୁଦ୍ରରେ ଯାତ୍ରା କରୁଥିଲେ। ଉତ୍କଳବାସୀ ସାମୁଦ୍ରିକ ସାମର୍ଥ୍ୟକୁ ବିସ୍ତାର ଦେଇଥିବା ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ସେ ଆହୁରି କହିଛନ୍ତି, ୨୦୩୬ରେ ଓଡ଼ିଶା ରାଜ୍ୟ ସ୍ଥାପନର ୧୦୦ ବର୍ଷ ପୂର୍ତ୍ତି ପାଳିବ। ଦିନ ଥିଲା ପୂର୍ବ ଭାରତକୁ ପଛୁଆ ମନେ କରା ଯାଉଥିଲା। ମୁଁ କିନ୍ତୁ ପୂର୍ବ ଭାରତକୁ ବିକାଶର ଇଞ୍ଜିନ୍ ମନେ କଲି। ଗତବର୍ଷ ଅପେକ୍ଷା ଏଥର ଓଡ଼ିଶାକୁ ୩୦% ଅଧିକ ବଜେଟ୍ ଦିଆଯାଇଛି। ଓଡ଼ିଶା ହେଉଛି ମାଇନିଂ ଓ ମେଟାଲ୍ ପାୱାର ହବ୍। ନୂଆ ସରକାର ଗଠନର ଶହେ ଦିନରେ ୪୫ ହଜାର କୋଟି ନିବେଶକୁ ମଞ୍ଜୁରୀ ମିଳିଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।

Previous Post

ଟାଇମ୍‍ସ ହାୟର ଏଜୁକେସନ୍‍ ଇଣ୍ଟରଡିସିପ୍ଲିନାରୀ ସାଇନ୍‍ସ ର‌୍ୟାଙ୍କିଙ୍ଗ୍‍ ୨୦୨୫: ରିସର୍ଚ୍ଚ ଇନପୁଟ୍‍ ବର୍ଗରେ ସମଗ୍ର ଭାରତରେ ୪ର୍ଥ ସ୍ଥାନରେ କିଟ୍‍

Next Post

୨୦ ଲକ୍ଷ ରୁ ଉର୍ଦ୍ଧ୍ଵ ମହିଳାଙ୍କୁ ମିଳିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

FNN WEB

FNN WEB

Next Post
୨୦ ଲକ୍ଷ ରୁ ଉର୍ଦ୍ଧ୍ଵ ମହିଳାଙ୍କୁ ମିଳିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

୨୦ ଲକ୍ଷ ରୁ ଉର୍ଦ୍ଧ୍ଵ ମହିଳାଙ୍କୁ ମିଳିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.