• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପକ୍ଷାଘାତର ଶିକାର ହୋଇଛି କଂଗ୍ରେସ : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

FNN WEB by FNN WEB
November 30, 2024
in ଓଡ଼ିଶା, ମୁଖ୍ୟ ଖବର
0
ପକ୍ଷାଘାତର ଶିକାର ହୋଇଛି କଂଗ୍ରେସ : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
0
SHARES
3
VIEWS

ଭୁବନେଶ୍ୱର: ଭୁବନେଶ୍ବର: ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ତିନୋଟି ଖରାପ ତତ୍ତ୍ବ କଂଗ୍ରେସ ଠାରେ ଦେଖିବାକୁ ମିଳୁଛି। ତାହା ହେଲା ଦେଶ ବିରୋଧୀ, ବିକାଶ ବିରୋଧୀ ଓ ଲୋକ ବିରୋଧୀ ତତ୍ତ୍ବ। ଏସବୁ ବିଲକ୍ଷଣ ପାଇଁ ସାରା ଦେଶରେ କଂଗ୍ରେସ ସତ୍ତା ହରାଇଛି। କଂଗ୍ରେସ ପକ୍ଷାଘାତର ଶିକାର ହୋଇଛି। ଆଉ ଏବେ ଏକା ଚାଲିବାକୁ ଅସମର୍ଥ ହୋଇଛି। ସାଥୀ ଦଳ ସାହାଯ୍ୟରେ ତିଷ୍ଠିବାକୁ ବୃଥା ପ୍ରୟାସ କରୁଛି। ସେ ଆହୁରି କହିଛନ୍ତି, କଂଗ୍ରେସ ପକ୍ଷାଘାତର ଶିକାର ହୋଇଛି। ଆଉ ଏବେ ଏକା ଚାଲିବାକୁ ଅସମର୍ଥ ହୋଇଛି। ଏବେ ଛୋଟ ଛୋଟ ଆଂଚଳିକ ଦଳର ଆଶାବାଡିକୁ ଧରି କଂଗ୍ରେସ ଚାଲିବାକୁ ଉଦ୍ୟମ କରୁଛି । ତଥାପି ପ୍ରକୃତି ଛାଡୁନାହିଁ । କଥାରେ ଅଛି ମଣିଷ ପ୍ରକୃତି ମଲେ ତୁଟେ । ସେହିପରି କଂଗ୍ରେସ ଦଳ ସମ୍ପୂର୍ଣ୍ଣ ନିଶ୍ଚିହ୍ନ ହେବାପରେ ଯାଇ ଏହି ପ୍ରକୃତି ଛାଡ଼ିବ ବୋଲି ଆଶା କରାଯାଉଛି । କଂଗ୍ରେସ ଏବେ ଯେଉଁ ଅବସ୍ଥାରେ ଅଛି ଏଭିଳିସ୍ଥିତିରେ ଦଳ ତଳକୁ ତଳ ଯିବ ସିନା ଉପରକୁ ଉଠିପାରିବ ନାହିଁ । ଦେଶ ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଡିଜି ସମ୍ବିଳନୀ ଅନୁଷ୍ଠିତ ହେଉଛି । ଏହା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ମାନବ୍ୟର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କଠାରୁ ଆରମ୍ଭ କରି ଦେଶର ବରିଷ୍ଠ ନେତୃତ୍ୱ, ବିଭିନ୍ନ ପ୍ରଦେଶର ଡିିଜି, ଆଇଜି, ବିଭିନ୍ନ ସୁରକ୍ଷା ବାହିନୀର ମୁଖ୍ୟମାନେ ଯୋଗଦେଇଛନ୍ତି । ବୈଠକରେ ଦେଶର ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ଆହୁରି ଅଧିକ କିପରି ଉନ୍ନତ କରାଯାଇପାରିବ, ଅପରାଧ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ବିଷୟରେ ଆଲୋଚନା ଚାଲିଛି । ଏନେଇ ସମଗ୍ର ଦେଶର ନଜର ଏବେ ଓଡ଼ିଶା ଉପରେ ରହିଛି । ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ କଂଗ୍ରେସ ଓ ତାର ଛାମୁଆ ସଙ୍ଗଠନଗୁଡ଼ିକର ବାଚାଳାମି ଆରମ୍ଭ ହୋଇଛି । ଏଥରୁ ଅନୁମାନ ହେଉଛି କି କଂଗ୍ରେସ ଦଳର ଜିନ୍‌ରେ ଖରାପ ଗୁଣବତା ପଶିବା ଆରମ୍ଭ କରିଛି । ଜଣେ ଲୋକର ଚରିତ୍ର ପରବର୍ତନ ହେଲେ ଯେପରି ବିଲକ୍ଷଣ ଦେଖିବାକୁ ମିଳେ, ଠିକ୍ ସେଭଳି ପରିବର୍ତନ ଏବେ କଂଗ୍ରେସରେ ଦେଖିବାକୁ ମିଳୁଛି ।

କଂଗ୍ରେସ ଏବେ ସମ୍ପୂର୍ଣ୍ଣ ଦେଶ ବିରୋଧି ତତ୍ୱ ହେବାକୁ ଆରମ୍ଭ କରିଛି । ବିଦେଶରେ ଯଦି କେହି ଦେଶ ବିରୋଧି କଥା କହିଲେ, ଦେଶର ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା କଲେ ଓ ଦେଶର ବିକାଶ ବିରୋଧରେ କହିଲେ ତାହା କଂଗ୍ରେସକୁ ସୁହାଉଛି । ଏଭଳି ଟିପ୍ପଣୀକୁ ନେଇ କଂଗ୍ରେସ ଦେଶରେ ଆନ୍ଦୋଳନ କରି ଜନସାଧାରଣଙ୍କୁ ଭୂଆଁ ବୁଲାଇବାକୁ ଉଦ୍ୟମ କରୁଛି । ଦେଶର କୌଣସି ବିକାଶର କଥା ଉଠିଲେ ଏହାର ପ୍ରତିଟି ପର୍ଯ୍ୟାୟକୁ ବିରୋଧ କରୁଛି । ବିକାଶ ବିରୋଧରେ ଅନବରତ ୩୬୫ ଦିନ କହିବାରେ ଲାଗିଛି । କଂଗ୍ରେସ ଦଳ ଏବେ ଲୋକ ବିରୋଧୀ ହୋଇଯାଇଛି । ଦେଶ ଏବଂ ଓଡ଼ିଶାର ଲୋକେ କ’ଣ ଚାହୁଁଛନ୍ତି ସେଥିପ୍ରତି କଂଗ୍ରେସ ଦଳର ନଜର ନାହିଁ । ପ୍ରଧାନମନ୍ତ୍ରୀ ମୋଦିଜୀ ଆମ ରାଜ୍ୟରେ ୩ ଦିନ ପାଇଁ ରହିବା ଏହା ସମସ୍ତଙ୍କ ପାଇଁ ଗୌରବର ବିଷୟ । ଆଗାମୀ ଦିନରେ ଓଡ଼ିଶାର ବିକାଶରେ ଏହା ଏକ ନୂଆ ଫର୍ଦ୍ଦ ହୋଇ ଯୋଡ଼ି ହେବାକୁ ଯାଉଛି । ମାତ୍ର କଂଗ୍ରେସ ଏହା ବିରୋଧରେ ସ୍ୱର ଉତୋଳନ କରିବା ଆରମ୍ଭ କରିଛି । ଏଥିରେ ସ୍ପଷ୍ଟ ହୋଇଛି ଯେ, ୩ଟି ଖରାପ୍ ତତ୍ୱ କଂଗ୍ରେସର ଜିନ୍‌କୁ ଏବେ ପଶି ଆସଛି । ସେଗୁଡ଼ିକ ହେଲା, ଦେଶ ବିରୋଧୀ, ବିକାଶ ବିରୋଧୀ ଓ ଲୋକ ବିରୋଧୀ । ସାରା ଦେଶ ଯେତେବେଳେ ଓଡ଼ିଶା ଉପରେ ଦୃଷ୍ଟି ନିକ୍ଷେପ କରିଛି ଏଭଳି ସମୟରେ ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀଙ୍କ ବିରୋଧରେ ଖରାପ ମନ୍ତବ୍ୟ ଦେଇ ନିଜଦଳକୁ ଧ୍ୱଂସ ଅଭିମୁଖେ ଟାଣି ନେଉଛି । ଏଭିଳ ଘଟଣା ସ୍ୱାଧୀନତା ପ୍ରାପ୍ତିଠାରୁ ଆଜି ପର୍ଯ୍ୟନ୍ତ କେବେ ଦେଖିବାକୁ ମିଳି ନଥିଲା । ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ନେତୃତ୍ୱରେ ଦେଶ ଆଜି ବିକାଶର ପଥରେ ଆଗେଇ ଚାଲିଛି । ୧୯୪୭ରୁ ଏପର୍ଯ୍ୟନ୍ତ ଏକ ଲମ୍ବା ଯାତ୍ରା ପରେ ଦେଶ ଆଜି ବିକାଶର ଯାତ୍ରାକୁ ଯିବା ଆରମ୍ଭ କରିଛି । ୨୦୪୭ ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ବିକଶିତ କରିବା ପାଇଁ ମୋଦିଜୀଙ୍କ ସରକାର ପ୍ରୟାସ ଜାରି ରଖିଛନ୍ତି । ଓଡ଼ିଶାରେ ମୋହନ ମାଝିଙ୍କ ସରକାର ମଧ୍ୟ ଏନେଇ ପ୍ରଚେଷ୍ଟା ଜାରି ରଖିଛନ୍ତି । ଏଭଳିସ୍ଥିତିରେ ଅସହିଷ୍ଣୁତା ଦେଖାଇଲେ ଚଳିବ ନାହିଁ । ଏଥିପାଇଁ ଆମେ ସମସ୍ତ ଜନସାଧାରଣଙ୍କ ସହଭାଗିତା ମାଗିଛୁ । ଏଥିପାଇଁ ସୁଧିରିଯିବାର ଆବଶ୍ୟକତା ଅଛି । ବହୁ ଲୋକଙ୍କ ବଳିଦାନରେ ତିଆରି ହୋଇଥିବା ଦେଶକୁ ଅପନିନ୍ଦିତ କରିବାକୁ କାହାରିକୁ ସୁଯୋଗ ଦିଆଯିବନାହିଁ । କଂଗ୍ରେସ ଦଳର ଯେଉଁ ଛାମୁଆ ସଂଗଠନ ଏଭଳି କାର୍ଯ୍ୟ କରୁଛନ୍ତି ତାଙ୍କ ଦଳର ଶୀର୍ଷ ନେତୃତ୍ୱ ଏଥିପ୍ରତି ନଜର ଦିଅନ୍ତୁ । କଂଗ୍ରେସ ନିଜକୁ ଆହୁରି ଧ୍ୱଂସ ଆଡ଼କୁ ନନେଇ ଅନ୍ତତଃ ବଂଚିବାର ପ୍ରୟାସ କେମିତି ହେବ ସେ ବାବଦରେ ଚିନ୍ତା କରିବା ଜରୁରୀ ବେୋଲି କହିଛନ୍ତି ଦଳର ବରିଷ୍ଠ ନେତା ତଥା ଆଇନ୍ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ଶ୍ରୀ

Previous Post

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦି: ବିଧାୟକ-ସାଂସଦଙ୍କୁ ଦେଲେ ଗୁରୁମନ୍ତ୍ର

Next Post

୨୦୨୬ ସୁଦ୍ଧା ନକ୍ସଲ ମୂଳପୋଛ

FNN WEB

FNN WEB

Next Post
୨୦୨୬ ସୁଦ୍ଧା ନକ୍ସଲ ମୂଳପୋଛ

୨୦୨୬ ସୁଦ୍ଧା ନକ୍ସଲ ମୂଳପୋଛ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.