• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବୀସ

FNN WEB by FNN WEB
December 5, 2024
in ଜାତୀୟ, ମୁଖ୍ୟ ଖବର
0
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବୀସ
0
SHARES
1
VIEWS

ମୁମ୍ବାଇ: ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ। ତୃତୀୟ ଥର ପାଇଁ ମହାରାଷ୍ଟ୍ରରେ ଆରମ୍ଭ ହେଲା ଫଡନାବିସ ସରକାର। ଫଡନାବିସଙ୍କ ସହ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଏନସିପି ମୁଖ୍ୟ ଅଜିତ ପାୱାର ଓ ଶିବସେନା ମୁଖ୍ୟ ଏକନାଥ ସିନ୍ଦେ। ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ସିପି ରାଧାକୃଷ୍ଣ। ତେବେ ଏମାନଙ୍କ ବ୍ୟତୀତ ଆଉ କେହି ମନ୍ତ୍ରୀ ଭାବେ ଶପଥ ନେଇ ନାହାନ୍ତି।

ମୁମ୍ବାଇସ୍ଥିତ ଆଜାଦ ମୈଦାନରେ ଶପଥ ଗ୍ରହଣ ପାଇଁ ଭବ୍ୟ ଆୟୋଜନ ହୋଇଥିଲା। ସନ୍ଧ୍ୟା ସାଢ଼େ ୫ଟାରେ ଶପଥ ନେଇଥିଲେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ। ତାଙ୍କ ପରେ ଏକନାଥ ସିନ୍ଦେ ଓ ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହି ଶପଥଗ୍ରହଣ ସମାରୋହ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନୀଥ ସିଂ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ସଭାପତି ଜେପି ନଡ୍ଡା, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ପ୍ରମୁଖ ଉପସ୍ଥିତ ଥିଲେ । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ପ୍ରମୁଖ ଯୋଗ ଦେଇଥିଲେ । ସେହିପରି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମଧ୍ୟ ଏହି ସମାରୋହରେ ଯୋଗଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ରାଜନୀତି ସମେତ କ୍ରୀଡ଼ା, ଫିଲ୍ମ ଓ ଶିଳ୍ପ ଜଗତର ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଦେଖିବାକୁ ମିଳିଥିଲା। ଶପଥ ଗ୍ରହଣ ପୂର୍ବରୁ ସେଠାରେ ସଚିନ ତେନ୍ଦୁଲକରଙ୍କ ସମେତ ଅମ୍ବାନୀ ପରିବାର ସଦସ୍ୟ, ସଲମାନ ଖାନ, ଶାହରୁଖ ଖାନ, ରଣବୀର ସିଂହଙ୍କ ପରି ବହୁ ଅଭିନେତା ଓ ଅଭିନେତ୍ରୀ ପହଞ୍ଚିଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ଏହି ତିନି ଜଣଙ୍କ ବ୍ୟତୀତ ଅନ୍ୟ କୌଣସି ମନ୍ତ୍ରୀ ଆଜି ଶପଥ ନେବେ ନାହିଁ। ତେବେ ମହାୟୁତି ମେଣ୍ଟ ଦଳ ମଧ୍ୟରେ କ୍ୟାବିନେଟ୍ ମନ୍ତ୍ରୀ ପଦ ବିଭାଜନ ପାଇଁ ୬-୧ ଫର୍ମୁଲା ସ୍ଥିର ହୋଇଛି। ଅର୍ଥାତ୍ ୬ ଜଣ ବିଧାୟକଙ୍କ କ୍ଷେତ୍ରରେ ଗୋଟିଏ ମନ୍ତ୍ରୀ ପଦ ମିଳିବ। ଏହା ଅଧୀନରେ ବିଜେପିକୁ ୨୦ରୁ ୨୨, ଏକନାଥ ସିନ୍ଦେ ଗୋଷ୍ଠୀକୁ ୧୨ ଏବଂ ଅଜିତ ପାୱାର ଗୋଷ୍ଠୀକୁ ୯ରୁ ୧୦ ମନ୍ତ୍ରୀ ପଦ ମିଳିପାରେ। ଶପଥ ଗ୍ରହଣ ସମାରୋହ ପରେ ମହାଯୁତିଙ୍କ ବୈଠକ ଅନୁଷ୍ଠିତ ହେବ। ଆଗକୁ ରଣନୀତି ଓ କ୍ୟାବିନେଟ୍ ଗଠନ ନେଇ ଆଲୋଚନା ହେବ। ଡିସେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି।

Previous Post

କୃଷି ଓ କୃଷକର ଉନ୍ନତି ବିନା ଦେଶର ଉନ୍ନତି ସମ୍ଭବ ନୁହେଁ: ରାଷ୍ଟ୍ରପତି

Next Post

ଭୁବନେଶ୍ୱରରେ ନୂଆ ଜୁଡିସିଆଲ୍‌ କୋର୍ଟ କମ୍ପ୍ଲେକ୍ସ ଲୋକାର୍ପିତ

FNN WEB

FNN WEB

Next Post
ଭୁବନେଶ୍ୱରରେ ନୂଆ ଜୁଡିସିଆଲ୍‌ କୋର୍ଟ କମ୍ପ୍ଲେକ୍ସ ଲୋକାର୍ପିତ

ଭୁବନେଶ୍ୱରରେ ନୂଆ ଜୁଡିସିଆଲ୍‌ କୋର୍ଟ କମ୍ପ୍ଲେକ୍ସ ଲୋକାର୍ପିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.