• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୟୂରଭଞ୍ଜକୁ ରେଳ ପ୍ରକଳ୍ପ ଭେଟି ଦେଲେ ରାଷ୍ଟ୍ରପତି

FNN WEB by FNN WEB
December 7, 2024
in ଓଡ଼ିଶା, ମୁଖ୍ୟ ଖବର
0
ମୟୂରଭଞ୍ଜକୁ ରେଳ ପ୍ରକଳ୍ପ ଭେଟି ଦେଲେ ରାଷ୍ଟ୍ରପତି
0
SHARES
3
VIEWS

କଚ୍ଛପ ଗତିରେ ଚାଲୁଥିବା ପ୍ରକଳ୍ପକୁ ନୂଆ ଗତି ମିଳିଛି: ମୁଖ୍ୟମନ୍ତ୍ରୀ

ବାରିପଦା: ମୟୂରଭଞ୍ଜ ଜିଲ୍ଲାକୁ ରେଳ ପ୍ରକଳ୍ପ ଭେଟି ଦେଲେ ରାଷ୍ଟ୍ରପତି। ଆଜି ଓଡ଼ିଶା ଗସ୍ତର ଶେଷ ଦିନରେ ବାଙ୍ଗିରିପୋଷି ରେଳ ଷ୍ଟେସନରେ ୩ଟି ନୂଆ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାଙ୍ଗରିପୋଷି-ଗୋରୁମହିଷାଣି, ବୁଡାମରା-ନ୍ୟୁ ଜାମଶୋଳା ଓ ବାଦାମପାହାଡ-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହି ରେଳ ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ। ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ଘଟାଇବ। ଏଥିସହ ଆଭାସି ଜରିଆରେ ରାଇରଙ୍ଗପୁର ସହରରେ ତିନୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି। ଜନଜାତି ଅନୁସନ୍ଧାନ ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଏବଂ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନକୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ବାଙ୍ଗିରିପୋଷିରେ ରେଳ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରପତି କହିଛନ୍ତି, ଏହି ୩ଟି ରେଳ ପ୍ରକଳ୍ପ ଧାର୍ଯ୍ୟ ସମୟରେ ଶେଷ ହେବା ନେଇ ମୁଁ ଆଶାୟୀ । ଏହା ଦ୍ବାରା ବାଙ୍ଗିରିପୋଷି, ରାଇରଙ୍ଗପୁର ସମେତ ମୟୁରଭଞ୍ଜରେ ଯୋଗାଯୋଗ ବୃଦ୍ଧି ପାଇବାର ଆଶା ରହିଛି। ରାଷ୍ଟ୍ରପତି କହିଛନ୍ତି, କେନ୍ଦ୍ର ସରକାରଙ୍କର ପୂର୍ବୋଦୟ ପରିକଳ୍ପନାର ସୁଫଳ ଏବେ ଓଡ଼ିଶାକୁ ମିଳୁଛି । ଜନଜାତିର ସୁବିଧା ପାଇଁ କେନ୍ଦ୍ର ସରକାର ଅନେକ ଯୋଜନା ଆଣିଛନ୍ତି । ୯୦ରୁ ଅଧିକ ବନଜାତ ଦ୍ରବ୍ୟ ପାଇଁ ଏମଏସପି ବ୍ୟବସ୍ଥା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନମନ ଯୋଜନାରେ ଜନଜାତି ଫାଇଦା ପାଉଛନ୍ତି । ଏଇ ମାଟିର ଝିଅ ଭାବେ ମୁଁ ନିଜକୁ ଗୌରବାନ୍ବିତ ମନେ କରୁଛି । ଆପଣମାନଙ୍କ ଆଶୀର୍ବାଦ ପାଇଁ ମୁଁ ଦେଶର ଏହି ପଦବୀରେ ପହଞ୍ଚି ପାରିଛି । ଏଠାକାର ଗଳିକନ୍ଦିକୁ ଚିହ୍ନିଛି ଏବଂ ଗୁଣ୍ଡୁଚି ମୂଷା ଭାବେ କାର୍ଯ୍ୟ କରି ଚାଲିଛି । ଯେଉଁଠି ରହିଥିଲେ ମଧ୍ୟ ଏହି ଅଞ୍ଚଳର ବିକାଶ କାର୍ଯ୍ୟ କରି ଚାଲିବି ବୋଲି ରାଷ୍ଟ୍ରପତି କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,ଆମ ସମସ୍ତଙ୍କ ପାଇଁ ଆଜି ଏକ ପରମ ସୌଭାଗ୍ୟର ଦିନ, ଗୌରବର ଦିନ। ଆମ ମାଟିର ଝିଅ ଆଜି ଦେଶର ରାଷ୍ଟ୍ରପତି। ଦେଶର ପ୍ରଥମ ନାଗରିକ। ଏଥିପାଇଁ ପ୍ରତ୍ୟେକ ଆଦିବାସୀ, ପ୍ରତ୍ୟେକ ମହିଳା ଓ ପ୍ରତ୍ୟେକ ଓଡ଼ିଆ ଗର୍ବିତ। ଆଜି ତାଙ୍କରି କରକମଳରେ ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଗଲା। ଏହି ପ୍ରକଳ୍ପ ଗୁଡ଼ିକ ହେଉଛି- ବାଦାମପାହାଡ- କେନ୍ଦୁଝରଗଡ, ବାଙ୍ଗିରିପୋଷି-ଗୋରୁମହିଷାଣି ଏବଂ ବୁଡାମରା-ନୂଆ ଜାମସୋଳା ରେଳ ଲାଇନ। ଏହି ୩ଟି ରେଳ ଲାଇନ ସମୁଦାୟ ୧୮୪ କିଲୋମିଟରରୁ ଅଧିକ ଦୀର୍ଘ ହେବ ଏବଂ ଏଥିପାଇଁ ୪ ହଜାର ୫୦୦ କୋଟିରୁ ଅଧିକ ଟଙ୍କା ବିନିଯୋଗ ହେବ। ଏହି ୩ଟି ପ୍ରକଳ୍ପ ମାଧ୍ୟମରେ ମୟୂରଭଞ୍ଜ ଓ କେନ୍ଦୁଝର ପରି ଆଦିବାସୀ ଅଞ୍ଚଳ ଓ ଖଣି ଅଧ୍ୟୁଷିତ ଅଞ୍ଜଳରେ ବିକାଶର ନୂଆ ସ୍ରୋତ ଆସିବ। ରେଳ ଯୋଗାଯୋଗ ଏହି ଦୁଇଟି ଜିଲ୍ଲାର ଅର୍ଥନୀତିର ଉନ୍ନତି ପାଇଁ ଅନେକ ସୁଯୋଗ ସୃଷ୍ଟି କରିବ। ସ୍ଥାନୀୟ ଲୋକମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ରେଳ ପରିବହନ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ବ୍ୟବସାୟ, ବାଣିଜ୍ୟରେ ମଧ୍ୟ ଅଭିବୃଦ୍ଧି ଘଟିବ।

Previous Post

ଶ୍ରମିକମାନଙ୍କ ହକ୍‌ ପାଇଁ ବିଜେଡି ସବୁବେଳେ ଲଢେଇ କରି ଆସିଛି : ନବୀନ ପଟ୍ଟନାୟକ

Next Post

ଭାରତୀୟ ତଟ ରକ୍ଷକ ବାହିନୀର ଅତ୍ୟାଧୁନିକ ଜାହାଜ ସହାୟତା ପ୍ରତିଷ୍ଠାନର ସ୍ଥାପନା

FNN WEB

FNN WEB

Next Post
ଭାରତୀୟ ତଟ ରକ୍ଷକ ବାହିନୀର ଅତ୍ୟାଧୁନିକ ଜାହାଜ ସହାୟତା ପ୍ରତିଷ୍ଠାନର ସ୍ଥାପନା

ଭାରତୀୟ ତଟ ରକ୍ଷକ ବାହିନୀର ଅତ୍ୟାଧୁନିକ ଜାହାଜ ସହାୟତା ପ୍ରତିଷ୍ଠାନର ସ୍ଥାପନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.