• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

FNN WEB by FNN WEB
December 10, 2024
in ଓଡ଼ିଶା, ମୁଖ୍ୟ ଖବର
0
ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା
0
SHARES
0
VIEWS

ଭୁବନେଶ୍ୱର: ଭୁବନେଶ୍ବର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି। ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖା ଯାଇଥିଲା ।

ଏହି ଉପସ୍ଥାପନାରେ ଭୁବନେଶ୍ବରର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକ ଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଙ୍ଗରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ-ତ୍ରିଶୂଳିଆ ରାସ୍ତାର ଇନ୍‌ଷ୍ଟିଚ୍ୟୁଟ ଅଫ ମାଥମେଟିକ୍‌ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇ ଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉ ଏକ ROB, ତମାଣ୍ଡୋ-ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ଯ୍ୟନ୍ତ ରିଙ୍ଗ ରୋଡ ନିର୍ମାଣ ବିଷୟରେ ପୂର୍ତ୍ତ ବିଭାଗର ପକ୍ଷରୁ ପ୍ରସ୍ତାବିତ ତଥ୍ୟ ଉପସ୍ଥାପନ କରାଯାଇଥିଲା ।

ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ବର-କଟକ-ପୁରୀ ଇକୋନୋମିକ୍‌ ରିଜିଅନ ଗଠନ ଏବଂ ଗ୍ରେଟର ଭୁବନେଶ୍ବର ଗଠନ ସଂପର୍କିତ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଥିଲା । ଏହି ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

Next Post

‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା’ରେ ଯୋଗଦେବେ ସିଙ୍ଗାପୁର ରାଷ୍ଟ୍ରପତି

FNN WEB

FNN WEB

Next Post
‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା’ରେ ଯୋଗଦେବେ ସିଙ୍ଗାପୁର ରାଷ୍ଟ୍ରପତି

‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା’ରେ ଯୋଗଦେବେ ସିଙ୍ଗାପୁର ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.