• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୮ତମ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ସମାରୋହ

FNN WEB by FNN WEB
December 13, 2024
in ଓଡ଼ିଶା, ମୁଖ୍ୟ ଖବର
0
୧୮ତମ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ସମାରୋହ
0
SHARES
1
VIEWS


ପଠାଣି ସାମନ୍ତଙ୍କ ଜନ୍ମସ୍ଥାନରେ ହେବ ପ୍ଲାନେଟାରିୟମ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣର ୧୮ତମ ଗ୍ରାଣ୍ଡ ଫିନାଲେ ଭୁବନେଶ୍ୱରର ପଠାଣି ସାମନ୍ତ ପ୍ଲାନେଟୋରିୟମ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହାନ ଜ୍ୟୋତିର୍ବିଦ ପଠାଣି ସାମନ୍ତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଉପସ୍ଥିତ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ୧୮୩୫ ମସିହାରେ ନୟାଗଡ ଖଣ୍ଡପଡାର ପଠାଣି ସାମନ୍ତ ଦୁଇ ଖଣ୍ଡ ବାଉଁଶ ନଳୀରେ ମହାକାଶ ରେ ଗ୍ରହ ନକ୍ଷତ୍ରର ଗତିବିଧିକୁ ଲକ୍ଷ୍ୟ କରି ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ନିର୍ଦ୍ଧାରଣ କରି ଅସମ୍ଭବକୁ ସମ୍ଭବ କରି ଦେଖାଇଥିଲେ। ସେହିଭଳି ଜ୍ୟୋତିର୍ବିଜ୍ଞାନର ଜନକ ଆର୍ଯ୍ୟଭଟ୍ଟ ପ୍ରଥମେ ନିର୍ଣ୍ଣୟ କରିଥିଲେ ପୃଥିବୀ ନିଜ ଅକ୍ଷ ଚାରିପଟେ ଆବର୍ତ୍ତନ କରୁଛି। ବ୍ରହ୍ମଗୁପ୍ତଙ୍କ ଗଣିତ, ବରାହମିହିରଙ୍କ ବୃହତ ସଂହିତା, ଭାସ୍କରଙ୍କ ସିଦ୍ଧାନ୍ତ ଶିରୋମଣୀ, ଭାରତ ଜ୍ୟୋତିର୍ବିଜ୍ଞାନକୁ ଋଦ୍ଧିମନ୍ତ କରିଛି। ଆଧୁନିକ ଜଗତରେ ଯେତେବେଳେ ବି ମହାକାଶ ବିଜ୍ଞାନର ଚର୍ଚ୍ଚା ହେବ, ଭାରତୀୟ ସଂସ୍କୃତିର ଅବଦାନ ବିନା ଏହା ଅସମ୍ପୂର୍ଣ୍ଣ ରହିବ ବୋଲି ସେ କହିଥିଲେ।

ସେ ଆହୁରି ପୁଣି କହିଥିଲେ ଯେ, ବିଶ୍ୱର ପ୍ରଥମ ପାଞ୍ଚ ଗୋଟି ମହାକାଶ ବିଜ୍ଞାନରେ ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର ମଧ୍ୟରେ ଆମ ଦେଶ ଭାରତ ରହିଛି। ଆଜି ବିଜ୍ଞାନ ଯୁଗରେ ଆମ ବୈଜ୍ଞାନିକମାନେ ଆଧୁନିକ ଯନ୍ତ୍ରପାତି ମାଧ୍ୟମରେ ପୃଥିବୀର ଉଭୟ ପାର୍ଶ୍ୱକୁ ମିଶାଇ ପ୍ରାୟ ୯୩ ନିୟୁତ ଆଲୋକ ବର୍ଷ ପରିମିତ ଅଞ୍ଚଳକୁ ନିରିକ୍ଷଣ କରିପାରୁଛନ୍ତି। ଆମ ବିଜ୍ଞାନ ଆଜି ଏତେ ଅଗ୍ରଗତି କରିଛି ଯେ, ଆଗାମୀ ଦିନରେ ଅନ୍ୟ ଗ୍ରହରେ ଜୀବନର ସତ୍ତା ମଧ୍ୟ ଖୋଜି ପାଇବାରେ ସକ୍ଷମ ହେବେ ବୋଲି ମୋର ବିଶ୍ୱାସ। ଚନ୍ଦ୍ରଯାନ-୨, ଗଗନଯାନ, ଆଦିତ୍ୟ-L-1 ପରି ଐତିହାସିକ ଘଟଣା ଆମ ବିଶ୍ୱାସକୁ ଦୃଢିଭୂତ କରିଛି। ଭାରତ ବର୍ତ୍ତମାନ ଚନ୍ଦ୍ରର ଦକ୍ଷିଣ ମେରୁରେ ଯାନ ପହଞ୍ଚାଇବାରେ ବିଶ୍ୱର ପ୍ରଥମ ଦେଶ । ଆମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୩୫ ସୁଦ୍ଧା ଭାରତର ନିଜସ୍ୱ Space Station ଏବଂ ୨୦୪୦ ସୁଦ୍ଧା ଚନ୍ଦ୍ରପୃଷ୍ଠକୁ ପ୍ରଥମ ଭାରତୀୟଙ୍କୁ ପଠାଇବା ପାଇଁ ଘୋଷଣା କରିଛନ୍ତି। ଏହି ଦୁଇ ପ୍ରକଳ୍ପରେ ବୈଜ୍ଞାନିକ ଭାବେ ସାମିଲ ହେବା ପାଇଁ ସେ ଉପସ୍ଥିତ ପ୍ରତିଭାବାନ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୨୩ଟି ଜିଲ୍ଲାର ୩୦ ଜଣ ପ୍ରତିଭାବାନ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। ପୁରସ୍କୃତ ହୋଇଥିବା ଛାତ୍ରଛାତ୍ରୀମାନେ ଜ୍ଞାନ ଆହରଣ ପାଇଁ ଇସ୍ରୋ ପରିଦର୍ଶନରେ ଯିବେ।

କାର୍ଯ୍ୟକ୍ରମରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ଯେ, ଆମ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମୟରୁ ଭାରତ ବର୍ଷରେ ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଗତି ଆସିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀ ପ୍ରସିଦ୍ଧ ସ୍ଲୋଗାନ ‘ଜୟ ଯବାନ ଜୟ କିଷାନ’ ରେ ‘ଜୟ ବିଜ୍ଞାନ’ ଶବ୍ଦ ଯୋଡି ଥିଲେ ଅଟଳ ବିହାରୀ ବାଜପେୟୀ । ଚନ୍ଦ୍ରାୟଣ-୩ ହେଉଛି ଭାରତ ବର୍ଷର ସଫଳତା । ଏହି ସଫଳତା ବିଶ୍ୱର କୌଣସି ଦେଶ ଏପର୍ଯ୍ୟନ୍ତ ପାଇ ନାହାନ୍ତି। ସେ କିହଥିଲେ ଯେ, ଆଜି ଏଠାରେ ସମ୍ବର୍ଦ୍ଧିତ ହୋଇଥିବା ୩୦ ଜଣ ପ୍ରତିଭାବାନ ଛାତ୍ରଛାତ୍ରୀ ହେଉଛନ୍ତି ଆମ ଦେଶର ଶକ୍ତି। ସେମାନେ ଯେତେ ଆଗକୁ ବଢିବେ ଆମ ରାଜ୍ୟ ସେତିକି ଗୌରବାନ୍ୱିତ ହେବ ଏବଂ ଦେଶ ଶକ୍ତିଶାଳୀ ହେବ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପଠାଣି ସାମନ୍ତଙ୍କ ସମ୍ମାନାର୍ଥେ ଖଣ୍ଡପଡାଠାରେ ଗୋଟିଏ ପ୍ଲାନେଟୋରିୟମ ଏବଂ Astro Physics & Astronomy Institute ପ୍ରତିଷ୍ଠା କରାଯିବ ବୋଲି କହିଥିଲେ।

କାର୍ଯ୍ୟକ୍ରମରେ ଖଣ୍ଡପଡା ବିଧାୟକ ଶ୍ରୀ ଦୁଷ୍ମନ୍ତ ସ୍ୱାଇଁ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ତଥା ପଠାଣୀ ସାମନ୍ତ ପ୍ଲାନେଟାରିୟମର ଅଧ୍ୟକ୍ଷା ଶ୍ରୀମତୀ ଚିତ୍ରା ଅରୁମୁଗମ୍ ଉପସ୍ଥିତ ଯୁବ ପ୍ରତିଭାମାନଙ୍କୁ ବିଜ୍ଞାନ କ୍ଷେତ୍ରରେ ଆହୁରି ଆଗକୁ ବଢିବା ପାଇଁ ଉତ୍ସାହିତ କରି ନିଜର ଅଭିଭାଷଣ ରଖିଥିଲେ।

ଟାଟା ଷ୍ଟିଲ କଳିଙ୍ଗନଗରର ଅପରେସନ ଉପାଧ୍ୟକ୍ଷ ଶ୍ରୀ ରାଜୀବ କୁମାର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପଠାଣି ସାମନ୍ତ ପ୍ଲାନେଟୋରିୟମର ଭାରପ୍ରାପ୍ତ ନିର୍ଦ୍ଦେଶିକା ଶ୍ରୀମତୀ ଉର୍ମିପ୍ରଭା ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

୮୫ ଜଣ ହୋମିଓପାଥିକ ଚିକିତ୍ସକ, ୨୩୯ ଜଣ ରେଡିଓଗ୍ରାଫର ଓ ୫୨ ଜଣ ଅଧ୍ୟାପକ ନିଯୁକ୍ତ

Next Post

୨୫ରେ ମିଳିବନି ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

FNN WEB

FNN WEB

Next Post
କାଲି ଆସିବେ ପ୍ରଧାନମନ୍ତ୍ରୀ, ଜନ୍ମ ଦିନରେ ଜନତା ମଇଦାନରେ ଦେବେ ସୁଭଦ୍ରା ଭେଟି

୨୫ରେ ମିଳିବନି ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.