• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି: ଲୋକଙ୍କ ମୁଖ୍ୟମନ୍ତ୍ରୀ ଶୁଣିଲେ ଅଭିଯୋଗ

FNN WEB by FNN WEB
December 16, 2024
in ଓଡ଼ିଶା, ମୁଖ୍ୟ ଖବର
0
ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି: ଲୋକଙ୍କ ମୁଖ୍ୟମନ୍ତ୍ରୀ ଶୁଣିଲେ ଅଭିଯୋଗ
0
SHARES
0
VIEWS

ଭୁବନେଶ୍ଵର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଷଷ୍ଠ ପାଳି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ସବୁ ସମୟରେ ସାଧାରଣ ଲୋକଙ୍କୁ ଭେଟିବା, ସେମାନଙ୍କ ସୁଖଦୁଃଖ ଶୁଣିବା ସହିତ ସେମାନଙ୍କ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି।

ଅଭିଯୋଗ ଗୁଡିକ ମଧ୍ୟରେ ଅଧିକାଂଶ ଅଭିଯୋଗ ଘର, ଭତ୍ତା ଓ ଅନ୍ୟାନ୍ୟ ମୌଳିକ ସମସ୍ୟା ରହୁଥିବାରୁ ମୁଖ୍ୟମନ୍ତ୍ରୀ ଏଗୁଡିକୁ ତୁରନ୍ତ ସମାଧାନ କରିବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ପ୍ରଶାସନ ପକ୍ଷରୁ ଏହି ସବୁ ସମସ୍ୟାଗୁଡିକୁ ତୃଣମୂଳ ସ୍ତରରେ ସମାଧାନ କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ।

ଦିବ୍ୟାଙ୍ଗ ମାନଙ୍କ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ସବୁବେଳେ ପ୍ରାଥମିକତା ଦେଇଥାନ୍ତି। ସେମାନଙ୍କ ଅଭଯୋଗକୁ ସେ ପ୍ରଥମେ ଶୁଣାଣି କରିଥାନ୍ତି। ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ୩୦ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଅଭିଯୋଗ ଶୁଣିଲେ । ପ୍ରତ୍ୟେକ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଖକୁ ମୁଖ୍ୟମନ୍ତ୍ରୀ ନିଜେ ଯାଇ ସେମାନଙ୍କ ସମସ୍ୟା ଶୁଣିଥିଲେ ଏବଂ ସମାଧାନ ପାଇଁ ମଧ୍ୟ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭିନ୍ନକ୍ଷମ ଅଭିଯୋଗକାରୀମାନେ ଆଶା ଓ ଭରସା ସହିତ ଆନନ୍ଦ ମନରେ ଫେରିଥିଲେ।

କେନ୍ଦୁଝରରୁ ସ୍ୱାସ୍ଥ୍ୟ ସମସ୍ୟା ନେଇ ଆସିଥିବା ପ୍ରେମଲତା ନନ୍ଦ, ସୋରରୁ ସୋସାଇଟି ଋଣ ସମସ୍ୟା ନେଇ ଆସିଥିବା ପୁରୁଷୋତ୍ତମ ମହାନ୍ତି, ଧର୍ମଶାଳାରୁ ଜମିଜମା ସମସ୍ୟା ନେଇ ଆସିଥିବା ରଘୁନାଥ ମିଶ୍ର ପ୍ରମୁଖ ସମସ୍ତେ ସମାଧାନର ଆଶା ନେଇ ଖୁସି ମନରେ ଫେରିଥିଲେ। ଆଜି ପ୍ରାୟ ୧୦୦୦ ଜଣ ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜିକରଣ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଶରାମ ଖୁଣ୍ଟିଆ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ। ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

୨୪ ଘଣ୍ଟା ପର୍ଯ୍ୟନ୍ତ ଶୀତ ଲହରୀ ସହ ଘନ କୁହୁଡି, ୪ ଜିଲ୍ଲାକୁ କୋଲ୍ଡୱେଭ୍ ଆଲର୍ଟ

Next Post

୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪

FNN WEB

FNN WEB

Next Post
୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪

୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.