• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home Uncategorized

୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪

FNN WEB by FNN WEB
December 16, 2024
in Uncategorized, ଓଡ଼ିଶା, ମୁଖ୍ୟ ଖବର
0
୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪
0
SHARES
1
VIEWS

ଅପରାଧୀ ଠାରୁ ପାଦେ ଆଗରେ ରହିବାକୁ ପୋଲିସ ବାହିନୀକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର : ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ଆଜି କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ପୋଲିସ ବଳର ଆଧୁନିକୀକରଣ, ପୋଲିସ ବ୍ୟବସ୍ଥାରେ ସଂସ୍କାର, ପୋଲିସ ଅନୁସନ୍ଧାନ ପାଇଁ ଭିତ୍ତିଭୂମି ଏବଂ ପ୍ରଶିକ୍ଷିତ ମାନବ ସମ୍ବଳର ନିତାନ୍ତ ଜରୁରୀ। ନହେଲେ, ଏକ ଅର୍ଦ୍ଧ-ପ୍ରସ୍ତୁତ ପୋଲିସ ବଳ ଅପରାଧୀଙ୍କୁ ଧରି ଦଣ୍ଡବିଧାନ କରିବା କାଠିକର ପାଠ ହୋଇଯିବ ବୋଲି ସେ କହିଥିଲେ। ପୁଲିସ ବିଭାଗର ଆଧୁନିକୀକରଣକୁ ସରକାର ସର୍ବୋଚ୍ଚ ପ୍ରାଧାନ୍ୟ ଦେଇ ଆସୁଛନ୍ତି ବୋଲି ପ୍ରକାଶ କରି କହିଥିଲେ ଯେ, ଆଗାମୀ ଦିନରେ ପୋଲିସ୍‌ର ବ୍ୟବହାର ପାଇଁ ସମଗ୍ର ରାଜ୍ୟରେ ଗାଡ଼ି ସଂଖ୍ୟା ବଢ଼ାଯିବ ଯାହାଦ୍ୱାରା ପୋଲିସ ପେଟ୍ରୋଲିଙ୍ଗ୍, ତଦନ୍ତ, Victim ପାଖରେ ପହଁଞ୍ଚିବା, ଅପରାଧୀ ଧରିବା ଆହୁରି ସୁଦୃଢ଼ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାରେ ଥିବା ଅସ୍ତରଙ୍ଗ, ବଳଙ୍ଗା ଏବଂ ଡେଲାଙ୍ଗ ପୋଲିସ ଷ୍ଟେସନର ନୂତନ ଗୃହର ଉଦଘାଟନ କରିଥିଲେ।

ସେ କହିଥିଲେ ଯେ, ପୋଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ପୋଲିସ ବାହିନୀର କାର୍ଯ୍ୟକ୍ଷମତାକୁ ବୃଦ୍ଧି କରିବା ପାଇଁ ପୋଲିସ ଥାନା ଗୁଡିକୁ ୯ ହଜାର ବାଇକ୍‌ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଥାନାକୁ ୬ଟି ଲେଖାଏଁ ବାଇକ୍‌ ଦିଆଯିବ। ଏଇ ନିକଟରେ ଗୃହରେ ପାରିତ ହୋଇଥିବା ଅତିରିକ୍ତ ବଜେଟରେ ଏଥିପାଇଁ ୩୫ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି। ପୋଲିସ ବାହିନୀକୁ ସହଯୋଗ କରିବା ପାଇଁ ଗୃହରକ୍ଷୀ ପଦବୀ ପୂରଣ କରାଯିବ। ଖାଲି ଥିବା ଓ ନୂଆ ପଦବୀକୁ ମିଶାଇ ପ୍ରାୟ ୫ ହଜାର ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି କରାଯାଇଛି ବୋଲି ମଧ୍ୟ ସେ କହିଥିଲେ ।

ଦେଶରେ ଚାଲିଥିବା ସାଇବର କ୍ରାଇମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିକାଲି ପୁରା ଦେଶରେ ଅନେକ ଲୋକ ସାଇବର ଅପରାଧର ଶିକାର ହୋଇ ଅର୍ଥ ହରାଉଛନ୍ତି। ସାଇବର ଠକେଇ, ଡିଜିଟାଲ ଆରେଷ୍ଟ, ଇନଭେଷ୍ଟମେଣ୍ଟ ଠକେଇ ଆଦି ଅପରାଧ ବଢି ଚାଲିଛି। ସାଇବର ଅପରାଧ ଆମ ସମସ୍ତଙ୍କ ପାଇଁ ଏକ ବଡ଼ ଆହ୍ଵାନ। ଏହାକୁ ଦୃଷ୍ଟିରେ ରଖି ଆମ ସରକାର ପୋଲିସ ବିଭାଗର ସାଇବର ସେଲକୁ ସୁଦୃଢ ଓ ଆଧୁନିକୀକରଣ କରିବା ପାଇଁ ସଂକଳ୍ପବଦ୍ଧ। ଏଥି ପାଇଁ ଆଗାମୀ ଦିନରେ ଯେଉଁ ଜିଲ୍ଲାରେ ସାଇବର ଥାନା ନାହିଁ ସେଠାରେ ସାଇବର ଥାନା ପ୍ରତିଷ୍ଠା କରାଯିବାର ଲକ୍ଷ୍ୟ ରଖାଯାଇଛି। ଏତଦବ୍ୟତୀତ ଭୁବନେଶ୍ବରରେ ସାଇବର ଅପରାଧର ଉଚ୍ଚକୋଟୀର ତଦନ୍ତ ଓ ତଦାରଖ ପାଇଁ ରାଜ୍ୟସ୍ତରରେ ଏକ ସାଇବର ଅପରାଧ ଶାଖା ସୃଷ୍ଟି କରାଯିବ, ଯାହାର ଦାୟିତ୍ଵରେ ଜଣେ ବରିଷ୍ଠ ଅଧିକାରୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମହିଳା ହିଂସା ବିରୁଦ୍ଧରେ ଆମ ସରକାର ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛନ୍ତି ବୋଲି ମତ ଦେଇ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଜୀ ମଧ୍ୟ ମହିଳାମାନଙ୍କ ସୁରକ୍ଷାକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଦୁର୍ଭାଗ୍ୟ ବଶତଃ ମୋଟ ଦଣ୍ଡବିଧାନ ହାର ଏବଂ ମହିଳା ହିଂସା ବିରୁଦ୍ଧରେ ଦଣ୍ଡବିଧାନ ହାର ସର୍ବ ଭାରତୀୟ ସ୍ତରରେ ଓଡିଶାର ସ୍ଥିତି ନୈରାଶ୍ୟ ଜନକ ଥିଲା । ସେ କହିଲେ ଯେ, ଏହାର ପ୍ରମୁଖ କାରଣ ହେଉଛି ବୃତ୍ତିଗତ ଢଙ୍ଗରେ ଅନୁସନ୍ଧାନ ନ ହେବା ଏବଂ ପୂର୍ବବର୍ତ୍ତୀ ସମୟରେ ରାଜନୈତିକ ଇଚ୍ଛାଶକ୍ତିର ଘୋର ଅଭାବ। ତେଣୁ, ସେ କହିଥିଲେ ଯେ, ଏହି ଦଣ୍ଡହାରକୁ ଜାତୀୟ ସ୍ତରକୁ ନେବାକୁ ହେବ। ଏଥିପାଇଁ ସରକାର ନିଜ ସ୍ତରରେ ଅଧିକ ମହିଳା କୋର୍ଟ ପ୍ରତିଷ୍ଠା କରୁଛନ୍ତି। ଚାରିଗୋଟି ଜିଲ୍ଲାରେ ମହିଳା କୋର୍ଟ ସ୍ଥାପନା ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇ ସରିଛି। ବର୍ତ୍ତମାନ, ପୋଲିସ କାନ୍ଧରେ ବୃତ୍ତିଗତ ଢଙ୍ଗରେ ଏବଂ ବୈଜ୍ଞାନିକ ପଦ୍ଧତିରେ ଅନୁସନ୍ଧାନ କରି, ଅକାଟ୍ୟ ସାକ୍ଷ୍ୟ ପ୍ରମାଣ ସହିତ କୋର୍ଟରେ ଅଭିଯୋଗ ପତ୍ର ଠିକ ସମୟରେ ଦାଖିଲ କରିବା।

ନିକଟରେ ରାଜ୍ୟ ପୁଲିସ ବଳ କିଛି blind କେସର ସଫଳତାର ସହିତ ସମାଧାନ କରିବାରେ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବଣାଇ ଏବଂ କଟକ କନ୍ଦରପୁର ହତ୍ୟାକାଣ୍ଡକୁ ପୋଲିସ ଖୁବ୍ ଶୀଘ୍ର ସଫଳତାର ସହ ସମାଧାନ କରିଛି। ସେ କହିଥିଲେ ଯେ, ସବୁ କେସରେ ଏପରି ପ୍ରଭାବୀ କାର୍ଯ୍ୟାନୁଷ୍ଠାନ ହେବା ଉଚିତ, ଯାହା ଫଳରେ ପୋଲିସ ପ୍ରତି ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇବ। ଆଗାମୀ ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓ ବାଦୀ ଏବଂ ନକ୍ସଲ ହିଂସାକୁ ସମୂଳେ ନିପାତ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଓଡିଶାର କିଛି ଅଞ୍ଚଳ ଏହି ଆକ୍ସନ ପ୍ଲାନରେ ସାମିଲ ହୋଇଛି। ଏହି ହିଂସାକୁ ଦମନ କରିବା ପାଇଁ ପୋଲିସ ବଳ ସହିତ ବିଶେଷ ଜ୍ଞାନ, ନୂତନ ବୈଷୟିକ ଜ୍ଞାନକୌଶଳର ଆବଶ୍ୟକତା ରହିଛି, ଯାହା ଆଜି ପରି ଡ୍ୟୁଟି ମିଟ୍‌ରୁ ମିଳିପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯୋଜନାବଦ୍ଧ ଭାବେ ସମାଜରେ ଉନ୍ମାଦ କରିବା ପାଇଁ ଚେଷ୍ଟା କରୁଥିବା ଅପରାଧୀଙ୍କ ବିରୁଦ୍ଧରେ ଏମିତି କାର୍ଯ୍ୟାନୁଷ୍ଠାନ ନିଅନ୍ତୁ, ଯାହାଫଳରେ ପ୍ରତି ମୂହୁର୍ତ୍ତରେ ସେମାଙ୍କ ମନରେ ଭୟର ସଂଚାର ହେବ। ଏଭଳି ଅପରାଧୀଙ୍କୁ ପୂର୍ବରୁ ଯେଉଁ ସୁରକ୍ଷା ଦିଆଯାଉଥିଲା ସେପରି ଆଉ ହେବ ନାହିଁ। ଆଇନର ଗଣ୍ଡି ଭିତରେ ରହି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ରାଇମବ୍ରାଞ୍ଚ ପକ୍ଷରୁ ନିୟମିତ ବ୍ୟବଧାନରେ ସ୍ୱତନ୍ତ୍ର ଅଭିଯାନ ଚଳାଇ ନିଶା କାରବାର ଜନିତ ସଂଗଠିତ ଅପରାଧ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଓଡ଼ିଶା ପୋଲିସ ପ୍ରମୁଖ ସଫଳତା ହାସଲ କରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ପୋଲିସ ବଳ ସହିତ ଦୃଢ ଭାବେ ଛିଡା ହୋଇଛନ୍ତି। ସର୍ବ ଭାରତୀୟ DG/IG ସମ୍ମିଳନୀରେ, କେନ୍ଦ୍ର ସରକାର ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରିଥିବାରୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।

ପୋଲିସ ଡ୍ୟୁଟି ମିଟ୍‌ ରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ସମସ୍ତ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ବିଜେତାମାନେ ଆଗାମୀ ଜାନୁଆରୀ ମାସରେ ଝାଡଖଣ୍ଡର ରାଞ୍ଚି ଠାରେ ହେବାକୁ ଥିବା All India Police Duty Meet ରେ ଭାଗ ନେବେ। ମନୋନୀତ ହୋଇଥିବା ଦଳର ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିଲେ। ପରିଶେଷରେ ପୋଲିସ ନିଜର ‘ସେବା ଓ ସୁରକ୍ଷା’ ସ୍ଲୋଗାନକୁ କାୟ ମନୋବାକ୍ୟରେ ପାଳନ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହି ଅବସରରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ, ସି.ଆଇ.ଡି, କ୍ରାଇମ ବ୍ରାଞ୍ଚ ଶ୍ରୀ ବିନୟ ତୋଷ ମିଶ୍ର ଧନ୍ୟବାଦ୍ ଅର୍ପଣ କରି ପୋଲିସ ବାହିନୀର କାର୍ଯ୍ୟକ୍ରମ, ସଫଳତା ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ।

Previous Post

ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି: ଲୋକଙ୍କ ମୁଖ୍ୟମନ୍ତ୍ରୀ ଶୁଣିଲେ ଅଭିଯୋଗ

Next Post

ବୃହତ ନିର୍ମାଣ ପ୍ରକଳ୍ପର ଅଗ୍ରଗତି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

FNN WEB

FNN WEB

Next Post
ବୃହତ ନିର୍ମାଣ ପ୍ରକଳ୍ପର ଅଗ୍ରଗତି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

ବୃହତ ନିର୍ମାଣ ପ୍ରକଳ୍ପର ଅଗ୍ରଗତି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.