• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବୃହତ ନିର୍ମାଣ ପ୍ରକଳ୍ପର ଅଗ୍ରଗତି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

FNN WEB by FNN WEB
December 17, 2024
in ଓଡ଼ିଶା, ମୁଖ୍ୟ ଖବର
0
ବୃହତ ନିର୍ମାଣ ପ୍ରକଳ୍ପର ଅଗ୍ରଗତି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା
0
SHARES
0
VIEWS

ଭୁବନେଶ୍ୱର : ପୂର୍ତ୍ତ ବିଭାଗ ଇତିହାସରେ ପ୍ରଥମ ଥର ପାଇଁ ବ୍ୟାପକ ଭାବେ ଆଜି ଏକ ବିସ୍ତୃତ ସମୀକ୍ଷା କରିଛନ୍ତି ବିଭାଗୀୟ ମନ୍ତ୍ରୀ ଓ ପ୍ରମୁଖ ଶାସନ ସଚିବ । ବିଭାଗ ଅଧୀନରେ ଥିବା ବିଭିନ୍ନ ନିର୍ମାଣ ପ୍ରକଳ୍ପର ବର୍ତ୍ତମାନର ସ୍ଥିତି ଓ କାର୍ଯ୍ୟର ଅଗ୍ରଗତି ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍‌ ହଲରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୋନପୁର-ବିନିକା-ରାମପୁର-ଡୁଙ୍ଗୁରିପାଲି ରାସ୍ତା, ମାର୍ଶାଘାଇ-ଜମ୍ବୁ ରାସ୍ତା, ବ୍ରହ୍ମପୁର ରିଂ ରୋଡ୍‌, କଟକ ରିଂ ରୋଡ଼୍‌ (ଖାନନଗରଠାରୁ ଲିଙ୍କ୍‌ ରୋଡ୍‌ ପର୍ଯ୍ୟନ୍ତ)ର ଅଗ୍ରଗତି ନେଇ ସମୀକ୍ଷା ହୋଇଥିଲା । ସେହିପରି ଗୋବରଘାଟଠାରେ ଥିବା ସୁବର୍ଣ୍ଣରେଖା ନଦୀ ଉପରେ ହାଇଲେବୁଲ୍‌ ସେତୁ, ବୌଦ୍ଧ ଜିଲ୍ଲା ବାଉଁଶୁଣିଠାରେ ଥିବା ମହାନଦୀ ଉପରେ ଦ୍ୱିତୀୟ ହାଇଲେବୁଲ୍‌ ସେତୁ, ଖରସ୍ରୋତା ନଦୀ ଉପରେ ନୂଆବଜାରଠାରେ ଥିବା ହାଇଲେବୁଲ୍‌ ସେତୁ, ସୁବର୍ଣ୍ଣରେଖା ନଦୀ ଉପରେ ପାନ୍‌ଟେଲ୍‌ଠାରେ ହାଇଲେବୁଲ୍‌ ସେତୁର ପ୍ଲାନ୍‌ ଅନୁମୋଦନ ଓ ନିର୍ମାଣ ଅଗ୍ରଗତି ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଓ ଠିକା ସଂସ୍ଥାଠାରୁ ପଚାରି ବୁଝିଥିଲେ । ରାଜ୍ୟର ସମସ୍ତ ବଡ଼ ପ୍ରକଳ୍ପଗୁଡ଼ିକ ଯଥା-ରାସ୍ତା, ବି୍ରଜ୍‌, ବିଲ୍‌ଡିଂ, ନ୍ୟାସନାଲ ହାଇେୱ ତଥା ଓବିସିସିର ପ୍ରକଳ୍ପଗୁଡ଼ିକର ବିସ୍ତୃତ ସମୀକ୍ଷା ହୋଇଥିଲା । ଏଥିରେ ପ୍ରଥମ ଥର ପାଇଁ ବିଭାଗୀୟ ସମସ୍ତ ଅଧିକାରୀ, କନ୍‌ସଲଟାଣ୍ଟ ଏବଂ କଣ୍ଟ୍ରାକଫରମାନେ ଯୋଗଦେଇଥିଲେ ଓ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାଗୁଡ଼ିକ ଉପରେ ଆଲୋଚନା କରିଥିଲେ ।

ଏଥି ସହିତ ବାଲେଶ୍ୱର, ବାରିପଦା, କୋରାପୁଟ, ଫୁଲବାଣୀ ଏବଂ ପୁରୀସ୍ଥିତ ଟିଚିଙ୍ଗ୍‌ ହସ୍‌ପିଟାଲ, କ୍ୟାପିଟାଲ୍‌ ହସ୍‌ପିଟାଲ୍‌ର ଭିତ୍ତିଭୂମିର ଉନ୍ନତିକରଣ ଏବଂ ନିର୍ମାଣାଧୀନ ଏସ୍‌ସିବି ମେଡିକାଲ କଲେଜର ସ୍ଥିତିର ସମୀକ୍ଷା କରିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଧାର୍ଯ୍ୟ ସମୟସୀମା ମଧ୍ୟରେ ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବା ନେଇ ବିଭାଗୀୟ ଅଧିକାରୀ ଓ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେବା ସହ କାର୍ଯ୍ୟର ଗୁଣବତ୍ତା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । ରାଜ୍ୟରେ ନିର୍ମାଣ ଭିତ୍ତିଭୂମିର ସ୍ଥାୟିତ୍ୱ ବୃଦ୍ଧି ସହ ସୁଦୀର୍ଘ ରୋଡ୍‌ ନେଟ୍‌ୱାର୍କକୁ ଅଧିକ ସୁଦୃଢ଼ କରିବା ଦିଗରେ ଗୁରୁତ୍ୱ ଦେବାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବୈଠକରେ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ଇଆଇସି (ସିଭିଲ୍‌) ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଓବିସିସିର ପରିଚାଳନା ନିର୍ଦ୍ଦେଶକ ସମୀର ହୋତା, ପୂର୍ତ୍ତ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ପାଢ଼ୀଙ୍କ ସମେତ ବିଭିନ୍ନ ଜୋନ୍‌ର ଅଧୀକ୍ଷଣ ଯନ୍ତ୍ରୀ, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏବଂ ଠିକା ସଂସ୍ଥାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ଅବସରରେ ବିଭିନ୍ନ ନିର୍ମାଣ ପ୍ରକଳ୍ପଗୁଡ଼ିକର ଗୁଣବତ୍ତା ଯାଞ୍ଚ ପାଇଁ ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଯନ୍ତ୍ରପାତିରେ ସଜ୍ଜିତ ଏକ ଭ୍ରାମ୍ୟମାଣ ଭ୍ୟାନ୍‌କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।

Previous Post

୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪

Next Post

ସାଇବର ସଚେତନତା ପୁସ୍ତକ ଉନ୍ମୋଚିତ

FNN WEB

FNN WEB

Next Post
ସାଇବର ସଚେତନତା ପୁସ୍ତକ ଉନ୍ମୋଚିତ

ସାଇବର ସଚେତନତା ପୁସ୍ତକ ଉନ୍ମୋଚିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.