• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ରାଜ୍ୟର ଶିକ୍ଷା ପରିବେଶକୁ ସୁଦୃଢ଼ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି’

FNN WEB by FNN WEB
December 19, 2024
in ଓଡ଼ିଶା, ମୁଖ୍ୟ ଖବର
0
‘ରାଜ୍ୟର ଶିକ୍ଷା ପରିବେଶକୁ ସୁଦୃଢ଼ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି’
0
SHARES
0
VIEWS

ଭୁବନେଶ୍ବର: ଜ୍ଞାନ ହିଁ ଶକ୍ତି। ଜ୍ଞାନରୁ ଆମକୁ ଶକ୍ତି ମିଳିଥାଏ। ରାଜ୍ୟରେ ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ ଯେ, ପୂର୍ବରୁ ଶିକ୍ଷା ବିଭାଗ ଅନେକ ସମସ୍ୟା ଦେଇ ଗତି କରୁଥିଲା। ଯେଉଁମାନେ ଶାସନ କରୁଥିଲେ ସେମାନେ କିଛି ତ୍ରୁଟି ରଖିଥିଲେ। ସେହି ସମସ୍ୟା ଗୁଡିକର କିପରି ସମାଧାନ ହୋଇ ପାରିବ ସେ ନେଇ ଆମ ସରକାର କାର୍ଯ୍ୟ କରୁଛନ୍ତି। ଆମ ସରକାର ଶାସନକୁ ଆସିବା ପରେ ପ୍ରାଥମିକ ଶିକ୍ଷା ଭିତ୍ତିଭୂମି ଓ ଶିକ୍ଷା ବାତାବରଣକୁ ସୁଦୃଢ କରିବା ପାଇଁ ୧୬,୦୦୯ ଜଣ ପ୍ରାଥମିକ ଶିକ୍ଷକ ନିଯୁକ୍ତ କରିଛନ୍ତି। ରାଜ୍ୟରେ ଡ୍ରପ ଆଉଟ୍ ହାର ରୋକିବା ଏବଂ ଗୁଣାତ୍ମକ ଶିକ୍ଷା ପାଇଁ ଆମ ସରକାର କାର୍ଯ୍ୟ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଦେଶ ତଥା ରାଜ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ଶତବାର୍ଷିକୀ ପାଳନ କରୁଥିବା ବେଳେ, ଏହି ଐତିହାସିକ ଅନୁଷ୍ଠାନ ମଧ୍ୟ ତା’ର ୭୫ତମ ସ୍ବନକ୍ଷେତ୍ର ପାଳନ କରୁଛି। ଏହି ବିଦ୍ୟାଳୟ ନିରନ୍ତର ଭାବେ ଚମ୍ପୁଆ ଉପଖଣ୍ଡ, ସୀମନ୍ତ ଝାଡଖଣ୍ଡ ଓ ମୟୂରଭଞ୍ଜ ଜିଲ୍ଲାର ବହୁ ଛାତ୍ରଛାତ୍ରୀଙ୍କୁ ପାଇଁ ଗଢ଼ି ତୋଳିବା ସହିତ ଶିକ୍ଷାର ଆଲୋକବର୍ତ୍ତିକା ହୋଇ କାର୍ଯ୍ୟ କରୁଛି। ଖଣିଜ ସମ୍ପଦ ଥିଲେ ମଧ୍ୟ କେନ୍ଦୁଝର ଜିଲ୍ଲା ଅବହେଳିତ ହୋଇ ରହିଥିଲା। ଏବେ ଏହାର ବିକାଶ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି। କେନ୍ଦୁଝରର ବିକାଶ କିପରି ହେବ ସେ ନେଇ ଆମେ ସମସ୍ତେ ପ୍ରତିବଦ୍ଧ ହୋଇ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ଏଥି ସହିତ ଜିଲ୍ଲାରେ ରହିଥିବା ଅନ୍ୟାନ୍ୟ ସମସ୍ୟାର ସମାଧାନ ହୋଇ ପାରିବ ସେ ନେଇ ସମସ୍ତଙ୍କର ସ‌ହଯୋଗ ଦରକାର।ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁଝର ଏକ ଦୁର୍ଘଟଣା ପ୍ରବଣ ଅଞ୍ଚଳ ହୋଇଥିବାରୁ ଏଠାରେ ମେଡିକାଲ କଲେଜ୍ ଓ ହସ୍ପିଟାଲରେ ଏକ ଟ୍ରମା କେୟାର ସ୍ଥାପନ କରାଯିବ। କେନ୍ଦୁଝରରେ ଏକ ବାଇପାସ୍ ନିର୍ମାଣ କରାଯିବା ସହିତ ବୈତରଣୀ ନଦୀରେ ନିର୍ମିତ ହେଉଥିବା ବୃହତ୍ତ ଜଳ ସେଚନ ପ୍ରକଳ୍ପ ଜୁନ୍ ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି କହିଥିଲେ। ଉତ୍ତର ଓଡିଶାର ବିକାଶ ପାଇଁ ଖୁବଶୀଘ୍ର ଉତ୍ତର ଓଡିଶା ବିକାଶ ପରିଷଦ ନିର୍ମାଣ କରାଯିବ। ଏଥିନେଇ ଏକ ଟାସ୍କଫୋର୍ସ ମଧ୍ୟ ଗଠନ କରାଯାଇଛି। ଏହା ନିର୍ମାଣ ହେବା ଦ୍ବାରା ସମ୍ପୂର୍ଣ୍ଣ ଉତ୍ତର ଓଡିଶାର ବିକାଶ ହୋଇପାରିବ। କାର୍ଯ୍ୟକ୍ରମରେ ଯୋଗଦେଇ ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ ଯେ, ଅନେକ ଉତ୍‌ଥାନ ପତ୍ତନ ପରେ ଏହି ବିଦ୍ୟାଳୟ ଆଜି ହୀରକ ଜୟନ୍ତୀ ପାଳନ କରୁଛି। ଶିକ୍ଷାନୁଷ୍ଠାନକୁ ଆଗକୁ ବଢ଼ିବାରେ ଯେଉଁମାନେ ସହଯୋଗ କରିଥିଲେ ସେମାନଙ୍କୁ ଆଜି ସ୍ମରଣ କରିବାର ପ୍ରକୃଷ୍ଟ ସମୟ। ଶିକ୍ଷାର ବିକାଶ ହେଲେ ଦେଶର ବିକାଶ ହୋଇପାରିବ। କେବଳ ଶିକ୍ଷା ଗ୍ରହଣ କଲେ ହେବ ନାହିଁ, ଚରିତ୍ର ଗଠନ ମଧ୍ୟ ଆବଶ୍ୟକ ବୋଲି ସେ ମତଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଚମ୍ପୁଆ ବିଧାୟକ ସନାତନ ମହାକୁଡ, ତେଲକୋଇ ବିଧାୟକ ଫକୀର ମୋହନ ନାୟକ, ପାଟଣା ବିଧାୟକ ଅଖିଲ ଚନ୍ଦ୍ର ନାୟକ, ଶିକ୍ଷାବିତ୍ ସତ୍ୟବ୍ରତ ପଣ୍ଡା, ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ ସାହୁ ଏବଂ ହୀରକ ଜୟନ୍ତୀ କମିଟିର ସଭାପତି ଗଙ୍ଗାଧର କର ଏବଂ ସମ୍ପାଦକ ସୁଶାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଦେଶର ରାଜଧାନୀରେ ହଙ୍ଗାମା; ରାଜ୍ୟ ରାଜଧାନୀରେ ଗର୍ଜନ

Next Post

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଶାହ

FNN WEB

FNN WEB

Next Post
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଶାହ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଶାହ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.