• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଲାଗି ରହିଛି ବର୍ଷା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

FNN WEB by FNN WEB
December 20, 2024
in ଓଡ଼ିଶା, ମୁଖ୍ୟ ଖବର
0
ବିକଶିତ ହୋଇ ହସିବ ବଣ୍ଡାଘାଟି; ଉପମୁଖ୍ୟମନ୍ତ୍ରୀ ଦେଲେ ପ୍ରତିଶ୍ରୁତି
0
SHARES
2
VIEWS

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟାରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଅବପାତରେ ପରିଣତ ହେବା ପରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ ଏବଂ ତା’ପରବର୍ତ୍ତୀ ୨୪ ଘଣ୍ଟା ଯାଏ ସେହି ଅବପାତ ହୋଇ ରହିବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ମଧ୍ୟ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଅନେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ବା ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନ ସହିତ ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସବୁ ସ୍ଥାନରେ ପାଗ ଶୁଖିଲା ରହିବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି। ୨୨ ତାରିଖ ସକାଳ ସାଢ଼େ ୮ଟାରୁ ରାଜ୍ୟର ସବୁ ଜିଲ୍ଲାରେ ପାଗ ଶୁଖିଲା ରହିପାରେ ବୋଲି ପୂର୍ବାନୁମାନ କରିଛି ବିଭାଗ।

ସେହିପରି ଆଗାମୀ ୩ ଦିନରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତା’ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ ୨-୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି। ଆଜି ସୁନ୍ଦରଗଡ଼ ଓ ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ରହିବ ବୋଲି ପୂର୍ବାନୁମାନ କରାଯାଇଥିବା ବେଳେ ଝାରସୁଗୁଡ଼ା, ବୌଦ୍ଧ ଓ ଜଗତସିଂହପୁରରେ ୧୪, ବାରିପଦା, ନୂଆପଡ଼ା, ଫୁଲବାଣୀ ଓ କୋରାପୁଟରେ ୧୫, କେନ୍ଦୁଝର ଓ ଅନୁଗୋଳରେ ୧୬, ଭଦ୍ରକ, କେନ୍ଦ୍ରାପଡ଼ା, ଦେବଗଡ଼, ବରଗଡ଼ ଓ ବାଲେଶ୍ୱର ୧୭, କଟକ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଟିଟିଲାଗଡ଼, ଭବାନୀପାଟଣା, ଖୋର୍ଦ୍ଧା ଓ ବଲାଙ୍ଗିରରେ ୧୮ ଡିଗ୍ରୀ ସେଲ୍‌ସିୟସ ରହିପାରେ। ସେହିଭଳି ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ରହିପାରେ।

୨୧ ତାରିଖରେ ସୁନ୍ଦରଗଡ଼ ଓ ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ରହିପାରେ। ସେହିପରି ବୌଦ୍ଧ, ଝାରସୁଗୁଡ଼ା ଓ ଜଗତସିଂହପୁରରେ ୧୪ ଡିଗ୍ରୀ, ବାରିପଦା, ଫୁଲବାଣୀ, କୋରାପୁଟ ଓ ନୂଆପଡ଼ାରେ ୧୫ ଡିଗ୍ରୀ, କେନ୍ଦୁଝରଗଡ଼ ଓ ଅନୁଗୋଳରେ ୧୬, ବରଗଡ଼, ଦେବଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼ ଓ ବାଲେଶ୍ୱରରେ ୧୭ ଏବଂ ଯାଜପୁର, ଢେଙ୍କାନାଳ, କଟକ, ବଲାଙ୍ଗିର, ଟିଟିଲାଗଡ଼ ଓ ଖୋର୍ଦ୍ଧାରେ ୧୮ ଡିଗ୍ରୀ ସେଲ୍‌ସିୟସ ରହିପାରେ। ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ରହିପାରେ।

୨୪ ତାରିଖରେ ରାଉରକେଲାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀକୁ ଖସିପାରେ। ସେହିଭଳି ସୁନ୍ଦରଗଡ଼ରେ ୧୧ ଡିଗ୍ରୀ ଏବଂ ଝାରସୁଗୁଡ଼ା, ବାରିପଦା, ବୌଦ୍ଧ, ଫୁଲବାଣୀ ଓ ଜଗତସିଂହପୁରରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀକୁ ଖସିବାର ସମ୍ଭାବନା ରହିଛି। ଅନୁଗୋଳ, ନୂଆପଡ଼ା ଓ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀକୁ, ବାଲେଶ୍ୱରରେ ୧୫ ଡିଗ୍ରୀକୁ, କଟକରେ ୧୭ ଓ ଭୁବନେଶ୍ୱରରେ ୧୮ ଡିଗ୍ରୀକୁ ହ୍ରାସ ପାଇପାରେ। ଗତ ୨୪ ଘଣ୍ଟାରେ ସବୁଠୁ ଅଧିକ ଶୀତ ଅନୁଭୂତ ହୋଇଥିଲା ସୁନ୍ଦରଗଡ଼ରେ। ଏଠାରେ ସର୍ବନିମ୍ନ ତାପମାତ୍ରା ୧୦.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା।

Previous Post

ବିକଶିତ ହୋଇ ହସିବ ବଣ୍ଡାଘାଟି; ଉପମୁଖ୍ୟମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

Next Post

୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

FNN WEB

FNN WEB

Next Post
୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.