• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭାରତ ପାଣିପାଗ ବିଭାଗର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ଆୟୋଜିତ

FNN WEB by FNN WEB
December 23, 2024
in ଓଡ଼ିଶା, ମୁଖ୍ୟ ଖବର
0
ଭାରତ ପାଣିପାଗ ବିଭାଗର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ଆୟୋଜିତ
0
SHARES
0
VIEWS


ଭୁବନେଶ୍ୱର: ଭାରତ ସରକାରଙ୍କ ପୃଥିବୀ ବିଜ୍ଞାନ ମନ୍ତ୍ରାଳୟ ଓ ଭାରତ ପାଣିପାଗ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ ଭାରତ ପାଣିପାଗ ବିଭାଗର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ବରସ୍ଥିତ ଲୋକସେବା ଭବନ କନଭେନସନ ହଲରେ ଏକ ଦିବସୀୟ ଉପଯୋଗକର୍ତ୍ତା କର୍ମଶାଳା ଆୟୋଜିତ ହୋଇଥିଲା l ଏହି କର୍ମଶାଳାର ବିଷୟବସ୍ତୁ “ଓଡ଼ିଶା ଉପରେ ଅତ୍ୟନ୍ତ ଭୀଷଣ ପାଣିପାଗ ଜନିତ ଘଟଣାସମୂହ” ରହିଥିଲା l ଆୟୋଜିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ରୂପେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିବାବେଳେ ଅନ୍ୟଅତିଥି ମାନଙ୍କ ମଧ୍ୟରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଭାରତ ପାଣିପାଗ ବିଜ୍ଞାନ ବିଭାଗ ମହାନିର୍ଦ୍ଦେଶକ ଶ୍ରୀ ମୃତ୍ୟୁଞ୍ଜୟ ମହାପାତ୍ର, ଡ଼ ସୋମନାଥ ଦତ୍ତ, ମନୋରମା ମହାନ୍ତି ପ୍ରମୁଖ ଯୋଗଦେଇଥିଲେ l

ବିପର୍ଯ୍ୟୟ ପରିଚାଳନାରେ ସାରା ବିଶ୍ବରେ ଓଡ଼ିଶା ଆଜି ଏକ ମଡେଲ ରୂପେ ପରିଗଣିତ ହେଉଛି l ଏହାର ପ୍ରମୁଖ ଶ୍ରେୟ ଭାରତ ପାଣିପାଗ ବିଜ୍ଞାନ ବିଭାଗକୁ ଦିଆଯାଏ l ପ୍ରମୁଖ ବୈଜ୍ଞାନିକ ଓ ପାଣିପାଗ ବିଶେଷଜ୍ଞଙ୍କ ଆକଳନକୁ ପାଥେୟ କରି ପ୍ରାକୃତିକ ବିପର୍ଯ୍ୟୟବେଳେ ଆଜିର ସମୟରେ ବହୁ ପରିମାଣରେ ଧନଜୀବନହାନିରୁ ରକ୍ଷା କରାଯାଇ ପାରୁଛି l ୧୫୦ ବର୍ଷ ଏକ ଲମ୍ବା ଯାତ୍ରା ଅଟେ l ଏବଂ ଏହି ସମୟରେ ଓଡ଼ିଶା ବହୁତ ବଡ ବଡ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇ ଆସିଛି l ଗତ ଅକ୍ଟୋବରମାସରେ ବାତ୍ୟା ‘ଦାନା’ ର ସୁପରିଚାଳନା ମଧ୍ୟ ପ୍ରାରମ୍ଭିକ ଚେତାବନୀ ଦ୍ୱାରା ସମ୍ଭବ ହୋଇପାରିଛି ଏବଂ ଧନଜୀବନ ହାନି, ଫସଲହାନି ଅପେକ୍ଷାକୃତ କମ୍ ହୋଇପାରିଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଉଲ୍ଲେଖ କରିଥିଲେ l

ଓଡ଼ିଶା ହେଉଛି ପ୍ରାକୃତିକ ବିପର୍ଯ୍ୟୟର ଘର l ପ୍ରତିବର୍ଷ ଏଠି ବନ୍ୟା, ବାତ୍ୟା, ମରୁଡି ଭଳି ସମସ୍ୟାର ସମ୍ମୁଖୀନ ହେବାକୁ ପଡେ l ଏଗୁଡିକର ସୁପରିଚାଳନା ନିମନ୍ତେ ଆମେ ପାଣିପାଗ ବିଭାଗର ଆକଳନ ଉପରେ ନିର୍ଭର କରୁ l ଆମର ପାଣିପାଗ ବିଶେଷଜ୍ଞଙ୍କ ଯୋଗୁଁ ବିପର୍ଯ୍ୟୟର ପରିଚାଳନା ସହିତ ଆସନ୍ତା କାଲିର ପାଣିପାଗ କେଉଁଭଳି ରହିବ ତାହାର ପୂର୍ବାନୁମାନ ଆଜିର ସମୟରେ ସହଜରେ ଉପଲବ୍ଧ ହୋଇପାରୁଛି ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଥିଲେ l
ପ୍ରାକୃତିକ ବିପର୍ଯ୍ୟୟବେଳେ ସର୍ବଦା ସାଥିରେ ରହି ସମୟକୁ ସମୟ ସଠିକ ଅନୁମାନ ଯୋଗାଇ ଦେଉଥିବାରୁ ପାଣିପାଗ ବିଭାଗକୁ ଶ୍ରୀ ଦେଓ ରଞ୍ଜନ ସିଂହ ଧନ୍ୟବାଦ ଜଣାଇଥିଲେ l

ଓଡ଼ିଶା କେବଳ ଏକମାତ୍ର ରାଜ୍ୟ ଯେଉଁଠି ସମସ୍ତ ୩୦ ଟି ଜିଲ୍ଲାରେ ପର୍ଯ୍ୟବେକ୍ଷଣ କେନ୍ଦ୍ର (observatory) ରହିଛି l ଏଥିସହିତ, ଗୋପାଳପୁର ଓ ପାରାଦ୍ବୀପରେ ୨ ଗୋଟି ରାଡ଼ାର ରହିଛି l ଆଉ ୩ ଗୋଟି ରାଡ଼ାର ରାଜ୍ୟକୁ ଯୋଗାଇଦେବା ପାଇଁ ପ୍ରସ୍ତୁତି ଚାଲିଛି l “ମୌସମ ମୋବାଇଲ୍ ଆପ୍” ଜରିଆରେ ଯେକୌଣସି ସ୍ଥାନର ପାଣିପାଗ ବିଷୟରେ ଜାଣି ହେଉଛି ବୋଲି ମହାନିର୍ଦ୍ଦେଶକ ଶ୍ରୀ ମହାପାତ୍ର କହିଥିଲେ l ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଶ୍ରୀମତୀ ମନୋରମା ମହାନ୍ତି ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିବାବେଳେ ଶ୍ରୀ ସଂଜୀବ ଦ୍ଵିବେଦୀ ଧନ୍ୟବାଦ ଅର୍ପଣ କରିଥିଲେ l କର୍ମଶାଳାରେ ବହୁ ବିଶିଷ୍ଟ ବ୍ୟକ୍ତି, ବିଶେଷଜ୍ଞ ଏବଂ ବରିଷ୍ଠ ଅଧିକାରୀବୃନ୍ଦ ଅଂଶଗ୍ରହଣ କରିଥିଲେ l ଏହି ଅବସରରେ ୧୫୦ ବର୍ଷର ଉଲ୍ଲେଖନୀୟ ଯାତ୍ରା ଉପରେ ପର୍ଯ୍ୟବସିତ ଏକ ଭିଡ଼ିଓ ପ୍ରଦର୍ଶିତ ହୋଇଥିଲା l

Previous Post

ଗୁଣାତ୍ମକ ଶିକ୍ଷାକୁ ବାଦ୍‌ ଦେଇ କୌଣସି ଦେଶ ବିକାଶ ପଥରେ ଅଗ୍ରସର ହୋଇପାରିବ ନାହିଁ : ନବୀନ

Next Post

ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବିଜେଡି ଟିମ୍

FNN WEB

FNN WEB

Next Post
ଶେଷ ୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଦେବଗଡ଼ ପ୍ରାର୍ଥୀ ବଦଳିଲେ

ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବିଜେଡି ଟିମ୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.