• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପାରାଦ୍ବୀପ ହେବ ପୂର୍ବୋଦୟ ମିଶନର ବିକାଶ ଦୀପ: ଧର୍ମେନ୍ଦ୍ର

FNN WEB by FNN WEB
December 23, 2024
in ଓଡ଼ିଶା, ମୁଖ୍ୟ ଖବର
0
ପାରାଦ୍ବୀପ ହେବ ପୂର୍ବୋଦୟ ମିଶନର ବିକାଶ ଦୀପ: ଧର୍ମେନ୍ଦ୍ର
0
SHARES
1
VIEWS

ପାରାଦୀପ: ପାରୀଦୀପ: ଶିଳ୍ପାଞ୍ଚଳ ପାରାଦୀପରେ ଯେଉଁ ସମ୍ଭାବନା ଅଛି, ତାହା ଆଗାମୀ ଦିନରେ ଓଡ଼ିଶାର ଆବଶ୍ୟକତାକୁ ପୂରଣ କରିବ। ‘ପୂର୍ବୋଦୟ ମିସନ’ରେ ପାରାଦୀପ ‘ବିକାଶ ଦ୍ୱୀପ’ ହେବ ବୋଲି ସୋମବାର ପାରଦୀପ ନିର୍ବାଚନମଣ୍ଡଳୀରେ ଆୟୋଜିତ ‘କାର୍ଯ୍ୟକର୍ତ୍ତା ସମ୍ମିଳନୀ’କୁ ସମ୍ବୋଧିତ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଜଗତସିଂହପୁର ଜିଲ୍ଲାର ପାରାଦୀପ ସମଗ୍ର ଦେଶରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି। ଏହି ଜିଲ୍ଲାରେ ଓଡ଼ିଆ ସଂସ୍କୃତିର ପବିତ୍ର ପୀଠସ୍ଥଳ ମାଆ ସାରଳା ପୂଜା ପାଉଛନ୍ତି। ଓଡ଼ିଆ ଭାଷାର ଆଦିକବି ସାରଳା ଦାସ ଏହିଠାରୁ ଓଡ଼ିଆ ମହାଭାରତ ରଚନା କରିଛନ୍ତି। ହଜାର ହଜାର ବର୍ଷର ପୁରାତନ ଐତିହ୍ୟର ମୁକସାକ୍ଷୀ ଭାବେ ଏହି ଅଞ୍ଚଳରୁ ଓଡ଼ିଆ ସାଧବ ପୁଅମାନେ ନୌବାଣିଜ୍ୟ କରି ଓଡ଼ିଶାକୁ ବୈଭବ ଆଣିଛନ୍ତି।

ସେହିପରି ପୂର୍ବ-ଭାରତର ତ୍ୱରିତ୍ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ହେଉଛି ‘ପୂର୍ବୋଦୟ’। ଏହାର ପ୍ରମୁଖ ବିନ୍ଦୁ ହେଉଛି ଓଡ଼ିଶାର ବିକାଶ। ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପିତ ‘ପୂର୍ବୋଦୟ’ରେ ପାରାଦ୍ୱୀପ ହେଉଛି ଏକ ‘ବିକାଶ ଦ୍ୱୀପ’। ବିନା ପାରାଦୀପର ବିକାଶରେ ଓଡ଼ିଶା ଓ ଭାରତ ବିକଶିତ ହେବ ନାହିଁ। ପାରାଦୀପ ବନ୍ଦର କ୍ରମାଗତ ଭାବେ ୧୦୦ ମିଲିୟନ ମେଟ୍ରିକ୍ ଟନ୍ ପଣ୍ୟ କାରବାର କରି ବୃହତ୍ତମ ବନ୍ଦର ଭାବେ ପରିଚୟ ପାଇବା ଆମ ଓଡ଼ିଶାର ଶିଳ୍ପ ଜଗତ ପାଇଁ ବଡ ଉପଲବ୍ଧି।

ସେ ଆହୁରି କହିଛନ୍ତି ଯେ ଦେଶରେ ଇଣ୍ଡିଆନ ଅଏଲର ଏକ ବଡ଼ ପୁଞ୍ଜିନିବେଶ ପାରାଦୀପ ତୈଳ ବିଶୋଧନାଗାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଓଡ଼ିଶା ପାଇଁ ଅବଦାନ। ଏହାକୁ ବାଜପେୟୀ ଜୀ ଶୁଭ ଦେଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଥିଲେ। ଏହି ପ୍ରକଳ୍ପରେ ଜଣେ ସାଧାରଣ ଓଡ଼ିଆ ଭାବରେ ଧର୍ମପଦ ଭାବରେ ଯୋଗଦାନ ଦେବା ସମୟରେ ମୁଁ ଅଟଳଜୀଙ୍କର ମହାନ ଦୂରଦୃଷ୍ଟିକୁ କଳ୍ପନା କରିପାରିଥିଲି। ପାରାଦୀପରେ ଶିଳ୍ପାୟନର ବିକାଶ ପାଇଁ ପ୍ରାୟ ୬୫ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କା ନିବେଶ ହୋଇଛି। ଆଗାମୀ ଦିନରେ ପାରାଦୀପରେ ଶିଳ୍ପାୟନକୁ ତ୍ୱରାନ୍ୱିତ କରିବା ସହ ଏଠାରେ ଭାଇଚାରା, ଶାନ୍ତି ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ତିଆରି ହେବ। ଡବଲ ଇଞ୍ଜିନ ସରକାରରେ ପାରାଦୀପ ‘ପୂର୍ବୋଦୟ ମିଶନ’ ଓ ଗରିବ କଲ୍ୟାଣର ପ୍ରୟୋଗଶାଳା ହେବ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ନିକଟରେ ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା ପାଇଁ ଇଣ୍ଡିଆନ ଅଏଲ ୪,୩୮୨ କୋଟି ଟଙ୍କାର ଅର୍ଥ ମଞ୍ଜୁର କରିଛି। ଇଣ୍ଡିଆନ ଅଏଲ ଓ ଏମସିପିଆଇ ପ୍ରାଇଭେଟ ଲିମିଟେଡର ମିଳିତ ସହଭାଗୀତାରେ ଏହି ବୟନ ପାର୍କ ପ୍ରତିଷ୍ଠା ହେବ। ଏହି ପଦକ୍ଷେପ ଦ୍ୱାରା ଶିଳ୍ପ କ୍ଷେତ୍ରରେ ଓଡ଼ିଶାର ଭିତ୍ତିଭୂମି ସୁଦୃଢ ହେବ। ରାଜ୍ୟର ଅର୍ଥନୀତି ମଜଭୂତ୍ ହେବା ସହ ଯୁବକ ଯୁବତୀଙ୍କ ପାଇଁ ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏଥିପାଇଁ ପୂର୍ବ ସରକାର ସହଯୋଗ କରିନଥିଲେ। ମାତ୍ର ଏବେ ଡବଲ ଇଞ୍ଜିନ ସରକାରରେ ଓଡ଼ିଆ ଯୁବକମାନେ ବଡବଡ ଶିଳ୍ପ କାରଖାନାର ମାଲିକ ହେବେ। ଏଠାରେ ଆଗାମୀ ଦିନରେ ପେଟ୍ରୋକେମିକାଲ କମ୍ପଲେକ୍ସ ତିଆରି ହେବ। ତିର୍ତ୍ତୋଲ ପାଖରେ ବନ୍ଦ ହୋଇ ପଡିଥିବା ସୂତାକଳର ପୁନରୁଦ୍ଧାର ହେବ।

ଶ୍ରୀ ପ୍ରଧାନ କାର୍ଯ୍ୟକର୍ତ୍ତାଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ ସରକାରୀ ସୁବିଧା କେବଳ ସରକାରୀ ଦଳର ନେତା ଏବଂ ସେମାନଙ୍କର ସମର୍ଥକଙ୍କୁ ମିଳିବାର ସମୟ ଶେଷ ହୋଇଛି। ବିଜେପିର ଡବଲ ଇଞ୍ଜିନ ସରକାରରେ ଗରିବ, ମହିଳା, ଯୁବ, ଚାଷୀ, ପଛୁଆ ଏବଂ ଜନଜାତିଙ୍କୁ ଅଗ୍ରାଧିକାର ଦିଆଯାଉଛି। ନିୟମ ଆଇନ ପରିଧିରେ ଶାସନ ଚାଲୁଛି। ଆମ ସରକାରରେ ସବୁ ବର୍ଗର ଲୋକଙ୍କ ଅଧିକାରକୁ ସୁରକ୍ଷିତ ରଖିବା ପାଇଁ ପ୍ରାଥମିକତା ଦିଆଯାଇଛି। ଆମ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଏହି ନିର୍ବାଚନମଣ୍ଡଳୀରେ ଦଳକୁ ଆହୁରି ମଜଭୂତ୍ କରିବା ସହ ଅନେକ ଲୋକଙ୍କୁ ସଦସ୍ୟତା ଅଭିଯାନରେ ଯୋଡିବା ପାଇଁ ପଡ଼ିବ । ଲୋକଙ୍କ ପାଇଁ ଓ ଲୋକଙ୍କ ହିତରେ କାମ କରିବାକୁ ହେବ ବୋଲି ସେ କହିଛନ୍ତି।

Previous Post

ଭିଡମୁକ୍ତ ହେବ କଟକ, ରାସ୍ତାରେ ଲାଗିବନି ଗହଳି

Next Post

କଟକ ରାଧାନାଥ ଉଚ୍ଚତର ଶିକ୍ଷା ଅନୁଧ୍ୟାନ ପ୍ରତିଷ୍ଠାନର ଶତବାର୍ଷିକୀ ସମାରୋହରେ କେନ୍ଦ୍ରମନ୍ତ୍ରୀ

FNN WEB

FNN WEB

Next Post
କଟକ ରାଧାନାଥ ଉଚ୍ଚତର ଶିକ୍ଷା ଅନୁଧ୍ୟାନ ପ୍ରତିଷ୍ଠାନର ଶତବାର୍ଷିକୀ ସମାରୋହରେ କେନ୍ଦ୍ରମନ୍ତ୍ରୀ

କଟକ ରାଧାନାଥ ଉଚ୍ଚତର ଶିକ୍ଷା ଅନୁଧ୍ୟାନ ପ୍ରତିଷ୍ଠାନର ଶତବାର୍ଷିକୀ ସମାରୋହରେ କେନ୍ଦ୍ରମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.