• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟ ସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ 2024

FNN WEB by FNN WEB
December 24, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟ ସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ 2024
0
SHARES
3
VIEWS

ନିଜ ଅଧିକାର ସାବ୍ୟସ୍ତ କରିବା ପାଇଁ ଆମକୁ ପ୍ରଥମେ ସଚେତନ ହେବାକୁ ପଡିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉପଭୋକ୍ତା ସୁରକ୍ଷା ଅଭିଯାନକୁ ଫଳପ୍ରଦ କରିବା ପାଇଁ ସରକାରୀ, ବେସରକାରୀ, ସ୍ୱେଚ୍ଛାସେବୀ ଅନୁଷ୍ଠାନ, ନାଗରିକ ସମାଜ ଏବଂ ସର୍ବୋପରି ଗଣମାଧ୍ୟମର ସକ୍ରିୟ ସହଯୋଗର ଆବଶ୍ୟକତା ରହିଛି । ସବୁ ବର୍ଗର ଉପଭୋକ୍ତା ଯେପରି ସକ୍ରିୟ ଭାବେ ଅଂଶଗ୍ରହଣ କରି ଉପଭୋକ୍ତା ସୁରକ୍ଷା ଆଇନ୍ 2019ର ସଫଳତାରେ ଭାଗିଦାରୀ ହୋଇପାରିବେ ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସର୍ବଦା ସହଯୋଗ ରହିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ ରାଜ୍ୟ ସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ 2024 ପାଳନ ଅବସରରେ ଉଦ୍‌ବୋଧନ ଦେଇ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଉପଭୋକ୍ତାମାନଙ୍କୁ ସୁରକ୍ଷା ଦେବା ପାଇଁ 1986 ମସିହା ଡିସେମ୍ବର 24 ତାରିଖରେ ଉପଭୋକ୍ତା ସୁରକ୍ଷା ଆଇନ ପ୍ରଣୟନ ହୋଇଥିଲା । ଏହି ଆଇନରେ ବ୍ୟବସାୟୀ ସଂସ୍ଥାକୁ ଉତ୍ତରଦାୟୀ କରିବା ପାଇଁ ଯଥେଷ୍ଟ ପ୍ରାବଧାନ ନ ଥିଲା । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଗୁରୁତ୍ୱର ସହ ନେଇ ସଂସଦରେ ନୂଆ ଉପଭୋକ୍ତା ଆଇନ 2019 ପାରିତ କରିଥିଲେ ଏବଂ 2020 ଜୁଲାଇ 20ରୁ ଏହା ସାରା ଦେଶରେ କାର୍ଯ୍ୟକାରୀ ହେଉଛି । ଏହି ଆଇନରେ ଠକ ସଂସ୍ଥାକୁ ଉତ୍ତରଦାୟୀ କରିବା ସହିତ ସମସ୍ତ ପ୍ରକାର ଗଳାବାଟକୁ ବନ୍ଦ କରିବାର ପ୍ରାବଧାନ କରାଯାଇଛି ।

ସେ ଆହୁରି କହିଥିଲେ ଯେ, ଆଜିର Internet ଓ Social Media ଯୁଗରେ ଲୋକମାନେ ସହଜରେ ଠକାମିର ଶିକାର ହେଉଛନ୍ତି । ସେବା ଓ ସାମଗ୍ରୀ ଯୋଗାଇଦେଉଥିବା ସଂସ୍ଥା ଲୋକମାନଙ୍କୁ ଠକି ଦେଇ ରାତାରାତି ଗାଏବ ହୋଇଯାଉଛନ୍ତି । 2010 ମସିହାରେ ଓଡିଶାରେ ଟିଟଫଣ୍ଡ ସଂସ୍ଥା ମାଧ୍ୟମରେ ବହୁତ ଲୋକ ଠକାମିରେ ଶିକାର ହୋଇଥିଲେ । ଏ ସବୁକୁ ରୋକିବା ଓ ଉପଭୋକ୍ତାମାନଙ୍କୁ ସୁରକ୍ଷା ଦେବା ପାଇଁ ଏହି ନୂଆ ଆଇନରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି । ଉପଭୋକ୍ତାଙ୍କ ସୁରକ୍ଷା ପାଇଁ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ ଗଠନ କରାଯାଇଛି । ଉପଭୋକ୍ତା ଅଧିକାରର କୌଣସି ପ୍ରକାର ଉଲଂଘନ ହେଲେ ଏହି ପ୍ରାଧିକରଣ ତା’ର ଯାଞ୍ଚ ଓ ତଦନ୍ତ କରି ସୁରକ୍ଷା ଯୋଗାଇଦେବେ । ଉପଭୋକ୍ତାମାନେ ମଧ୍ୟ ଘରେ ବସି E-Filing ମାଧ୍ୟମରେ ସେମାନଙ୍କ ଅଭିଯୋଗ ଦାଖଲ କରିପାରିବେ ଓ ନ୍ୟାୟ ପାଇପାରିବେ । ଚଳିତ ବର୍ଷ ଏହି ଦିବସ ପାଳନର Theme ରହିଛି ଉପଭୋକ୍ତା ନ୍ୟାୟ ପାଇଁ ଭର୍ଚୁଆଲ ଶୁଣାଣି ଏବଂ ଡିଜିଟାଲ ଅଭିଗମ୍ୟତା (Digital Hearing & Digital Access to Consumer Justice)। ଉପଭୋକ୍ତାମାନେ ବିନା ଅସୁବିଧାରେ ଡିଜିଟାଲ ମାଧ୍ୟମରେ ଅଭିଯୋଗ କରିପାରିବେ ଏବଂ ନ୍ୟାୟ ମଧ୍ୟ ପାଇପାରିବେ । ଠକାମିର ଶିକାର ହେଲେ ଡିଜିଟାଲ ମାଧ୍ୟମରେ ଅଭିଯୋଗ କରିବାକୁ ଉପଭୋକ୍ତାମାନେ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ ।

ସେ ପୁଣି କହିଥିଲେ ଯେ, ନିଜ ଅଧିକାର ସାବ୍ୟସ୍ତ କରିବା ପାଇଁ ଆମକୁ ପ୍ରଥମେ ସଚେତନ ହେବାକୁ ପଡିବ । ତାହେଲେ ଯାଇ ବ୍ୟକ୍ତି ଅଧିକାର ସୁରକ୍ଷିତ ରହି ପାରିବ । ଏବେ ରାଜ୍ୟ ତଥା ଜିଲ୍ଲା ସ୍ତରରେ ସଚେତନତା ବୃଦ୍ଧି ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇ ଖାଉଟି ସୁରକ୍ଷା ବିପ୍ଳବକୁ ଆହୁରି ତ୍ୱରାନ୍ୱିତ କରାଯାଉଛି । ଉପଭୋକ୍ତା ସୁରକ୍ଷା ସଚେତନତା ଏକ ସାମାଜିକ ଆନ୍ଦୋଳନ । ସଚେତନ ଉପଭୋକ୍ତା ହିଁ ସୁରକ୍ଷିତ ଉପଭୋକ୍ତା ବାର୍ତ୍ତାକୁ ଜନସାଧାରଣରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ନିରନ୍ତର ଉଦ୍ୟମ ଯୋଗୁ ଖାଉଟି ଅଧିକାର ପାଇଁ ଯୁବ ସମାଜ ଆଜି ସଚେତନ ହୋଇଛନ୍ତି । ଖାଉଟି କଲ୍ୟାଣ ପାଇଁ ବଜେଟରେ ଅଧିକ ପ୍ରାବଧାନ କରାଯାଇଛି । ଅସାଧୁ ବ୍ୟବସାୟୀଙ୍କ ବିରୁଦ୍ଧରେ ଆଇନ ଆନୁଯାୟୀ କଠୋର ପଦକ୍ଷେପ ନିଆଯାଉଛି । ଆଗାମୀ ଦିନରେ ଏହି ପଦକ୍ଷେପ ଆହୁରି କଡାକଡି ହେବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, 2036ରେ ଆମେ ଏକ ସମୃଦ୍ଧ ଓ ବିକଶିତ ଓଡିଶା ଗଠନର ଲକ୍ଷ୍ୟ ରଖିଛୁ । ବିକଶିତ ଓଡିଶାରେ ଉପଭୋକ୍ତାମାନେ ଠକେଇର ଶିକାର ହେବା ଉଚିତ୍ ନୁହେଁ । ତେଣୁ, ଏକ ଠକେଇମୁକ୍ତ ତଥା ଅସାଧୁ ବ୍ୟବସାୟୀମୁକ୍ତ ଓଡିଶା କିପରି ଗଠନ ହେବ ସେଥିପାଇଁ ଜନସାଧାରଣ ମତାମତ ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । କାର୍ଯ୍ୟକ୍ରମରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ଯେ, ସଚେତନ ଖାଉଟି ହେଉଛି ଉତ୍ତମ ଖାଉଟି । ଖାଉଟି ସଚେତନ ହେଲେ ଠକେଇ ବିରୁଦ୍ଧରେ ସେ ନ୍ୟାୟ ପାଇବ । ଖାଉଟି ସୁରକ୍ଷା ପାଇଁ ଆଗାମୀ ଦିନରେ ବିଭାଗକୁ ଆହୁରି କ୍ରିୟାଶୀଳ କରାଯିବ । ରାଜ୍ୟରେ ଥିବା Consumer Court ଗୁଡିକୁ ଆହୁରି ସୁଦୃଢ କରାଯିବ । ଉପଭୋକ୍ତା ସ୍ୱାର୍ଥ ରକ୍ଷା ଆମର ଲକ୍ଷ୍ୟ ଏବଂ ଆମେ ସେଥିପାଇଁ ପ୍ରତିବଦ୍ଧତାର ସହ କାମ କରୁଛୁ ବୋଲି ସେ କହିଥିଲେ ।

ଖାଉଟି ବିବାଦ ସମାଧାନ ଆୟୋଗର ସଭାପତି ଶ୍ରୀ ଦିଲ୍ଲୀପ ମହାପାତ୍ର କହିଥିଲେ ଯେ, 2019ରୁ ଉପଭୋକ୍ତାମାନଙ୍କ ସୁବିଧା ପାଇଁ ଘରେ ବସି ଅଭିଯୋଗ ଦାଖଲ କରିବାର ସୁବିଧା କରାଯାଇଛି । ଓଡିଶାରେ ଏବଂ ସମଗ୍ର ଦେଶରେ ଅନଲାଇନ କେସ୍ ଫାଇଲିଂ ବ୍ୟବସ୍ଥା ବାଧ୍ୟତାମୂଳକ ହୋଇଛି । ଅନଲାଇନରେ କେସ୍ ଫାଇଲିଂ ହେଉଛି ଏବଂ କେସ୍ ଶୁଣାଣି ବି ହେଉଛି । ଦେଶର ପ୍ରଥମ ଥର ପାଇଁ ଓଡିଶାରେ ଅନଲାଇନ ଶୁଣାଣି ବ୍ୟବସ୍ଥା ଆରମ୍ଭ ହୋଇଥିଲା ବୋଲି ସେ କହିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ଉପଭୋକ୍ତାମାନଙ୍କୁ ଦୈନନ୍ଦିନ ଜୀବନରେ ହେଉଥିବା ଶୋଷଣରୁ ମୁକ୍ତ କରିବା ପାଇଁ ଆମ ବିଭାଗ ଜାଗ୍ରତ ରହିଛି । ଏକ ସଚେତନ ଓ ସ୍ୱାଧୀନଚେତା ସମାଜ ଗଠନ ପାଇଁ ସମସ୍ତେ ସବୁ ବିଷୟରେ ଜାଣିବା ଉଚିତ୍ ବୋଲି ସେ କହିଥିଲେ ।

ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଖାଉଟି ସୁରକ୍ଷା ସମ୍ବନ୍ଧୀୟ ବକ୍ତୃତା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ ଏକ ନ୍ୟୁଜ ଲେଟର ଅତିଥିମାନେ ଉନ୍ମୋଚନ କରିଥିଲେ । ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଅଞ୍ଜନା ପଣ୍ଡା ଧନ୍ୟବାଦ ଦେଇଥିଲେ

Previous Post

୧୮ତମ ପ୍ରବାସୀ ଭାରତୀୟ ଦିସସ ଆୟୋଜନର ସମୀକ୍ଷା କଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

Next Post

ଉଦ୍‌ଘାଟନ ପୂର୍ବରୁ ନୂତନ ଜିଲା ହସ୍‌ପିଟାଲ ପରିଦର୍ଶନ କଲେ ଭଦ୍ରକ ବିଧାୟକ

FNN WEB

FNN WEB

Next Post
ଉଦ୍‌ଘାଟନ ପୂର୍ବରୁ ନୂତନ ଜିଲା ହସ୍‌ପିଟାଲ ପରିଦର୍ଶନ କଲେ ଭଦ୍ରକ ବିଧାୟକ

ଉଦ୍‌ଘାଟନ ପୂର୍ବରୁ ନୂତନ ଜିଲା ହସ୍‌ପିଟାଲ ପରିଦର୍ଶନ କଲେ ଭଦ୍ରକ ବିଧାୟକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.