• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର (ପାକ୍‍ସ) ଶୁଭାରମ୍ଭ

FNN WEB by FNN WEB
December 25, 2024
in ଓଡ଼ିଶା, ମୁଖ୍ୟ ଖବର
0
୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର (ପାକ୍‍ସ) ଶୁଭାରମ୍ଭ
0
SHARES
1
VIEWS

ସମବାୟ ସଂସ୍ଥା ଗୁଡ଼ିକୁ ଗ୍ରାମ୍ୟ ଅର୍ଥନୀତିର ଇଞ୍ଜିନ କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ସୂଚନା ଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ୨୭୧୧ଟି ପ୍ୟାକ୍ସ ଥିବା ବେଳେ, ରାଜ୍ୟ ସରକାର ଆଉ ୧୫୪୨ଟି ନୂଆ ବହୁମୁଖୀ ପ୍ୟାକ୍ସ ଗଠନ କରିଛନ୍ତି । ଏହା ଦ୍ୱାରା ରାଜ୍ୟର ସମୁଦାୟ ପ୍ୟାକ୍ସ ସଂଖ୍ୟା ୪୨୫୩ ରେ ପହଞ୍ଚିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମବାୟ ଆନ୍ଦୋଳନକୁ ଲୋକାଭିମୁଖୀ କରିବା ପାଇଁ କେନ୍ଦ୍ର ସରକାରଙ୍କ ସମବାୟ ବିଭାଗ ଆନୁକୂଲ୍ୟରେ ବିଭିନ୍ନ ନୂତନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ପାଇଁ ଆମ ସରକାର ପ୍ରାଧାନ୍ୟ ଦେଉଛନ୍ତି। ଏଥିରେ ସମୁଦାୟ ୫୪ ଟି କାର୍ଯ୍ୟକ୍ରମ ହାତକୁ ନିଆ ଯାଇଛି। ଏଗୁଡିକ ମଧ୍ୟରୁ କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ହେଉଛି, ପାକ୍ସ ଓ ଲାମ୍ପସ୍‍ ଗୁଡିକୁ ବହୁମୁଖି କରିବା ପାଇଁ ମଡେଲ ବାଇ-ଲ ପ୍ରଚଳନ; କମ୍ପ୍ୟୁଟରିକରଣ ମାଧ୍ୟମରେ ପାକ୍ସ ଗୁଡିକୁ ସ୍ୱଚ୍ଛ ଓ ମଜଭୁତ କରିବା, ସାର ଓ ବିହନ ଯୋଗାଣ, ଜନ ଔଷଧୀ କେନ୍ଦ୍ର ଓ କମନ୍ ସର୍ଭିସ ସେଣ୍ଟର ସ୍ଥାପନ, କୃଷି ସେବା କେନ୍ଦ୍ର ସ୍ଥାପନ ସ୍ଥାପନ, ବୈଜ୍ଞାନିକ ପଦ୍ଧତିରେ ଶସ୍ୟ ସଂରକ୍ଷଣ କେନ୍ଦ୍ର ସ୍ଥାପନ ଇତ୍ୟାଦି ।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୭୭ଟି ପ୍ୟାକ୍ସକୁ ମଡେଲ୍ ପ୍ୟାକ୍ସ ଭାବରେ ବିକଶିତ କରିବା ପାଇଁ ନିଷ୍ପତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ମଡେଲ ପ୍ୟାକ୍ସ ଗୁଡିକ ଗୋଟିଏ ଗୋଟିଏ ଓ୍ବାନ ଷ୍ଟପ ସପ୍‍ ଭଳି କାର୍ଯ୍ୟ କରିବ, ଅର୍ଥାତ ଗୋଟିଏ ଛାତ ତଳେ କୃଷି ସମ୍ବନ୍ଧୀୟ ସବୁ ପ୍ରକାର ସୁବିଧା ମିଳିବ ବୋଲି ସେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ୨୦୧୫ ମସିହାରୁ ବନ୍ଦ ହୋଇ ପଡିଥିବା ଭୁବନେଶ୍ୱର ସହରାଞ୍ଚଳ ସମବାୟ ବ୍ୟାଙ୍କର ସମସ୍ତ ଜମାକାରୀମାନଙ୍କୁ ଜମାରାଶି ଫେରସ୍ତ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହା ଦ୍ୱାରା ସମବାୟ ବ୍ୟାଙ୍କ ଉପରେ ଲୋକମାନଙ୍କ ଆସ୍ଥା ପୁନଃ ପ୍ରତିଷ୍ଠାରେ ସହାୟକ ହେବ ବୋଲି ସେ କହିଥିଲେ । ନୂଆ ସରକାର ସମବାୟ କ୍ଷେତ୍ରକୁ କ୍ରିୟାଶୀଳ ଓ ଚଳଚଞ୍ଚଳ କରିବା ପାଇଁ ପ୍ରତିଶୃତିବଦ୍ଧ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମବାୟ ସଂସ୍ଥା ଉପରେ ଲୋକଙ୍କ ଆସ୍ଥା ଫେରାଇ ଆଣିବା ସହିତ ଏହାକୁ ଗ୍ରାମ୍ୟ ଅର୍ଥନୀତି ବିକାଶର ଏକ ପ୍ରମୁଖ ଇଞ୍ଜିନ ଭାବରେ ପରିଣତ କରିବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମବାୟ ସଂସ୍ଥା ଗୁଡିକ ଚାଷୀ ମାନଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେଇ ସେମାନଙ୍କ ସମସ୍ୟାର ରିଅଲ୍ ଟାଇମ୍ ସେଟଲମେଣ୍ଟ କରିବା ଆବଶ୍ୟକ । ନହେଲେ କମ୍ପ୍ୟୁଟରୀକରଣର କୌଣସି ଅର୍ଥ ନାହିଁ । ଅନେକ ସଂସ୍ଥା ଏବେ ବି ଏକ୍ସେଲ ସିଟରେ ହିସାବ କିତାବ କରି ଅପଲୋଡ୍‍ କରୁଛନ୍ତି। ଏହା ଦ୍ଵାରା ଦୁର୍ନୀତି ପ୍ରଶ୍ରୟ ପାଇବ। ତେଣୁ, ସବୁ ପ୍ରାଥମିକ ସମବାୟ ସମିତିର ଖାତାପତ୍ର ଅଡିଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେ କହିଥିଲେ ଯେ ଓଡିଶାର କୃଷି କ୍ଷେତ୍ରରେ ସମବାୟ ସଂସ୍ଥା ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି । ଓଡିଶା ବୋଧହୁଏ ଏକମାତ୍ର ରାଜ୍ୟ ଯେଉଁଠି ମୋଟ ଫସଲ ଋଣର ୬୦ ପ୍ରତିଶତରୁ ଅଧିକ ସମବାୟ ବ୍ୟାଙ୍କ ମାଧ୍ୟମରେ ପ୍ରଦାନ କରାଯାଇଥାଏ ଏବଂ ବ୍ୟବସାୟିକ ବ୍ୟାଙ୍କମାନେ ପ୍ରାୟ ୩୦ ପ୍ରତିଶତ ପ୍ରଦାନ କରିଥାନ୍ତି ।

ଭାରତରେ ସମବାୟ ଆନ୍ଦୋଳନକୁ ଆଉ ଏକ ଉଚ୍ଚ ସ୍ତରକୁ ନେବା ପାଇଁ ଯଶସ୍ଵୀ ପ୍ରଧାନମନ୍ତ୍ରୀ ମାନନୀୟ ଶ୍ରୀ ନରେନ୍ଦ୍ର ମୋଦୀ ଜୀ ଏକ ସ୍ଵତନ୍ତ୍ର ସମବାୟ ମନ୍ତ୍ରଣାଳୟର ସୃଷ୍ଟି କରିଥିଲେ ଏବଂ ମାନ୍ୟବର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା ଜୀଙ୍କୁ ଦେଶର ପ୍ରଥମ ସମବାୟ ମନ୍ତ୍ରୀ ଭାବେ ନିଯୁକ୍ତ କରିଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହା ଦେଶ ପାଇଁ ବରଦାନ ସଦୃଶ, କାରଣ ଉଭୟ ମୋଦୀ ଜୀ ଏବଂ ଗୃହମନ୍ତ୍ରୀ ଜୀ ସମବାୟ ଆନ୍ଦୋଳନରେ ଅତ୍ୟନ୍ତ ଅଭିଜ୍ଞ। ତାଙ୍କ ନେତୃତ୍ଵରେ ଗୁଜରାଟରେ ସମବାୟ ଆନ୍ଦୋଳନ ଏକ ନୂତନ ଶିଖରକୁ ଛୁଇଁଛି। ଆମେ ମଧ୍ୟ ଗୁଜୁରାଟରୁ ପ୍ରେରଣା ନେବା ଆବଶ୍ୟକ ଏବଂ ସମବାୟ ଆନ୍ଦୋଳନକୁ ଘରେ ଘରେ ପହଞ୍ଚାଇବା। ସେ କହିଥିଲେ ଯେ, ଆମ ରାଜ୍ୟର ଶତକଡ଼ା ନବେ ଭାଗରୁ ଅଧିକ କୃଷି ପରିବାରର ସଭ୍ୟମାନଙ୍କୁ ପ୍ରାଥମିକ କୃଷି ଋଣ ସମବାୟ ସମିତି ଗୁଡ଼ିକ ମାଧ୍ୟମରେ କୃଷି କାର୍ଯ୍ୟ ନିମନ୍ତେ ବିଭିନ୍ନ ପ୍ରକାର ସେବା ଯୋଗାଇ ଦିଆଯାଉଛି । ଓଡିଶାର ଚାଷୀମାନେ ଏକ ଲକ୍ଷ ଟଙ୍କା ବିନା ସୁଧରେ ଫସଲ ଋଣ ପାଉଛନ୍ତି । ରାଜ୍ୟରେ ଦୁଗ୍ଧ ଚାଷୀ ମାନଙ୍କ ପାଇଁ ଓମଫେଡ୍ ଏକ ମେରୁଦଣ୍ଡ ସଦୃଶ ହୋଇଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦୁଗ୍ଧ ଚାଷୀ ମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ କ୍ୟାବିନେଟରେ କାମଧେନୁ ସହିତ ଗୋ-ମାତା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଗୁଜରାଟ ପରି ମୋଦୀଜୀଙ୍କ ମାର୍ଗ ଦର୍ଶନରେ ଓଡିଶାରେ ସମବାୟ ଆନ୍ଦୋଳନକୁ ଏକ ଗଣ ଆନ୍ଦୋଳନରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ଗୋପାଳପୁର ସମବାୟ ତାଲିମ କେନ୍ଦ୍ରର ବିକାଶ ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷରିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ କେତେକ ସମବାୟ ସଂସ୍ଥାର ସଦସ୍ୟ ମାନଙ୍କୁ ମାଇକ୍ରୋ ଏଟିଏମ୍‍ ଓ ରୁପେ କାର୍ଡ ପ୍ରଦାନ କରିଥିଲେ।

ସମବାୟ, ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ସମବାୟ କ୍ଷେତ୍ରର ଉନ୍ନତି ପାଇଁ ବିଭାଗ ପକ୍ଷରୁ ନିଆ ଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ କହିଲେ ଯେ ଅଦିନିଆ ବର୍ଷାର ସମ୍ମୁଖୀନ ହୋଇ ଚାଷୀ ମାନଙ୍କୁ ବୀମାଭୁକ୍ତ କରାଯାଇଛି। ସେମାନେ କ୍ଷତି ସହିବେ ନାହିଁ। ଯେଉଁ ଚାଷୀ ମାନେ ବିମା କରି ନାହାନ୍ତି ସେମାନଙ୍କୁ ବୀମା କରିବା ପାଇଁ ସମବାୟ ସଂସ୍ଥା ମାନେ ଉଦ୍ୟମ କରିବାକୁ ସେ ଅନୁରୋଧ କରିଥିଲେ । ନାବାର୍ଡ,ଉପ ପରିଚାଳନା ନିର୍ଦ୍ଦେଶକ, ଡଃ ଅଜୟ କୁମାର ସୁଦ୍ କହିଥିଲେ ଯେ ୧୮୯୮ ମସିହାରେ ଦେଶର ପ୍ରଥମ ସମବାୟ ସଂସ୍ଥା ଓଡ଼ିଶାରେ ଗଠିତ ହୋଇଥିଲା। ସମବାୟର ବିକାଶ ପାଇଁ ଉତ୍ତମ ପ୍ରଶାସନିକ ଦକ୍ଷତା, ଆର୍ଥିକ ସମ୍ବଳ ଓ ଟେକ୍ନୋଲୋଜିର ଆବଶ୍ୟକତା ଅଛି ବୋଲି ସେ କହିଥିଲେ। ଏ ଦିଗରେ ଉଦ୍ୟମ ଆହୁରି ଜୋରଦାର ହେବା ଆବଶ୍ୟକ ବୋଲି ସେ କହିଥିଲେ। ସମବାୟ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ସ୍ବାଗତ ଭାଷଣ ଦେଇଥିଲେ। ସମବାୟ ନିବନ୍ଧକ ଶ୍ରୀ ସନ୍ତୋଷ କୁମାର ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢୀ; ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Previous Post

ଭୁଲ ତଥ୍ୟ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚାଷୀଙ୍କୁ ଭୁଆଁ ବୁଲାଉଛନ୍ତି: ବିଜେଡି

Next Post

ବାଂଲାଦେଶୀ ମାଛଧରା ବୋଟ ଅଟକ ଘଟଣା

FNN WEB

FNN WEB

Next Post
ବାଂଲାଦେଶୀ ମାଛଧରା ବୋଟ ଅଟକ ଘଟଣା

ବାଂଲାଦେଶୀ ମାଛଧରା ବୋଟ ଅଟକ ଘଟଣା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.