• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ: ନବୀନ ପଟ୍ଟନାୟକ

FNN WEB by FNN WEB
December 26, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ: ନବୀନ ପଟ୍ଟନାୟକ
0
SHARES
1
VIEWS

ଭୁବନେଶ୍ୱର : ୨୭ ବର୍ଷର ସଫଳ ଯାତ୍ରାକୁ ଅତିକ୍ରମ କରି ୨୮ ବର୍ଷରେ ପହଞ୍ଚିଲା ବିଜୁ ଜନତା ଦଳ । ଭବ୍ୟ ଓ ବ୍ୟାପକ ଭାବେ ଏହାକୁ ସାରା ରାଜ୍ୟରେ ପାଳନ କରାଯାଉଛି । ଶଙ୍ଖ ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଦଳୀୟ କର୍ମୀ ଓ ନେତାଙ୍କ ଉତ୍ସାହ ବଢାଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ଲୋକଙ୍କ ଭଲ ପାଇବା ସାଙ୍ଗକୁ ବିଜେଡି ସରକାର ସମୟର ସଫଳତାକୁ ବଖାଣିବା ସହ ବିଜେପି ସରକାରର ବିଫଳତାକୁ ପଦାରେ ପକାଇଛନ୍ତି ନବୀନ । ତାଙ୍କ ଉଦବୋଧନ ଦଳୀୟ ନେତା ଓ କର୍ମୀଙ୍କ ଭିତରେ ସୃଷ୍ଟି କରିଛି ନୂତନ ସମ୍ଭାବନା। ଶଙ୍ଖ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମରେ ଯୋଗ ଦେଇ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ଓଡିଶାବାସୀଙ୍କ ଭଲ ପାଇବା ଓ କର୍ମୀ ଭାଇ ଭଉଣୀ ମାନଙ୍କ ପରିଶ୍ରମ ଯୋଗୁ ବିଜେଡି ଆଜି ଏକ ଦୃଢ଼ ଆଞ୍ଚଳିକ ଦଳ ଭାବରେ ପ୍ରତିଷ୍ଠା ପାଇଛି। ଏହି ଅବସରରେ ଗତ ନିର୍ବାଚନରେ ବିଜେଡିର ପରାଜୟକୁ ନେଇ ଉଠୁଥିବା ପ୍ରଶ୍ନର ଉତ୍ତର ଦେଇ ନବୀନ କହିଛନ୍ତି ‘ ମୁଁ ଜାଣିଛି ବହୁତ ଲୋକଙ୍କର ପ୍ରଶ୍ନ ଅଛି ଯେ ଗତ ନିର୍ବାଚନରେ ଆମେ କେମିତି ହାରିଲୁ । ମୁଁ ଆଜି ତାର ଉତ୍ତର ଦେବି । ମୁଁ କହିବି ଆମେ ହାରି ନାହୁଁ । ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇ ନାହୁଁ।’ ବିଜେପି ମିଛ କଥା କହି, ମିଛ ପ୍ରତିଶୃତି ଦେଇ, ଲୋକଙ୍କୁ ଭୁଆଁ ବୁଲାଇ ସରକାରକୁ ଆସିଛି । ଏତେ ମିଛ କହି ମଧ୍ୟ ବିଜେପି ଆମ ଠାରୁ କମ୍‌ ଭୋଟ୍‌ ପାଇଛି । ଆମର ଭୁଲ୍‌ ହେଲା ଆମେ ସେମାନଙ୍କ ମିଛର ଠିକ୍‌ ଭାବରେ କାଉଣ୍ଟର କରି ପାରିଲୁ ନାହିଁ । ସେମାନଙ୍କ ନକାରାତ୍ମକ ପ୍ରଚାର ଏବଂ ସୋସିଆଲ ମିଡିଆରେ ମିଛ ଚିତ୍ରଣକୁ ଆମେ ଠିକ୍‌ ଭାବରେ ଆମେ କାଉଣ୍ଟର କରି ପାରିଲୁନାହିଁ। କିନ୍ତୁ ଗତ ୬ ମାସର ବିଜେପି ସରକାର ମଧ୍ୟରେ ଲୋକ ଜାଣିଗଲେଣି ସେମାନେ କିପରି ମିଛର ଶିକାର ହେଲେ ।

ବିକାଶର ଲମ୍ବା ଫର୍ଦ୍ଦ। ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ଜନସେବା । ଦେଶର ଶକ୍ତିଶାଳୀ ଆଞ୍ଚଳିକ ଦଳ ଭାବେ ୨୮ ବର୍ଷରେ ପଦାର୍ପଣ କରିଛି ବିଜୁ ଜନତା ଦଳ। ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବ୍ୟାପକ ଭାବେ ପାଳନ କରାଯାଉଛି ପ୍ରତିଷ୍ଠା ଦିବସ। ଶଙ୍ଖ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳ ପ୍ରତି ଲୋକଙ୍କ ଭଲ ପାଇବା ଓ ବିଜେଡି ସରକାରର ସଫଳତା ଉପରେ ଆଲୋକପାତ କରିଛନ୍ତି। ଓଡ଼ିଶାବାସୀଙ୍କ ଭଲ ପାଇବା ଓ କର୍ମୀଙ୍କ ପରିଶ୍ରମ ଯୋଗୁ ବିଜୁ ଜନତା ଦଳ ଆଜି ଏକ ଶକ୍ତ ଆଞ୍ଚଳିକ ଦଳ ଭାବେ ଆଗରେ ରହିଛି। ଏଥିପାଇଁ ମସସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ। ନିଷ୍ଠା ପାଇଁ ରାଜ୍ୟବାସୀ ବିଜେଡିକୁ ପାଞ୍ଚ ପାଞ୍ଚ ଥର ସେବା କରିବାକୁ ଆଶୀର୍ବାଦ ଦେଇଥିଲେ। ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ବିକାଶର ସବୁ ଦିଗକୁ ସଫଳତାର ସହ ଛୁଇଁଥିଲା ବିଜେଡି। ବର୍ତ୍ତମାନ ନୂଆ ସରକାର ପାଇଁ ବିକାଶର ଭିତ୍ତିଭୂମି ପ୍ରସ୍ତୁତ ହୋଇଛି । ଯାହାକୁ ଆଗେଇ ନେଲେ ରାଜ୍ୟର ବିକାଶ ହୋଇପାରିବ। ହେଲେ ବିଜେପି ସରକାର କାମ କମ, କେବଳ ଆରୋପ ପ୍ରତ୍ୟାରୋପରେ ମାତିଛି। ନବୀନ ସରକାର ସମୟର ଯୋଜନାର ନାଁ ଓ ରଙ୍ଗ ପରିବର୍ତ୍ତନ କରି ବିଜେପି ଖାଲି ଫିତା କାଟିବାରେ ବ୍ୟସ୍ତ ବୋଲି କଟାକ୍ଷ କରିଛି ବିଜେଡି ।

ଓଡ଼ିଶାର ପରିଚୟକୁ ଉଜ୍ବଳ କରିଛି ବିଜୁ ଜନତା ଦଳ । ଓଡ଼ିଶାର ହକ୍ ପାଇଁ ଲଢୁଥିବା ଦଳ ହେଉଛି ବିଜୁ ଜନତା ଦଳ । ଏକ ସଶକ୍ତ ଓ ସମୃଦ୍ଧ ଓଡ଼ିଶାର ଭିତ୍ତି ପକାଇଛି ବିଜୁ ଜନତା ଦଳ । ଲୋକଙ୍କ ହୃଦୟରେ ରାଜ କରୁଛି ବିଜୁ ଜନତା ଦଳ। ତେବେ ଏ ଲମ୍ବା ଯାତ୍ରା ଦଳ ପାଇଁ ସହଜ ନଥିଲା । ବିଜେଡି ସରକାର ଆରମ୍ଭରୁ ମହାବାତ୍ୟା ଦୋହଲାଇ ଦେଇଥିଲା ଓଡ଼ିଶାର ଆର୍ଥିକ ମେରୁଦଣ୍ଡ। କିନ୍ତୁ ନବୀନଙ୍କ ଦୃଢ଼ ନେତୃତ୍ବ ଯୋଗୁ ସୁଦୃଢ଼ ହୋଇଥିଲା ରାଜ୍ୟର ଅର୍ଥନୈତିକ ସ୍ଥିତି। ସ୍ବାସ୍ଥ୍ୟ ଠୁ ଆରମ୍ଭ କରି ଶିକ୍ଷା। କୃଷିରୁ ଗମନାଗମନ, ମା’ମାନଙ୍କ ପାଇଁ ମିଶନ ଶକ୍ତି। ଜନତାଙ୍କ ପାଇଁ କରି ଚାଲିଲେ ଗୋଟିଏ ପରେ ଗୋଟିଏ ଜନକଲ୍ୟାଣକାରୀ ଯୋଜନା। ଯାହାକି ରାଜ୍ୟବାସୀଙ୍କୁ ସଶକ୍ତ କରିବାରେ ସହାୟକ ହୋଇଥିଲା। ୨୮ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ । ଏହା ଭିତରେ ୨୪ ବର୍ଷର ନବୀନ ପଟ୍ଟନାୟକ ସରକାର । ନବୀନଙ୍କ ନିରନ୍ତର ଉଦ୍ୟମ ଓ ସେବା ମନୋବୃତ୍ତି ପାଇଁ ଗତ ୨୪ ବର୍ଷ ଭିତରେ ବିଜେଡି ସରକାର ଓଡ଼ିଶାକୁ ଏକ ସଶକ୍ତ ଓ ସମୃଦ୍ଧ ରାଜ୍ୟର ପରିଚୟ ଦେଇପାରିଛି ।

Previous Post

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର୍ ଲୋକାର୍ପିତ

Next Post

ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ

FNN WEB

FNN WEB

Next Post
ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ

ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.