• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home Uncategorized

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

FNN WEB by FNN WEB
December 31, 2024
in Uncategorized
0
ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ
0
SHARES
0
VIEWS

‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଭାରତୀୟ ସଂସ୍କୃତି ସାରା ବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ । ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର । ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ । ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶ ଗ୍ରହଣ ନିମନ୍ତେ ପଞ୍ଜିକରଣ କରି ସାରିଲେଣି ।

ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁ ( Ms Christine Carla Kangaloo) ଯୋଗଦେବେ । ଏହି ଅବସରରେ ସେ ଚନ୍ଦକା ସ୍ଥିତ ଗୋଡିବାରି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ । ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ମନ୍ତ୍ରୀ ଶ୍ରୀ ଏସ୍ ଜୟ ଶଙ୍କର, ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରଭୁତି ଏହି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ ।

ଏହାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆଜିନିଙ୍ଗ ଅଫିସରଙ୍କୁ ନିୟୋଜିତ କରାଯାଇଛି । ସେହିପରି ବିଦେଶରୁ ଆସୁଥିବା ଅତିଥି ମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି । ସହରର ରାସ୍ତା ଘାଟ, ଅଫିସ୍ ବିଲଡିଙ୍ଗ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତୀ ଗୁଡିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକ ମାଳାରେ ସଜାଇ ଦିଆଯାଉଛି । ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୁତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ ।
ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ୱତନ୍ତ୍ର ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ବି.ଏମ୍.ସି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ସହରର ସ୍ୱଚ୍ଛତା, ଶୃଙ୍ଖଳା ଓ ସରକାରଙ୍କ ଦ୍ୱାରା ପ୍ରଦତ୍ତ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ସମାରୋହରେ ଓଡିଶାର ସମୃଦ୍ଧ କଳା ଓ ଐତିହ୍ୟର ପ୍ରଦର୍ଶନ ରାଜାରାଣୀ ସଙ୍ଗୀତ ଉତ୍ସବ, ଓଡିଶୀ ନୃତ୍ୟ, ମୁକ୍ତେଶ୍ୱର ଡ୍ୟାନ୍ସ ଫେଷ୍ଟିଭାଲ, ଦେଶଜ ନୃତ୍ୟ ଇତ୍ୟାଦି ମାଧ୍ୟମରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯିବ । ଏହାର ଦୂରଦର୍ଶନରେ ସିଧା ପ୍ରସାରଣ ମଧ୍ୟ କରାଯିବ । ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥି ମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି । ଓଡିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ, ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ଐତିହ୍ୟ ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜୀ ଗୁଡିକର ପ୍ରଦର୍ଶନ କରାଯିବ । ଏହା ସହ ଏକ ଡିଜିଟାଲ୍ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି । ଅତିଥି ମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍ ଡେକର ବସର ବ୍ୟବସ୍ଥା କରାଯାଇଛି । ୨୦୦ରୁ ଅଧିକ ପ୍ରବାସୀ ସାମ୍ବାଦିକ, ୭ଟି ଦେଶରୁ ୟଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରୁଛନ୍ତି ।

ଏହି ଉତ୍ସବର ପ୍ରଚାର ଓ ପ୍ରସାରଣ ନିମନ୍ତେ ସୋସିଆଲ ମିଡିଆ, ଟିଭି ଓ ବିଜ୍ଞାପନ ଇତ୍ୟାଦି ମାଧ୍ୟମରେ ଜନସାଧାରଣଙ୍କୁ ତିନିଗୋଟି ଭାଷା ଯଥା-ଓଡିଆ, ହିନ୍ଦୀ, ଇଂରାଜୀରେ ଅବଗତ କରାଯାଉଛି । ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Previous Post

ନଷ୍ଟ ଧାନ ବିଡ଼ା ଦେଖାଇ ନବୀନଙ୍କ ଦୁଃଖ ଜଣାଇଲେ ଚାଷୀ

Next Post

ପ୍ରାକୃତିକ ଦୁର୍ବିପାକରେ ସାମିଲ ହେଲା ‘ଅଦିନିଆ ବର୍ଷା’

FNN WEB

FNN WEB

Next Post
ପ୍ରାକୃତିକ ଦୁର୍ବିପାକରେ ସାମିଲ ହେଲା ‘ଅଦିନିଆ ବର୍ଷା’

ପ୍ରାକୃତିକ ଦୁର୍ବିପାକରେ ସାମିଲ ହେଲା ‘ଅଦିନିଆ ବର୍ଷା’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.