ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ୨୦୦୬ ବ୍ୟାଚ୍ର ଆଇଏଏସ୍ ଶ୍ରୀ ସାହୁଙ୍କୁ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଥିବା ମନୋଜ ସାହୁ ଏବେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଅଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି।
ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀ ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେ ଆଇଏଏସ୍ କ୍ୟାଡ଼ରରେ ସ୍ୱତନ୍ତ୍ର ସଚିବ ପାହ୍ୟାର ସୁବିଧାସୁଯୋଗ ପାଇବେ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କାର୍ଯ୍ୟ କରୁଥିବା ୨୦୧୧ ବ୍ୟାଚ୍ ଆଇଏଏସ୍ ଅରିନ୍ଦମ ଡାକୁଆଙ୍କୁ ଗୁରୁବାର ବଦଳି କରାଯିବା ପରେ ଏହି ପଦବୀ ଖାଲି ପଡ଼ିଥିଲା । ଅବଶ୍ୟ ରାଜ୍ୟରେ ମୋହନ ମାଝୀଙ୍କ ନେତୃତ୍ୱରେ ବିଜେପି ସରକାର ଶପଥ ନେବା ପରେ ଶ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେବେ ବୋଲି ଚର୍ଚ୍ଚା ହୋଇଥିଲା । ମାତ୍ର ସେତେବେଳେ ସେ ଡେପୁଟି ନିର୍ବାଚନ କମିଶନର ଭାବେ କାର୍ଯ୍ୟ କରୁଥିବାରୁ ତାଙ୍କ ନିଯୁକ୍ତିରେ ବିଳମ୍ବ ହୋଇଥିଲା । ଶ୍ରୀ ସାହୁ ଗତମାସରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଯୋଗଦେବା ପରେ ଆଜି ତାଙ୍କୁ ଏହି ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି ।