• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟିତ

FNN WEB by FNN WEB
January 4, 2025
in ଓଡ଼ିଶା, ମୁଖ୍ୟ ଖବର
0
ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟିତ
0
SHARES
0
VIEWS

ସୁରକ୍ଷିତ ଘରକୁ ଫେରନ୍ତୁର ନାରା ଦେଲେ ମୁଖ୍ୟମନ୍ତ୍ରୀ

୨୦୦୦ ଟ୍ରାଫିକ୍ ପୋଲିସ୍ ପଦବୀ ସୃଷ୍ଟି, ଚଳିତ ବର୍ଷ ୫୦୦ ଟ୍ରାଫିକ୍ ପୋଲିସ୍ ନିଯୁକ୍ତି ଘୋଷଣା
ଓଡିଶା ଯାତ୍ରୀ ଆପ୍ ର ଲୋକାର୍ପଣ, ସୁବିଧାରେ ଅଟୋ, ଟ୍ୟାକ୍ସି ବୁକ୍ କରିପାରିବେ ଜନସାଧାରଣ
ମାଷ୍ଟର କ୍ୟାଣ୍ଟିନ ଛକରୁ ଶ୍ରୀରାମ ମନ୍ଦିର ଯାଏଁ ସଚେତନତା ପଦଯାତ୍ରାରେ ଚାଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁରକ୍ଷିତ ଘରକୁ ଫେରନ୍ତୁ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି । ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଡ଼କ ସୁରକ୍ଷାକୁ ଏକ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ସଡ଼କ ସୁରକ୍ଷାର ନିୟମ ପାଳନ କରି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି । ସଚେତନତା କାର୍ଯ୍ୟକ୍ରମକୁ ପ୍ରଭାବୀ କରିବାକୁ ମାଷ୍ଟରକ୍ୟାଣ୍ଟିନ ଛକରୁ ଶ୍ରୀରାମ ମନ୍ଦିର ଯାଏଁ ପଦଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ପକ୍ଷରୁ ଜାନୁଆରୀ ମାସ ବ୍ୟାପୀ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ରାଜ୍ୟସ୍ତରୀୟ ଉତ୍ସବର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ସଡ଼କ ସୁରକ୍ଷା ରଥର ଶୁଭାରମ୍ଭ କରିଥିଲେ । ପ୍ରତି ଜିଲ୍ଲାରେ ଏଭଳି ସଚେତନତା ରଥ ମାସ ବ୍ୟାପୀ ପରିକ୍ରମା କରିବ । ସଡ଼କ ସୁରକ୍ଷା ସଂପର୍କିତ ବିଭିନ୍ନ ସଚେତନତାଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର ଏଥିରେ ପ୍ରଦର୍ଶିତ ହେବ ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଯାନ ଚାଳକ, ଏନସିସି କ୍ୟାଡେଟ୍ ଓ ଜନସାଧାରଣଙ୍କୁ ସଡ଼କ ସୁରକ୍ଷା ଶପଥ ପାଠ କରାଇଥିଲେ । କିଭଳି ସମସ୍ତ ନିୟମ ମାନି ସୁରକ୍ଷିତ ଯାତ୍ରା କରିବା ଏବଂ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ସୁରକ୍ଷା ପ୍ରତି ଦାୟିତ୍ୱବାନ ହେବା ସେ ସଂପର୍କରେ ସମସ୍ତେ ପ୍ରତିଜ୍ଞାବଦ୍ଧ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ସଚେତନତା କାର୍ଯ୍ୟକ୍ରମକୁ ଅଧିକ ପ୍ରଭାବୀ କରିବାକୁ ମୁଖ୍ୟମନ୍ତ୍ରୀ ସଭାସ୍ଥଳରୁ ଶ୍ରୀରାମ ମନ୍ଦିର ଯାଏଁ ଅନ୍ୟ ଅତିଥିମାନଙ୍କ ସହ ପଦଯାତ୍ରା କରିଥିଲେ । ଯାହା ଛାତ୍ରଛାତ୍ରୀ, ଯାନ ଚାଳକ ତଥା ସାଧାରଣ ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଭରି ଦେଇଥିଲା ।

ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ବିଗତ 10 ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ 47 ହଜାରରୁ ଅଧିକ ଜୀବନ ଯାଇଛି । ଏହା ଅତ୍ୟନ୍ତ ଚିନ୍ତାଜନକ । ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା କମ୍ କରିବାକୁ ସମସ୍ତଙ୍କୁ ଉଦ୍ୟମ କରିବାକୁ ହେବ । ସମୟ ଆସିଯାଇଛି, ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ହେବ । ସୁରକ୍ଷିତ ଘରକୁ ଫେରନ୍ତୁ ନାରା ସହ ସମସ୍ତଙ୍କୁ ସଡ଼କ ସୁରକ୍ଷା ନିୟମ ମାନି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ନିବେଦନ କରିଥିଲେ । ଏହି ସଚେତନତା ବାର୍ତ୍ତାକୁ ପ୍ରତି ସହର, ପ୍ରତି ଗାଁ ଓ ଘରେ ଘରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଏହି ଅଭିଯାନରେ ସମାଜର ସବୁ ବର୍ଗର ବ୍ୟକ୍ତି, ଅନୁଷ୍ଠାନ, ସଂଗଠନ ଯୋଡ଼ି ହେବାକୁ ସେ ଆହ୍ୱାନ ଦେଇଛନ୍ତି ।

ଏହି ଅବସରରେ ସଡକ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ କରିବା ପାଇଁ ୨୦୦୦ନୂତନ ଟ୍ରାଫିକ୍ ପୋଲିସ୍ ପଦବୀ ସୃଷ୍ଟି କରାଯିବା ସହିତ ଚଳିତ ବର୍ଷ ୫୦୦ ଟ୍ରାଫିକ୍ ପୋଲିସ୍ ପଦବୀ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏଥି ସହିତ ଜନସାଧାରଣଙ୍କୁ ସୁଲଭ ଓ ସୁବିଧା ଜନକ ଯାତ୍ରା ପ୍ରଦାନ ଉଦ୍ଦେଶ୍ୟରେ ‘ଓଡିଶା ଯାତ୍ରୀ ଆପ୍’ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । ଏହି ଆପ୍ ମାଧ୍ୟମରେ ଜନସାଧାରଣ ଗୋଟିଏ କ୍ଲିକରେ ନିଜର ଗନ୍ତବ୍ୟ ସ୍ଥଳ ପାଇଁ ସହଜରେ ଅଟୋ ଓ ଟ୍ୟାକ୍ସି ପାଇପାରିବେ । ଏହି ବ୍ୟବସ୍ଥା ଉଭୟ ଚାଳକ ଓ ଯାତ୍ରୀଙ୍କ ପାଇଁ ଲାଭଦାୟକ । ପଦଯାତ୍ରା ସମୟରେ ଗୁରୁଦ୍ୱାର ନିକଟରେ ଏକ ନିଃଶୁଳ୍କ ଅସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ରର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ । ଶ୍ରୀରାମ ମନ୍ଦିର ନିକଟରେ ଆୟୋଜିତ କାର୍ଯ୍ୟକ୍ରମରେ, ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କ ଜୀବନ ରକ୍ଷା କରୁଥିବା ଗୁଡ୍ ସମରିଟାନ୍ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସନାୟକ, ବାବୁ ସିଂ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ, ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର୍ ଖୁରାନିଆ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ପରିବହନ ଆୟୁକ୍ତ ଅମିତାଭ ଠାକୁର, ଓଏସଆରଟିସି ସିଏମଡି ଦୀପ୍ତେଶ ପଟ୍ଟନାୟକ, କ୍ରୁଟ୍ ଏମଡି ଏନ୍. ତିରୁମାଲା ନାଏକ, ସିନେ ତାରକା ସବ୍ୟସାଚୀ ମିଶ୍ରଙ୍କ ସମେତ ଅନେକ ବିଶିଷ୍ଟ ଅତିଥି ଉପସ୍ଥିତ ଥିଲେ ।

Previous Post

ଉତ୍କର୍ଷ ଓଡ଼ିଶା କନକ୍ଲେଭ: ୪ଦିନ ଧରି ଚାଲିବ କାର୍ଯ୍ୟକ୍ରମ, ୨୮ରେ ଆସିବେ ପ୍ରଧାନମନ୍ତ୍ରୀ

Next Post

ଭଦ୍ରକ ସାଂସ୍କୃତିକ ମହୋତ୍ସବ ଉଦଘାଟିତ : ମହୋତ୍ସବ ଭାଇଚାରା ସମ୍ପର୍କକୁ ସୁଦୃଢ କରିଥାଏ

FNN WEB

FNN WEB

Next Post
ଭଦ୍ରକ ସାଂସ୍କୃତିକ ମହୋତ୍ସବ ଉଦଘାଟିତ : ମହୋତ୍ସବ ଭାଇଚାରା ସମ୍ପର୍କକୁ ସୁଦୃଢ କରିଥାଏ

ଭଦ୍ରକ ସାଂସ୍କୃତିକ ମହୋତ୍ସବ ଉଦଘାଟିତ : ମହୋତ୍ସବ ଭାଇଚାରା ସମ୍ପର୍କକୁ ସୁଦୃଢ କରିଥାଏ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.