• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ ଆରମ୍ଭ

FNN WEB by FNN WEB
January 8, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ ଆରମ୍ଭ
0
SHARES
0
VIEWS

ଭୁବନେଶ୍ବର: ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ଦିବସ। ଏହି ୩ ଦିନିଆ ସମାରୋହକୁ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଭାବେ ଉଦଘାଟନ କରିବାକୁ ଥିବା ବେଳେ ଜନତା ମୈଦାନରେ ଏକାଠି ହେବେ ୭୦ରୁ ଅଧିକ ଦେଶରୁ ଆସିଥିବା ପ୍ରାୟ ୪ ହଜାର ପ୍ରବାସୀ ଓ ବହୁ ଭିଭିଆଇପି ଅତିଥି। ଆଜି ପ୍ରଥମ ଦିନରେ ଯୁବ ପ୍ରବାସୀ ଭାରତୀୟ ଦିବସର ଶୁଭାରମ୍ଭ କରିଛନ୍ତି ୨ କେନ୍ଦ୍ରମନ୍ତ୍ରୀ ଏସ୍.ଜୟଶଙ୍କର ଓ ମନସୁଖ୍ ମାଣ୍ଡଭିୟ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କହିଥିଲେ ଯେ ଭାରତ ସହ ପ୍ରବାସୀମାନଙ୍କର ସହଭାଗିତା ବିକଶିତ
ଭାରତର ସ୍ୱପ୍ନକୁ ସାକାର କରିବ। ଏଥିସହିତ 3T- ଟ୍ରେଡ୍, ଟେକ୍ନୋଲୋଜି ଓ ଟୁରିଜମ୍‌ରେ ସାମର୍ଥ୍ୟ ଯୋଗୁ ଓଡ଼ିଶା ପୁଞ୍ଜି ନିବେଶ ପାଇଁ ପ୍ରକୃଷ୍ଟ ସ୍ଥାନ ବୋଲି କହିଥିଲେ। ସେହିପରି ମନସୁଖ୍ ମାଣ୍ଡଭିୟ ତାଙ୍କ ଭାଷଣରେ ଭାରତର ବିକାଶରେ ପ୍ରବାସୀଙ୍କ ଭାଗିଦାରୀ ବଢେଇବାକୁ ଆହ୍ୱାନ ଦେଇଥିଲେ। ବିଶେଷ କରି ଦେଶ ବିଦେଶରେ ଯୁବ ନେତୃତ୍ୱର ବିକାଶ ଏବଂ ଏକ ଲକ୍ଷ ଯୁବ ନେତୃତ୍ୱ ତିଆରି ପାଇଁ ପ୍ରଧାନମନ୍ତ୍ରୀଙ୍କ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ।

ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିଛନ୍ତି। ସେ କହିଛନ୍ତି, ସାରା ଓଡ଼ିଶାବାସୀଙ୍କ ତରଫରୁ ଓଡ଼ିଶା ଓ ମନ୍ଦିମାଳିନୀ ସହର ଭୁବନେଶ୍ବରକୁ ମୁଁ ସମସ୍ତଙ୍କୁ ସ୍ବାଗତ କରୁଛି। ଆପଣମାନେ ସାଂସ୍କୃତିକ ଆମ୍ବାସାଡର। ଆପଣମାନେ ଆମର ଗର୍ବ। ଆମ ଭିତରେ ଥିବା ଭାଇଚାରା ଅନନ୍ୟ, ଓଡ଼ିଶାର ସଂସ୍କୃତି ମହାନ୍। ଆଜି ଓଡ଼ିଶା ବିଶ୍ବରେ ଖଣି, ଇସ୍ପାତ, ଆଲୁମିନୟମ୍, ସ୍ବାସ୍ଥ୍ୟ ଓ କ୍ରୀଡ଼ା କ୍ଷେତ୍ରରେ ବେଶ ସୁନାମ ଅର୍ଜନ କରିଛନ୍ତି। ଶିକ୍ଷା, ପର୍ଯ୍ୟଟନ କ୍ଷେତ୍ରରେ ବି ବେଶ୍ ଜଣାଶୁଣା। ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ସମ୍ମେଳନର ଆୟୋଜନ କରିଥିବାରୁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ଧନ୍ୟବାଦ ଜଣାଉଛି। ଆପଣମାନେ ଓଡ଼ିଶାର ପୁରୀ, କୋଣାର୍କ, ଚିଲିକା ଓ ଧଉଳି ଆଦି ପର୍ଯ୍ୟଟନସ୍ଥଳୀ ଭ୍ରମଣ କରି ଆନନ୍ଦ ପାଇବେ। ଏହାଛଡ଼ା ଏଠାକାର ଡାଲମା, ରସଗୋଲା, ଛେନାପୋଡ଼ର ମଜା ଉଠାଇବେ। ଏହି ତିନିଦିନ ଆପଣମାନଙ୍କ ଜୀବନର ସ୍ମରଣୀୟ ହୋଇ ରହିବ। ପ୍ରବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଆପଣମାନଙ୍କ ଉପସ୍ଥିତି ଭୁବନେଶ୍ଵର ପାଇଁ ଆଣିଛି ଖୁସିର ଲହରୀ | ଏହି ସମୟ ଆପଣମାନଙ୍କ ସ୍ମୃତିରେ ରହିବ । ଏହି କାର୍ଯ୍ୟକ୍ରମ ଆୟୋଜନ ଓଡ଼ିଶା ପାଇଁ ଗର୍ବର ବିଷୟ । ଆପଣମାନେ ଆମର ସାଂସ୍କୃତିକ ଆମ୍ବାସଡର, ଆପଣମାନେ ଆମର ଗର୍ବ। ଆମର ବିଶ୍ବାସ ଏହି ଅନୁଭୂତିକୁ ବିଶ୍ଵ ଦରବାରରେ ଆପଣମାନେ ପହଞ୍ଚାଇବେ।

ବିକଶିତ ଭାରତ ପାଇଁ ପ୍ରବାସୀ ଭାରତୀୟଙ୍କ ଅନେକ ଅବଦାନ ରହିଛି | କୋଣାର୍କ ସୂର୍ଯ୍ୟ ମନ୍ଦିର, ପୁରୀ ଶ୍ରୀ ମନ୍ଦିର ସହ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରନ୍ତୁ ବୋଲି ପ୍ରବାସୀ ଅତିଥିମାନଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ | ଆଇଟି ଏବଂ ସ୍କିଲ୍ ଡେଭେଲପମେଣ୍ଟ କ୍ଷେତ୍ରରେ ଓଡ଼ିଶା ଏବେ ଆଗକୁ ବଢୁଛି । ଟେକ୍ନୋଲଜି, ଅକ୍ଷୟ ଶକ୍ତି, ଶିକ୍ଷା ଓ ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶାରେ ବହୁତ ସମ୍ଭାବନା ଅଛି । ଆପଣ ମାନଙ୍କ ଉପଲବ୍ଧି ଆମକୁ ଖୁସି ଦେଇଥାଏ | ପୁରୀ, କୋଣାର୍କ, ଚିଲିକା ଭଳି ପର୍ଯ୍ୟଟନ ସ୍ଥଳୀ ବୁଲିବା ସହ, ଡାଲମା, ଛେନାପୋଡ଼, ରସଗୋଲା ଭଳି ଓଡ଼ିଆ ଖାଦ୍ୟର ଆନନ୍ଦ ନିଅନ୍ତୁ ବୋଲି କହିଲେ ମୁଖ୍ୟମନ୍ତ୍ରୀ। ଏହା ଦ୍ବାରା ଓଡ଼ିଶା ସହ ଆପଣ ମାନଙ୍କ ସମ୍ପର୍କ ଆହୁରି ମଜବୁତ ହେବ । ଏକାଠି କାମ କଲେ ଆମେ ଆହୁରି ସଶକ୍ତ ହେବା ଏବଂ ବିକଶିତ ଭାରତ ଗଠନ ହେବ ।

ଦ୍ୱିତୀୟ ଅଧିବେଶନରେ ଓଡ଼ିଶାରେ ପୁଞ୍ଜି ନିବେଶ ସୁଯୋଗ ପ୍ରବାସୀ ଭାରତୀୟଙ୍କ ଆଗରେ ଉପସ୍ଥାପନ କରିଥିଲେ ଓଡିଶା ସରକାର। ଓଡ଼ିଶାର ଶିଳ୍ପ ନୀତି ଓ ଶିଳ୍ପ ଅନୁକୂଳ ଭିତ୍ତିଭୂମି ଓ ଇଜ ଅଫ୍ ଡୁଇଂ ବିଜିନେସକୁ ଉପସ୍ଥାପିତ କରାଯାଇଥିଲା। ୬୫୦ରୁ ଅଧିକ ପ୍ରବାସୀ ଏହି ଅଧିବେଶନରେ ଯୋଗ ଦେଇଥିଲେ। ଓଡ଼ିଶାରେ ନିବେଶ ନେଇ ଆଗ୍ରହ ପ୍ରକାଶ କରିବା ସହ ଓଡ଼ିଶା ସରକାରଙ୍କ ସହଯୋଗକୁ ପ୍ରଶଂସା କରିଥିଲେ ପ୍ରବାସୀ ଭାରତୀୟମାନେ। ତୃତୀୟ ଅଧିବେଶନରେ ପ୍ରବାସୀଙ୍କୁ ଓଡ଼ିଶାର ପର୍ଯ୍ୟଟନ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ ନେଇ ହୋଇଥିଲା ଆଲୋଚନା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓଡ଼ିଶାର ସମସ୍ତ ପର୍ଯ୍ୟଟନ ସ୍ଥଳୀ ଏବଂ ଅପାର ସମ୍ଭାବନା ସମ୍ପର୍କରେ ଆଲୋକପାତ କରିଥିଲେ।

Previous Post

ଭାରତର ଯୁବକମାନେ ହେଉଛନ୍ତି ଦେଶର ସବୁଠାରୁ ବଡ଼ ସମ୍ପଦ: କେନ୍ଦ୍ରମନ୍ତ୍ରୀ

Next Post

ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; କାଲି ପ୍ରବାସୀ ଭାରତୀୟ ସମ୍ମିଳନୀକୁ କରିବେ ଉଦଘାଟନ

FNN WEB

FNN WEB

Next Post
ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; କାଲି ପ୍ରବାସୀ ଭାରତୀୟ ସମ୍ମିଳନୀକୁ କରିବେ ଉଦଘାଟନ

ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; କାଲି ପ୍ରବାସୀ ଭାରତୀୟ ସମ୍ମିଳନୀକୁ କରିବେ ଉଦଘାଟନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.