• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରବାସୀ ଭାରତୀୟ ମହାକୁମ୍ଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

FNN WEB by FNN WEB
January 9, 2025
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରବାସୀ ଭାରତୀୟ ମହାକୁମ୍ଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
0
SHARES
0
VIEWS


ଭବିଷ୍ୟତ ଯୁଦ୍ଧରେ ନୁହେଁ, ବୁଦ୍ଧରେ ଅଛି: ବିଶ୍ବଶାନ୍ତି ପାଇଁ ଅପିଲ୍

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ (ପିବିଡି) ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।

ମୁଖ୍ୟ ଅତିଥି ତ୍ରିନିଦାଦ ଓ ଟୋବାଗୋର ରାଷ୍ଟ୍ରପତି ମହମହିମ କ୍ରିଷ୍ଟିନ କାର୍ଲା କାଙ୍ଗାଲୁଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ ଏବଂ ଉଦାର ଭିଡିଓ ବାର୍ତ୍ତା ପାଇଁ ଧନ୍ୟବାଦ ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସେ ଭାରତର ପ୍ରଗତି ବିଷୟରେ ବକ୍ତବ୍ୟ ରଖିଛନ୍ତି ଏବଂ ତାଙ୍କର ଉକ୍ତି କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତଙ୍କ ଉପରେ ପ୍ରଭାବ ପକାଇଛି । ବର୍ତ୍ତମାନ ଭାରତରେ ସମୃଦ୍ଧ ପର୍ବପର୍ବାଣୀ ଏବଂ ଉତ୍ସବର ସମୟ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଛନ୍ତି ଯେ, ଆଉ କିଛି ଦିନ ମଧ୍ୟରେ ପ୍ରୟାଗରାଜରେ ମହାକୁମ୍ଭ ଆରମ୍ଭ ହେବ। ଏହାସହିତ ମକର ସଂକ୍ରାନ୍ତି, ଲୋହରୀ, ପୋଙ୍ଗଲ ଏବଂ ମାଘ, ବିହୁ ପର୍ବ ମଧ୍ୟ ଆସୁଛି। ସବୁଆଡେ ଏକ ଆନନ୍ଦର ବାତାବରଣ ରହିଥିବା ମଧ୍ୟ ସେ କହିଛନ୍ତି ।

୧୯୧୫ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଦୀର୍ଘ ଦିନ ବିଦେଶରେ ରହିବା ପରେ ଭାରତ ଫେରିଥିବା କଥା ସ୍ମରଣ କରି ଶ୍ରୀ ମୋଦୀ କହିଛନ୍ତି ଯେ ଏଭଳି ଏକ ଚମତ୍କାର ସମୟରେ ଭାରତରେ ପ୍ରବାସୀ ଭାରତୀୟଙ୍କ ଉପସ୍ଥିତି ଉତ୍ସବର ଉତ୍ସାହକୁ ଅନେକ ଗୁଣ ବୃଦ୍ଧି କରିଛି । ପ୍ରବାସୀ ଭାରତୀୟ ଦିବସ (ପିବିଡି)ର ଏହି ସଂସ୍କରଣ ଅନ୍ୟ ଏକ କାରଣରୁ ସ୍ୱତନ୍ତ୍ର ବୋଲି ଉଲ୍ଲେଖ କରି ସେ କହିଛନ୍ତି, ଏହି କାର୍ଯ୍ୟକ୍ରମ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକୀ ପାଳନର କିଛି ଦିନ ପରେ ଆୟୋଜିତ ହୋଇଛି, ଯାହାଙ୍କ ଦୂରଦୃଷ୍ଟି ପିବିଡି ଆୟୋଜନରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ।

‘‘ଓଡ଼ିଶାର ମହାନ ଭୂମି, ଯେଉଁଠାରେ ଆମେ ଏକତ୍ରିତ ହୋଇଛୁ, ତାହା ଭାରତର ସମୃଦ୍ଧ ଐତିହ୍ୟର ପ୍ରତିଫଳନ’’, ବୋଲି ଶ୍ରୀ ମୋଦୀ କହିଛନ୍ତି । ସେ ଆହୁରି କହିଛନ୍ତି, ଓଡ଼ିଶାରେ ପ୍ରତ୍ୟେକ ପାଦ ଆଗକୁ ବଢ଼ାଇବା ସହିତ ଆମେ ଆମ ଐତିହ୍ୟକୁ ଅନୁଭବ କରିପାରିବା। ଉଦୟଗିରି ଓ ଖଣ୍ଡଗିରିର ଐତିହାସିକ ଗୁମ୍ଫା, କିମ୍ବା ଚମତ୍କାର କୋଣାର୍କ ସୂର୍ଯ୍ୟ ମନ୍ଦିର କିମ୍ବା ତାମ୍ରଲିପ୍ତି, ମାଣିକପାଟଣା ଓ ପାଲୁରର ପ୍ରାଚୀନ ବନ୍ଦର, ଯେଉଁ ସ୍ଥାନକୁ ଗସ୍ତ କଲେ ମଧ୍ୟ ଯେକେହି ଏହି ଗୌରବ ଅନୁଭବ କରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଶହ ଶହ ବର୍ଷ ପୂର୍ବେ ଓଡ଼ିଶାର ବ୍ୟବସାୟୀ ଏବଂ ବଣିକମାନେ ବାଲି, ସୁମାତ୍ରା ଏବଂ ଜାଭା ଭଳି ସ୍ଥାନକୁ ଦୀର୍ଘ ସାମୁଦ୍ରିକ ଯାତ୍ରା କରିଥିଲେ ବୋଲି ଉଲ୍ଲେଖ କରି ସେ କହିଛନ୍ତି ଯେ, ଏହାର ସ୍ମୃତିରେ ଆଜି ମଧ୍ୟ ଓଡ଼ିଶାରେ ବାଲି ଯାତ୍ରା ପାଳନ କରାଯାଉଛି। ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ସ୍ଥାନ ଧଉଳି ଶାନ୍ତିର ପ୍ରତୀକ। ସମଗ୍ର ବିଶ୍ୱ ଯେତେବେଳେ ଖଡ଼ଗର ମାର୍ଗ ବାଛି ସାମ୍ରାଜ୍ୟ ବିସ୍ତାର କରୁଥିଲା, ସମ୍ରାଟ ଅଶୋକ ଏଠାରେ ଶାନ୍ତିର ମାର୍ଗ ବାଛିଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଭବିଷ୍ୟତ ଯୁଦ୍ଧରେ ନୁହେଁ ବରଂ ବୁଦ୍ଧଙ୍କ ଉପରେ ନିର୍ଭର କରେ ବୋଲି ଭାରତର ଏହି ପରମ୍ପରା ବିଶ୍ୱକୁ ବାର୍ତ୍ତା ଦେଉଛି । ଓଡ଼ିଶାର ଭୂମିକୁ ସମସ୍ତଙ୍କୁ ସ୍ୱାଗତ କରିବା ତାଙ୍କ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ଶ୍ରୀ ମୋଦୀ କହିଛନ୍ତି।

ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ କେବଳ ଗଣତନ୍ତ୍ରର ଜନନୀ ନୁହେଁ, ବରଂ ଗଣତନ୍ତ୍ର ଭାରତୀୟ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଭାରତୀୟମାନେ ସ୍ୱାଭାବିକ ଭାବେ ବିବିଧତାକୁ ଗ୍ରହଣ କରନ୍ତି ଏବଂ ସ୍ଥାନୀୟ ନିୟମ ଓ ପରମ୍ପରାକୁ ସମ୍ମାନ ଦେଇ ସେମାନେ ଯେଉଁ ସମାଜରେ ଯୋଗ ଦିଅନ୍ତି ସେଥିରେ ନିରବଚ୍ଛିନ୍ନ ଭାବେ ସାମିଲ ହୁଅନ୍ତି। ଶ୍ରୀ ମୋଦୀ କହିଛନ୍ତି, ଭାରତୀୟମାନେ ପ୍ରବାସ କରୁଥିବା ଦେଶଗୁଡ଼ିକର ସଚ୍ଚୋଟତାର ସହ ସେବା କରୁଛନ୍ତି, ସେମାନଙ୍କ ବିକାଶ ଓ ସମୃଦ୍ଧି ଦିଗରେ ଯୋଗଦାନ କରୁଛନ୍ତି ଏବଂ ଭାରତକୁ ସର୍ବଦା ସେମାନଙ୍କ ହୃଦୟର ନିକଟତର ରଖିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେମାନେ ଭାରତର ପ୍ରତ୍ୟେକ ଖୁସି ଏବଂ ସଫଳତାକୁ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରନ୍ତି।

ଏକବିଂଶ ଶତାବ୍ଦୀର ଭାରତର ଅଭୂତପୂର୍ବ ଗତି ଓ ବିକାଶର ବ୍ୟାପକତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମାତ୍ର ୧୦ ବର୍ଷ ମଧ୍ୟରେ ଭାରତ ୨୫ କୋଟି ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରିଛି ଏବଂ ବିଶ୍ୱର ଦଶମ ସର୍ବବୃହତ ଅର୍ଥବ୍ୟବସ୍ଥାରୁ ପଞ୍ଚମ ସର୍ବବୃହତ ଅର୍ଥବ୍ୟବସ୍ଥାକୁ ଉନ୍ନୀତ ହୋଇଛି। ଭାରତ ଖୁବଶୀଘ୍ର ତୃତୀୟ ସର୍ବବୃହତ ଅର୍ଥବ୍ୟବସ୍ଥାରେ ପରିଣତ ହେବ ବୋଲି ସେ ବିଶ୍ୱାସ ପ୍ରକଟ କରିଛନ୍ତି।

ଭାରତକୁ ଭଲ ଭାବେ ବୁଝିବା ପାଇଁ ‘ଭାରତ କୋ ଜାନିଏ’ କୁଇଜରେ ଅଂଶଗ୍ରହଣ କରିବା ଲାଗି ଶ୍ରୀ ମୋଦୀ ପ୍ରବାସୀ ଯୁବବର୍ଗଙ୍କୁ ନିବେଦନ କରିଥିଲେ। ‘ଷ୍ଟଡି ଇନ୍ ଇଣ୍ଡିଆ’ କାର୍ଯ୍ୟକ୍ରମ ଏବଂ ଆଇ.ସି.ସି.ଆର୍. ଛାତ୍ରବୃତ୍ତି ଯୋଜନାର ଲାଭ ଉଠାଇବା ପାଇଁ ସେମାନଙ୍କୁ ସେ ଉତ୍ସାହିତ କରିଥିଲେ। ପ୍ରବାସୀ ଭାରତୀୟ ବସବାସ କରୁଥିବା ଦେଶଗୁଡ଼ିକରେ ଭାରତର ପ୍ରକୃତ ଇତିହାସର ପ୍ରସାର କରିବାର ଗୁରୁତ୍ୱ ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଏହି ଦେଶଗୁଡ଼ିକର ବର୍ତ୍ତମାନର ପିଢ଼ି ଭାରତର ସମୃଦ୍ଧି, ଦୀର୍ଘକାଳୀନ ପରାଧୀନତା ଏବଂ ସଂଘର୍ଷ ବିଷୟରେ ଅବଗତ ନଥାଇପାରନ୍ତି। ଭାରତର ପ୍ରକୃତ ଇତିହାସକୁ ବିଶ୍ୱ ସହ ବାଣ୍ଟିବା ପାଇଁ ସେ ପ୍ରବାସୀ ଭାରତୀୟମାନଙ୍କୁ ଅନୁରୋଧ କରିଥିଲେ।

‘‘ଭାରତକୁ ଏବେ ବିଶ୍ୱବନ୍ଧୁ ଭାବେ ସ୍ୱୀକୃତି ମିଳିଛି’’ ବୋଲି ଅଭିହିତ କରି ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟମାନଙ୍କୁ ସେମାନଙ୍କ ପ୍ରୟାସକୁ ବୃଦ୍ଧି କରି ଏହି ବୈଶ୍ୱିକ ସମ୍ପର୍କକୁ ସୁଦୃଢ଼ କରିବା ଲାଗି ଅନୁରୋଧ କରିଥିଲେ। ନିଜ ନିଜ ଦେଶରେ, ବିଶେଷ କରି ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ପୁରସ୍କାର ସମାରୋହ ଆୟୋଜନ କରିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସାହିତ୍ୟ, କଳା ଓ ହସ୍ତଶିଳ୍ପ, ଚଳଚ୍ଚିତ୍ର ଓ ଥିଏଟର ଭଳି ବିଭିନ୍ନ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇପାରିବ। ଭାରତୀୟ ଦୂତାବାସ ଓ ବାଣିଜ୍ୟ ଦୂତାବାସଗୁଡ଼ିକର ସହାୟତାରେ ସଫଳ ବ୍ୟକ୍ତିମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରିବା ଲାଗି ସେ ପ୍ରବାସୀ ଭାରତୀୟମାନଙ୍କୁ ଉତ୍ସାହିତ କରିଥିଲେ। ଏହା ସ୍ଥାନୀୟ ଲୋକଙ୍କ ସହିତ ବ୍ୟକ୍ତିଗତ ସମ୍ପର୍କ ଏବଂ ଭାବପ୍ରବଣ ବନ୍ଧନକୁ ବୃଦ୍ଧି କରିବ ବୋଲି ସେ କହିଥିଲେ।

ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି, ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କର, ଶ୍ରୀ ଅଶ୍ୱିନୀ ବୈଷ୍ଣବ, ପ୍ରହ୍ଲାଦ ଯୋଶୀ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ସୁଶ୍ରୀ ଶୋଭା କରନ୍ଦଲାଜେ, କିର୍ତ୍ତି ବର୍ଦ୍ଧନ ସିଂ, ଶ୍ରୀ ପବିତ୍ର ମାର୍ଗାରିଟାଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Previous Post

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

Next Post

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

FNN WEB

FNN WEB

Next Post
ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.