• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଶ୍ୱ ପାଇଁ ଆଲୋକ ବର୍ତ୍ତିକା ପାଲଟିଛି ଭାରତ : ରାଷ୍ଟ୍ରପତି

FNN WEB by FNN WEB
January 10, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଶ୍ୱ ପାଇଁ ଆଲୋକ ବର୍ତ୍ତିକା ପାଲଟିଛି ଭାରତ : ରାଷ୍ଟ୍ରପତି
0
SHARES
0
VIEWS


ଭୁବନେଶ୍ୱର : ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ ଯେ ପ୍ରବାସୀ ଭାରତୀୟମାନେ ଆମ ଦେଶର ସର୍ବୋତ୍ତମ ପ୍ରତିନିଧି। ସେମାନେ କେବଳ ଏହି ପବିତ୍ର ଭୂମିରେ ଅର୍ଜିତ ଜ୍ଞାନ ଏବଂ କୌଶଳକୁ ନିଜ ସହିତ ନେଇ ନାହାଁନ୍ତି, ବରଂ ହଜାର ହଜାର ବର୍ଷ ଧରି ଆମ ସଭ୍ୟତାର ମୂଳଦୁଆ ସାଜିଥିବା ମୂଲ୍ୟବୋଧ ଏବଂ ନୈତିକତାକୁ ମଧ୍ୟ ସାଙ୍ଗରେ ବହନ କରିଛନ୍ତି। ପ୍ରଯୁକ୍ତିବିଦ୍ୟା, ଭେଷଜ, କଳା କିମ୍ବା ଉଦ୍ୟମିତା କ୍ଷେତ୍ରରେ, ପ୍ରବାସୀ ଭାରତୀୟମାନେ ଏପରି ଏକ ପ୍ରଭାବ ସୃଷ୍ଟି କରିଛନ୍ତି ଯାହାକୁ ବିଶ୍ୱ ସ୍ୱୀକାର ଏବଂ ସମ୍ମାନ କରିଥାଏ। ରାଷ୍ଟ୍ରପତି ସମସ୍ତ ପ୍ରବାସୀ ଭାରତୀୟ ସମ୍ମାନ ବିଜେତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ କହିଥିଲେ ଯେ ସେମାନଙ୍କ ସଫଳତାର କାହାଣୀ କେବଳ ଭାରତ ପାଇଁ ଗର୍ବର ବିଷୟ ନୁହେଁ, ବରଂ ଏହା ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକଙ୍କୁ ଉତ୍କର୍ଷତା ଲାଗି ପ୍ରୟାସ କରିବା ନିମନ୍ତେ ପ୍ରେରଣା ମଧ୍ୟ ଦେଇଥାଏ। ସେ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ କ୍ରିଷ୍ଟିନ କାଙ୍ଗାଲୁଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଥିଲେ ଏବଂ କହିଥିଲେ ଯେ ମହିଳା ଓ ପ୍ରବାସୀ ଭାରତୀୟଙ୍କ ଉପରେ ବିଶେଷ ଧ୍ୟାନ ଦେଇ ତାଙ୍କ ରାଷ୍ଟ୍ରର ନେତୃତ୍ୱ ନେବାରେ ତାଙ୍କର ଉଲ୍ଲେଖନୀୟ ଅବଦାନ ବିଶ୍ୱ ମଞ୍ଚରେ ଏକ ଉଚ୍ଚ ମାନଦଣ୍ଡ ସ୍ଥାପନ କରିଛି।

ରାଷ୍ଟ୍ରପତି ଖୁସିର ସହିତ ଉଲ୍ଲେଖ କରିଥିଲେ ଯେ ପ୍ରବାସୀ ଭାରତୀୟ ଦିବସ କେବଳ ଏକ କାର୍ଯ୍ୟକ୍ରମ ଠାରୁ ଅଧିକ ବ୍ୟାପକ ହୋଇଯାଇଛି। ସେ କହିଥିଲେ ଯେ ଏହା ଏପରି ଏକ ମଞ୍ଚ ଯେଉଁଠାରେ ଭିନ୍ନଭିନ୍ନ ବିଚାର ସମ୍ମିଳିତ ହୋଇଥାଏ, ସହଯୋଗ ସୃଷ୍ଟି ହୋଇଥାଏ ଏବଂ ଭାରତ ଓ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ବନ୍ଧନ ସୁଦୃଢ଼ ହୋଇଥାଏ। ରାଷ୍ଟ୍ରପତି କହିଲେ ଯେ ୨୦୪୭ ମସିହା ସୁଦ୍ଧା ଆମ ଦେଶ ବିକଶିତ ଭାରତ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରସର ହେଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଜାତୀୟ ଅଭିଯାନ ଯେଉଁଥିରେ ବିଦେଶରେ ରହୁଥିବା ବ୍ୟକ୍ତିଙ୍କ ସମେତ ପ୍ରତ୍ୟେକ ଭାରତୀୟଙ୍କ ସକ୍ରିୟ ଏବଂ ଉତ୍ସାହୀ ଅଂଶଗ୍ରହଣ ଆବଶ୍ୟକ। ସେ କହିଥିଲେ ଯେ ପ୍ରବାସୀ ଭାରତୀୟମାନେ ଏହି ସଂକଳ୍ପର ଏକ ଅବିଚ୍ଛେଦ୍ୟ ଅଙ୍ଗ। ସେମାନଙ୍କର ବିଶ୍ବବ୍ୟାପୀ ଉପସ୍ଥିତି ସେମାନଙ୍କୁ ଏକ ଅନନ୍ୟ ଦୃଷ୍ଟିକୋଣ ପ୍ରଦାନ କରିଥାଏ ଏବଂ ସେମାନଙ୍କର ସଫଳତା ଏକ ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟ ସାକାର କରିବାରେ ସହାୟକ ହୋଇଥାଏ ।

ଭାରତର କାଳଜୟୀ ଦର୍ଶନ “ବସୁଧୈବ କୁଟୁମ୍ବକମ୍” ବିଷୟରେ ଉଲ୍ଲେଖ କରି ରାଷ୍ଟ୍ରପତି କହିଲେ ଯେ ଏହି ପରିକଳ୍ପନା ଏପରି ଏକ ପରିବେଶ ସୃଷ୍ଟି କରିବା ପାଇଁ ଉଦ୍ଦିଷ୍ଟ, ଯାହା କେବଳ ଆମର ଆବଶ୍ୟକତା ପୂରଣ କରିବ ନାହିଁ, ବରଂ ବିଶ୍ୱର କଲ୍ୟାଣ ଦିଗରେ ମଧ୍ୟ ସହାୟକ ହେବ। ଆମେ ଏପରି ଏକ ରାଷ୍ଟ୍ର ହେବାକୁ ଚାହୁଁଛୁ ଯାହା ସାମାଜିକ ନ୍ୟାୟ ଓ ପରିବେଶ ପରିଚାଳନା ସହିତ ଆର୍ଥିକ ପ୍ରଗତିକୁ ସନ୍ତୁଳିତ କରିବ ତଥା ଆଗାମୀ ପିଢ଼ି ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ସୁନିଶ୍ଚିତ କରିବ। ସେ କହିଥିଲେ ଯେ ଏହି ଲକ୍ଷ୍ୟ ହାସଲ କରିବାରେ ପ୍ରବାସୀ ଭାରତୀୟମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ରାଷ୍ଟ୍ରପତି କହିଥିଲେ, ଯେତେବେଳେ ଆମେ ଆମ ପ୍ରବାସୀ ଭାରତୀୟ ପରିବାରର ସଫଳତାକୁ ପାଳନ କରୁଛୁ, ସେତେବେଳେ ଆମେ ମଧ୍ୟ ଆଶା ଓ ସଂକଳ୍ପର ସହିତ ଭବିଷ୍ୟତକୁ ଅପେକ୍ଷା କରିବା ଉଚିତ। ମିଳିତ ଭାବେ, ଆମେ ଏକ ବିକଶିତ ଭାରତ ନିର୍ମାଣ କରିପାରିବା, ଏପରି ଏକ ରାଷ୍ଟ୍ର ଯାହା ବିଶ୍ୱ ମଞ୍ଚରେ ଶୀର୍ଷରେ ରହିବ ଏବଂ ବିଶ୍ୱ ପାଇଁ ଅଶାର ଆଲୋକବର୍ତ୍ତିକା ହେବ। ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ‌ର ଉଦ୍‌ଯାପନୀ ଦିବସରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁବ୍ରମଣ୍ୟମ୍‌ ଜୟଶଙ୍କର, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ପ୍ରବାସୀ ଓଡ଼ିଆଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସାକ୍ଷାତକାର

Next Post

କିମସରେ ପ୍ରଥମ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

FNN WEB

FNN WEB

Next Post
କିମସରେ ପ୍ରଥମ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

କିମସରେ ପ୍ରଥମ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.