• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ଆୟୁଷ୍ମାନ ଭାରତ’ ଆରମ୍ଭ ହେଲା, ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଲା : ମୁଖ୍ୟମନ୍ତ୍ରୀ

FNN WEB by FNN WEB
January 14, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ଆୟୁଷ୍ମାନ ଭାରତ’ ଆରମ୍ଭ ହେଲା, ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଲା : ମୁଖ୍ୟମନ୍ତ୍ରୀ
0
SHARES
3
VIEWS


ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮ରୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଲାଗୁ କରିଥିଲେ। ହେଲେ ଓଡ଼ିଶାରେ ପୂର୍ବ ସରକାର ତାକୁ ଲାଗୁ କରିନଥିଲେ। ଗତକାଲି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ରାଜ୍ୟରେ ଲାଗୁ ହୋଇଛି। ଏଥିସହ ଓଡ଼ିଶା ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଯୋଡ଼ି ହୋଇଛି। ଏହା ଫଳରେ ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଛି। ଏହା ଦ୍ବାରା ଲୋକେ ଉପକୃତ ହେବ। ସେ ଆହୁରି କହିଛନ୍ତି ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର। ଏଥିରେ ଏଏନଏମ୍, ସ୍ବାସ୍ଥ୍ୟ କର୍ମୀ ଓ ଯୋଗ ଶିକ୍ଷକ ରହିବେ। ବିମାନବନ୍ଦରରେ ଗଣମାଧ୍ୟମକୁ ଏଭଳି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଓଡ଼ିଶାରେ ଆରମ୍ଭ ହେବ ‘ଆୟୁଷ୍ମାନ ଭାରତ’ ଯୋଜନା। କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଓଡ଼ିଶା ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଯୋଡ଼ି ହୋଇଛି। ଏହାଦ୍ୱାରା ରାଜ୍ୟର ୧.୦୩ କୋଟି ପରିବାର ଉପକୃତ ହେବେ। ଏହା ସହ ରାଜ୍ୟରେ ଥିବା ୨୩ଲକ୍ଷ ୧୨ହଜାର ୯୭୯ଜଣ ୭୦ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଚିକିତ୍ସା ସୁବିଧା ପାଇପାରିବେ। ସ୍ଥାନୀୟ ବିଜ୍ଞାନ ଭବନରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖଙ୍କ ଉପସ୍ଥିତିରେ ଏକ ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହୋଇଛି। ଜାତୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷ(ଏନ୍‌ଏଚ୍‌ଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଏଲ୍‌ଏସ୍‌ ଚାଙ୍ଗସାନ ଓ ରାଜ୍ୟ ସ୍ବାସ୍ଥ୍ୟ ସଚିବ ଏସ୍‌. ଅଶ୍ବଥୀ ବୁଝାମଣାପତ୍ରରେ ସ୍ବାକ୍ଷର କରିଛନ୍ତି।

ଦିଲ୍ଲୀ ଗସ୍ତ ସାରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିମାନବନ୍ଦରରେ ପହଞ୍ଚିବା ମାତ୍ରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ସେ ଆଜି ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ବାଗତ କରିବା ଲାଗି କେତେକ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଓଡ଼ିଶାରେ ଆରମ୍ଭ ହେବ ‘ଆୟୁଷ୍ମାନ ଭାରତ’ ଯୋଜନା। କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଓଡ଼ିଶା ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଯୋଡ଼ି ହୋଇଛି। ଏହାଦ୍ୱାରା ରାଜ୍ୟର ୧.୦୩ କୋଟି ପରିବାର ଉପକୃତ ହେବେ। ଏହା ସହ ରାଜ୍ୟରେ ଥିବା ୨୩ଲକ୍ଷ ୧୨ହଜାର ୯୭୯ଜଣ ୭୦ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଚିକିତ୍ସା ସୁବିଧା ପାଇପାରିବେ। ସ୍ଥାନୀୟ ବିଜ୍ଞାନ ଭବନରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖଙ୍କ ଉପସ୍ଥିତିରେ ଏକ ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହୋଇଛି। ଜାତୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷ(ଏନ୍‌ଏଚ୍‌ଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଏଲ୍‌ଏସ୍‌ ଚାଙ୍ଗସାନ ଓ ରାଜ୍ୟ ସ୍ବାସ୍ଥ୍ୟ ସଚିବ ଏସ୍‌. ଅଶ୍ବଥୀ ବୁଝାମଣାପତ୍ରରେ ସ୍ବାକ୍ଷର କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ, ଏହି ଯୋଜନା ରାଜ୍ୟର ୮୬% ଲୋକଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ପରିବର୍ତ୍ତନ ଆଣିବ। ଏହାସହ ରାଜ୍ୟବାସୀ ୯୦୦ ଡାକ୍ତରଖାନା ବଦଳରେ ଦେଶର ୩୦ ହଜାର ଡାକ୍ତରଖାନାରେ ଉନ୍ନତ ସ୍ବାସ୍ଥ୍ୟ ସୁବିଧା ପାଇପାରିବେ। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ଘରୋଇ ଡାକ୍ତରଖାନାରେ ମାସିକ ପ୍ରାୟ ୩୫୦ କୋଟି ସ୍ବାସ୍ଥ୍ୟ ବାବଦକୁ ଖର୍ଚ୍ଚ ହେଉଛି। ରାଜ୍ୟର ପଞ୍ଚାୟତ ସ୍ତରରେ ଯେଉଁ ସ୍ବାସ୍ଥ୍ୟ ଉପକେନ୍ଦ୍ର ଅଛି ତାହା ଠିକ୍‌ଭାବେ କାର୍ଯ୍ୟକାରୀ ହେଉନାହିଁ। ଆଗାମୀ ଦିନରେ ପ୍ରତି ପଞ୍ଚାୟତରେ ଆ‌ୟୁଷ୍ମାନ ଆରୋଗ୍ୟ ମନ୍ଦିର ସ୍ଥାପିତ ହେବ। ଏଥିରେ ସ୍ବାସ୍ଥ୍ୟ କର୍ମୀ ଓ ଯୋଗ ଶିକ୍ଷକ ନିୟୋଜିତ ହେବେ। ଏସବୁ କେନ୍ଦ୍ର ଗୁଡ଼ିକର ପୂର୍ଣ୍ଣାଙ୍ଗ ଭିତ୍ତିଭୂମି ବିକଶିତ କରାଯିବ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଚଳିତ ବଜେଟ୍‌ରେ ସ୍ୱାସ୍ଥ୍ୟକ୍ଷେତ୍ରରେ ପ୍ରାୟ ୨୧ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ଯାହାକି ପୂର୍ବ ବର୍ଷ ଅପେକ୍ଷା ୩୨.୨% ଅଧିକ। ଏହା ରାଜ୍ୟ ବଜେଟର ୮%। ଏହି ପରିମାଣ ଜାତୀୟ ସ୍ୱାସ୍ଥ୍ୟନୀତିର ସୁପାରିସ ଅନୁରୂପ ହୋଇଛି। ଆୟୁଷ୍ମାନ ଭାରତରେ ପୁରୁଷମାନେ ୫ଲକ୍ଷ ଓ ମହିଳା ହିତାଧିକାରୀ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇବେ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ, ସ୍ବାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ବ ଦେଇ ସୁସ୍ଥ ଓଡ଼ିଶା ଓ ସୁସ୍ଥ ସମାଜ ଗଠନ କରିବା ପାଇଁ ଆମ ସରକାର ବଦ୍ଧ ପରିକର। ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ‌ସେବାର ବିସ୍ତାର ପାଇଁ ଡିଜିଟାଲ୍‌ ସ୍ବାସ୍ଥ୍ୟସେବା ଜରିଆରେ ଡାକ୍ତରଙ୍କ ପରାମର୍ଶ ପାଇଁ ଟେଲିମେଡିସିନ୍‌ ସେବା ଯୋଗାଇଦେବା ପାଇଁ ପ୍ରସ୍ତାବ ଦିଆଯାଇଥିଲା। ଏହାସହ ରାଜ୍ୟରେ କିଭଳି ଅଧିକରୁ ଅଧିକ ମେଡିକାଲ କଲେଜ ଖୋଲାଯାଇପାରିବ ସେ ସଂପର୍କିତ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରିବା ପାଇଁ ଶ୍ରୀ ପ୍ରଧାନ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ ହେବା ନେଇ ଖୁସିବ୍ୟକ୍ତ କରିଥିଲେ। ଏହାସହ ଆଗାମୀ ଦିନରେ ରାଜ୍ୟରେ ସେମିକଣ୍ଡକ୍ଟର୍‌ ୟୁନିଟ୍‌ ସ୍ଥାପନ କରିବା ପାଇଁ ଓଡ଼ିଶାରେ ୫ଟି ଶିକ୍ଷଣ ସଂସ୍ଥାନରେ ସେମିକଣ୍ଡକ୍ଟର ଶିକ୍ଷା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

Previous Post

ଅସଲି କମ୍ପାନୀ ନାମରେ ନକଲି ପାର୍ଟ୍ସ ବିକ୍ରି

Next Post

୫ ହଜାର କୋଟି ଟଙ୍କା ବ୍ୟୟରେ କେନ୍ଦୁଝରରେ ନିର୍ମାଣ ହେବ ଷ୍ଟିଲ୍‌ ପ୍ଲାଣ୍ଟ!

FNN WEB

FNN WEB

Next Post
୫ ହଜାର କୋଟି ଟଙ୍କା ବ୍ୟୟରେ କେନ୍ଦୁଝରରେ ନିର୍ମାଣ ହେବ ଷ୍ଟିଲ୍‌ ପ୍ଲାଣ୍ଟ!

୫ ହଜାର କୋଟି ଟଙ୍କା ବ୍ୟୟରେ କେନ୍ଦୁଝରରେ ନିର୍ମାଣ ହେବ ଷ୍ଟିଲ୍‌ ପ୍ଲାଣ୍ଟ!

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.