• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କେନ୍ଦୁଝରରୁ ବର୍ଦ୍ଧିତ ପେନସନ୍‍ ପ୍ରଦାନର ଶୁଭାରମ୍ଭ

FNN WEB by FNN WEB
January 15, 2025
in ଓଡ଼ିଶା, ମୁଖ୍ୟ ଖବର
0
କେନ୍ଦୁଝରରୁ ବର୍ଦ୍ଧିତ ପେନସନ୍‍ ପ୍ରଦାନର ଶୁଭାରମ୍ଭ
0
SHARES
2
VIEWS

ଭୁବନେଶ୍ୱର : ରାଜ୍ୟର 80 ବର୍ଷ ବା ତା’ଠାରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଏବଂ 80 ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀମାନେ ଆଜିଠାରୁ ମାସକୁ 3500 ଟଙ୍କା ପେନସନ ପାଇବେ । ପୂର୍ବରୁ ସେମାନେ 1200 ଟଙ୍କା ପେନସନ ପାଉଥିବା ବେଳେ ଏଥିରେ 2300 ଟଙ୍କା ବୃଦ୍ଧି କରାଯାଇ 3500 ଟଙ୍କା କରାଯାଇଛି । ଏହା ଦ୍ୱାରା ରାଜ୍ୟର 4,17,496 ଜଣ ବ୍ୟକ୍ତି ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଠାରେ ଏହି ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯେଉଁ ସମାଜରେ ବରିଷ୍ଠ ନାଗରିକ, ଭିନ୍ନକ୍ଷମ ଓ ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ ଓ ଆଦର ଦିଆଯାଏ, ସେହି ସମାଜ ହେଉଛି ଏକ ଆଦର୍ଶ ସମାଜ । ଏ ମାନଙ୍କ ପ୍ରତି ସମାଜ ସମ୍ବେଦନଶୀଳ ହେବା ଆବଶ୍ୟକ । ବରିଷ୍ଠ ନାଗରିକ ମାନେ ହେଉଛନ୍ତି ଆମ ଆସ୍ଥା ଓ ବିଶ୍ୱାସର ମନ୍ଦିର । ସେମାନଙ୍କ ହସ, ଖୁସି ଏବଂ ଯୁବ ସମାଜ ଉପରେ ସେମାନଙ୍କ ଅଖଣ୍ଡ ଆସ୍ଥା ହିଁ ଆମ ବିରଳ ସମ୍ପତ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଷ୍ଟ୍ରୀୟ ସାମାଜିକ କାର୍ଯ୍ୟକ୍ରମର ହିତାଧିକାରୀ ହୁଅନ୍ତୁ ବା ମଧୁବାବୁ ପେନସନ ହିତାଧିକାରୀ, ସମସ୍ତେ ଏହି ବର୍ଦ୍ଧିତ ପେନସନ ପାଇବେ । କେନ୍ଦୁଝର ଜିଲ୍ଲାର ମଧ୍ୟ 9,913 ଜଣ ବ୍ୟକ୍ତି ଏଥିରେ ଅନ୍ତର୍ଭୁକ୍ତ ଅଛନ୍ତି। ଆଜିର ଏହି କାର୍ଯ୍ୟକ୍ରମ ଏକ ଆଦର୍ଶ ସମାଜ ଆଡକୁ ଆମ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପାହାଚ । ନୂଆ ସରକାର ଆପଣ ମାନଙ୍କୁ କଥା ଦେଇଥିଲେ, କଥା ରଖିଛନ୍ତି । ଆପଣ ମାନଙ୍କ ପାଇଁ ଏହି ବର୍ଦ୍ଧିତ ପେନସନର ଶୁଭାରମ୍ଭ କରି ମୁଁ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଜଣେ ମଣିଷ ଭାବରେ ଆପଣ ଯଦି, ବୟସ୍କ ଓ ଭିନ୍ନକ୍ଷମଙ୍କୁ କିଛି ସହାୟତା ବା ସହଯୋଗ କରିପାରନ୍ତି, ତାହା ବାସ୍ତବିକ ମନକୁ ଖୁସି ଦିଏ ଏବଂ ପୁଣ୍ୟ ଅର୍ଜନ ହୋଇଥାଏ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ବୟସ୍କ, ଭିନ୍ନକ୍ଷମ ମାନେ ସେମାନଙ୍କର ସମସ୍ୟା ନେଇ ଆସିଥାନ୍ତି । ମୁଁ ଆଗ ପ୍ରାଧାନ୍ୟ ଦେଇ ସେମାନଙ୍କ ସମସ୍ୟା ଶୁଣେ ଓ ତା’ର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥାଏ । ଗରିବ, ଭିନ୍ନକ୍ଷମ ଓ ଅସହାୟଙ୍କୁ ସାହାଯ୍ୟ କରି ମୁଁ ଯେଉଁ ସନ୍ତୋଷ ପାଉଛି, ତାହା ହେଉଛି ମୋ ଜୀବନର ସବୁଠାରୁ ଶ୍ରେଷ୍ଠ ପୁଞ୍ଜି ବୋଲି ସେ କହିଥିଲେ ।

ସେ ପୁଣି କହିଥିଲେ ଆମ ସରକାର ଆସିବାକୁ ମାତ୍ର 7 ମାସ ହୋଇଛି । ଏହି 7 ମାସ ମଧ୍ୟରେ ଆମ ସରକାର ଲୋକଙ୍କ କଲ୍ୟାଣ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଗତ ଦୁଇ ଦିନ ତଳେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରିବା ପାଇଁ ଚୁକ୍ତିପତ୍ର ସ୍ୱାକ୍ଷର ହୋଇଛି । ଏହା ମାଧ୍ୟମରେ ରାଜ୍ୟର ଗରିବ ଓ ଅସହାୟ ଲୋକଙ୍କୁ ଉନ୍ନତ ଚିକିତ୍ସା ସୁବିଧା ମିଳିବ । ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଏହି ଯୋଜନାରେ 70 ବର୍ଷରୁ ଅଧିକ ସମସ୍ତ ବରିଷ୍ଠ ନାଗରିକ ମାନଙ୍କୁ ଯୋଡିଛନ୍ତି । ଗାଁ ଗଣ୍ଡାର ଲୋକମାନେ ସହରର ଭଲ ଭଲ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇ ପାରିବେ ।

ଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାର ସମୃଦ୍ଧି ତଥା ରାଜ୍ୟର ଚାଷୀ, ମହିଳା, ଶ୍ରମିକ, ଯୁବଗୋଷ୍ଠୀ ଇତ୍ୟାଦି ସମସ୍ତ ବର୍ଗର କଲ୍ୟାଣ ପାଇଁ ଆମ ସରକାର ନିରନ୍ତର ଉଦ୍ୟମ କରୁଛନ୍ତି । ଆଦିବାସୀ, ଗରିବ, ପଛୁଆ ଲୋକଙ୍କ ବିକାଶକୁ ଆମ ସରକାର ମଧ୍ୟ ଗୁରୁତ୍ୱ ଦେଉଛନ୍ତି । ସବୁ ବର୍ଗର ଲୋକଙ୍କୁ ସମାନ ଖୁସି ଦେବାପାଇଁ ଆମ ସରକାର କାମ କରୁଛନ୍ତି । ରାଜ୍ୟର ଜନ ସାଧାରଣ ଚାହୁଁଥିବା ଅନୁଯାୟୀ କାମ ହେବ ଓ ରାଜ୍ୟର ବିକାଶ ହେବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦୁଝରରେ ଖୁବ ଶୀଘ୍ର ମେଗା ଇସ୍ପାତ କାରଖାନା ନିର୍ମାଣ ହେବ, ଚଳିତ ମାସ ଶେଷ ସପ୍ତାହରେ ଭୁବନେଶ୍ୱରରେ ଆୟୋଜିତ ହେଉଥିବା ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ଏହି ଇସ୍ପାତ କାରଖାନା ପାଇଁ ଚୁକ୍ତିପତ୍ର ସ୍ୱାକ୍ଷର ହେବ । କେବଳ କେନ୍ଦୁଝର ନୁହେଁ, ରାଜ୍ୟର ସବୁ ଜିଲ୍ଲାରେ ଶିଳ୍ପାନୁଷ୍ଠାନ ଓ କଳ କାରଖାନ ସ୍ଥାପନ ପାଇଁ ଆମ ସରକାର ନିଷ୍ପତ୍ତି ନେଇଛନ୍ତି । କେନ୍ଦୁଝର ଜିଲ୍ଲା ତଥା ରାଜ୍ୟର ସାମଗ୍ରିକ ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବା ପାଇଁ ସେ ଉପସ୍ଥିତ ଜନସାଧାରଣଙ୍କୁ ଆହ୍ୱାନ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ରକ୍ଷାକର ଜେନା, ଯୋଗେନ୍ଦ୍ର ନାୟକ, ରଜନୀ ମହାନ୍ତିଙ୍କୁ ବର୍ଦ୍ଧିତ ବୟସ୍କ ଭତ୍ତା ଏବଂ ସତ୍ୟଭାମା ସେଠୀ, ଅନିରୁଦ୍ଧ ଦାସ ଏବଂ ଜୟକୃଷ୍ଣ ମହନ୍ତଙ୍କୁ ବର୍ଦ୍ଧିତ ଭିନ୍ନକ୍ଷମ ଭତ୍ତା ପ୍ରଦାନ କରିଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ମଣ୍ଡଳର ସଦସ୍ୟ ବୃନ୍ଦ, ସାଂସଦ, ବିଧାୟକ ଓ ଜିଲ୍ଲାପାଳ ମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଘସିପୁରା ବିଧାୟକ ଶ୍ରୀ ବଦ୍ରୀ ନାରୟଣ ପାତ୍ର, ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଡ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାୟକ, ତେଲକୋଇ ବିଧାୟକ ଡଃ ଫକିର ମୋହନ ନାୟକ ଏବଂ କେନ୍ଦୁଝର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସାଗରିକା ସାହୁ ପ୍ରମୁଖ ଏହି ବର୍ଦ୍ଧିତ ଭତ୍ତା ବୟସ୍କ ଓ ଭିନ୍ନକ୍ଷମଙ୍କୁ ଆର୍ଥିକ ସ୍ୱଚ୍ଛଳ କରିବା ସହିତ ସେମାନଙ୍କ ଦୈନନ୍ଦିନ ଜୀବନ ନିର୍ବାହ କରିବାରେ ବେଶ୍ ସହାୟକ ହେବ ବୋଲି ବକ୍ତବ୍ୟ ରଖି କେନ୍ଦୁଝର ଓ ରାଜ୍ୟର ବିକାଶ ଦିଗରେ ସମସ୍ତେ ମିଳିମିଶି କାମ କରିବା ପାଇଁ ଆହ୍ୱାନ ଦେଇଥିଲେ । କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ବଡସିଂହାର ବେଶରେ ଦର୍ଶନ ଦେଲେ ମଣିବାବା

Next Post

ଧାମରାରେ ଅଘଟଣ, ଟ୍ରଲରକୁ ଧକ୍କା ଦେଇ ବୁଡିଲା ଅଭିରାମ ଯାତ୍ରୀବାହୀ ବୋଟ

FNN WEB

FNN WEB

Next Post
ଧାମରାରେ ଅଘଟଣ, ଟ୍ରଲରକୁ ଧକ୍କା ଦେଇ ବୁଡିଲା ଅଭିରାମ ଯାତ୍ରୀବାହୀ ବୋଟ

ଧାମରାରେ ଅଘଟଣ, ଟ୍ରଲରକୁ ଧକ୍କା ଦେଇ ବୁଡିଲା ଅଭିରାମ ଯାତ୍ରୀବାହୀ ବୋଟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.