• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରଘୁରାଜପୁର ଓ କୋଣାର୍କ ଗସ୍ତ

FNN WEB by FNN WEB
January 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରଘୁରାଜପୁର ଓ କୋଣାର୍କ ଗସ୍ତ
0
SHARES
0
VIEWS

ଭୁବନେଶ୍ୱର/ପୁରୀ : ସିଙ୍ଗାପୁର ଜନରାଜ୍ୟର ମହାମହିମ ରାଷ୍ଟ୍ରପତି ଶ୍ରୀ ଥରମନ୍‌ ଶନ୍ମୁଗରତ୍ନମ୍ ଆଜି ପୁରୀ ଜିଲ୍ଲାର ଐତିହ୍ୟ ଗ୍ରାମ ରଘୁରାଜପୁର ଏବଂ ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। ରାଷ୍ଟ୍ରପତି ଶ୍ରୀ ଥରମନ୍‌ ଶନ୍ମୁଗରତ୍ନମ୍ ଏବଂ ତାଙ୍କ ଧର୍ମପତ୍ନୀ ଆଜି ରଘୁରାଜପୁର ଠାରେ ପହଞ୍ଚିବା ପରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଶ୍ରୀ ସମର୍ଥ ବର୍ମା, ପୁରୀ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଜିଲ୍ଲା ଆରକ୍ଷୀ ଅଧିକାରୀ ଶ୍ରୀ ବିନୀତ ଅଗ୍ରୱାଲ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ପାରମ୍ପାରିକ ଲୋକକଳା ଏବଂ ଗୋଟିପୁଅ ନୃତ୍ୟ ପରିବେଷଣ ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଏହାପରେ ରାଷ୍ଟ୍ରପତି ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନ କରିବା ସହିତ ପଟ୍ଟଚିତ୍ର ଶିଳ୍ପୀମାନଙ୍କ ସହ ବାର୍ତ୍ତାଳାପ କରିଥିଲେ। ପଟ୍ଟଚିତ୍ରରେ ରହିଥିବା ସୁନ୍ଦର କାରୁକାର୍ଯ୍ୟ ଦେଖି ସେ ପଟ୍ଟଚିତ୍ର କଳାର ଖୁବ ପ୍ରଶଂସା କରିଥିଲେ। ରଘୁରାଜପୁର ଗ୍ରାମ, ପ୍ରଦର୍ଶନୀ ସ୍ଥଳ, ଅଙ୍ଗନବାଡ଼ି କେନ୍ଦ୍ର ଓ ଆରୋଗ୍ୟ କେନ୍ଦ୍ର ଆଦି ପରିଭ୍ରମଣ କରିସାରିବା ପରେ ରାଷ୍ଟ୍ରପତି କୋଣାର୍କ ମନ୍ଦିର ପରିଦର୍ଶନରେ ଯାଇଥିଲେ ।

କୋଣାର୍କରେ ପ୍ରଥମେ ଆଇଓସିଏଲର ଇଣ୍ଟରପ୍ରିଟେସନ କେନ୍ଦ୍ର ପରିଦର୍ଶନ କରିସାରିବା ପରେ ରାଷ୍ଟ୍ରପତି ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଥିଲେ। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥାର ପ୍ରତିନିଧି ଓ ଗାଇଡମାନେ ରାଷ୍ଟ୍ରପତିଙ୍କୁ କୋଣାର୍କ ମନ୍ଦିର ସମ୍ପର୍କରେ ସବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।ପରେପରେ ରାଷ୍ଟ୍ରପତିଙ୍କ ସହ ସିଙ୍ଗାପୁରରୁ ଆସିଥିବା ପ୍ରତିନିଧି ମଣ୍ଡଳୀ ମଧ୍ୟ କୋଣାର୍କ ମନ୍ଦିର ବୁଲି ଦେଖିଥିଲେ । ଆଜିର କାର୍ଯ୍ୟକ୍ରମରେ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ, ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂ, ଅତିରିକ୍ତ ଡିଜି ସଞ୍ଜୟ କୁମାର,ଆଇଜି ଅନୂପ କୁମାର ସାହୁ, ଡିଆଇଜି ଅଖିଳେଶ୍ବର ସିଂ, ପୁରୀ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରିୟ ରଞ୍ଜନ ପୃଷ୍ଟି, ଉପ ଜିଲ୍ଲାପାଳ ଶ୍ରୀ ରାଜ କିଶୋର ଜେନା,ଅତିରିକ୍ତ ଉପ-ଜିଲ୍ଲାପାଳ ଶ୍ରୀ ନୀଳମାଧବ ମାଝୀ, ପୁରୀ ସଦର ବିଡ଼ିଓ ଶ୍ରୀ ସମ୍ବିତ ଶତପଥୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ସେଠୀ, ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅମ୍ଳାନ ଦାସ ପୁରୀ ଗୋପ ବ୍ଲକର ବିଡ଼ିଓ ତଥା କୋଣାର୍କ ଏନ ଏ ସି ନିର୍ବାହୀ ଅଧିକାରୀ ଶ୍ରୀମତୀ ଛବିରାଣୀ ସାହୁ,କାକଟପୁର ବିଡ଼ିଓ ଶ୍ରୀ ବିଷ୍ଣୁ ଗୋବିନ୍ଦ, ଗୋପ ତହସିଲଦାର ଶ୍ରୀ ଅନିଲ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ଓଡ଼ିଶା ପ୍ରଶାସନିକ ଅଧିକାରୀ ଶିକ୍ଷାନବିଶମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଯାପନ

Next Post

କଳାଭୂମି ପରିଦର୍ଶନ କଲେ ସିଙ୍ଗାପୁର ଗଣରାଜ୍ୟର ମହାମହିମ ରାଷ୍ଟ୍ରପତି ଶ୍ରୀ ଥର୍ମନ୍ ଶନ୍ମୁଗରତ୍ନମ୍

FNN WEB

FNN WEB

Next Post
କଳାଭୂମି ପରିଦର୍ଶନ କଲେ ସିଙ୍ଗାପୁର ଗଣରାଜ୍ୟର ମହାମହିମ ରାଷ୍ଟ୍ରପତି ଶ୍ରୀ ଥର୍ମନ୍ ଶନ୍ମୁଗରତ୍ନମ୍

କଳାଭୂମି ପରିଦର୍ଶନ କଲେ ସିଙ୍ଗାପୁର ଗଣରାଜ୍ୟର ମହାମହିମ ରାଷ୍ଟ୍ରପତି ଶ୍ରୀ ଥର୍ମନ୍ ଶନ୍ମୁଗରତ୍ନମ୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.