ଭୁବନେଶ୍ବର : ଆଉ କିଛି ଦିନ ମଧ୍ୟରେ ହେବାକୁ ଥିବା ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି। ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ଦଳର ବରିଷ୍ଠ ବିଧାୟକ ତଥା ପୂର୍ବତନ ସାଂସଦ ଏବଂ ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ କରିଛନ୍ତି।