ନୂଆଦିଲ୍ଲୀ/ଭୁବନେଶ୍ବର: ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି। ଏହି ସମୟରେ ରାଜ୍ୟପାଳ ଓଡିଶାର ପ୍ରମୁଖ ବିକାଶମୂଳକ କାର୍ଯ୍ୟକ୍ରମ ତଥା ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରିଥିଲେ। ଉପରାଷ୍ଟ୍ରପତିଙ୍କୁ ଭେଟିବା ପୂର୍ବରୁ ଓଡିଶା ରାଜ୍ୟପାଳ ହରିବାବୁ କମ୍ଭମପତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଏବଂ ଓଡ଼ିଶାରେ ଅଭିବୃଦ୍ଧି ତଥା ପ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ।














