• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୭୬ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ

FNN WEB by FNN WEB
January 27, 2025
in ଓଡ଼ିଶା, ମୁଖ୍ୟ ଖବର
0
୭୬ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ
0
SHARES
3
VIEWS

ଭୁବନେଶ୍ୱର : ରାଜଧାନୀର ମହାତ୍ମାଗାନ୍ଧୀ ମାର୍ଗରେ ୭୬ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ । ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ସକାଳ ୮.୨୮ ରେ ମହାତ୍ମା ଗାନ୍ଧୀ ମାର୍ଗରେ ପହଞ୍ଚିବା ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୂଜା, ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଓ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ୱା. ବି. ଖୁରାନିଆ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଉପମହାନିର୍ଦ୍ଦେଶକ କମୋଡର ମହେଶ ରାହାଙ୍ଗ୍‌ଲେ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ମଞ୍ଚ ନିକଟକୁ ପାଛୋଟି ନେଇଥିଲେ । ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ୮.୩୦ ମିନିଟ୍‌ ସମୟରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପରେଡ୍‌ କମାଣ୍ଡର ଶ୍ରୀ ଶୁଭମ୍‌ ଭୋସଲେ ପ୍ୟାରେଡ୍‌ ପରିଚାଳନା କରିଥିଲେ । ଦ୍ୱିତୀୟ ପରିଚାଳକ ଭାବେ ଡେପୁଟି କମାଣ୍ଡାଣ୍ଟ ଶ୍ରୀ କୌଶିକ୍‌ କୁମାର ନାୟକ ଏବଂ ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ଭବାନୀ ପ୍ରସାଦ ଜେନା ପ୍ୟାରେଡ୍‌ ପରିଚାଳନାରେ ସହାୟତା କରିଥିଲେ ।

ରାଜ୍ୟ ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ ପରେ ୧୭ଟି ସାମରିକ ବାହିନୀ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନର ୨୬ଟି ବେସାମରିକ ଦଳ ସମୁଦାୟ ୪୩ଟି ଦଳ ମିଳିତ ପ୍ୟାରେଡ୍‌ରେ ଅଂଶଗ୍ରହଣ କରିଥିଲେ । ସମ୍ମିଳିତ ପ୍ୟାରେଡ୍‌ ଅନୁଷ୍ଠିତ ହେବା ପରେ ପରେ ବିଭିନ୍ନ ସାଂସ୍କୃତିକ ଦଳ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କଟକ ଚୌଦ୍ୱାର ସଂଗୀତ କଳା ସଂସଦ ପକ୍ଷରୁ ପାରମ୍ପରିକ ଘୋଡ଼ାନାଚ, ରାୟଗଡ଼ା ଜିଲ୍ଲା ମା’ ସନ୍ତୋଷୀ କଳା ପ୍ରତିଷ୍ଠାନ ଦ୍ୱାରା ଜନଜାତିମାନଙ୍କ ଢେମ୍‌ସା ନୃତ୍ୟ, କେନ୍ଦୁଝର ଜିଲ୍ଲାର ଆଦିମ ସଂସ୍କୃତି ସଂଗଠନ ପକ୍ଷରୁ ହୋ-ମୁଣ୍ଡା ନୃତ୍ୟ ଓ ସମ୍ବଲପୁରର ରଙ୍ଗଫରୁଆ ସଂଗଠନର କଳାକାରବୃନ୍ଦଙ୍କ ଦ୍ୱାରା ସମ୍ବଲପୁରୀ ଢାପ୍‌ ବଜନିଆଁ ନୃତ୍ୟ ପରିବେଷଣ ଉତ୍ସବକୁ ମନୋମୁUକର କରିଥିଲା ।

ଏହା ପରେ ‘ସମୃଦ୍ଧ ଓଡ଼ିଶା-ଐତିହ୍ୟ ଏବଂ ବିକାଶ’ର ବାର୍ତ୍ତର୍ା ବହନ କରୁଥିବା ପ୍ରଜ୍ଞାପନ ମେଢ଼ଗୁଡ଼ିକ ଅଭିବାଦନ ମଞ୍ଚ ଅତିକ୍ରମ କରିଥିଲେ । ମହିଳା ଓ ଶିଶୁ ବିକାଶ (ସୁଭଦ୍ରା), ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ (ଆୟୁଷ୍ମାନ ଆରୋଗ୍ୟ ମନ୍ଦିର), ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ(ବିଦ୍ୟାବନ୍ତ ବିଦ୍ୟାର୍ଥୀ, ବିକଶିତ ଓଡ଼ିଶା), ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ (ଭୌଗୋଳିକ ସୂଚକାଙ୍କ ମାନ୍ୟତାପ୍ରାପ୍ତ ଉତ୍ପାଦ), ମିଶନ ଶକ୍ତି ବିଭାଗ (ଉଦ୍ୟୋଗିତା ମାଧ୍ୟମରେ ମହିଳା ସଶକ୍ତିକରଣ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ (ସମୃଦ୍ଧ କୃଷକ ଯୋଜନା), ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ (ଗ୍ରାମୀଣ ବିକାଶ କ୍ଷେତ୍ରରେ ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ), ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ (ଉନ୍ନତ ସହରାଞ୍ଚଳ ପରିବହନ ବ୍ୟବସ୍ଥା), ଦକ୍ଷତା ବିକାଶ ଏବଂ ବୈଷିୟକ ଶିକ୍ଷା ବିଭାଗ (ଦକ୍ଷତା ବୃଦ୍ଧି କ୍ଷେତ୍ରରେ ପାରଦର୍ଶିତା), ପର୍ଯ୍ୟଟନ ବିଭାଗ (ଐତିହ୍ୟ ଓ ପରିବେଶ ପର୍ଯ୍ୟଟନ), ବାଣିଜ୍ୟ ଓ ପରିବହନ ବିଭାଗ (ମଲଫିମୋଡ଼ାଲ ସଂଯୋଗ-ପରିବର୍ତ୍ତନଶୀଳ ଯାତ୍ରା) ଓ ମତ୍ସ୍ୟ ଓ ପ୍ରାଣିସଂପଦ ବିଭାଗ (ମହାସାଗରରୁ ଟେବୁଲ୍‌ ପର୍ଯ୍ୟନ୍ତ..ଓଡ଼ିଶା ଚିଙ୍ଗୁଡ଼ିର ଯାତ୍ରା) ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିଲା ।

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, ଶ୍ରୀ ସୁରେନ୍ଦ୍ର କୁମାର, ଶ୍ରୀ ନିକୁଞ୍ଜ ବିହାରୀ ଧଳ, ବିଭିନ୍ନ ବିଭାଗର ଶାସନ ସଚିବ, ବରିଷ୍ଠ ପୋଲିସ ଅଧିକାରୀ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଏବଂ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ପ୍ରମୁଖଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀବୃନ୍ଦ, ସାଧାରଣତନ୍ତ୍ର ଦିବସ ଉତ୍ସବରେ ଉପସ୍ଥିତ ଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀ, ସୂଚନା ଅଧିକାରୀ ସୁଶ୍ରୀ ରୋଜାଲିନ୍‌ ସାହୁ ଓ ଶ୍ରୀ ବିନାୟକ ମିଶ୍ର ରାଜ୍ୟସ୍ତରୀୟ ପ୍ୟାରେଡ୍‌ କାର୍ଯ୍ୟକ୍ରମରେ ଧାରାବିବରଣୀ ପ୍ରଦାନ କରିଥିଲେ ।

Previous Post

କଳା, ସାହିତ୍ୟ ଓ ଚିକିତ୍ସା କ୍ଷେତ୍ରରେ ଅବଦାନ ପାଇଁ ଓଡ଼ିଶାରୁ ୪ ଜଣଙ୍କୁ ‘ପଦ୍ମଶ୍ରୀ’

Next Post

ଯୋଜନାବଦ୍ଧ ସହର ବୃଦ୍ଧି ଉପରେ ଗୁରୁତ୍ୱ: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

FNN WEB

FNN WEB

Next Post
ଯୋଜନାବଦ୍ଧ ସହର ବୃଦ୍ଧି ଉପରେ ଗୁରୁତ୍ୱ: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

ଯୋଜନାବଦ୍ଧ ସହର ବୃଦ୍ଧି ଉପରେ ଗୁରୁତ୍ୱ: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

June 27, 2026
୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

June 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.