• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
January 28, 2025
in ଓଡ଼ିଶା, ମୁଖ୍ୟ ଖବର
0
୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଜନତା ମଇଦାନଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ ଆଲୋଚନା କରିଛନ୍ତି l ଏହି ଆଲୋଚନାରେ ଇସ୍ପାତ, ଗ୍ରୀନ ଏନର୍ଜି, ଗ୍ରୀନ ଅମୋନିଆ, ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, କେମିକାଲ୍ସ, ସେମିକଣ୍ଡକ୍ଟର, ଆଇଟି, ସିମେଣ୍ଟ ଭଳି କ୍ଷେତ୍ରର ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଷ୍ଠିତ କମ୍ପାନୀର ସିଇଓମାନେ ଅଂଶଗ୍ରହଣ କରିଥିଲେ l

ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବର୍ତ୍ତମାନ ପ୍ରକୃଷ୍ଟ ଅବସର l ଆଜିର ସମୟରେ ଓଡ଼ିଶାର ଜିଡ଼ିପି ଦେଶରେ ସର୍ବୋଚ୍ଚ ସ୍ତରରେ ରହିଛି l ଆଜି ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ ନେଇ ବହୁ ଉତ୍ସାହିତ ଥିଲେ l ଓଡ଼ିଶା ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା ପ୍ରତି ସମର୍ଥନ ରହିଛି l ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଷ୍ଟିରେ ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ l ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି l

ସେ ପୁଣି କହିଥିଲେ, ଓଡ଼ିଶାର ପ୍ରତି ଜିଲ୍ଲାରେ ଆମେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଛୁ l ଏଥିପାଇଁ ଆମେ ଭିତ୍ତିଭୂମି ବିକାଶ କରୁଛୁ l ରାଜ୍ୟରେ ରେଳପଥ,ସଡ଼କପଥ ଓ ପୋର୍ଟ ସେକ୍ଟରର ବିକାଶ କରାଯାଉଛି l ଯଦ୍ଵାରା କି ଆଜି ମାଲକାନଗିରି ଭଳି ସୀମାନ୍ତ ଅଞ୍ଚଳରେ ମଧ୍ୟ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ହେବାକୁ ଯାଉଛି l ଏହା ସମ୍ପୃକ୍ତ ଅଞ୍ଚଳଗୁଡିକର ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବା ସହିତ ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ପ୍ରଦାନ କରିବ l

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆମ ସରକାର ମାତ୍ର ସାତ ମାସର ସରକାର l କିନ୍ତୁ ଏହି ସାତ ମାସ ମଧ୍ୟରେ ଆମେ ଓଡ଼ିଶାରେ ଜାତୀୟ ସ୍ତରର ବହୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରିଛୁ l ଆଜିର ଏହି ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଉଦ୍ୟୋଗୀମାନଙ୍କୁ ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ ପାଇଁ ଉତ୍ସାହିତ କରିଛି l ଓଡ଼ିଶା ପ୍ରାକୃତିକ ସମ୍ବଳ ଓ ଖଣିଜ ସମ୍ପଦରେ ଭରପୂର l ଏସବୁର ସଠିକ ଉପଯୋଗରେ ଓଡ଼ିଶା ବିକଶିତ ଭାରତର ଗ୍ରୋଥ ଇଞ୍ଜିନ ହେବ ବୋଲି ମୋଦିଜୀ କହିଛନ୍ତି l ଆପଣ ମାନଙ୍କ ସହଯୋଗରେ ମୋଦିଜୀଙ୍କ ଏହି ଲକ୍ଷ୍ୟ ପୂରଣ ହେବ ବୋଲି ସେ କହିଥିଲେ l

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ସ୍ଵାଗତ ଅଭିଭାଷଣ ରଖି ଅଂଶଗ୍ରହଣକାରୀ ସମସ୍ତ କମ୍ପାନୀ ଗୁଡିକୁ ଓଡ଼ିଶାକୁ ସ୍ଵାଗତ କରି ଉଦ୍ୟୋଗ ସ୍ଥାପନ ନିମନ୍ତେ ସମସ୍ତ ସୁବିଧା ସୁଯୋଗ ସରକାରଙ୍କ ତରଫରୁ ଯୋଗାଇ ଦିଆଯିବ ବୋଲି କହିଥିଲେ l ସିଆଇଆଇର ମହାନିର୍ଦ୍ଦେଶକ ଶ୍ରୀ ଚନ୍ଦ୍ରଜିତ ବାନାର୍ଜୀ ଅଧିବେଶନକୁ ସଂଚାଳନ କରିଥିବାବେଳେ, ପିଡବ୍ଲୁସି (pwc)ର ଅଧ୍ୟକ୍ଷ ଶ୍ରୀ ସଂଜୀବ କ୍ରିଷନ, କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତବ୍ୟକ୍ତ କରିଥିଲେ l ମୁଖ୍ୟମନ୍ତ୍ରୀ ଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ।ଶେଷରେ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ l

Previous Post

ଉତ୍କର୍ଷ ଓଡ଼ିଶା କନକ୍ଲେଭ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Next Post

ବରିଷ୍ଠ ସାମ୍ବାଦିକ ଜ୍ଞାନରଞ୍ଜନ ଦାସଙ୍କ ପୁତ୍ର ବିୟୋଗ

FNN WEB

FNN WEB

Next Post
ବରିଷ୍ଠ ସାମ୍ବାଦିକ ଜ୍ଞାନରଞ୍ଜନ ଦାସଙ୍କ ପୁତ୍ର ବିୟୋଗ

ବରିଷ୍ଠ ସାମ୍ବାଦିକ ଜ୍ଞାନରଞ୍ଜନ ଦାସଙ୍କ ପୁତ୍ର ବିୟୋଗ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ଜରୁରୀ ସୂଚନା ; CBSEର ନୂତନ ୩-ଭାଷା ନୀତି

ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ଜରୁରୀ ସୂଚନା ; CBSEର ନୂତନ ୩-ଭାଷା ନୀତି

June 29, 2026
ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଦିବ୍ୟ ଦର୍ଶନ ଦେଉଛନ୍ତି ମହାପ୍ରଭୁ, ଦେଖିବାକୁ ଶ୍ରୀକ୍ଷେତ୍ରରେ ଲୋକାରଣ୍ୟ

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଦିବ୍ୟ ଦର୍ଶନ ଦେଉଛନ୍ତି ମହାପ୍ରଭୁ, ଦେଖିବାକୁ ଶ୍ରୀକ୍ଷେତ୍ରରେ ଲୋକାରଣ୍ୟ

June 29, 2026
ସଂଶୋଧିତ ପୁସ୍ତକରେ ପାଠ ପଢିବେ ପିଲା, ତଦନ୍ତ ରିପୋର୍ଟ ଅନୁସାରେ ଅଧିକ କାର୍ଯ୍ୟାନୁଷ୍ଠାନ

ସଂଶୋଧିତ ପୁସ୍ତକରେ ପାଠ ପଢିବେ ପିଲା, ତଦନ୍ତ ରିପୋର୍ଟ ଅନୁସାରେ ଅଧିକ କାର୍ଯ୍ୟାନୁଷ୍ଠାନ

June 29, 2026
ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହ, ବରଗଡ଼ ଓ ସମ୍ବଲପୁରରେ ରହିଛି କାର୍ଯ୍ୟକ୍ରମ

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହ, ବରଗଡ଼ ଓ ସମ୍ବଲପୁରରେ ରହିଛି କାର୍ଯ୍ୟକ୍ରମ

June 29, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ଜରୁରୀ ସୂଚନା ; CBSEର ନୂତନ ୩-ଭାଷା ନୀତି

ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ଜରୁରୀ ସୂଚନା ; CBSEର ନୂତନ ୩-ଭାଷା ନୀତି

June 29, 2026
ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଦିବ୍ୟ ଦର୍ଶନ ଦେଉଛନ୍ତି ମହାପ୍ରଭୁ, ଦେଖିବାକୁ ଶ୍ରୀକ୍ଷେତ୍ରରେ ଲୋକାରଣ୍ୟ

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଦିବ୍ୟ ଦର୍ଶନ ଦେଉଛନ୍ତି ମହାପ୍ରଭୁ, ଦେଖିବାକୁ ଶ୍ରୀକ୍ଷେତ୍ରରେ ଲୋକାରଣ୍ୟ

June 29, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.