• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି

FNN WEB by FNN WEB
January 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
0
SHARES
2
VIEWS

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି। ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ।

ଏଥିପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍‌ରେ ବ୍ଲକ୍‌ରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ । ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ । ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ। ତେବେ ପଞ୍ଚାୟତକୁ ମିଳିଥିବା ମୋଟ ପାଣ୍ଠିର ୩୫ ପ୍ରତିଶତ କେବଳ ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ ହେବ । ଏହାଠାରୁ ଅଧିକ ଟଙ୍କା ରାସ୍ତା ନିର୍ମାଣ ପାଇଁ ଖର୍ଚ କରିହେବନି। ସଂରକ୍ଷିତ ଜଙ୍ଗଲ ଓ ଜଙ୍ଗଲ ଅଞ୍ଚଳ ଭିତରେ ରହୁଥିବା ଲୋକଙ୍କ ପାଇଁ ମଧ୍ୟ ମେଟାଲିଂ ମାନର ରାସ୍ତା ନିର୍ମାଣ କରଯିବ ।

ପୂର୍ବରୁ ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାରେ ଜଙ୍ଗଲ ଅଞ୍ଚଳରେ ରାସ୍ତା ତିଆରି ଉପରେ କଟକଣା ଥିଲା । ଏଣିକି ଏହି ଯୋଜନା ଅଧୀନରେ ପ୍ରତି ବ୍ଲକରେ ରିଡିଂ ରୁମ୍ ବା ପଠନ ଗୃହ ବ୍ୟବସ୍ଥା କରାଯିବ । ଏଠାରେ ପଢ଼ା ବହି ସାଙ୍ଗକୁ ଇଣ୍ଟରନେଟ୍ ସୁବଧା ମିଳିବ। ପୂର୍ବାହ୍ନ ୯ଟାରୁ ରାତି ୯ଟା ଯିଏ ଏହା ଖୋଲା ରହିବ। ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପିଲାମାନେ ଏଠାରେ ସ୍ୱଳ୍ପ ଦେୟ ଦେଇ ଆରାମରେ ବସି ପଢ଼ିପାରିବେ । ସେହିଭଳି ପଞ୍ଚାୟତରେ କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆ ତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗି ରୁମ୍, ମର୍କେଟ୍ ସେଡ୍ ତିଆରି ପାଇଁ ଟଙ୍କା ମିଳିବ। ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ ତିଆରି ହେବ । ସବୁ ଧର୍ମର ଉପାସନାସ୍ଥଳୀ ବା ଧାର୍ମିକ ପୀଠର ବିକାଶ ପାଇଁ ପାଣ୍ଠି ଖର୍ଚ ହେବ । ଧାର୍ମିକସ୍ଥଳ ପାଖରେ ଶୌଚାଳୟ ଓ ପିଇବା ପାଣି ସୁବିଧା କରାଯିବ। ପଞ୍ଚାୟତରେ ଥିବା ଛୋଟ ଛୋଟ ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ବ୍ୟବସ୍ଥା ହେବ ।

ଶିକ୍ଷା ଭିତ୍ତିଭୂମି ପାଇଁ ମଧ୍ୟ ଏହି ଯେଜନାରୁ ପାଣ୍ଠି ମିଳିବ। ବିଦ୍ୟାଳୟର ଆଧୁନିକୀକରଣ, ପ୍ରତି ଗାଁରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯିବ । ଲମ୍ବ ଡ଼ିଆଁ ଓ ଉଚ୍ଚ ଡ଼ିଆଁ ପାଇଁ ବ୍ୟବସ୍ଥା ରହିବ। ସବୁଠୁ ବଡ଼ କଥା ହେଉଛି, ନୂଆ ସରକାର ପୁରୁଣା ପ୍ରକଳ୍ପର ଆବଶ୍ୟକତାକୁ ହୃଦୟୟଙ୍ଗମ କରି ପାଣ୍ଠି ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଆମ ଓଡ଼ିଶା, ନବୀନ ଓଡ଼ିଶା ଯେଜନାରେ ଆରମ୍ଭ ହୋଇ ଅଟକି ଯାଇଥିବା ପ୍ରକଳ୍ପ ପାଇଁ ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାରୁ ଟଙ୍କା ଦେଇ ହେବ ।

ତେବେ ପୁରୁଣା ପ୍ରକଳ୍ପ କାମରେ ମୋଟ ପାଣ୍ଠିର ୨୦ ପ୍ରତିଶତରୁ ଅଧିକ ଟଙ୍କା ଖର୍ଚ ହୋଇଥିଲେ ଯାଇ ଏହାକୁ ଆଗେଇବାକୁ ଅନୁମତି ମିଳିବ ବୋଲି ମାର୍ଗଦର୍ଶିକାରେ କୁହାଯାଇଛି। ସବୁ ପଞ୍ଚାୟତ ଗ୍ରାମସଭା ଡାକି ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା ପାଇଁ ପ୍ରକଳ୍ପ ଚୟନ କରିବେ । ଗ୍ରାମସଭାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରାଯିବ। ଫେବ୍ରୁଆରୀ ୧୪ ସୁଦ୍ଧା ଗ୍ରାମସଭାରେ ପ୍ରକଳ୍ପ ତାଲିକା ଚୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ପଞ୍ଚାୟତ ୧୫ ତାରିଖରେ ବ୍ଲକ ରେ ଏହି ପ୍ରକଳ୍ପ ତାଲିକା ଦାଖଲ କରିବେ । ୧୮ ତାରିଖ ସୁଦ୍ଧା ପଞ୍ଚାୟତ ସମିତିର ଟେକ୍ନିକାଲ କମିଟି ଏହାକୁ ଯଞ୍ଚ ସାରିବ । ୨୦ ତାରିଖ ସୁଦ୍ଧା ଏହାକୁ ଜିଲ୍ଲାପାଳଙ୍କ ପାଖକୁ ପଠଯିବ । ଜିଲ୍ଲାପାଳ ପ୍ରକଳ୍ପର ଅନୁମୋଦନ ଦେବା ପରେ କାମ ଆଗେଇବ।

Previous Post

ଓଡ଼ିଶାରେ ନିବେଶ ପାଇଁ ଆଗ୍ରହୀ ଗୁଜୁରାଟର ମେଗା ଫୁଡ଼ ପାର୍କ କମ୍ପାନୀ

Next Post

ଓଡିଶା ପୋଲିସ ପକ୍ଷରୁ ପତାକା ଅବତରଣ ଉତ୍ସବ ପାଳିତ

FNN WEB

FNN WEB

Next Post
ଓଡିଶା ପୋଲିସ ପକ୍ଷରୁ ପତାକା ଅବତରଣ ଉତ୍ସବ ପାଳିତ

ଓଡିଶା ପୋଲିସ ପକ୍ଷରୁ ପତାକା ଅବତରଣ ଉତ୍ସବ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

June 27, 2026
୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

June 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.