• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁରୀ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବରେ ଯୋଗଦାନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
February 4, 2025
in ଓଡ଼ିଶା, ମୁଖ୍ୟ ଖବର
0
ପୁରୀ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବରେ ଯୋଗଦାନ କଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ଏକମାତ୍ର ସମ୍ପତ୍ତି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ। ଛାତ୍ର ଜୀବନର କିଛି ବର୍ଷ, ବ୍ୟକ୍ତିର ସାରା ଜୀବନର ଦଶା ଓ ଦିଶାକୁ ଦିଗ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଠାରେ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବ ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି। ମହାବିଦ୍ୟାଳୟର ଭିତ୍ତିଭୂମି ଉନ୍ନତି ପାଇଁ ଏକ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆଜିର ଶିକ୍ଷା ପଦ୍ଧତି ଓ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ଏବେ ନିଯୁକ୍ତି ଓ ରୋଜଗାରର ଅମାପ ସୁଯୋଗ ରହିଛି। ଏହାର ସଦୁପଯୋଗ କରିବା ପାଇଁ ଶିକ୍ଷା ସହିତ ଉପଯୁକ୍ତ ଦକ୍ଷତା ବିକାଶ ତାଲିମ୍ ର ଆବଶ୍ୟକତା ରହିଛି।

ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତ ବଜେଟରେ ଦେଶର ଏକ କୋଟି ଯୁବଗୋଷ୍ଠୀଙ୍କୁ ପ୍ରତିଷ୍ଠିତ କମ୍ପାନୀ ମାନଙ୍କ ଜରିଆରେ ଶିଳ୍ପଉପଯୋଗୀ କରିବାପାଇଁ ଷ୍ଟାଇପେଣ୍ଡ ସହ internship ର ବ୍ୟବସ୍ଥା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦିଗଦର୍ଶନରେ ଦେଶରେ ନୂତନ ଶିକ୍ଷା ନୀତି ୨୦୨୦ ପ୍ରଣୟନ କରାଯାଇଛି। ଯୁବପିଢିଙ୍କୁ ଏକ ସାମଗ୍ରିକ ଶିକ୍ଷା ଦ୍ଵାରା ଯୋଗ୍ୟ କରିବା ହେଉଛି ଆମର ଲକ୍ଷ୍ୟ। ସେ ପୁଣି କହିଥିଲେ, ଓଡ଼ିଶାର ଶିକ୍ଷାକ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ଆମ ସରକାରଙ୍କ ଯୋଜନା ରହିଛି। ରାଜ୍ୟରେ ପ୍ରାଥମିକ ଶିକ୍ଷାର ଭିତ୍ତିକୁ ସୁଦୃଢ କରିବାପାଇଁ ପ୍ରତି ପଂଚାୟତରେ ଗୋଟିଏ ଲେଖାଏଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଜାତୀୟ ଶିକ୍ଷାନୀତି ୨୦୨୦ ଏବଂ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଆମ ଶିକ୍ଷା ବ୍ୟବସ୍ଥାକୁ ଆହୁରି ବଳିଷ୍ଠ କରିବ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ମହାବିଦ୍ୟାଳୟର ନବନିର୍ମିତ ନୂତନ ଶ୍ରେଣୀଗୃହ ଓ ପ୍ରଶାସନିକ ଗୃହର ଉଦଘାଟନ କରିବା ସହିତ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଗୃହ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏହି ଅବସରରେ, ମୁଖ୍ୟମନ୍ତ୍ରୀ, ମହାବିଦ୍ୟାଳୟର ନେପାଳର କାଠମାଣ୍ଡୁ ଠାରେ ଆୟୋଜିତ South Asian Combat Championship ରେ ମେଡାଲ ହାସଲ କରିଥିବା ଓ ସର୍ବ ଭାରତୀୟ କୋଷ୍ଟାଲ ଟ୍ରେକିଙ୍ଗ ଓ ମାଉଣ୍ଟେନ କୋର୍ସ ରେ ସଫଳତା ହାସଲ କରିଥିବା ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ଉଚ୍ଚ ଶିକ୍ଷମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ, ମୁଖ୍ୟବକ୍ତା ଭାବେ ଯୋଗଦେଇ କହିଲେଯେ, ବିଶିଷ୍ଟ ସମାଜସେବୀ ସୁରଜମଲ ସାହା, ସାହସ, ତ୍ୟାଗ, ସମର୍ପଣ ଓ ତିତିକ୍ଷାର ପ୍ରତୀକ ଥିଲେ। ସେ ପ୍ରତ୍ୟକ୍ଷ ରାଜନୀତିରେ ନଥାଇ ମଧ୍ୟ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ପାଇଁ ସଦା ସର୍ବଦା ଚେଷ୍ଟିତ ଥିଲେ। ଏହି ମହାବିଦ୍ୟାଳୟର ପ୍ରାୟ ୫୦ ଜଣ ଛାତ୍ର ଛାତ୍ରୀ ହେଉଛନ୍ତି, ଜାତୀୟ ସ୍ତରର ଖେଳାଳୀ, ଏହା ଏକ ଗୌରବର କଥା। ଛାତ୍ରଛାତ୍ରୀ ମାନଙ୍କୁ ଆହ୍ୱାନ ଦେଇ ସେ କହିଥିଲେଯେ, ରାଜ୍ୟର ବିକାଶ ଓ ସମୃଦ୍ଧି, ତୁମକୁ ମାନଙ୍କ ଉପରେ ନିର୍ଭର କରୁଛି। ନିଜର ଉଜ୍ଜ୍ୱଳ ଭବିଷ୍ୟତ ଜରିଆରେ ରାଜ୍ୟ ତଥା ଦେଶର ବିକାଶ ପ୍ରତି ସମସ୍ତେ ଯତ୍ନବାନ ହେବାପାଇଁ ସେ ସମସ୍ତ ଛାତ୍ର ଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ସତ୍ୟବାଦୀ ବିଧାୟକ ଶ୍ରୀ ଓମ ପ୍ରକାଶ ମିଶ୍ର, ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ ଏବଂ ପୁରୀର ପୂର୍ବତନ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡ଼ଙ୍ଗୀ ପିଲା ମାନଙ୍କୁ ପ୍ରେରଣାଦାୟୀ ବକ୍ତବ୍ୟ ଦେବା ସହିତ, ଆଗାମୀ ଭବିଷ୍ୟତରେ ନିଜ ଶିକ୍ଷା ମହତ୍ୱକୁ ଶୀର୍ଷ ସ୍ଥାନରେ ସ୍ଥାନିତ କରିବା ପାଇଁ କହିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ର. ବ୍ରହ୍ମ।ନନ୍ଦ ସାହୁ ଏହି କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେବା ସହିତ ବାର୍ଷିକ ବିବରଣୀ ପାଠ କରିଥିଲେ ଏବଂ ଅଧ୍ୟାପକ ନଳିନୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

କିଟରେ ‘ବ୍ରିକ୍‍ସ ଯୁବ ପରିଷଦ ଉଦ୍ୟୋଗିକତା ପ୍ରାକ୍‌-ପରାମର୍ଶ’ ସମ୍ମିଳନୀ

Next Post

ବିଜେପିର ବିକଶିତ ଯୋଜନାକୁ ପୋଲିଓ ହୋଇଯାଇଛି: ବିଜେଡ଼ି

FNN WEB

FNN WEB

Next Post
ବିଜେପିର ବିକଶିତ ଯୋଜନାକୁ ପୋଲିଓ ହୋଇଯାଇଛି: ବିଜେଡ଼ି

ବିଜେପିର ବିକଶିତ ଯୋଜନାକୁ ପୋଲିଓ ହୋଇଯାଇଛି: ବିଜେଡ଼ି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

June 25, 2026
ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.