• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୯ଟି ବିଭାଗରେ ଯୋଗଦେଲେ ୬,୩୯୦ ଜଣଙ୍କୁ ନୂଆ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
February 7, 2025
in ଓଡ଼ିଶା, ମୁଖ୍ୟ ଖବର
0
୯ଟି ବିଭାଗରେ ଯୋଗଦେଲେ ୬,୩୯୦ ଜଣଙ୍କୁ ନୂଆ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ
0
SHARES
15
VIEWS

ଦୁର୍ନୀତି ବିରୋଧୀ ଅଭିଯାନ ଜାରି ରହିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସରକାରୀ ଚାକିରି କେବଳ ଏକ ଜୀବନ ଜୀବିକାର ସାଧନ ନୁହେଁ । ଏହା ଜନସେବାର ଏକ ମାଧ୍ୟମ । ସାଧାରଣ ଜନତା, ସରକାର ଏବଂ ସରକାରୀ ବିଧି ବ୍ୟବସ୍ଥାରୁ ଅନେକ ଆଶା ଆକାଂକ୍ଷା କରିଥାନ୍ତି, ଏବଂ ସେ ସବୁକୁ ପୂରଣ କରିବା ପାଇଁ ଆପଣମାନେ ହେଉଛନ୍ତି ସବୁଠାରୁ ବଡ଼ ମାଧ୍ୟମ । କାରଣ, ତୃଣମୂଳ ସ୍ତରରେ ଯୋଜନା ଏବଂ କାର୍ଯ୍ୟକ୍ରମର ରୂପାୟନ ଦାୟିତ୍ଵ ଆପଣଙ୍କ କାନ୍ଧରେ । ମୁଁ ଆଶା କରୁଛି, ଏବଂ ମୋର ପୁରା ବିଶ୍ୱାସ ଯେ, ଏହାକୁ ପୂରଣ କରିବାରେ ଆପଣମାନେ ସମସ୍ତେ ସମର୍ଥ ହେବେ। ଆଜି ସ୍ଥାନୀୟ କ୍ୟାପିଟାଲ ହାଇସ୍କୁଲ ପଡିଆଠାରେ ଆୟୋଜିତ ନିଯୁକ୍ତି ମେଳାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ନବନିଯୁକ୍ତମାନଙ୍କୁ ପରାମର୍ଶ ଦେଇ ସେମାନଙ୍କ କାର୍ଯ୍ୟଦକ୍ଷତା ଓ ସାମର୍ଥ୍ୟ ଉପରେ ଆସ୍ଥା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟ ସରକାରଙ୍କ ୯ଟି ବିଭାଗରେ ୬,୩୯୦ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ନିଯୁକ୍ତି କାର୍ଯ୍ୟକ୍ରମରେ କେବଳ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୨,୮୭୮, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୨,୭୬୭, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗରେ ୨୩୨, ଅର୍ଥ ବିଭାଗରେ ୧୩୦, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୨୩, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗରେ ୧୦୪, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରେ ୬୨, ଜଳ ସମ୍ପଦ ବିଭାଗରେ ୫୭ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରେ ୩୭ ବ୍ୟକ୍ତି ନିଯୁକ୍ତି ପାଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ୭ ମାସ ମଧ୍ୟରେ ଆମେ ୬ ଥର ନିଯୁକ୍ତି ମେଳାର ଆୟୋଜନ କରି ୨୦ ହଜାରରୁ ଅଧିକ ନିଯୁକ୍ତି ପ୍ରଦାନ କରିଛୁ । ଆଜି ଏହି ନିଯୁକ୍ତି ମେଳାରେ ୯ ଟି ବିଭାଗର ପ୍ରାୟ ୬,୩୦୦ରୁ ଅଧିକ ଅଧିକାରୀ ଏବଂ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଉଛି । ଏହାଦ୍ୱାରା ବର୍ତ୍ତମାନ ସୁଦ୍ଧା ୭ଟି ନିଯୁକ୍ତି ମେଳାରେ ୨୬ ହଜାରରୁ ଅଧିକ ନିଯୁକ୍ତି ଦିଆଯାଇଛି । ଆମ ସରକାରର ପ୍ରଥମ ଦୁଇ ବର୍ଷ ମଧ୍ୟରେ ୬୫ ହଜାରରୁ ଅଧିକ ନିଯୁକ୍ତି ଦିଆଯିବ ବୋଲି ସେ ଘୋଷଣା କରିଥିଲେ ।

ନବନିଯୁକ୍ତମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ଆପଣଙ୍କର ଜୀବନର ଏକ ନୂତନ ଅଧ୍ୟାୟ ଆଜି ଆରମ୍ଭ ହେଉଛି । ଆଜି କାଲି, ବିଶେଷ ଭାବେ ଭାରତ ପରି ଏକ ଜନବହୁଳ ରାଷ୍ଟ୍ରରେ ସରକାରୀ କ୍ଷେତ୍ରରେ ନିଯୁକ୍ତିର ସୁଯୋଗ ବହୁତ କମ୍‍ । ଉଦାହରଣ ସ୍ୱରୂପ, ପ୍ରତିରକ୍ଷାକୁ ମିଶେଇ କେନ୍ଦ୍ର ସରକାରରେ ପ୍ରାୟ ୩୫ ଲକ୍ଷ ଲୋକ ନିଯୁକ୍ତ ହୋଇଥିବା ବେଳେ ଓଡ଼ିଶାରେ ବର୍ତ୍ତମାନ ପ୍ରାୟ ୩ ଲକ୍ଷ କର୍ମଚାରୀ ଅଛନ୍ତି ।

ସେ ପୁଣି କହିଲେ ଯେ, ଖାଲିଥିବା ପଦ ପଦବୀକୁ ସାମିଲ କଲେ ମଧ୍ୟ ସର୍ବାଧିକ ସାଢ଼େ ଚାରି ଲକ୍ଷ ଲୋକ ସରକାରୀ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି । ଅର୍ଥାତ, ରାଜ୍ୟ ଜନସଂଖ୍ୟାର ଏକ ପ୍ରତିଶତରୁ ବି କମ୍‍ ଲୋକ, ସରକାରୀ କ୍ଷେତ୍ରରେ କାର୍ଯ୍ୟ କରିବାକୁ ସୁଯୋଗ ପାଇଥାଆନ୍ତି । ଏହି ଏକ ପ୍ରତିଶତରେ ଆପଣମାନେ ସୁଯୋଗ ପାଇଛନ୍ତି । ଏଥିରେ ଆପଣମାନଙ୍କର କଠିନ ପରିଶ୍ରମ ଏବଂ ପିତାମାତାଙ୍କ ଆଶୀର୍ବାଦ ମଧ୍ୟ ରହିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସବୁ ନବନିଯୁକ୍ତ ମାନେ ଏକ ଅଲେଖା ସିଲଟରେ ନିଜର କର୍ମମୟ ଜୀବନ ଆରମ୍ଭ କରିଛନ୍ତି । ଅଢ଼େଇ ଦଶନ୍ଧିର ଏକ ଶାସନ ବ୍ୟବସ୍ଥାର ହ୍ୟାଙ୍ଗ ଓଭର୍ ଆପଣମାନଙ୍କ ପାଖରେ ନାହିଁ । ତେଣୁ, ଖୋଲା ମନ, ଖୋଲା ହୃଦୟର ସହିତ ଆପଣମାନେ କାମ କରିବାର ସୁଯୋଗ ପାଇଛନ୍ତି । ଏହି ସୁଯୋଗର ସଦୁପଯୋଗ କରି ସମାଜର କଲ୍ୟାଣ ପାଇଁ କାର୍ଯ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାରେ ଏବେ ବିକାଶର ନୂତନ ସୂର୍ଯ୍ୟ ଉଦୟ ହୋଇଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦିଗ୍‍ଦର୍ଶନରେ ଆମ ସରକାର ଓଡ଼ିଶାରେ ପ୍ରଗତିର ଧାରାକୁ ବହୁଗୁଣିତ କରିବା ପାଇଁ ପ୍ରତିମୁହୂର୍ତ୍ତର ସଦୁପଯୋଗ କରି କାମ କରୁଛନ୍ତି । ଆମେ ସମସ୍ତେ ଏପରି ଜଣେ ଯୋଗଜନ୍ମାଙ୍କ ନେତୃତ୍ଵ ଏବଂ ଦିଗଦର୍ଶନରେ କାର୍ଯ୍ୟ କରିବାର ସୁଯୋଗ ପାଇଛୁ, ଏବଂ ଏହି ସୁଯୋଗର ସଦୁପୋଯୋଗ କରି ନିଜ ନିଜ କର୍ତ୍ତବ୍ୟ ସମ୍ପାଦନ କରିବାକୁ ଚେଷ୍ଟା କରୁଛୁ ଏବଂ ଏହି ଦେଶ ନିର୍ମାଣ ଯଜ୍ଞରେ ଆପଣମାନେ ଆଜିଠାରୁ ସାମିଲ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେ ପୁଣି କହିଲେ ଯେ, ବିକାଶ ଧାରାକୁ କ୍ରିୟାଶୀଳ ଏବଂ ଫଳପ୍ରସୁ କରିବା ଦିଗରେ ଦକ୍ଷ ଓ ଉତ୍ତମ ମାନବ ସମ୍ବଳ ଅପରିହାର୍ଯ୍ୟ । ଦକ୍ଷ ମାନବ ସମ୍ବଳ ମାଧ୍ୟମରେ ସରକାରୀ ବ୍ୟବସ୍ଥା ସକ୍ରିୟ ଓ ସଜାଗ ରହେ ଏବଂ ଜନସାଧାରଣଙ୍କୁ ସଠିକ୍ ସମୟରେ ଆବଶ୍ୟକ ସେବା ଯୋଗାଇ ଦିଆଯାଏ । ଏହି ମୌଳିକ ସତ୍ୟକୁ ଉପଲବ୍ଧି କରି ଆମ ସରକାର ଦାୟିତ୍ଵ ନେବା ପରେ ପରେ ଦୀର୍ଘ ବର୍ଷ ଧରି ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକରେ ଉପଯୁକ୍ତ ମାନବ ସମ୍ବଳ ନିଯୁକ୍ତି ଆରମ୍ଭ କରିଛନ୍ତି ବୋଲି ସେ କହିଥିଲେ। ଏହାକୁ ସୁନିଶ୍ଚିତ କରିବା ପାଇଁ ସମୀକ୍ଷା ବୈଠକ କରାଯାଇ ମାର୍ଚ୍ଚ ମାସ ଶେଷ ସୁଦ୍ଧା, ସମସ୍ତେ ନିଜ ନିଜ ବିଭାଗରେ ଖାଲିଥିବା ପଦକୁ ଚିହ୍ନଟ କରି ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ଓଡ଼ିଶାର ବିକାଶର ଲକ୍ଷ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ଓଡ଼ିଶାକୁ ବିକଶିତ ଭାରତର ଗ୍ରୋଥ୍‍ ଇଞ୍ଜିନ୍‍ କରିବାର ଲକ୍ଷ୍ୟକୁ ସାକାର କରିବା ନିମନ୍ତେ ଆମ ସରକାର ସବୁକ୍ଷେତ୍ର ସହିତ ନିଯୁକ୍ତି କ୍ଷେତ୍ରକୁ ମଧ୍ୟ ଗୁରୁତ୍ୱ ଦେଉଛି । କେବଳ ସରକାରୀ କ୍ଷେତ୍ରରେ ଏହି ପାଞ୍ଚବର୍ଷ ମଧ୍ୟରେ ଦେଢ଼ ଲକ୍ଷ ନିଯୁକ୍ତିର ଲକ୍ଷ୍ୟ ରଖାଯାଇଛି । ନିଯୁକ୍ତି କ୍ଷେତ୍ରରେ ଆମର ଫୋକସ୍ ଯୁବଶକ୍ତିର ଉପଯୋଗ ପାଇଁ ଆମ ପ୍ରତିବଦ୍ଧତାର ପରିଚାୟକ । କେବଳ ସେତିକି ନୁହେଁ, ରାଜ୍ୟରେ ଶିଳ୍ପାୟନର ଏକ ନୂଆ ଯୁଗର ଆରମ୍ଭ କରି ବେସରକାରୀ କ୍ଷେତ୍ରରେ ନିଯୁକ୍ତିର ବିପ୍ଳବ ସୃଷ୍ଟି କରିବା ପାଇଁ ମଧ୍ୟ ଉଦ୍ୟମ ଆରମ୍ଭ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆମର ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ୍‍ ୨୦୨୫ର ସଫଳତା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏଥିରେ ୧୭ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶର ସୁଯୋଗ ଆସିଛି । ଏହାଦ୍ୱାରା ୧୩ ଲକ୍ଷ ନିଯୁକ୍ତିର ସମ୍ଭାବନା ସୃଷ୍ଟି ହୋଇଛି । ଏହି ସୁଯୋଗକୁ ଆମ ସରକାର କୌଣସି ପରିସ୍ଥିତିରେ ହାତଛଡ଼ା କରିବ ନାହିଁ । ଏହି ସବୁ ନିବେଶ ପ୍ରସ୍ତାବଗୁଡ଼ିକ ଯେପରି କାର୍ଯ୍ୟକାରୀ ହେବ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ହେବ, ସେଥିପାଇଁ ଆମେ ଦିନରାତି ଏକ୍‍କରି କାମ କରିବୁ । ମୋର ଦୃଢ଼ ବିଶ୍ୱାସ ଆଗାମୀ ୫ ବର୍ଷ ଆମ ଯୁବଶକ୍ତି ପାଇଁ ବିପୁଳ ସମ୍ଭାବନାର ସମୟ ହେବ ।

ନବନିଯୁକ୍ତମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନିଜ ପାଇଁ ସମାଜରେ ଏକ ସ୍ଥାନ ହାସଲ କରିବା ସହ ସମୃଦ୍ଧ ଓଡ଼ିଶା ନିର୍ମାଣ ମିଶନର ଏକ ଅଙ୍ଗ ଭାବେ ଆପଣମାନେ ସରକାରୀ ବ୍ୟବସ୍ଥାରେ ଯୋଗ ଦେଉଛନ୍ତି । ଆପଣମାନଙ୍କର ନିଷ୍ଠା, ସଚ୍ଚୋଟତା ଏବଂ ସେବା ଭାବ ଜନସାଧାରଣଙ୍କୁ ଜୀବନଧାରଣର ମାନରେ ଉନ୍ନତି ଆଣିବ । କିନ୍ତୁ, ସବୁବେଳେ ମନେରଖିବେ ଯେ, ଆମ ସରକାର ସ୍ଵଚ୍ଛ, ଦୁର୍ନୀତିମୁକ୍ତ ଶାସନ ପ୍ରଶାସନ ଉପରେ ଗୁରୁତ୍ଵାରୋପ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଦୁର୍ନୀତି ବିରୁଦ୍ଧରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି । ଏ ଅଭିଯାନ ଜାରୀ ରହିବ ବୋଲି ପ୍ରକାଶ କରି ଏଥିପାଇଁ ସମସ୍ତେ ସଚେତନ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଶେଷରେ ସେ ସମସ୍ତଙ୍କୁ ଆହ୍ୱାନ ଦେଇ କହିଥିଲେ ଯେ, ନିଜର ଆଗାମୀ କର୍ମମୟ ଜୀବନକୁ ସେବା, ସାଧନା ଓ ତପସ୍ୟା ମାଧ୍ୟମରେ ସଫଳ କରାନ୍ତୁ, ଏହାହିଁ ମୋର ଇଚ୍ଛା । ଆସନ୍ତୁ, ସମସ୍ତେ ମିଳିମିଶି ଏକ ସୁଦୃଢ, ସଶକ୍ତ ଓଡ଼ିଶା ଗଠନ କରିବା ଏବଂ ଯେତେବେଳେ ଆଉ ୧୨ ବର୍ଷ ପରେ ଆମ ରାଜ୍ୟ ଏହାର ପ୍ରତିଷ୍ଠାର ଏକ ଶହ ବର୍ଷ ପାଳନ କରିବ, ଆମେ ଏକ ବିକଶିତ ଓ ସମୃଦ୍ଧ ରାଜ୍ୟର ସ୍ଵାଭିମାନୀ ନାଗରିକ ହୋଇଥିବା । ସୂଚନାଯୋଗ୍ୟ ଯେ, ଆଜି ସ୍ୱାସ୍ଥ୍ୟ ବିଭାଗରେ ୨ ହଜାର ୭୫୩ ବହୁମୁଖି ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ସହ ୧୨୫ ଆୟୁଷ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୮୯୪ ଜଣ ଅଧ୍ୟକ୍ଷ, ଶିକ୍ଷକ, ଶିକ୍ଷୟତ୍ରୀ, ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ୧୭୯୮ ଜଣ ଶିକ୍ଷକ ଶିକ୍ଷୟିତ୍ରୀ, ଉଚ୍ଚ ମାଧ୍ୟମିକ ପରିଷଦ, ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟ ଓ ମାଧ୍ୟମିକ ଶିକ୍ଷା ପରିଷଦରେ ୭୫ ଜଣ କନିଷ୍ଠ ସହାୟକ – ଏହିପରି ସମୁଦାୟ ୨ ହଜାର ୭୬୭ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ।

ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗରେ ୨୧୨ ଜଣ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଏବଂ ୨୦ ଜଣ ସହାୟକ ମତ୍ସ୍ୟ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ଜଳସମ୍ପଦ ବିଭାଗରେ କ୍ଷେତ୍ରରେ ୫୭ ଜଣ, ଗୃହ ଓ ନଗର ଉନ୍ନୟନ ବିଭାଗରେ ୬୨ ଜଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରେ ୩୭ ଜଣ, ଅର୍ଥ ବିଭାଗ ଅନ୍ତର୍ଭୁକ୍ତ ଲୋକାଲ୍ ଫଣ୍ଡ ଅଡିଟ୍‍ର ୧୩୦ ଜଣ, ଅନୁସୂଚିତ ଜାତି ଓ ଜନଜାତି ବିଭାଗରେ ୧୦୪ ଜଣ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ, ଏବଂ କୌଶଳ ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୨୩ ଜଣ ସହାୟକ ତାଲିମ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି ।

କାର୍ଯ୍ୟକ୍ରମରେ ଯୋଗ ଦେଇ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ ନବନିଯୁକ୍ତ ମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ କହିଥିଲେଯେ ନିଯୁକ୍ତି କ୍ଷେତ୍ରରେ ଗତ ୮ ମାସ ମଧ୍ୟରେ ସରକାର ବ୍ୟାପକ ପରିବର୍ତ୍ତନ କରିଛନ୍ତି ଏବଂ ଆଗାମୀ ଦିନ ଗୁଡିକରେ ମଧ୍ୟ ସରକାର ନିଜ ପ୍ରତିଶ୍ରୁତି ପୂର୍ଣ୍ଣ କରିବେ । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେଯେ ଆଜିର ନବ ନିଯୁକ୍ତ ମାନଙ୍କ କାନ୍ଧରେ ଉତ୍କୃଷ୍ଟ କଳାର କ୍ଷେତ୍ର ଆମ ରାଜ୍ୟ ଓଡ଼ିଶା ଭବିଷ୍ୟତର ଉତ୍କର୍ଷ ଓଡ଼ିଶାରେ ଅଭିମୁଖେ ଯିବ ଏବଂ ମୋର ବିଶ୍ୱାସଯେ ନିଜର ସଚ୍ଚୋଟତା ବଳରେ ନିଜର କର୍ମମୟ ଜୀବନକୁ ରୁଦ୍ଧିମନ୍ତ କରିବେ ।

ଉକ୍ତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ,ଡକ୍ଟର ମୁକେଶ ମହାଲିଙ୍ଗ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଗୃହ ଓ ନଗର ଉନ୍ନୟନ ତଥା ସାଧରଣ ଉଦ୍ୟୋଗ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଓ ରାଜ୍ୟ ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ପ୍ରମୁଖ ଯୋଗ ଦେଇଥିଲେ । ଇତ୍ୟବସରରେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିବା ବେଳେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ, ଶ୍ରୀମତୀ ଅଶ୍ୱତୀ.ଏସ୍ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଗ୍ରେଟର ଭୁବନେଶ୍ୱର ଗଠନ ନେଇ ଆଲୋଚନା

Next Post

ପାରାଦ୍ଵୀପ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ରାଜ୍ୟପାଳଙ୍କ ଦ୍ଵାରା ଉଦଘାଟିତ

FNN WEB

FNN WEB

Next Post
ପାରାଦ୍ଵୀପ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ରାଜ୍ୟପାଳଙ୍କ ଦ୍ଵାରା ଉଦଘାଟିତ

ପାରାଦ୍ଵୀପ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ରାଜ୍ୟପାଳଙ୍କ ଦ୍ଵାରା ଉଦଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.