• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିର ମହାପ୍ରସାଦରେ ଜୈବିକ ଚାଉଳର ବ୍ୟବହାର ନେଇ ପରାମର୍ଶ ବୈଠକ

FNN WEB by FNN WEB
February 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ଶ୍ରୀମନ୍ଦିର ମହାପ୍ରସାଦରେ ଜୈବିକ ଚାଉଳର ବ୍ୟବହାର ନେଇ ପରାମର୍ଶ ବୈଠକ
0
SHARES
1
VIEWS

‘ଅମୃତ ଅନ୍ନ’ ନାମରେ ଏକ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ

ଭୁବନେଶ୍ୱର : ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମହାପ୍ରସାଦରେ ଜୈବିକ ଚାଉଳର ବ୍ୟବହାର ନେଇ ଆଲୋଚନା ହୋଇଥିଲା।

ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି । ଶ୍ରୀମନ୍ଦିରର ମହାପ୍ରସାଦରେ ଜୈବିକ ଚାଉଳ ଏବଂ ପନିପରିବାର ବ୍ୟବହାର ନିଷ୍ପତ୍ତିକୁ ସୁଆର- ମହାସୁଆର ନିଯୋଗ ତଥା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଛି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ସର୍ବଦା ଜୈବିକ କୃଷିକୁ ସମର୍ଥନ ଦେଇ ଆସିଛନ୍ତି । ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଏହି ଜୈବିକ ଚାଉଳର ବ୍ୟବହାର କରାଯିବ । ଏଥି ସହ ଶ୍ରୀଗୁଣ୍ଡିଚା ସମୟରେ ସମ୍ପୂର୍ଣ୍ଣ ଲାଗି ହେଉଥିବା ଭୋଗରେ ଜୈବିକ ଚାଉଳ ଓ ପନିପରିବା ବ୍ୟବହାର ହେବା ପାଇଁ ପ୍ରସ୍ତାବ ରହିଛି । ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ କାର୍ଯ୍ଯକାରୀ ହୋଇ ଜୈବିକ ଅନ୍ନରୁ ପ୍ରସ୍ତୁତ ମହାପ୍ରସାଦ ଆନନ୍ଦବଜାରରେ ଭକ୍ତଙ୍କ ପାଇଁ ଉପଲବ୍ଧ ହେବ । ଏଥି ପାଇଁ ଆନନ୍ଦବଜାରରେ ଏକ ସ୍ୱତନ୍ତ୍ର‌ କାଉଣ୍ଟର ଖୋଲାଯିବାର ପ୍ରସ୍ତାବ ରହିଛି ।

ପ୍ରାରମ୍ଭିକ ଭାବେ ରାଜ୍ୟରେ ଉତ୍ପାଦିତ ହେଉଥିବା କଳାଜୀରା, ପିମ୍ପୁଡ଼ିବାସ, ଯୁବରାଜ ଆଦି ଜୈବିକ ଚାଉଳ ଦେଶୀୟ ପ୍ରଜାତିର ଜୈବିକ ଧାନ ଏହି ‘ଅମୃତ ଅନ୍ନ’ ମହାପ୍ରସାଦରେ ବ୍ୟବହୃତ ହେବ । ଏଥି ମଧ୍ୟରୁ କଳାଜୀରା ଧାନ ଜିଆଇ ଟ୍ୟାଗ୍‌ (ଭୌଗୋଳିକ ସୂଚକାଙ୍କ)ରେ ସ୍ଥାନିତ ହୋଇସାରିଛି । ସଂପ୍ରତି ଓଡ଼ିଶା ଚାଉଳ ଉତ୍ପାଦକତାରେ ଜାତୀୟ ହାରଠାରୁ ଆଗରେ ରହିଛି । ଚଳିତ ବର୍ଷ କୋରାପୁଟର ୧୩୬୫ ଏକର ଜମିରେ କଳାଜୀରା ଚାଉଳ ଚାଷ ହୋଇଛି ଏବଂ କୋଟପାଡ଼ଠାରେ ପ୍ରଥମ ଥର ପାଇଁ କଳାଜୀରା ଧାନର ମଣ୍ଡି ଖୋଲାଯାଇଛି । ଜୈବିକ କୃଷିକୁ ପ୍ରୋତ୍ସାହନ ଦେବା ପାଇଁ ଅର୍ଗାନିକ୍‌ ସାର୍ଟିଫିକେସନ୍‌, ସବ୍‌ସିଡ଼ିର ଆଦିର ପ୍ରସ୍ତାବ ରହିଛି । ଏଥି ସହ କୃଷକ ଉତ୍ପାଦକ ସଂଗଠନ (ଏଫ୍‌ପିଓ)ମାନଙ୍କୁ କ୍ଲଷ୍ଟର ଆପ୍ରୋଚ୍‌ ମାଧ୍ୟମରେ ଜୈବିକ ଚାଉଳ ଉତ୍ପାଦନ ପାଇଁ ପ୍ରୋତ୍ସାହନ ଦିଆଯିବ ଏବଂ ସଂପୂର୍ଣ୍ଣ ପ୍ରକ୍ରିୟାକୁ ସୁରୁଖୁରୁରେ କାର୍ଯ୍ୟକାରୀ କରିବାକୁ ଏକ ପରିଚାଳନା କମିଟି ଗଠନ କରାଯିବ । ସେହି କମିଟିରେ ଶ୍ରୀମନ୍ଦିର ପ୍ରଶାସନ, ସୁଆର-ମହାସୁଆର ନିଯୋଗ ପ୍ରତିନିଧିଙ୍କ ସମେତ ଅନ୍ୟ ଉତ୍ପାଦକ ଗୋଷ୍ଠୀର ପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀ ସଦସ୍ୟ ରହିବେ ।

ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦୦ରୁ ୨୦୦ ଏକର ଜମିରେ ଜୈବିକ ଚାଉଳ ଉତ୍ପାଦନର ଲକ୍ଷ୍ୟ ରଖାଯାଇଛି । ବିହନ ସଂରକ୍ଷଣ କରାଯାଇ ପରବର୍ତ୍ତୀ ସମୟରେ ଅଧିକ ଜୈବିକ ଧାନ ଉତ୍ପାଦନକୁ ପ୍ରୋତ୍ସାହନ ଦିଆଯିବ ଏବଂ ସଂପୂର୍ଣ୍ଣ ‘ଅମୃତ ଅନ୍ନ’ ମହାପ୍ରସାଦରେ ଜୈବିକ ଶସ୍ୟ ବ୍ୟବହାର କରାଯିବ । ଜୈବିକ ପଦ୍ଧତିରେ ଉତ୍ପାଦନବେଳେ ଗୋମୂତ୍ର, ଗୋବର, ବୀଜାମୃତ ତଥା ଅନ୍ୟ ଜୈବିକ ଖତର ବ୍ୟବହାର ରାଜ୍ୟରେ ଗୋବଂଶର ସୁରକ୍ଷା ଓ ବୃଦ୍ଧିରେ ମଧ୍ୟ ସହାୟକ ହୋଇପାରିବ ।

ଆଜିର ବୈଠକରେ କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଓୟୁଏଟିର ଡିନ୍‌ ପ୍ରଫେସର ପ୍ରସନ୍ନଜିତ ମିଶ୍ର, ପୁରୀ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ, କମାଣ୍ଡର ସୁଧାକର ପଟ୍ଟନାୟକ, ସୁଆର, ମହାସୁଆର ନିଯୋଗ ସଭାପତି ପଦ୍ମନାଭ ମହାସୁଆର ଓ ସଂପାଦକ ନାରାୟଣ ମହାସୁଆର, ବରିଷ୍ଠ ସେବାୟତ ବୈଦ୍ଯନାଥ ମହାସୁଆର, ବିଭିନ୍ନ ଜୈବିକ ଉତ୍ପାଦକ ଗୋଷ୍ଠୀ, ସ୍ୱୟଂ ସହାୟକ ଗୋଷ୍ଠୀର ପ୍ରତିନିଧି, ରାଜେନ୍ଦ୍ର ଦେଶୀ ଧାନ ଗବେଷଣା ପ୍ରତିଷ୍ଠାନର ନଟବର ଷଡଙ୍ଗୀ, କୋରାପୁଟ ପ୍ରଗତି ଅନୁଷ୍ଠାନର ପ୍ରଭାକର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ମତ ଉପସ୍ଥାପନ ପୂର୍ବକ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Previous Post

‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’

Next Post

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

FNN WEB

FNN WEB

Next Post
କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.