• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

FNN WEB by FNN WEB
April 22, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧
0
SHARES
4
VIEWS

ଭୁବନେଶ୍ୱର: ବିଶ୍ୱର ବିଶିଷ୍ଟ ଶିଳ୍ପପତି, ସମାଜସେବୀ ତଥା ଟାଟାଗ୍ରୁପ୍‍ର ଚେୟାରମ୍ୟାନ୍‍ ଏମେରିଟସ୍‍ ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧ ସୋମବାର ପ୍ରଦାନ କରାଯାଇଛି । ଆଜି ମୁମ୍ବାଇସ୍ଥିତ ରତନ ଟାଟାଙ୍କ ବାସଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟାଟା ଗ୍ରୁପ୍‍ର ଅଧ୍ୟକ୍ଷ ଏନ୍‍ ଚନ୍ଦ୍ରଶେଖରନ୍‍ ଓ ତିନି ଥର ଗ୍ରାମି ପୁରସ୍କାର ବିଜେତା ରିକି କେଜ୍‍ଙ୍କ ଉପସ୍ଥିତିରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ରତନ ଟାଟାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ସାମାଜିକ ବିକାଶ ପ୍ରତି ପ୍ରତିବଦ୍ଧତା ଓ କର୍ପୋରେଟ୍‍ ନେତୃତ୍ୱ କ୍ଷେତ୍ରରେ ସେ ସୃଷ୍ଟି କରିଥିବା ଉଦାହରଣ ପାଇଁ ତାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ କରାଯାଇଛି । ବର୍ତ୍ତମାନ ସମୟରେ ସ୍ୱାସ୍ଥ୍ୟଗତ କାରଣରୁ ରତନ ଟାଟା ବାହାରକୁ ଯାଉ ନ ଥିବା କାରଣରୁ ତାଙ୍କ ବାସଭବନରେ ଏହି ସମ୍ମାନ ପ୍ରଦାନ କରାଯାଇଥିଲା ।
ଏହି ସମ୍ମାନ ଗ୍ରହଣ କରିବା ସହ କିସ୍‍ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଦେଇ ଶ୍ରୀ ରତନ ଟାଟା କହିଲେ ଏହି ସମ୍ମାନ ମୋତେ ପ୍ରଦାନ କରିଥିବାରୁ ମୁଁ ବହୁତ ଖୁସି । ଏହା ମୋ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ବୋଲି ସେ କହିଥିଲେ । ସାଧାରଣତଃ ରତନ ଟାଟା କୌଣସି ପୁରସ୍କାର ଗ୍ରହଣ କରି ନ ଥାନ୍ତି । ମାତ୍ର କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନର ଗୁରୁତ୍ୱ ଉପଲବ୍‍ଧି କରି ସେ ଏହି ସମ୍ମାନ ଗ୍ରହଣ କରିବା ପାଇଁ ସମ୍ମତି ପ୍ରକାଶ କରିଥିଲେ। ୨୦୨୧ରେ ଶ୍ରୀ ଟାଟାଙ୍କୁ ଏହି ସମ୍ମାନ ଗ୍ରହଣ କରିବା ପାଇଁ ଶ୍ରୀ ସାମନ୍ତ ଅନୁରୋଧ କରିଥିଲେ । କୋଭିଡ୍‍ ମହାମାରୀ ଯୋଗୁଁ ୨୦୨୧ରେ ଏହି ସମ୍ମାନ ତାଙ୍କୁ ପ୍ରଦାନ କରାଯାଇପାରି ନ ଥିଲା ।
“ରତନ ଟାଟା ଭାରତର ଏକ ଜଣାଶୁଣା ନାଁ ଏବଂ ସେ ଜଣେ ଅତି ଭଲ ଲୋକ । ତାଙ୍କୁ ଆଜି ଏହି ସମ୍ମାନ ପ୍ରଦାନ କରି ନିଜକୁ ଗୌରବାନ୍ୱିତ ମନେକରୁଛି” ବୋଲି ଶ୍ରୀ ସାମନ୍ତ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି । ଶ୍ରୀ ସାମନ୍ତ କହିଲେ, ରତନ ଟାଟାଙ୍କ ସମାଜସେବା ଓ ନେତୃତ୍ୱ ମୋତେ ପିଲାଦିନୁ ପ୍ରଭାବିତ କରିଥିଲା । ପିଲାଦିନରୁ ମୁଁ ରତନ ଟାଟାଙ୍କୁ ସମ୍ମାନ ଦେବା ସହ ତାଙ୍କୁ ସେ ଭଲ ପାଇ ଆସୁଛି । ସମୟ ଥିଲା ଦିନେ ମୋ ବାପା ଟାଟା କମ୍ପାନୀରେ ଏକ ଛୋଟ କର୍ମଚାରୀ ଥିଲେ । ମୋତେ ଯେତେବେଳେ ମାତ୍ର ୪ବର୍ଷ ବୟସ ହୋଇଥିଲା, ସେତେବେଳେ ମୋ ବାପା ଏକ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ । ସେବେଠାରୁ ମୁଁ ରତନ ଟାଟାଙ୍କୁ ସମ୍ମାନ ଦେବା ସହ ଭଲ ପାଇ ଆସୁଛି ବୋଲି ଶ୍ରୀ ସାମନ୍ତ କହିଛନ୍ତି । ସୂଚନାଯୋଗ୍ୟ, ପୂର୍ବରୁ ଏହି ସମ୍ମାନଜନକ ସମ୍ମାନ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ବିଶ୍ୱର ବହୁ ବିଶିଷ୍ଟ ରାଷ୍ଟ୍ରନେତା, ନୋବେଲ୍‍ ବିଜେତା ଏବଂ ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିମାନେ ଅଛନ୍ତି । ଏହା କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନର ବ୍ୟାପକ ଅନ୍ତର୍ଜାତୀୟ ଗ୍ରହଣୀୟତା ଓ ସମ୍ମାନକୁ ସୂଚୀତ କରିଥାଏ । ଏହି ଅବସରରେ କିସ୍‍ର ୪୦ ହଜାର ଛାତ୍ରଛାତ୍ରୀ ରତନ ଟାଟାଙ୍କ ସୁସ୍ଥ, ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି ।

Previous Post

ଆସନ୍ତା ୨୪ରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

Next Post

ଖରା ଛୁଟିରେ ଛାତ୍ରଛାତ୍ରୀ କରିବେ ହଲିଡେ’ ହୋମ୍‌ୱାର୍କ, ରୋଷ୍ଟର୍‌ ଡ୍ୟୁଟିରେ ଶିକ୍ଷକ

FNN WEB

FNN WEB

Next Post
ଖରା ଛୁଟିରେ ଛାତ୍ରଛାତ୍ରୀ କରିବେ ହଲିଡେ’ ହୋମ୍‌ୱାର୍କ, ରୋଷ୍ଟର୍‌ ଡ୍ୟୁଟିରେ ଶିକ୍ଷକ

ଖରା ଛୁଟିରେ ଛାତ୍ରଛାତ୍ରୀ କରିବେ ହଲିଡେ’ ହୋମ୍‌ୱାର୍କ, ରୋଷ୍ଟର୍‌ ଡ୍ୟୁଟିରେ ଶିକ୍ଷକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.