• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୦୨୯ ସୁଦ୍ଧା ରାଜ୍ୟରେ ଉତ୍ପାଦନ ହେବ ଦୈନିକ ୫ କୋଟି ଅଣ୍ଡା

FNN WEB by FNN WEB
February 15, 2025
in ଓଡ଼ିଶା, ମୁଖ୍ୟ ଖବର
0
୨୦୨୯ ସୁଦ୍ଧା ରାଜ୍ୟରେ ଉତ୍ପାଦନ ହେବ ଦୈନିକ ୫ କୋଟି ଅଣ୍ଡା
0
SHARES
0
VIEWS

ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୫

ଭୁବନେଶ୍ୱର: ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୫”ର ଦ୍ଵିତୀୟ ଦିନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଯୋଗ ଦେଇ ମତ୍ସ୍ୟଚାଷୀ ଓ ପ୍ରାଣିପାଳକଙ୍କୁ ଦିଗଦର୍ଶନ ଦେଇଛନ୍ତି । ମତ୍ସ୍ୟ ଚାଷ ଓ ବିଭିନ୍ନ ପ୍ରକାର ପ୍ରାଣିପାଳନ ଦ୍ଵାରା କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅଭିବୃଦ୍ଧି ଘଟାଇ ବିକଶିତ ଓଡ଼ିଶା ଗଠନର ସଂକଳ୍ପକୁ ସାକାର କରିବା ପାଇଁ ସେ ନିଜ ଅଭିଭାଷଣରେ ଉପସ୍ଥିତ ଚାଷୀଙ୍କୁ ଅଭିପ୍ରେରିତ କରିଥିଲେ । କହିଥିଲେ ଏବେ ଦୈନିକ ପ୍ରାୟ ୧.୧୦ କୋଟି ଅଣ୍ଡା ଉତ୍ପାଦନ ହେଉଥିବା ବେଳେ ୨୦୨୯ ସୁଦ୍ଧା ଆମ ସରକାର ୫ କୋଟି ଅଣ୍ଡା ଉତ୍ପାଦନ ଲକ୍ଷ୍ୟ ରଖିଛନ୍ତି ।

ମାନ୍ୟବର ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ନିଜ ଅଭିଭାଷଣରେ ମତ୍ସ୍ୟଚାଷୀ ଓ ପ୍ରାଣିପାଳକଙ୍କ ମନରେ ନୂଆ ଉତ୍ସାହ ଓ ଉଦ୍ଦୀପନା ଭରି ଦେଇଥିଲେ । କହିଥିଲେ, ଚାଷୀଙ୍କ ଆର୍ଥିକ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ବିଭିନ୍ନ ସରକାରୀ ଯୋଜନା ଉପରେ ସେ ଆଲୋକପାତ କରି ଚାଷୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଥିଲେ । ଏହି କ୍ଷେତ୍ରରେ ପର୍ଯ୍ୟାପ୍ତ ସମ୍ଭାବନା ଥିବା ବେଳେ ଆଗାମୀ ଦିନରେ ମାଛ, ମାଂସ, ଅଣ୍ଡା, ଦୁଗ୍ଧ ଉତ୍ପାଦନରେ ଓଡ଼ିଶା ଆତ୍ମନିର୍ଭର ହେବା ସହ ଦେଶର ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହେବ । ସମାବେଶରେ ସମ୍ମାନନୀୟ ଅତିଥିଭାବେ ଭୁବନେଶ୍ଵର ଏକାମ୍ର ବିଧାୟକ ବାବୁ ସିଂ ଯୋଗ ଦେଇ କହିଥିଲେ, ମତ୍ସ୍ୟଚାଷ ଓ ପ୍ରାଣିପାଳନ କ୍ଷେତ୍ରରେ ଆମ ରାଜ୍ୟରେ ଅପାର ସମ୍ଭାବନା ରହିଛି । ଅଧିକରୁ ଅଧିକ ଲୋକ ଏହି କ୍ଷେତ୍ରରେ ସାମିଲ ହେବା ପାଇଁ ସେ ସମସ୍ତଙ୍କୁ ପ୍ରେରିତ କରିଥିଲେ ।

ମତ୍ସ୍ୟ- ପ୍ରାଣୀ ସମାବେଶ, ଓଡ଼ିଶା-୨୦୨୫ର ଦ୍ୱିତୀୟ ଦିନ ସମାରୋହରେ ବିଭିନ୍ନ ଶ୍ରେଣୀର ସର୍ବୋତ୍ତମ ଚାଷୀମାନଙ୍କୁ ସମ୍ମାନିତ କରାଯାଇଥିଲା । ଅନୁଗୁଳ ଜିଲ୍ଲାର ପୋଡାଗଡା ଗ୍ରାମର ଶ୍ରୀ କୁଳମଣି ବେହେରା ଜୈବକୁଜ ପ୍ରକଳ୍ପରେ ସର୍ବୋତ୍ତମ କୃଷକ ପୁରସ୍କାର ଜିତିଥିବା ବେଳେ ମତ୍ସ୍ୟ ଚାଷୀ ଯୋଜନାରେ ନବରଙ୍ଗପୁର ରେଙ୍ଗାବତିର ଶ୍ରୀ ନନ୍ଦଲାଲ ରାୟ, ପ୍ରାଣୀ ପାଳନ କ୍ଷେତ୍ରରେ ରାୟଗଡ଼ା ପୋଡଗଡା ଗ୍ରାମର ଧାନେଶ୍ୱରି ନାୟକ, ସର୍ବଶ୍ରେଷ୍ଠ ଘାସ ଚାଷୀ ବର୍ଗରେ ମୟୂରଭଞ୍ଜ ଜିଲ୍ଲାର ହିରାଲାଲ ମହନ୍ତ, ଦୁଗ୍ଧ ଚାଷୀ ଭାବେ ରାୟଗଡ଼ାର ଜାମି କ୍ରିଷ୍ଣା କୁମାରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୌଦାମିନୀ ମିଶ୍ର, ଛେଳି ଚାଷୀ ଭାବେ ବାଲେଶ୍ଵର ଜିଲ୍ଲା ବଡ଼ପୋଖରି ଗ୍ରାମର ଶ୍ରୀମତୀ ସରୋଜିନୀ ବେହେରା ପୁରସ୍କୃତ ହୋଇଥିଲେ ।

ବୈଷୟିକ ସହଯୋଗିତା-ଆଧାରରେ ଓଡିଶା ଉପକୂଳରେ ଗଭୀର ସାମୁଦ୍ରିକ ମତ୍ସ୍ୟ ଜାହାଜର ରୂପରେଖ, ବୈଶିଷ୍ଟ୍ୟ ତଥା ଅଟକଳ ପ୍ରସ୍ତୁତି ନିମନ୍ତେ କେନ୍ଦ୍ରୀୟ କୃଷି ଗବେଷଣା ପ୍ରତିଷ୍ଠାନ, କୋଚିସ୍ଥିତ କେନ୍ଦ୍ରୀୟ ମତ୍ସ୍ୟ ପ୍ରଯୁକ୍ତି ପ୍ରତିଷ୍ଠାନ ତଥା ଓଡିଶା ସରକାରଙ୍କ ମତ୍ସ୍ୟ ବିଭାଗ ମଧ୍ୟରେ ଆଜି ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା ।
ଏହି ଦ୍ଵିତୀୟ ଦିନ ସମାରୋହରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦିକ୍ ଆଲମ୍, ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ବିଜୟ ଅମୃତା କୁଲାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ । ଆସନ୍ତାକାଲି ଉଦଯାପନୀ ସମାରୋହରେ ‘ମନ୍ତ୍ରୀଙ୍କୁ ପଚାରନ୍ତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମତ୍ସ୍ୟଚାଷୀ ଓ ପ୍ରାଣିପାଳକମାନେ ସେମାନଙ୍କ ମନରେ ଥିବା ପ୍ରଶ୍ନ ପଚାରିବେ ଏବଂ ସମସ୍ତ ପ୍ରଶ୍ନର ଉତ୍ତର ରଖିବେ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳନନ୍ଦ ମଲ୍ଲିକ ।

Previous Post

ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମାଲୋଚନା

Next Post

ରାଜ୍ୟର ଚିଠା ଆଇଟି ନୀତି ଉପରେ ମତାମତ ଲୋଡ଼ିଲେ ସରକାର

FNN WEB

FNN WEB

Next Post
ରାଜ୍ୟର ଚିଠା ଆଇଟି ନୀତି ଉପରେ ମତାମତ ଲୋଡ଼ିଲେ ସରକାର

ରାଜ୍ୟର ଚିଠା ଆଇଟି ନୀତି ଉପରେ ମତାମତ ଲୋଡ଼ିଲେ ସରକାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.